ତିର୍ତ୍ତୋଲରେ ପୋଷ୍ଟାଲ ଭୋଟ ଜାଲିଆତି

ଭୁବନେଶ୍ୱର,୨୮ା୧୦(ବ୍ୟୁରୋ): ତିର୍ତ୍ତୋଲ ଉପନିର୍ବାଚନରେ ସରକାରୀ ଅଧିକାରୀମାନେ ଶାସକ ଦଳକୁ ଜିତାଇବା ପାଇଁ ପୋଷ୍ଟାଲ ଭୋଟ ଜାଲିଆତି କରୁଛନ୍ତି। ପ୍ରିଜାଇଡିଂ ଅଫିସର ପୋଷ୍ଟାଲ ଭୋଟ ଜାଲିଆତି କରି ଶାସକ ଦଳ ସପକ୍ଷରେ ଭୋଟ କରାଉଛନ୍ତି ବୋଲି ରାଜ୍ୟ ଭାଜପା ଅଭିଯୋଗ କରିଛି।
ଭାରତର ମୁଖ୍ୟ ନିର୍ବାଚନ ଆୟୋଗ(ଇସିଆଇ)ଙ୍କ ଗାଇଡ୍‌ଲାଇନକୁ ଖୋଲାଖୋଲି ଉଲ୍ଲଂଘନ କରାଯାଉଥିବା ଅଭିଯୋଗ ନେଇ ଭାଜପାର ଏକ ପ୍ରତିନିଧି ଦଳ ମଙ୍ଗଳବାର ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କୁ ଭେଟିଛି। ଏହି ମର୍ମରେ ସ୍ମାରକପତ୍ର ପ୍ରଦାନ କରି ଦୋଷୀଙ୍କ ବିରୋଧରେ ଦୃଢ଼ କାଯର୍‌ୟାନୁଷ୍ଠାନ ଦାବି କରିଛି। କମିଶନଙ୍କ ଗାଇଡ୍‌ଲାଇନ ଅନୁଯାୟୀ ୮୦ ବର୍ଷରୁ ଊର୍ଦ୍ଧ୍ୱ ବୟସ୍କ ବ୍ୟକ୍ତି, ଦିବ୍ୟାଙ୍ଗ ଏବଂ କରୋନା ଆକ୍ରାନ୍ତଙ୍କୁ ପୋଷ୍ଟାଲ ବାଲଟରେ ଭୋଟ ଦେବା ପାଇଁ ଅନୁମତି ରହିଛି। କିନ୍ତୁ ତିର୍ତ୍ତୋଲରେ ଏହି ନିୟମର ଅପବ୍ୟବହାର କରି ପ୍ରିଜାଇଡିଂ ଅଫିସର ବିଜେଡି ସପକ୍ଷରେ ଭୋଟ ଆଦାୟ କରୁଛନ୍ତି। ପ୍ରିଜାଇଡିଂ ଅଫିସର ମୁଖ୍ୟ ନିର୍ବାଚନ କମିଶନଙ୍କ ପୋଷ୍ଟାଲ ବାଲଟ ଭୋଟିଂ ଗାଇଡ୍‌ଲାଇନ ଏବଂ ନିର୍ବାଚନ ଅଧିନିୟମ ୧୯୬୧କୁ ଉଲ୍ଲଂଘନ କରୁଥିବା ପ୍ରତିନିଧି ଦଳ ଅଭିଯୋଗ କରିଛି। ତିର୍ତ୍ତୋଲ ନିର୍ବାଚନମଣ୍ଡଳୀରେ ପ୍ରିଜାଇଡିଂ ଅଫିସର ଘର ଘର ବୁଲି ମିଛ ତଥ୍ୟ ଦର୍ଶାଇ ଲୋକଙ୍କଠାରୁ ବିଜେଡି ସପକ୍ଷରେ ଭୋଟ ସଂଗ୍ରହ କରୁଛନ୍ତି। ପୋଷ୍ଟାଲ ଭୋଟ ସଂଗ୍ରହ ସମୟରେ ପ୍ରିଜାଇଡିଂ ଅଫିସର ଓ ବୁଥସ୍ତରୀୟ ଏଜେଣ୍ଟମାନେ ଭୋଟ ଜାଲିଆତି କରିବା ପାଇଁ ଲଫାପାକୁ ସିଲ୍‌ କରିବା ପରିବର୍ତ୍ତେ ଖୋଲା ଛାଡିଦେଉଛନ୍ତି। ଏହାଦ୍ୱାରା ମତଦାତାଙ୍କ ଗୋପନୀୟତା କ୍ଷୁଣ୍ଣ ହେଉଛି। ଅନେକ ସ୍ଥାନରେ ଦସ୍ତଖତ କିମ୍ବା ଟିପଚିହ୍ନ ନ ନେଇ ଭୋଟକୁ ଜାଲିଆତି କରାଯାଉଛି।
ଏଭଳି ଘଟଣା ଅତ୍ୟନ୍ତ ଦୁର୍ଭାଗ୍ୟଜନକ ଏବଂ ଜମମତ ବିରୋଧୀ। ବର୍ତ୍ତମାନ ସୁଦ୍ଧା ହୋଇଥିବା ପୋଷ୍ଟାଲ ଭୋଟିଂକୁ ବାତିଲ କରିବାକୁ ନିର୍ବାଚନ ଅଧିକାରୀଙ୍କ ପାଖରେ ପ୍ରତିନିଧି ଦଳ ଦାବି କରିଛି। ଏହା ସହ ନିଜ କ୍ଷମତାକୁ ଅପବ୍ୟବହାର କରି ନିର୍ବାଚନକୁ ପ୍ରଭାବିତ କରୁଥିବା ସରକାରୀ ଅଧିକାରୀଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ କମିଶନଙ୍କ ନିକଟରେ ଦାବି କରାଯାଇଛି। ତିର୍ତ୍ତୋଲରେ ପୁଣିଥରେ ମୁଖ୍ୟ ନିର୍ବାଚନ କମିଶନଙ୍କ ଗାଇଡ୍‌ଲାଇନ ଅନୁଯାୟୀ ପୋଷ୍ଟାଲ ଭୋଟିଂ କରିବାକୁ ଅନୁମତି ଦେବା ସହ ଆଗାମୀ ଉପନିର୍ବାଚନକୁ ମୁକ୍ତ, ଅବାଧ ଓ ନିରପେକ୍ଷ କରିବା ପାଇଁ ଭାଜପା ପକ୍ଷରୁ ଦାବି କରାଯାଇଛି। ପ୍ରତିନିଧି ଦଳରେ ରାଜ୍ୟ ମୁଖପାତ୍ର ଯତୀନ ମହାନ୍ତି, ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ଜଗନ୍ନାଥ ପ୍ରଧାନ ଏବଂ ଜୟନ୍ତ ଜେନା ପ୍ରମୁଖ ସାମିଲ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବାରଣ୍ଡାରେ ଚାଲିଛି ରୋଷେଇ, ମଧ୍ୟାହ୍ନଭୋଜନ ପାଇଁ ରାସ୍ତା ପାର ହେଉଛନ୍ତି ପିଲା

ନୟାଗଡ଼,୨୮ା୯(ଲୋକନାଥ ମିଶ୍ର): ଗୁଣାତ୍ମକ ଶିକ୍ଷାଦାନ ପାଇଁ ସରକାର ବିପୁଳ ଅର୍ଥ ଖର୍ଚ୍ଚ କରୁଥିଲେ ମଧ୍ୟ ଅନେକ ସ୍ଥାନରେ ଅସଜଡା ଭିତ୍ତିଭୂମିରେ ପରିବର୍ତ୍ତନ ଆସୁନାହିଁ। ଏପରି କି ଶୈକ୍ଷିକ…

କିଡ୍‌ନୀ ଖରାପ ହେଲେ ଆରମ୍ଭରୁ ଦେଖାଦିଏ ଏସବୁ ଲକ୍ଷଣ…

ଆମ ଶରୀରର ଏକ ମୁଖ୍ୟ ଓ ଦରକାରୀ ଅଙ୍ଗ ହେଉଛି କିଡ୍‌ନୀ। ଶରୀରରେ ପ୍ରଭାବିତ ହେଉଥିବା ରକ୍ତକୁ ଏହା ବିଶୋଧନ କରି, ଅଦରକାରୀ ତତ୍ତ୍ୱକୁ ନିଷ୍କାସନ କରିଥାଏ।…

ସାବାଡ଼ ହେବେ ଅମାନିଆ: ଗାଜଲବାଡ଼ି ଘାଟିରେ ଲାଗିବ ଓଭରହେଡ୍‌ ବ୍ୟାରିଅର, ଭାରୀଯାନ ଚଳାଚଳ କଲେ…

ଦାରିଙ୍ଗବାଡ଼ି,୨୮ା୯(ଅରୁଣ ସାହୁ): କନ୍ଧମାଳ ଓ ଗଞ୍ଜାମ ଜିଲାକୁ ସଂଯୋଗ କରୁଥିବା ଗାଜଲବାଡ଼ି ଘାଟି ରାସ୍ତାର କନ୍ଧମାଳ ଜିଲା ସୀମାନ୍ତ ବାଇମାଲା ଏବଂ ଗଞ୍ଜାମ ଜିଲା ସୋରଡ଼ା ବ୍ଲକ…

ଏଇ ଭାରତରେ

ଝାଡ଼ଖଣ୍ଡର ଚିତ୍ରଶିଳ୍ପୀ ପ୍ରକାଶ ଶାହ ମେଟାଲ, ପ୍ଲାଷ୍ଟିକ ଏବଂ ଶିଳ୍ପଜାତ ବର୍ଜ୍ୟକୁ ଆକର୍ଷଣୀୟ ପବ୍ଲିକ ଆର୍ଟରେ ପରିଣତ କରୁଛନ୍ତି। ସେ ସାହିବଗଞ୍ଜରେ ଓ୍ବେଷ୍ଟ ଟୁ ଓ୍ବଣ୍ଡର ପାର୍କ…

ରକ୍ତତୀର୍ଥ ଇରମ

ସାରା ଦେଶରେ ସ୍ବାଧୀନତା ପାଇଁ ଯେଉଁ ଆନ୍ଦୋଳନ ଆରମ୍ଭ ହେଲା ସେଥିରେ ଅନେକ ହଜାର କ୍ରାନ୍ତିକାରୀ ଯୋଗଦେଇ କାରାବରଣ କରିଥିଲେ। ଓଡ଼ିଶାରେ ଏହି ଆନ୍ଦୋଳନର ନେତୃତ୍ୱ ନେଇଥିଲେ…

ରାଷ୍ଟ୍ର ନିର୍ମାଣ ପ୍ରତି ସମର୍ପିତ ଜଣେ ମହାପୁରୁଷ

ଖୁବ୍‌ ସୁନ୍ଦର ଉକ୍ତିଟିଏ ଅଛି, ”ବୃକ୍ଷ କବହୁଁ ନହିଁ ଫଲ ଭଖୈ, ନଦୀ ନ ସଂଚୈ ନୀର୍‌। ପରମାରଥ କେ କାରନେ, ସାଧୁନ ଧରା ଶରୀର।“ ଏହାର…

ସୁନାମୀ କ’ଣ? ଏହା ଆସିବା ପୂର୍ବରୁ କ’ଣ ମିଳିବ ସଙ୍କେତ, କେମିତି ପାଇବେ ରକ୍ଷା ଜାଣନ୍ତୁ…

ମହାକାଳପଡ଼ା, ୨୮ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡା ଜିଲା ମହାକାଳପଡ଼ା ବ୍ଲକ ଅଞ୍ଚଳରେ ବିଭିନ୍ନ ସମୟରେ ସୁନାମୀ, ସାମୁଦ୍ରିକ ଝଡ଼ ଓ ବଜ୍ରପାତ ଆଦି ଦେଖାଯାଇଥାଏ॥ ଏହି ଅବସରରେ…

ଶେଷରେ ବଦଳିଗଲା ନିଷ୍ପତ୍ତି, ସ୍ଥଗିତ ହେଲା ବ୍ୟାଙ୍କ ଧର୍ମଘଟ

ନୂଆଦିଲ୍ଲୀ/ଭୁବନେଶ୍ୱର,୨୮ା୯: ପ୍ରସ୍ତାବିତ ୩ ଦିନିଆ ବ୍ୟାଙ୍କ ଧର୍ମଘଟ ସ୍ଥଗିତ ହୋଇଯାଇଛି। ସୋମବାରଠାରୁ ହେବାକୁ ଥିବା ପ୍ରସ୍ତାବିତ ୩ ଦିନିଆ ସାରା ଭାରତୀୟ ବ୍ୟାଙ୍କ ଧର୍ମଘଟକୁ ସ୍ଥଗିତ ରଖାଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?