Posted inଖେଳ

ପାକିସ୍ତାନ ଅଧିନାୟକଙ୍କୁ ଭେଟିଲେ କୋହଲି

ୟୁଏଇ,୨୫।୮: ଭାରତୀୟ ଦଳ ଏସିଆ କପ ପାଇଁ ଦୁବାଇରେ ପହଞ୍ଚିଛି। ଏହି ଟୁର୍ଣ୍ଣାମେଣ୍ଟ ପାଇଁ ଭିଭିଏସ ଲକ୍ଷ୍ମଣଙ୍କୁ ଭାରତୀୟ ଦଳର ମଧ୍ୟବର୍ତ୍ତୀକାଳୀନ କୋଚ କରାଯାଇଛି। ତାଙ୍କ କୋଚିଂ ଅଧୀନରେ ଦଳ ତାଲିମ ଆରମ୍ଭ କରିଛି। ନିୟମିତ କୋଚ ରାହୁଲ ଦ୍ରାବିଡ କରୋନାରୁ ସୁସ୍ଥ ହେବା ପରେ ଦଳରେ ଯୋଗଦେବେ। ଦଳର ପ୍ରସ୍ତୁତି ସମୟରେ ଭାରତୀୟ ଦଳର ପୂର୍ବତନ ଅଧିନାୟକ ବିରାଟ କୋହଲି ଏବଂ ପାକିସ୍ତାନ ଅଧିନାୟକ ବାବର ଆଜମଙ୍କୁ ଭେଟିଥିଲେ।
କୋହଲି ବାବରଙ୍କ ସହ ହାତ ମିଳାଇ ତାଙ୍କ ସହ କିଛି ସମୟ କଥା ହୋଇଥିଲେ। ବାବର ଏବଂ ବିରାଟଙ୍କୁ ସବୁବେଳେ ତୁଳନା କରାଯାଏ। ବାବର ଖୁବ କମ ସମୟ ମଧ୍ୟରେ ତାଙ୍କ ସୁନାମ ଅର୍ଜନ କରିଛନ୍ତି ଏବଂ ତାଙ୍କୁ କୋହଲିଙ୍କ ସହ ତୁଳନା କରାଯାଉଛି।
କୋହଲିଙ୍କ ବ୍ୟତୀତ ହାର୍ଦ୍ଦିକ ପାଣ୍ଡ୍ୟା, ୟୁଜବେନ୍ଦ୍ର ଚହଲ, ସୂର୍ଯ୍ୟକୁମାର ଯାଦବ, ରବିଚନ୍ଦ୍ରନ ଅଶ୍ୱିନ, ଦୀନେଶ କାର୍ତ୍ତିକ ଏବଂ ଅର୍ଶଦୀପ ସିଂଙ୍କ ସମେତ ଅନ୍ୟ ଖେଳାଳିଙ୍କୁ ଏହି ଭିଡିଓରେ ଦେଖିବାକୁ ମିଳିଥିଲା। ଚହଲ ଏବଂ ହାର୍ଦ୍ଦିକ ଆଫଗାନିସ୍ତାନର ଖେଳାଳିଙ୍କୁ ଭେଟିଥିଲେ।
ଅଗଷ୍ଟ ୨୮ରେ ଦୁବାଇରେ ହେବାକୁ ଥିବା ଏସିଆ କପରେ ଭାରତ ଏବଂ ପାକିସ୍ତାନର ଦଳ ମୁହାଁମୁହିଁ ହେବେ। ଏହାପୂର୍ବରୁ ୨୪ ଅକ୍ଟୋବର ୨୦୨୧ରେ ଟି-୨୦ ବିଶ୍ୱକପରେ ଉଭୟ ସମାନ ଗ୍ରାଉଣ୍ଡରେ ଖେଳିଥିଲେ। ଏହି ମ୍ୟାଚ୍‌ରେ ପାକିସ୍ତାନ ୧୦ ଉଇକେଟରେ ଜିତିଥିଲା। ଏସିଆ କପରେ ଭାରତ-ପାକିସ୍ତାନ ମଧ୍ୟରେ ୧୪ଟି ମ୍ୟାଚ ଖେଳାଯାଇଛି। ଏଥିମଧ୍ୟରୁ ଭାରତ ୮ଟି ଜିତିଥିବାବେଳେ ପାକିସ୍ତାନ ପାଞ୍ଚଟି ଜିତିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିନିକିଆ ବିଶ୍ୱକପ୍‌ କାର୍ଯ୍ୟସୂଚୀ ଘୋଷଣା କଲା ଆଇସିସି: ଅକ୍ଟୋବର ୧୦ରେ ଭାରତ-ପାକିସ୍ତାନ ହାଇଭୋଲଟେଜ ମ୍ୟାଚ୍‌

ଦୁବାଇ, ୧ା୧୦: ୨୦୨୭ରେ ଦକ୍ଷିଣ ଆଫ୍ରିକା, ଜିମ୍ବାଓ୍ବେ ଓ ନାମ୍ବିଆରେ ହେବାକୁ ଥିବା ପୁରୁଷ ଦିନିକିଆ ବିଶ୍ୱକପ୍‌ ପାଇଁ ଗୁରୁବାର ଆଇସିସି ପକ୍ଷରୁ କାର୍ଯ୍ୟସୂଚୀ ଘୋଷଣା କରାଯାଇଛି।…

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ଓଡ଼ିଶା କୃଷକ ସଭା ପକ୍ଷରୁ ସାଙ୍ଗଠନିକ ବୈଠକ; କର୍ମକର୍ତ୍ତା ଚୟନ, ଏ. ହରି ସଭାପତି , କୁରେଶୁ ସମ୍ପାଦକ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ ଚନ୍ଦ୍ର ଚୁଡେଶ୍ୱର ଶୈବପୀଠ ସଭା ମଣ୍ଡପରେ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ଶାଖା ପକ୍ଷରୁ ଗୁରୁବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?