Posted inଜାତୀୟ

ମୋଦିଙ୍କ ପରେ କେଜ୍‌ରିଓ୍ବାଲଙ୍କ ବିରୋଧରେ ଲାଗିଲା ପୋଷ୍ଟର

ନୂଆଦିଲ୍ଲୀ,୨୩।୩: ଦିଲ୍ଲୀର ଆମ ଆଦମୀ ପାର୍ଟି ଏବଂ ଭାଜପା ମଧ୍ୟରେ ‘ପୋଷ୍ଟର ଯୁଦ୍ଧ’ ଆରମ୍ଭ ହୋଇଛି। ପୂର୍ବରୁ ପ୍ରଧାନମନ୍ତ୍ରୀ ମୋଦିଙ୍କ ବିରୋଧରେ ସହରରେ ପୋଷ୍ଟର ଲଗାଯାଇଥିବା ବେଳେ ଏବେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିୱାଲଙ୍କ ବିରୋଧରେ ପୋଷ୍ଟର ଲଗାଯାଇଛି। ମଣ୍ଡି ହାଉସ ନିକଟରେ ଥିବା ପୋଷ୍ଟରରେ ଦିଲ୍ଲୀର ମୁଖ୍ୟମନ୍ତ୍ରୀଙ୍କ ଫଟୋ ରହିଛି। ପୋଷ୍ଟରରେ ଆମ ଆଦମୀ ପାର୍ଟି ମୁଖ୍ୟ ଅରବିନ୍ଦ କେଜ୍‌ରିୱାଲଙ୍କୁ ଅସାଧୁ, ଲାଞ୍ଚୁଆ ଏବଂ ଏକଛତ୍ରବାଦୀ ଶାସକ ବୋଲି ମଧ୍ୟ ବର୍ଣ୍ଣନା କରାଯାଇଛି। ପୋଷ୍ଟରରେ ଲେଖା ଅଛି- ‘ଅରବିନ୍ଦ କେଜ୍‌ରିୱାଲଙ୍କୁ ହଟାନ୍ତୁ, ଦିଲ୍ଲୀକୁ ବଞ୍ଚାନ୍ତୁ’।
ଏହାପୂର୍ବରୁ ମାର୍ଚ୍ଚ ୨୧ରେ ଦିଲ୍ଲୀ ସହରରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ବିରୋଧରେ ଆପତ୍ତିଜନକ ପୋଷ୍ଟର ଦେଖିବାକୁ ମିଳିଥିଲା। ଏହା ବିରୋଧରେ ଦିଲ୍ଲୀ ପୋଲିସ ପ୍ରାୟ ୧୦୦ଟି ମାମଲା ରୁଜୁ କରିଥିଲା ଏବଂ ୬ ଜଣଙ୍କୁ ମଧ୍ୟ ଗିରଫ କରିଥିଲା।
ପ୍ରଧାନମନ୍ତ୍ରୀଙ୍କ ବିରୋଧରେ ଲେଖାଯାଇଥିବା ଏହି ପୋଷ୍ଟରରେ ‘ମୋଦି ହଟାଓ-ଦେଶ ବଞ୍ଚାଓ’ ଲେଖାଯାଇଥିଲା। ଦିଲ୍ଲୀ ପୋଲିସ ଆମ ଆଦମୀ ପାର୍ଟିର କାର୍ଯ୍ୟାଳୟରୁ ଏକ ଭ୍ୟାନ ମଧ୍ୟ ଜବତ କରିଥିଲା, ଯେଉଁଥିରେ ହଜାର ହଜାର ପୋଷ୍ଟର ରଖାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଆପଣାଇଥିଲେ ଅନ୍ୟ ଧର୍ମ: ୧୭ ଘଣ୍ଟା ହେଲା ପଡ଼ିଛି ମୃତଦେହ, ଶ୍ମଶାନରେ ମିଳୁନି

ଉମରକୋଟ,୩୧।୩(ସନ୍ତୋଷ ଶତପଥୀ): ଦୀର୍ଘ ୧୭ ଘଣ୍ଟା ହେବ ଘରେ ପଡି ରହିଛି ମୃତଦେହ। ଏଭଳି ଘଟଣା ଦେଖିବାକୁ ମିଳିଛି ନବରଙ୍ଗପୁର ଜିଲାଉମରକୋଟ ଥାନା ପୂଜାରୀଭରଣ୍ଡୀ ଗ୍ରାମରେ ।…

ଜିଲାସ୍ତରୀୟ ଅନ୍ତର୍ଜାତୀୟ ଟ୍ରାନ୍ସଜେଣ୍ଡର ଦୃଶ୍ୟତା ଦିବସ ପାଳନ:  ଉଲ୍ଲେଖନୀୟ ଅବଦାନ ପାଇଁ ୫ ଟ୍ରାନ୍ସଜେଣ୍ଡରଙ୍କୁ…

ଛତ୍ରପୁର,୩୧।୩(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ପ୍ରଶାସନ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ପକ୍ଷରୁ ଜିଲାସ୍ତରୀୟ ଅନ୍ତର୍ଜାତୀୟ ଟ୍ରାନ୍ସଜେଣ୍ଡର ଦୃଶ୍ୟତା ଦିବସ ୨୦୨୬ ପାଳିତ ହୋଇଯାଇଛି…

କାମରେ ହେଲା କଥା କଟାକଟି, ଘରକୁ ଫେରିବା ବେଳେ ଛକିକି ହାଣିଲେ..

ବନ୍ତ,୩୧। ୧(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ଥାନା ଅଞ୍ଚଳରେ କଥାକଟାକଟିରୁ ଛୁରା ମାଡ଼ । ପୋଲିସ ଅଭିଯୋଗ ପାଇବା ପରେ ତଦନ୍ତ ଆରମ୍ଭ କରିଥିବା ବେଳେ…

ଓଡ଼ିଶାରେ SIR ସ୍ଥଗିତ, ଜାଣନ୍ତୁ କାହିଁକି…

ଭୁବନେଶ୍ୱର,୩୧।୩: Special Intensive Revision(SIR)କୁ ନେଇ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ(CEO )ମଙ୍ଗଳବାର ଏକ ବଡ଼ ସୂଚନା ଦେଇଥିଲେ। ବୁଧବାରଠାରୁ ଓଡ଼ିଶାରେ ହେବାକୁ ଥିବା SIRକୁ ସ୍ଥଗିତ…

୧ ଏପ୍ରିଲରୁ ୧୫ ଦିନ ଧରି ଚାଲିବ ସ୍ବ-ଗଣନା, ଏହି ୱେବସାଇଟ ମାଧ୍ୟମରେ ଦେବେ ସବୁ ତଥ୍ୟ, ଜିଲାପାଳ କହିଲେ…

ଛତ୍ରପୁର,୩୧।୩ (ଦିଲ୍ଲୀପ ସାମଲ ): ପ୍ରଥମ ପର୍ଯ୍ୟାୟର ଗୃହ ତାଲିକା ଓ ଗୃହ ଗଣନା (ସ୍ବ-ଗଣନା) ଆସନ୍ତାକାଲି ଅର୍ଥାତ୍‌ ୧ ଏପ୍ରିଲରୁ ୧୫ ଏପ୍ରିଲ ୨୦୨୬ ପର୍ଯ୍ୟନ୍ତ…

ଗଞ୍ଜାମରେ ଲଜ୍ଜା: ପ୍ରେମିକାଙ୍କୁ ନିଶା ଦେଇ ଗଣବଳାତ୍କାର: ନାବାଳକ ପ୍ରେମିକଙ୍କୁ…

ବ୍ରହ୍ମପୁର, ୩୧।୩(ସୁବାସ ଚନ୍ଦ୍ର ପାଢୀ) : ପୁଣିଥରେ ଗଞ୍ଜାମରେ ଲଜ୍ଜା। ପ୍ରେମିକାଙ୍କୁ ନିଶା ଦେଇ ଗଣବଳାତ୍କାର ମାମଲାରେ ଗୋଷାଣୀନୂଆଗାଁ ପୋଲିସ ଦୁଇଜଣ ଅଭିଯୁକ୍ତକୁ ଗିରଫ କରିଛି। ସେମାନଙ୍କୁ…

ନଦୀରେ ଭାସିଯାଇ ଯୁବକଙ୍କ ମୃତ୍ୟୁ: ଅଞ୍ଚଳରେ ଶୋକର ଛାୟା

ବଞ୍ଚୋ, ୩୧।୩: (ପ୍ରଦୋଷ କୁମାର ବିଶ୍ୱାଳ ): କେନ୍ଦୁଝର ଜିଲା ହାଟଡିହି ବ୍ଲକ ଅନ୍ତର୍ଗତ ବଞ୍ଚୋ ଗ୍ରାମରେ ଏକ ଦୁଃଖଦ ଘଟଣା ଘଟିଛି। ଗ୍ରାମର ଚିନ୍ମୟ ସେଠୀ…

ଥାନାରେ ପହଞ୍ଚିଲେ ନର୍ଲ୍ଲା ବିଧାୟିକା: କେସିଙ୍ଗା ଏସଡିପିଓ, ଦୁଇ ପୋଲିସ ନାଁରେ

ଭୁବନେଶ୍ୱର,୩୧।୧: ବଢ଼ୁଛି ମାମଲା। ଖାରବେଳ ନଗର ଥାନାରେ ପହଞ୍ଚିଲେ ନର୍ଲ୍ଲା ବିଧାୟିକା ମନୋରମା ମହାନ୍ତି। ସେଠାରେ ସେ କେସିଙ୍ଗା ପୋଲିସ ବିରୋଧରେ ଅଭିଯୋଗ ଆଣିଛନ୍ତି। କେସିଙ୍ଗା ଏସଡିପିଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri