ପୋଷ୍ଟର ବ୍ୟାନର, ପଦଯାତ୍ରା, ଶୋଭାଯାତ୍ରାକୁ ମନା

ମାଲକାନଗିରି, ୨୬।୧ (ଡି.ଏନ.ଏ.) – ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ସମ୍ମିଳନୀ କକ୍ଷରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନକୁ ଅବାଧ, ନିରପେକ୍ଷ ଏବଂ ଶାନ୍ତିଶୃଙ୍ଖଳାର ସହ ଶେଷ କରିବା ନେଇ ମଙ୍ଗଳବାର ଏକ ବୈଠକ ଜିଲାପାଳ ବିଶାଲ ସିଂଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିଲା। ବୈଠକରେ ଉପସ୍ଥିତ ଥିବା ବିଭିନ୍ନ ରାଜନୈତିକ ଦଳର ପ୍ରତିନିଧିମାନଙ୍କୁ ନିର୍ବାଚନର ବିଭିନ୍ନ ନୀତିନିୟମ ସମ୍ପର୍କରେ ସୂଚାଇ ନିର୍ବାଚନକୁ ଶାନ୍ତି ଶୃଙ୍ଖଳାର ସହ ଶେଷ କରିବାକୁ ରାଜ୍ୟ ନିର୍ବାଚନ କମିଶନରଙ୍କ ସାଧାରଣ ପର୍ଯ୍ୟବେକ୍ଷକ ରଘୁମଣି ଗମାଙ୍ଗ ସମସ୍ତଙ୍କ ସହଯୋଗ କାମନା କରିଥିଲେ । ସେ କୋଭିଡ୍‌ ନିୟମାବଳୀ ସହ ନିର୍ବାଚନର ଆଦର୍ଶ ଆଚରଣ ବିଧିକୁ ସମସ୍ତେ ଠିକ୍‌ ରୂପେ ଅନୁପାଳନ କରିବା ଉପରେ ଗୁରୁତ୍ୱାରୋପ କରିଥିଲେ । ଜିଲାପାଳ ସିଂ ସର୍ବସାଧାରଣ ସ୍ଥାନରେ ପୋଷ୍ଟର ବ୍ୟାନର ଇତ୍ୟାଦି ନ ଲଗାଇବା, ପଦଯାତ୍ରା, ଶୋଭାଯାତ୍ରା ନ କରିବା ପାଇଁ ସମସ୍ତ ରାଜନୈତିକ ଦଳର ପ୍ରତିନିଧିମାନଙ୍କୁ ପରାମର୍ଶ ଦେଇଥିଲେ। ବୈଠକରେ ଡିଆର୍‌ଡିଏ ପ୍ରକଳ୍ପ ନିର୍ଦ୍ଦେଶକ ବାଲମୁକୁନ୍ଦ ଭୂୟାଁ , ଉପଜିଲାପାଳ ଅକ୍ଷୟ କୁମାର ଖେମୁଣ୍ଡୁ, ଜିଲା ପଞ୍ଚାୟତ ଅଧିକାରୀ, ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଜ୍ୟୋତ୍ସ୍ନାମୟୀ ଆଚାର୍ଯ୍ୟଙ୍କ ସମେତ ଅନ୍ୟମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

ନକଲି ମାଓବାଦୀ ପୋଷ୍ଟର ମାମଲାରେ ଦୁଇ ଗିରଫ, ସ୍କାନରରେ ଅଛନ୍ତି….

ରାୟଗଡ଼ା,୧୫/୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡାରୁ ଦୁଇ ନକଲି ମାଓବାଦୀଙ୍କୁ ଗିରଫ କରିଛି ରାୟଗଡ଼ା ପୋଲିସ । ଏହି ଦୁଇଜଣଙ୍କ ମଧ୍ୟରୁ ଜଣେ ସାମ୍ବାଦିକ ଓ ଅନ୍ୟଜଣେ ବଳୀ…

ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ଗିରଫ ମାମଲା; ଖୋଲୁଛି ଗୁମର, ଚାକିରି ଦେବା ନାଁରେ ଠକେଇ…

ହାଟଡିହୀ,୧୫।୨(ଶୁଭକାନ୍ତ ନାୟକ): ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଏକ ଠକେଇ ମାମଲାରେ ଗତ ଶନିବାର ଗିରଫ ହେବା ପରେ ତାଙ୍କର ଠକେଇ ଗୁମର…

ଥୁଆମୂଳ ରାମପୁର ପୋଲିସର କାର୍ଯ୍ୟାନୁଷ୍ଠାନ, ୩ଟି ବାଲି ବୋଝେଇ ହାଇୱା ଜବତ

ଥୁଆମୂଳ ରାମପୁର, ୧୫ା୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ପୋଲିସ ପକ୍ଷରୁ ବେଆଇନ ବାଲି ଚୋରା ଚାଲାଣ ବିରୋଧରେ ଏକ ବଡ଼ ଧରଣର…

ଜାତୀୟ ସମ୍ମିଳନୀରେ ଯୋଗ ଦେବେ ଆଇନଜୀବୀ ହରପ୍ରସାଦ

ଦିଗପହଣ୍ଡି,୧୫ା୨(ଅଶେଷ ନାଥ ମିଶ୍ର): ଭାରତୀୟ ସାଂସ୍କୃତିକ ସହଯୋଗ ଓ ମୈତ୍ରୀ ସମିତି (ଇସକଫ)ର ଜାତୀୟ ସମ୍ମିଳନୀରେ ଯୋଗଦେବାକୁ ଆଇନଜୀବୀ ହରପ୍ରସାଦ ରଥ ତାମିଲନାଡୁ ଗସ୍ତ କରିବେ ବୋଲି…

ଜାଗରରେ ବିଭତ୍ସ ହତ୍ୟା, ବଡ଼ ଭାଇକୁ କଟୁରୀରେ ହାଣିଲେ ସାନ ଭାଇ

ପାଲଲହଡା,୧୫ା୨(ଦିବ୍ୟଜ୍ୟୋତି ଦାଶ): ବଡ଼ ଭାଇକୁ ହତ୍ୟା କଲେ ସାନ ଭାଇ । କଟୁରୀରେ ବେକ କାଟି ହତ୍ୟା କଲେ ସାନ ଭାଇ। ମୃତକ ଜଣକ ହେଲେ ଲିପୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri