Posted inଫୁରସତ

ଚର୍ଚ୍ଚାରେ ସରପଞ୍ଚ ପ୍ରାର୍ଥୀଙ୍କ ପୋଷ୍ଟର

ଚଣ୍ଡିଗଡ: ନିର୍ବାଚନ ସମୟରେ ପ୍ରାର୍ଥୀମାନେ ଭୋଟ ହାତେଇବା ପାଇଁ ଲୋକଙ୍କୁ ନାନା ପ୍ରକାର ସୁବିଧା ସୁଯୋଗ ଯୋଗାଇ ଦେବା ଲାଗି ପ୍ରତିଶ୍ରୁତି ଦେଇଥାନ୍ତି। ସେହିପରି ହରିୟାଣାର ସିରସାଢ଼ ଗ୍ରାମରେ ହେବାକୁ ଥିବା ସରପଞ୍ଚ ନିର୍ବାଚନ ପାଇଁ ପ୍ରତିଦ୍ୱନ୍ଦ୍ୱିତା କରୁଥିବା ଜୟକରଣ ଲାଥଓ୍ବାଲ ଭୋଟରମାନଙ୍କୁ ପ୍ରତିଶ୍ରୁତି ଦେଇ ଏବେ ଚର୍ଚ୍ଚାରେ। ତାଙ୍କ ପୋଷ୍ଟରରେ ସେ ଏହାକୁ ବର୍ଣ୍ଣନା କରିଥିବା ଦେଖିବାକୁ ମିଳିଛି। ଯଦି ଜୟକରଣ ସରପଞ୍ଚ ହୁଅନ୍ତି ତେବେ ଗ୍ରାମର ସମସ୍ତ ମହିଳାଙ୍କୁ ମାଗଣା ବ୍ୟୁଟି କିଟ୍ସ୍‌ ଦେବେ। ଏଥିସହ ଯେଉଁବ୍ୟକ୍ତିମାନେ ନିୟମିତ ମଦ୍ୟପାନ କରନ୍ତି, ସେମାନଙ୍କୁ ପ୍ରତିଦିନ ଗୋଟିଏ ଲେଖା ମଦ ବୋତଲ ଯୋଗାଯିବ। ଜୟକରଣଙ୍କ ପ୍ରତିଶ୍ରୁତି ସୂଚୀ ଏତିକିରେ ସରୁ ନାହିଁ। ଇନ୍ଧନ ଦର ବୃଦ୍ଧି ନେଇ ଲୋକେ ନାନା ଅସୁବିଧାରେ ସମ୍ମୁଖିନ ହେଉଛନ୍ତି। ା ସୌଭାଗ୍ୟବଶତଃ ସେ ଯଦି ସରପଞ୍ଚ ହୁଅନ୍ତି ତେବେ ଇନ୍ଧନ ଲିଟର ପିଛା ୨୦ ଟଙ୍କା କରିବା ସହ ଗ୍ୟାସ୍‌ ସିଲିଣ୍ଡର ଦର ୧୦୦ ଟଙ୍କା କରିଦେବେ। ଏଥିସହ ସେବା ଓ ଜିନିଷରେ ଲାଗୁ ଟାକ୍ସ ସେ ହଟାଇ ଦେବେ। ପ୍ରତ୍ୟେକ ପରିବାରକୁ ମାଗଣା ବାଇକ୍‌ ଓ ଗାଁରେ ମାଗଣା ଓ୍ବାଇଫାଇ ସୁବିଧା ଯୋଗାଇ ଦେବା କଥା ଜୟକରଣ କହିଛନ୍ତି।
ଗ୍ରାମ ସିରସାଢ଼ରୁ ଦିଲ୍ଲୀ ପର୍ଯ୍ୟନ୍ତ ମେଟ୍ରୋ ଟ୍ରେନ୍‌ର ବ୍ୟବସ୍ଥା କରିବା ସହ ପ୍ରତି ୫ ମିନିଟରେ ହାମଲେଟରୁ ଗୋହାନା ହେଲିକପ୍ଟର ଉଡ଼ିବ। ଜୟକରଣଙ୍କ ପ୍ରତିଶ୍ରୁତିର କେତେଅଂଶ ସତ ହେବ ତାହା ଅଜଣା। କିନ୍ତୁ ଏହା ଭୋଟରମାନଙ୍କୁ କେତେ ମାତ୍ରାରେ ଆକୃଷ୍ଟ କରିବ ତାହା ଭୋଟିଂରୁ ହିଁ ଜଣାପଡ଼ିବ। ଜୟକରଣଙ୍କ ପୋଷ୍ଟର ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଆଇପିଏସ୍‌ ଅରୁଣ ବୋଥ୍ରା ଏହାର ଫଟୋ ଟୁଇଟରରେ ଶେୟାର କରିଥିବା ଦେଖିବାକୁ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଭାଜନ ବିଭୀଷିକା ସ୍ମୃତି ଦିବସରେ କ୍ୟାଣ୍ଡଲ ଶୋଭାଯାତ୍ରା

ଛତ୍ରପୁର,୧୪ା୮ (ଦିଲ୍ଲୀପି ସାମଲ): ବିଭାଜନ ବିଭୀଷିକା ସ୍ମୃତି ଦିବସରେ ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଶୁକ୍ରବାର କ୍ୟାଣ୍ଡଲ ଶୋଭାଯାତ୍ରା ଅନୁଷ୍ଠିତ ହୋଇଛି। ଏଥିରେ ଛତ୍ରପୁର ବିଧାୟକ କୃଷ୍ଣ…

ଛାତ୍ର କଂଗ୍ରେସର ରାଜ୍ୟ ସାଧାରଣ ସମ୍ପାଦକଙ୍କୁ ଆକ୍ରମଣ ଅଭିଯୋଗ

ଛତ୍ରପୁର, ୧୪ା୮ (ଦିଲ୍ଲୀପ ସାମଲ): ଛାତ୍ର କଂଗ୍ରେସର ରାଜ୍ୟ ସାଧାରଣ ସମ୍ପାଦକ ଚକ୍ରପାଣି ପୋଲାଇଙ୍କୁ ଆକ୍ରମଣର ଧମକ ମିଳିଥିବା ଅଭିଯୋଗ ହୋଇଛି। ଏନେଇ ଚକ୍ରମଣିଙ୍କ କହିବା ଅନୁସାରେ,…

ନିଜ ଝିଅ ବୟସର ଯୁବତୀଙ୍କୁ ଧରି ବୁଲୁଛନ୍ତି ଗୋବିନ୍ଦା, ସ୍ତ୍ରୀ କହିଲେ-ଲଜ୍ଜା ଲାଗିବା କଥା

ମୁମ୍ବାଇ: ଦିନ ଥିଲା ବଲିଉଡ ଅଭିନେତା ଗୋବିନ୍ଦା ନିଜର ଫିଲ୍ମକୁ ନେଇ ବେଶ ଚର୍ଚ୍ଚାରେ ରହୁଥିଲେ। ହେଲେ ଆଜିକାଲି ସିନେମାକୁ ନେଇ କମ୍‌ ହେଲେ ବ୍ୟକ୍ତିଗତ ଜୀବନକୁ…

ଯୁବକଙ୍କୁ ଠେଙ୍ଗାରେ ଆକ୍ରମଣ, ଗୁରୁତର ଯୁବକଙ୍କ ମୃତ୍ୟୁ, ହତ୍ୟା ଅଭିଯୋଗ

କୋକସରା,୧୪ା୮ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ବ୍ଲକ ଆମପାଣି ଥାନା ଅନ୍ତର୍ଗତ ବଡ଼ପୋଡ଼ାଗୁଡ଼ା ଗ୍ରାମରେ ଠେଙ୍ଗା ଆକ୍ରମଣରେ ଗୁରୁତର ଯୁବକଙ୍କ ଶୁକ୍ରବାର ମୃତ୍ୟୁ ଘଟିଛି। ମୃତକ ହେଲେ…

ଘରେ ପଶି ମହିଳାଙ୍କୁ ଅସଦାଚରଣ ମାମଲା: ଅଭିଯୁକ୍ତଙ୍କୁ ଏମିତି ରାୟ ଶୁଣାଇଲେ….

ଦିଗପହଣ୍ଡି,୧୪|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ସିଭିଲ କୋର୍ଟ ସିନିୟର ଡିଭିଜନ କୋର୍ଟରେ ଏକ ମାମଲାର ଚୂଡାନ୍ତ ଶୁଣାଣି ହୋଇଛି। ଗତ ୨ ବର୍ଷ…

କାର ବାଇକ୍ ମୁହାମୁହିଁ ଧକ୍କା,ଦୁଇ ଗୁରୁତର

ଗୁଣପୁର,୧୪।୮( ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ବ୍ଲକ ଜଗନ୍ନାଥପୁର ରୋଡ ଠାରେ ବାଇକ୍ କାର ମୁହାଁ ମୁହିଁ ଯୋଗୁଁ ଦୁଇ ବାଇକ୍ ଆରୋହୀ ଗୁରୁତର ହୋଇ…

୩୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ

ମୋହନା,୧୪ା୮(ମନ୍ମଥ ମିଶ୍ର): ଗୋପଟିମା ଓ କୁଟିଗୁଡ଼ା ଗାଁ ମଧ୍ୟରେ ଥିବା ଜଙ୍ଗଲରୁ ମୋହନା ପୋଲିସ ୩ କୁଇଣ୍ଟାଲରୁ ଊର୍ଦ୍ଧ୍ୱ (୩୦୩ କିଲୋ ୬୦୦ ଗ୍ରାମ) ଗଞ୍ଜେଇ ଜବତ…

ସ୍ୱାଧୀନତା ଦିବସ ପୂର୍ବସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କଲେ ରାଷ୍ଟ୍ରପତି: ‘ସର୍ବଶ୍ରେଷ୍ଠ ଭାରତ’ ଗଠନ ପାଇଁ ରଖନ୍ତୁ ଭାବନା, ପଢ଼ନ୍ତୁ ପ୍ରମୁଖ…

ନୂଆଦିଲ୍ଲୀ,୧୪।୮: ୮୦ତମ ସ୍ୱାଧୀନତା ଦିବସର ପୂର୍ବସନ୍ଧ୍ୟାରେ ଦେଶବାସୀଙ୍କୁ ସମ୍ବୋଧନ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଏହି ଅବସରରେ ସେ ଦେଶ ଓ ବିଦେଶରେ ରହୁଥିବା ସମସ୍ତ ଭାରତୀୟଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri