ଭାଜପା ପ୍ରଚାର ଗାଡ଼ିିରୁ ପୋଷ୍ଟର ଫାଡ଼ିଲେ

ସମ୍ବଲପୁର,୩୦।୪(ବ୍ୟୁରୋ):  ଝାରସୁଗୁଡ଼ା ଉପନିର୍ବାଚନ ପାଇଁ ଏବେ ୩ ପ୍ରମୁଖ ରାଜନୈତିକ ଦଳ ଭାଜପା, ବିଜେଡି, କଂଗ୍ରେସ ପ୍ରଚାର ମଇଦାନକୁ ଓହ୍ଲାଇଛନ୍ତି। ବିଭିନ୍ନ ସ୍ଥାନରେ ସଭାସମିତି କରିବା ସହ ପ୍ରଚାର ଗାଡି ମଧ୍ୟ ବୁଲୁଛି। ଏପରିସ୍ଥଳେ ଝାରସୁଗୁଡା ମ୍ୟୁନିସିପାଲିଟି ୨୦ନଂ. ୱାର୍ଡ ମଙ୍ଗଳବଜାରରେ ଶନିବାର ଏକ ଅଭାବନୀୟ ଚିତ୍ର ସାମନାକୁ ଆସିଛି। କେହି ଦୁର୍ବୃତ୍ତ ଭାଜପାର ପ୍ରଚାର ଗାଡି ଅଟକାଇ ପୋଷ୍ଟର ଫାଡିବା ସହ ଡ୍ରାଇଭରଙ୍କୁ ଧମକଚମକ ଦେଇଥିବା ଅଭିଯୋଗ ହୋଇଛି। ଭାଜପା ଜିଲା ସଭାପତି ମଙ୍ଗଳୁ ସାହୁ ଏ ନେଇ ଟାଉନ ଥାନାରେ ଅଭିଯୋଗ କରିଛନ୍ତି।
ଅଭିଯୋଗ କ୍ରମେ ମଙ୍ଗଳବଜାରକୁ ଅପରାହ୍ନ ପ୍ରାୟ ୪ଟା ସମୟରେ ପ୍ରଚାର ଗାଡି ଯାଇଥିଲା। ଏହି ସମୟରେ କେତେଜଣ ଯୁବକ ଗାଡିକୁ ଅଟକାଇଥିଲେ। ସେମାନେ ପ୍ରଥମେ ଡ୍ରାଇଭରଙ୍କୁ ଗାଳିଗୁଲଜ କରିଥିଲେ। ଏହି ପଡାରେ ଆଉ ପ୍ରଚାର କରିବାକୁ ଆସିବ ନାହିଁ ବୋଲି ଧମକ ଦେଇଥିଲେ। ଏହାସହ ଗାଡିରେ ଲାଗିଥିବା ବ୍ୟାନର ଓ ପୋଷ୍ଟର ଫାଡି ଦେଇଥିଲେ ବୋଲି ଅଭିଯୋଗରେ ଦର୍ଶାଯାଇଛି। ଜିଲା ସଭାପତି ମଙ୍ଗଳୁ କହିଛନ୍ତି, ରାଜ୍ୟ ସଭାପତି ଓ ଅନ୍ୟ ନେତାମାନେ ପ୍ରଚାର କରୁଛନ୍ତି। ଏଭଳି ସମୟରେ ପ୍ରଚାର ବନ୍ଦ କରିବା ପାଇଁ ଯୋଜନା କରାଯାଇ ଭୟଭୀତ କରାଯାଉଛି। ଥାନାରେ ଅଭିଯୋଗ ହୋଇଛି। ନିରପେକ୍ଷ ନିର୍ବାଚନ ହେବା ପାଇଁ ଆମେ ଦାବି କରିଆସୁଛୁ। ହେଲେ ଏଭଳି ଅପ୍ରୀତିକର ଘଟଣା ଘଟୁଛି। ଏଥିରେ ବିପକ୍ଷ ଦଳର ସମ୍ପୃକ୍ତି ରହୁଛି ବୋଲି ସାହୁ ଅଭିଯୋଗ କରିଥିଲେ। ଏ ସମ୍ପର୍କରେ ଟାଉନ ଥାନା ଅଧିକାରୀ ରଞ୍ଜନ ବିଶ୍ୱାଳ ଗଣମାଧ୍ୟକୁ ସୂଚନା ଦେଇ କହିଛନ୍ତି, ଅଭିଯୋଗ ହୋଇଛି। ଏହା ଉପରେ ତଦନ୍ତ କରାଯାଇ ପଦକ୍ଷେପ ଗ୍ରହଣ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ସ୍ୱାମୀ କି ପିଲା ନାହାନ୍ତି? ମହିଳାଙ୍କ ମୃତ୍ୟୁ ପରେ କାହାକୁ ମିଳିବ ସମ୍ପତ୍ତି; ବାପଘର ନା ଶାଶୁଘର? ଆଶ୍ଚର୍ଯ୍ୟ କରିବ ଆଇନ!

ନୂଆଦିଲ୍‌ଲୀ,୨୪।୫: ଭାରତୀୟ ସମାଜରେ ମହିଳାମାନଙ୍କ ଆର୍ଥିକ ସୁରକ୍ଷା ଏବଂ ସମ୍ପତ୍ତି ଅଧିକାରକୁ ନେଇ ଅନେକ ସମୟରେ ବିଭିନ୍ନ ପ୍ରଶ୍ନ ଉଠିଥାଏ। ସାଧାରଣତଃ ବିବାହ ପରେ ଜଣେ ମହିଳାଙ୍କ…

ଗଞ୍ଜାମ ପାଇଁ ଖୁସି ଖବର :ତାରାତାରିଣୀ କଲେଜରେ ଖୋଲିଲା ପିଜି ପାଠ୍ୟକ୍ରମ

ପୁରୁଷୋତ୍ତମପୁର, ୨୪।୫ (ସବିତା ମିଶ୍ର): ଗଞ୍ଜାମ ଜିଲାର ପୁରୁଷୋତ୍ତମପୁର ସ୍ଥିତ ତାରାତାରିଣୀ କଲେଜରେ ଓଡ଼ିଆ ବିଷୟରେ ସ୍ନାତକୋତ୍ତର (ପିଜି) ପାଠ୍ୟକ୍ରମ ଖୋଲାଯାଇଛି। ସେହିପରି ସାଇକୋଲୋଜି ଓ ହୋମ…

ଟ୍ରେନ୍‌ ଉପରେ ଚଢ଼ି ସେଲ୍‌ଫି ନେଉଥିଲେ ଯୁବକ, ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଜଳିଗଲେ

ଭୁବନେଶ୍ୱର,୨୪ା୫: ଟ୍ରେନ୍‌ରେ ଚଢ଼ି ସେଲ୍‌ଫି ନେବାବେଳେ ଜଳିଗଲେ ଜଣେ ଯୁବକ। ରବିବାର ପୂର୍ବାହ୍ନରେ ମଞ୍ଚେଶ୍ୱର ଷ୍ଟେଶନରେ ଏପରି ଅଘଟଣ ଘଟିଛି। ଯୁବକ ଜଣକ ଟ୍ରେନ ଉପରେ ଚଢ଼ି…

ମାଟି ଉଠାଣକୁ ନେଇ ତୁମୁଳକାଣ୍ଡ: ଥାନାରେ ପହଞ୍ଚିଲା ମାମଲ…

ଧର୍ମଶାଳା,୨୪।୫(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲାର ଧର୍ମଶାଳା ଥାନା ଅନ୍ତର୍ଗତ ପାଟପୁର ପଞ୍ଚାୟତର ଶୁନାରି ମୌଜାରୁ ଅବୈଧ ଭାବେ ମାଟି ଉଠାଣ ହେଉଥିବା ବେଳେ ଏହାକୁ ବିରୋଧ…

କିଛି ଦେଶକୁ ନ ଯିବା ପାଇଁ ଆଡଭାଇଜରୀ ଜାରି କଲେ ଭାରତ ସରକାର, ଜାଣନ୍ତୁ ଏହାର କାରଣ

ନୂଆଦିଲ୍ଲୀ,୨୪।୫: ଆଫ୍ରିକାରେ ଇବୋଲା ପ୍ରକୋପ ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି, ଭାରତ ସରକାର ଏକ ଯାତ୍ରା ପରାମର୍ଶ ବା ଟ୍ରାଭେଲ ଆଡଭାଇଜରୀ ଜାରି କରିଛନ୍ତି,…

ନିଶାମୁକ୍ତ ସମାଜ ଗଠନ ପାଇଁ ଯୁବଗୋଷ୍ଠୀଙ୍କ ଆହ୍ୱାନ

ଗଞ୍ଜାମ,୨୪/୫ (ବିଦ୍ୟାଧର ସାହୁ): ନିଶାମୁକ୍ତ ସମାଜ ଗଠନ ପାଇଁ ଯୁବଗୋଷ୍ଠୀ ଆଗେଇ ଆସିଛନ୍ତି। ସମାଜରେ ଚାଲିଥିବା କୁସଂସ୍କୃତ ରାଜନୀତିରୁ ଦୂରେ ରହି ସହରର ବିକାଶ, ନିଶାମୁକ୍ତ ଗଞ୍ଜାମ…

ରେଳ କର୍ମଚାରୀଙ୍କୁ ବଡ଼ ଭେଟି ଦେଲେ ସରକାର, ଏତେ ବଢିଗଲା ଦରମା!

ନୂଆଦିଲ୍‌ଲୀ,୨୪।୫: ହାଇ-ସ୍ପିଡ ଟ୍ରେନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇ, ଭାରତୀୟ ରେଳବାଇ ଦେଶବ୍ୟାପୀ ୧୫୫ଟି ଟ୍ରେନକୁ ଏକ ନୂତନ ‘ହାଇ-ସ୍ପିଡ’ ବର୍ଗରେ ପୁନଃବର୍ଗୀକୃତ କରିଛି। ଏହି…

‘ଖୋଲିବ ଷ୍ଟ୍ରେଟ ଅଫ ହୁର୍ମଜ’, ଟ୍ରମ୍ପଙ୍କ ବଡ଼ ଦାବି, ଇରାନ ଦେଲା ଜବାବ, ଜାଣନ୍ତୁ କ’ଣ କହୁଛି ପାକିସ୍ତାନ

ତେହରାନ/ଓ୍ବାଶିଂଟନ,୨୪।୫: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ରବିବାର ଦାବି କରିଛନ୍ତି ଯେ ଇରାନ ସହିତ ଏକ ଶାନ୍ତି ଚୁକ୍ତି ପ୍ରାୟ ଚୂଡ଼ାନ୍ତ ହୋଇସାରିଛି, ଏବଂ ଆଲୋଚନା ଏବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri