ବିଜୟ ସାହୁଙ୍କୁ ମରଣୋତ୍ତର ଲାଇଫ୍‌ଟାଇମ୍‌ ଆଚିଭ୍‌ମେଣ୍ଟ ଆୱାର୍ଡ

ଭୁବନେଶ୍ୱର, ୨୦।୧୦(ବ୍ୟୁରୋ): ଶିକ୍ଷା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ସାଇ ଇଣ୍ଟରନ୍ୟାଶନାଲ ସ୍କୁଲର ପ୍ରତିଷ୍ଠାତା ସ୍ବର୍ଗତ ଡ. ବିଜୟ କୁମାର ସାହୁଙ୍କୁ ଏଜୁକେଶନ୍‌ ୱାର୍ଲଡ ଇଣ୍ଡିଆ ତରଫରୁ ମରଣୋତ୍ତର ‘ଲାଇଫ୍‌ ଟାଇମ୍‌ ଆଚିଭ୍‌ମେଣ୍ଟ ଆୱାର୍ଡ’ପ୍ରଦାନ କରାଯାଇଛି। ସାଇ ଇଣ୍ଟରନ୍ୟାଶନାଲ ତରଫରୁ ଡ. ସାହୁଙ୍କ ପୁତ୍ର ବିକ୍ରମ ଆଦିତ୍ୟ ସାହୁ ଏହି ପୁରସ୍କାର ଗ୍ରହଣ କରିଛନ୍ତି। ଓଡ଼ିଶା ତଥା ସାରା ଭାରତରେ କେ-୧୨ ଶିକ୍ଷାର ଅଭିବୃଦ୍ଧି, ଭିତ୍ତିଭୂମିର ବିକାଶ, ନୂତନ ଉଦ୍ଭାବନ, ଟେକ୍ନୋଲୋଜି ସହାୟତାରେ ଅନ୍ତର୍ଜାତୀୟ ମାନର ଶିକ୍ଷାପ୍ରଦାନ, ୨ଲକ୍ଷରୁ ଅଧିକ ଛାତ୍ରୀଛାତ୍ରଙ୍କୁ ଦକ୍ଷ ଲିଡର ଭାବେ ଗଢ଼ି ତୋଳିବା ଏବଂ ଓଡ଼ିଶାକୁ ଶିକ୍ଷା କ୍ଷେତ୍ରରେ ଅନ୍ତର୍ଜାତୀୟ ସ୍ତରରେ ପରିଚିତ କରାଇବା ପାଇଁ ଏହି ମର୍ଯ୍ୟାଦାଜନକ ପୁରସ୍କାର ମିଳିଛି।

ପୁରସ୍କାର ଗ୍ରହଣ ଅବସରରେ ବିକ୍ରମ ଆଦିତ୍ୟ କହିଛନ୍ତି, ଏହି ପୁରସ୍କାର ପାଇଁ ସମସ୍ତ ସାଇ ଇଣ୍ଟରନ୍ୟାଶନାଲ ପରିବାର ଗର୍ବିତ। ଡ. ସାହୁଙ୍କ ନୀତି ଓ ଆଦର୍ଶକୁ ଅନୁସରଣ କରି ଛାତ୍ରୀଛାତ୍ରଙ୍କୁ ଗୁଣାତ୍ମକ ଶିକ୍ଷା ପ୍ରଦାନ କରିବା ପାଇଁ ସାଇ ଇଣ୍ଟରନ୍ୟାଶନାଲ ପ୍ରତିଶ୍ରୁତିବଦ୍ଧ। ସ୍ବର୍ଗତ ବିଜୟ ସାହୁ ଜଣେ ଦୂରଦୃଷ୍ଟି ସମ୍ପନ୍ନ ବ୍ୟକ୍ତି ଥିଲେ। ସେ ସାଇ ଇଣ୍ଟରନ୍ୟାଶନାଲ ସ୍କୁଲ, ସାଇ ଆଙ୍ଗନ, ସାଇ ଇଣ୍ଟରନ୍ୟାଶନାଲ ରେସିଡେନ୍ସିଆଲ ପରି ତିନୋଟି ଉନ୍ନତମାନର ବିଦ୍ୟାଳୟ ପ୍ରତିଷ୍ଠା କରିଥିଲେ। ସେହିପରି ସେ ଆଦର୍ଶ ବିଦ୍ୟାଳୟ ସଙ୍ଗଠନର ଉପଦେଷ୍ଟା ଭାବେ କାର୍ଯ୍ୟକରି ଆଦର୍ଶ ବିଦ୍ୟାଳୟ ଶିକ୍ଷାକ୍ଷେତ୍ରରେ ଅନେକ ପରିବର୍ତ୍ତନ ଆଣିଥିଲେ। ୨୦୨୧ରେ ତାଙ୍କୁ ଡକ୍ଟରେଟ୍‌ ସମ୍ମାନ ଉପରାଷ୍ଟ୍ରପତିଙ୍କ ଦ୍ୱାରା ପ୍ରଦାନ କରାଯାଇଥିଲା। ଶିକ୍ଷା ମାଧ୍ୟମରେ ଉନ୍ନତ ଦେଶ ଗଠନ କରିବା ବିଷୟବସ୍ତୁକୁ ନେଇ ବିଜୟ ସାହୁଙ୍କ ଜୀବନୀ ଉପରେ ଆଇଆଇଏମ୍‌ କୋଲକାତା ଦ୍ୱାରା ଏକ କେସ୍‌ ଷ୍ଟଡି ପ୍ରକାଶିତ କରାଯାଇଛି। ସାଇ ଇଣ୍ଟରନ୍ୟାଶନାଲ୍‌ ସ୍କୁଲ୍‌ ୨୦୨୨-୨୩ ବର୍ଷ ପାଇଁ ଦେଶର ଏକ ନମ୍ବର ସ୍କୁଲର ମାନ୍ୟତା ପାଇଥିବାବେଳେ ଆବାସିକ ଶିକ୍ଷା କ୍ଷେତ୍ରରେ ସାଇ ଇଣ୍ଟରନ୍ୟାଶନାଲ୍‌ ରେସିଡେନ୍‌ନ୍ସିଆଲ ସ୍କୁଲ ରାଜ୍ୟରେ ଶ୍ରେଷ୍ଠ ସ୍କୁଲର ମାନ୍ୟତା ପାଇଛି। ସ୍ବର୍ଗତ ବିଜୟ କୁମାର ସାହୁ ଓଡ଼ିଶାର ସ୍କୁଲ ଶିକ୍ଷାକୁ ଅନ୍ତର୍ଜାତୀୟ ସ୍ତରରେ ପହଞ୍ଚାଇବାର ଯେଉଁ ସ୍ବପ୍ନ ଦେଖିଥିଲେ ତାହା ଆଜି ସଫଳତାର ଶିଖର ଛୁଇଁପାରିଛି ଏବଂ ଆଗାମୀ ଦିନରେ ଏହା ଜାରି ରହିବ ବୋଲି ସାଇ ଇଣ୍ଟରନ୍ୟାଶନାଲ୍‌ର ଚେୟାରପର୍ସନ ଡ. ଶିଳ୍ପୀ ସାହୁ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରନ୍ଧନ ଗ୍ୟାସ୍‌ ବିକ୍ରି କଟକଣା: ଛାତ୍ରୀଛାତ୍ର, କର୍ମଜୀବୀ, ଶ୍ରମିକ ଚିନ୍ତାରେ

ଖୋଲା ବଜାରରେ ଖୁଚୁରାରେ ବିକ୍ରି ହେଉଥିବା ରନ୍ଧନ ଗ୍ୟାସ୍‌ ଆଉ ମିଳିବ ନାହିଁ। ହିତାଧିକାରୀ ଠିକ୍‌ ସମୟରେ ଗ୍ୟାସ୍‌ ପାଉ ନ ଥିବାବେଳେ ବେଆଇନ କାରବାର ବୃଦ୍ଧି…

ରାଜ୍ୟ ସଭାରେ ଶପଥ ନେଲେ ଓଡ଼ିଶାର ନବ ନିର୍ବାଚିତ ଏମପି, ଓଡ଼ିଆରେ କହିଲେ ମୁଁ….

ଭୁବନେଶ୍ବର,୬ା୪: ରାଜ୍ୟ ସଭାରେ ସୋମବାର ଓଡ଼ିଶାର ନବ ନିର୍ବାଚିତ ଏମପି ଶପଥ ନେଇଛନ୍ତି । ଓଡ଼ିଶାରୁ ୩ ଏମପି ମନମୋହନ ସାମଲ, ସନ୍ତୃପ୍ତ ମିଶ୍ର ଓ ଦିଲ୍ଲୀପ…

ବିଜେଡିକୁ ନେଇ ଏମିତି କହିଲେ ଗଣେଶ୍ବର: ସଂଗଠନ ଉପରେ ପ୍ରଭାବ…

ଭୁବନେଶ୍ୱର,୬।୪: ନେତା ଓ କର୍ମୀ ବିଜେଡି ଛାଡ଼ିବା ନେଇ ଗଣେଶ୍ବର ବେହେରା ତାଙ୍କ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ସଂଗଠନ ଉପରେ ପ୍ରଭାବ ନିଶ୍ଚିତ ପଡ଼ିବ ।…

ଖାଦ୍ୟ ଯୋଗାଣ ବିଭାଗର ବଡ଼ ଘୋଷଣା, ୫ କେଜି ଗ୍ୟାସ୍ କିଣିବାକୁ ହେଲେ…

ଭୁବନେଶ୍ବର,୬।୪: ରାଜ୍ୟରେ ଗ୍ୟାସ୍ ସଙ୍କଟକୁ ନେଇ ଚିନ୍ତାରେ ରହିଛନ୍ତି ଖାଉଟି । ଏହାରି ଭିତରେ  ୫ କେଜି ଗ୍ୟାସ୍ ବିକ୍ରିକୁ ନେଇ ସ୍ପଷ୍ଟୀକରଣ ଦେଇଛନ୍ତି ଖାଦ୍ୟ ଯୋଗାଣ…

ସଂସ୍ଥା ପ୍ରତି ନିଷ୍ଠା,ଏକାଗ୍ରତା ଜରୁରୀ: କରିମ୍‌ କବିରୁଦ୍ଦିନ

କଟକଠାରେ ପ୍ରତିଷ୍ଠିତ ହେଲ୍‌ଥ ଫୁଡ୍‌ ପ୍ରଡକ୍ଟ ପ୍ରା. ଲିଃ.ର ଏକ୍‌ଜିକ୍ୟୁଟିଭ ଡାଇରେକ୍ଟର କରିମ୍‌ କବିରୁଦ୍ଦିନ ଓଡ଼ିଶାର ଅନେକ ପରିବାରକୁ ରୋଜଗାରକ୍ଷମ କରି ବେକାର ସମସ୍ୟାର ସମାଧାନ କରିବାର…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଦିନରେ ନିଆଁ ବର୍ଷା, ଅପରାହ୍ନରେ ମାଡ଼ି ଆସୁଛି କାଳବୈଶାଖୀ, ଆଜି ୩ ଜିଲାରେ ହେବ…

ଭୁବନେଶ୍ୱର,୫ା୪: ରାଜ୍ୟରେ କିଛିଦିନ ହେବ ପ୍ରବଳ ଗରମ ଗୁଳୁଗୁଳି ଅନୁଭୂତ ହେଉଛି। ଫଳରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡୁଛି। ଏପରିକି ଦିନରେ ନିଆଁ ବର୍ଷା ହେଉଥିବାବେଳେ ଅପରାହ୍ନରେ ମାଡ଼ି…

ଓଡ଼ିଶା ସରକାରଙ୍କ ବଡ଼ ଘୋଷଣା, ଆଉ ଖୋଲାରେ ମିଳିବନି ଗ୍ୟାସ୍‌! ଖାତା ନ ଥିଲେ…

ଭୁବନେଶ୍ୱର,୫ା୪: ଏଣିକି ଆଉ ଖୋଲାରେ ଗ୍ୟାସ ମିଳିବନି । ବାଟରେ, ବଜାରରେ ଖୋଲାରେ ମିଳିବନି ଗ୍ୟାସ । ଏହାକୁ ସମ୍ପୂର୍ଣ୍ଣ ବନ୍ଦ କରାଯାଇଛି । ରାଜ୍ୟର କୌଣସି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri