ବିଜୟ ସାହୁଙ୍କୁ ମରଣୋତ୍ତର ଲାଇଫ୍‌ଟାଇମ୍‌ ଆଚିଭ୍‌ମେଣ୍ଟ ଆୱାର୍ଡ

ଭୁବନେଶ୍ୱର, ୨୦।୧୦(ବ୍ୟୁରୋ): ଶିକ୍ଷା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ସାଇ ଇଣ୍ଟରନ୍ୟାଶନାଲ ସ୍କୁଲର ପ୍ରତିଷ୍ଠାତା ସ୍ବର୍ଗତ ଡ. ବିଜୟ କୁମାର ସାହୁଙ୍କୁ ଏଜୁକେଶନ୍‌ ୱାର୍ଲଡ ଇଣ୍ଡିଆ ତରଫରୁ ମରଣୋତ୍ତର ‘ଲାଇଫ୍‌ ଟାଇମ୍‌ ଆଚିଭ୍‌ମେଣ୍ଟ ଆୱାର୍ଡ’ପ୍ରଦାନ କରାଯାଇଛି। ସାଇ ଇଣ୍ଟରନ୍ୟାଶନାଲ ତରଫରୁ ଡ. ସାହୁଙ୍କ ପୁତ୍ର ବିକ୍ରମ ଆଦିତ୍ୟ ସାହୁ ଏହି ପୁରସ୍କାର ଗ୍ରହଣ କରିଛନ୍ତି। ଓଡ଼ିଶା ତଥା ସାରା ଭାରତରେ କେ-୧୨ ଶିକ୍ଷାର ଅଭିବୃଦ୍ଧି, ଭିତ୍ତିଭୂମିର ବିକାଶ, ନୂତନ ଉଦ୍ଭାବନ, ଟେକ୍ନୋଲୋଜି ସହାୟତାରେ ଅନ୍ତର୍ଜାତୀୟ ମାନର ଶିକ୍ଷାପ୍ରଦାନ, ୨ଲକ୍ଷରୁ ଅଧିକ ଛାତ୍ରୀଛାତ୍ରଙ୍କୁ ଦକ୍ଷ ଲିଡର ଭାବେ ଗଢ଼ି ତୋଳିବା ଏବଂ ଓଡ଼ିଶାକୁ ଶିକ୍ଷା କ୍ଷେତ୍ରରେ ଅନ୍ତର୍ଜାତୀୟ ସ୍ତରରେ ପରିଚିତ କରାଇବା ପାଇଁ ଏହି ମର୍ଯ୍ୟାଦାଜନକ ପୁରସ୍କାର ମିଳିଛି।

ପୁରସ୍କାର ଗ୍ରହଣ ଅବସରରେ ବିକ୍ରମ ଆଦିତ୍ୟ କହିଛନ୍ତି, ଏହି ପୁରସ୍କାର ପାଇଁ ସମସ୍ତ ସାଇ ଇଣ୍ଟରନ୍ୟାଶନାଲ ପରିବାର ଗର୍ବିତ। ଡ. ସାହୁଙ୍କ ନୀତି ଓ ଆଦର୍ଶକୁ ଅନୁସରଣ କରି ଛାତ୍ରୀଛାତ୍ରଙ୍କୁ ଗୁଣାତ୍ମକ ଶିକ୍ଷା ପ୍ରଦାନ କରିବା ପାଇଁ ସାଇ ଇଣ୍ଟରନ୍ୟାଶନାଲ ପ୍ରତିଶ୍ରୁତିବଦ୍ଧ। ସ୍ବର୍ଗତ ବିଜୟ ସାହୁ ଜଣେ ଦୂରଦୃଷ୍ଟି ସମ୍ପନ୍ନ ବ୍ୟକ୍ତି ଥିଲେ। ସେ ସାଇ ଇଣ୍ଟରନ୍ୟାଶନାଲ ସ୍କୁଲ, ସାଇ ଆଙ୍ଗନ, ସାଇ ଇଣ୍ଟରନ୍ୟାଶନାଲ ରେସିଡେନ୍ସିଆଲ ପରି ତିନୋଟି ଉନ୍ନତମାନର ବିଦ୍ୟାଳୟ ପ୍ରତିଷ୍ଠା କରିଥିଲେ। ସେହିପରି ସେ ଆଦର୍ଶ ବିଦ୍ୟାଳୟ ସଙ୍ଗଠନର ଉପଦେଷ୍ଟା ଭାବେ କାର୍ଯ୍ୟକରି ଆଦର୍ଶ ବିଦ୍ୟାଳୟ ଶିକ୍ଷାକ୍ଷେତ୍ରରେ ଅନେକ ପରିବର୍ତ୍ତନ ଆଣିଥିଲେ। ୨୦୨୧ରେ ତାଙ୍କୁ ଡକ୍ଟରେଟ୍‌ ସମ୍ମାନ ଉପରାଷ୍ଟ୍ରପତିଙ୍କ ଦ୍ୱାରା ପ୍ରଦାନ କରାଯାଇଥିଲା। ଶିକ୍ଷା ମାଧ୍ୟମରେ ଉନ୍ନତ ଦେଶ ଗଠନ କରିବା ବିଷୟବସ୍ତୁକୁ ନେଇ ବିଜୟ ସାହୁଙ୍କ ଜୀବନୀ ଉପରେ ଆଇଆଇଏମ୍‌ କୋଲକାତା ଦ୍ୱାରା ଏକ କେସ୍‌ ଷ୍ଟଡି ପ୍ରକାଶିତ କରାଯାଇଛି। ସାଇ ଇଣ୍ଟରନ୍ୟାଶନାଲ୍‌ ସ୍କୁଲ୍‌ ୨୦୨୨-୨୩ ବର୍ଷ ପାଇଁ ଦେଶର ଏକ ନମ୍ବର ସ୍କୁଲର ମାନ୍ୟତା ପାଇଥିବାବେଳେ ଆବାସିକ ଶିକ୍ଷା କ୍ଷେତ୍ରରେ ସାଇ ଇଣ୍ଟରନ୍ୟାଶନାଲ୍‌ ରେସିଡେନ୍‌ନ୍ସିଆଲ ସ୍କୁଲ ରାଜ୍ୟରେ ଶ୍ରେଷ୍ଠ ସ୍କୁଲର ମାନ୍ୟତା ପାଇଛି। ସ୍ବର୍ଗତ ବିଜୟ କୁମାର ସାହୁ ଓଡ଼ିଶାର ସ୍କୁଲ ଶିକ୍ଷାକୁ ଅନ୍ତର୍ଜାତୀୟ ସ୍ତରରେ ପହଞ୍ଚାଇବାର ଯେଉଁ ସ୍ବପ୍ନ ଦେଖିଥିଲେ ତାହା ଆଜି ସଫଳତାର ଶିଖର ଛୁଇଁପାରିଛି ଏବଂ ଆଗାମୀ ଦିନରେ ଏହା ଜାରି ରହିବ ବୋଲି ସାଇ ଇଣ୍ଟରନ୍ୟାଶନାଲ୍‌ର ଚେୟାରପର୍ସନ ଡ. ଶିଳ୍ପୀ ସାହୁ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ଛାଡିବା ଖବରକୁ ଖଣ୍ଡନ କଲେ ନୀତେଶ, କହିଲେ ମୋ ଆକାଉଣ୍ଟ…

ଭୁବନେଶ୍ୱର,୨୯।୪: ଭାଜପା ଛାଡ଼ିଲେ ସମ୍ବଲପୁର ଏମ୍‌ପି ନୀତେଶ ଗଙ୍ଗଦେବ। ତେବେ ଏଭଳି ଏକ ଖବରକୁ ଖଣ୍ଡନ କରିଛନ୍ତି ନୀତେଶ। ସେ କହିଛନ୍ତି, ତାଙ୍କ ଫେସବୁକ୍‌ ଆକାଉଣ୍ଟ...

ଆସନ୍ତା ୨ରେ କଣ୍ଟାବାଞ୍ଜି ବିଧାନସଭା ଆସନ ପାଇଁ ପ୍ରାର୍ଥିପତ୍ର ଦାଖଲ କରିବେ ନବୀନ

ଭୁବନେଶ୍ୱର,୨୯।୪: ବିଜେଡି ସୁପ୍ରିମୋ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆସନ୍ତା ୨ ତାରିଖରେ କଣ୍ଟାବାଞ୍ଜି ବିଧାନସଭା ଆସନ ପାଇଁ ନିଜର ନାମାଙ୍କନ ପତ୍ର ଦାଖଲ କରିବେ। ଏଥିସହ...

ଭାଜପାରୁ ଇସ୍ତଫା ଦେଲେ ସମ୍ବଲପୁର ଏମ୍‌ପି ନୀତେଶ ଗଙ୍ଗଦେବ

ଭୁବନେଶ୍ୱର,୨୯।୪: ଭାଜପା ଛାଡ଼ିଲେ ସମ୍ବଲପୁର ଏମ୍‌ପି ନୀତେଶ ଗଙ୍ଗଦେବ। ସୋମବାର ନୀତେଶ ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି। ସୋସିଆଲ ମିଡିଆରେ ପୋଷ୍ଟ କରି ଏମ୍‌ପି...

ନାମାଙ୍କନପତ୍ର ଦାଖଲ ବେଳେ ମୁହାଁମୁହିଁ ହେଲେ ଭାଜପା-ବିଜେଡି, ଶୁଭିଲା ଜୟ ଶ୍ରୀରାମ, ଜୟଜଗନ୍ନାଥ

ଭୁବନେଶ୍ୱର,୨୯।୪: ନାମାଙ୍କନପତ୍ର ଦାଖଲ ବେଳେ ମୁହାଁମୁହିଁ ହେଲେ ଭାଜପା ଓ ବିଜେଡି କର୍ମୀ। ଭାଜପା ଲୋକ ସଭା ପ୍ରାର୍ଥୀ ସମ୍ବିତ ପାତ୍ର ଓ ବିଜେଡିର ସତ୍ୟବାଦୀ...

ମେ’ ୩ରେ ରାୟଗଡ଼ା ଆସିବେ ରାହୁଲ

ଭୁବନେଶ୍ୱର,୨୯।୪: ମେ’ ୩ ତାରିଖରେ ରାୟଗଡ଼ା ଆସିବେ ରାହୁଲ ଗାନ୍ଧୀ। ଏ ନେଇ ସୂଚନା ଦେଇଛନ୍ତି ଭକ୍ତ ଦାସ। ପ୍ରିୟଙ୍କା ଗାନ୍ଧୀଙ୍କ ମଧ୍ୟ ନବରଙ୍ଗପୁର ଗସ୍ତ...

ରାଜ୍ୟରେ ଅଂଶୁଘାତରେ ଆଉ ଜଣଙ୍କର ମୃତ୍ୟୁ

ଭୁବନେଶ୍ୱର,୨୯।୪: ରାଜ୍ୟରେ ଅଂଶୁଘାତରେ ଆଉ ଜଣଙ୍କର ମୃତ୍ୟୁ ଘଟିଛି। ମୃତ ବ୍ୟକ୍ତି ଜଣଙ୍କ ଢେଙ୍କନାଳ ଜିଲାର ବୋଲି ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।...

ରାହୁଲଙ୍କ ଭାଷଣକୁ ନେଇ ଜୋର୍‌ ଧରିଲା ରାଜନୀତି

ଭୁବନେଶ୍ୱର, ୨୯।୪(ସୁନିତ୍‌ ମିଶ୍ର):୨୦୨୪ ନିର୍ବାଚନ ପାଇଁ ମେ’ ୧୩ରେ ଓଡ଼ିଶାରେ ପ୍ରଥମ ପର୍ଯ୍ୟାୟ ଭୋଟ୍‌ ଅନୁଷ୍ଠିତ ହେବ। ଏଥିଲାଗି ଭାଜପା ଏବଂ କଂଗ୍ରେସର କେନ୍ଦ୍ରୀୟ ନେତାମାନଙ୍କ...

କଂଗ୍ରେସ ଛାଡ଼ିଲେ ଦୁଲାଲ

ଭୁବନେଶ୍ୱର,୨୯ା୪: କଂଗ୍ରେସରୁ ସୋମବାର ଇସ୍ତଫା ଦେଇଛନ୍ତି ଦୁଲାଲ ପ୍ରଧାନ। ରବିବାର ଦୁଲାଲଙ୍କଠାରୁ ତାଙ୍କ ଟିକେଟ୍‌ ଫେରାଇ ନେବା ପରେ ସେ ଦଳ ଛାଡ଼ିଛନ୍ତି। ଦୁଲାଲ ତାଙ୍କର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri