କୋଲାବ ଜଳଭଣ୍ଡାରକୁ ଡେଇଁ ପୋଷ୍ଟମାଷ୍ଟରଙ୍କ ଆତ୍ମହତ୍ୟା

କୋରାପୁଟ,୨୯ା୩(ସ୍ବ.ପ୍ର.): କୋରାପୁଟସ୍ଥିତ କୋଲାବ ଜଳଭଣ୍ଡାରର ଟିକରପଡ଼ା ଘାଟରେ ବୁଧବାର ଅପରାହ୍ନରେ ଟିକରପଡ଼ା ପୋଷ୍ଟମାଷ୍ଟର ପ୍ରିୟଙ୍କା ପ୍ରହରାଜ ପାଣିକୁ ଡେଇଁ ଆତ୍ମହତ୍ୟା କରିଥିବା ଜଣାଯାଇଛି। ହେଲେ ଆତ୍ମହତ୍ୟାର ପ୍ରକୃତ କାରଣ ଏବେବି ଜଣାପଡ଼ି ନ ଥିବା ବେଳେ ଘଟଣାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଦୁଃଖ ଖେଳିଯାଇଛି।

ସୂଚନାରୁ ପ୍ରକାଶ ଯେ, କଟକର ମାହାଙ୍ଗା ଗୋପାଳପୁର ଅଞ୍ଚଳର ପ୍ରିୟଙ୍କା ପ୍ରହରାଜ ଦୀର୍ଘଦିନ ହେଲା କୋରାପୁଟ ଜିଲାର ଲମତାପୁଟ ବ୍ଲକର ଟିକରପଡ଼ା ଡାକଘରେ ପୋଷ୍ଟ ମାଷ୍ଟର ଭାବେ କାର୍ଯ୍ୟରତ ଥିଲେ। ସେ ଟିକରପଡ଼ାରେ ନିଜ ମାଆଙ୍କ ସହିତ ରହୁଥିଲେ। ଗତ ମାସରେ ସେ ଛୁଟିରେ ଯାଇ କିଛି ଦିନ ତଳେ ଟିକରପଡ଼ା ଫେରିବା ପରେ କାର୍ଯ୍ୟରେ ଯୋଗ ଦେଇଥିଲେ। ବୁଧବାର ପୂର୍ବାହ୍ନରେ ସେ ପୋଷ୍ଟ ଅଫିସକୁ ଯାଇଥିଲେ। କିନ୍ତୁ ଅପରାହ୍ନରେ କାର୍ଯ୍ୟାଳୟରୁ ବାହାରି ଟିକରପଡ଼ା ନୀଦ ଘାଟକୁ ଯାଇ ପାଣିକୁ ଡେଇଁ ପଡ଼ିଥିଲେ। ସ୍ଥାନୀୟ କିଛି ଲୋକ ଏହା ଦେଖି ପାଣିରେ ପଶି ପ୍ରିୟଙ୍କାଙ୍କୁ ଉଦ୍ଧାର କରି ସ୍ଥାନୀୟ ମେଡିକାଲକୁ ନେଇଥିଲେ ମଧ୍ୟ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଏନେଇ ଖବର ପାଇ ସ୍ଥାନୀୟ ପୋଲିସ ମେଡିକାଲରେ ପହଞ୍ଚି ମୃତଦେହ ଜବତ କରିଥିବା ବେଳେ ଏଠାରେ ତାଙ୍କର କେହି ପରିବାର ସଦସ୍ୟ ନ ଥିବାରୁ ପ୍ରିୟଙ୍କାଙ୍କ ବାପାଙ୍କୁ ଆସିବା ପାଇଁ ପୋଲିସ କହିଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଧାରେ ଅଟକିଲା ଧାନମଣ୍ଡି ନିର୍ମାଣ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ରାଜ୍ୟରେ ଅଧିକ ଧାନ ଉତ୍ପାଦନ ଯୋଗୁ ଜିଲାର ଏଭଳି ପରିଚୟ ରହିଛି। ହେଲେ ଏଠାରେ ଚାଷ, ଚାଷୀଙ୍କ…

ଖରାଦିନେ ଫ୍ରିଜରେ ଜମୁଛି କି ମୋଟା ବରଫ ସ୍ତର? କରନ୍ତୁନି ହେୟଜ୍ଞାନ, ଏହି ୪ ଉପାୟରେ…

ଗ୍ରୀଷ୍ମ ଋତୁରେ ଫ୍ରିଜ ପ୍ରତ୍ୟେକ ଘରର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଆବଶ୍ୟକତା ପାଲଟିଯାଏ। ମାତ୍ର ଅନେକ ସମୟରେ ଲୋକମାନେ ଏକ ବଡ଼ ସମସ୍ୟାର ସମ୍ମୁଖୀନ ହୁଅନ୍ତି। ସେଇଟି ହେଉଛି…

ବରଗଡ଼ ଟାଉନ କେନାଲର ହେବ ସୌନ୍ଦର୍ଯ୍ୟକରଣ, ନିର୍ମାଣ ହେବ ବକ୍ସ କଣ୍ଡୁଇଟ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ କେନାଲର ଉନ୍ନତିକରଣ ଓ ସୌନ୍ଦର୍ଯ୍ୟକରଣ ସହିତ କେନାଲ ଉପରେ ବକ୍ସ କଣ୍ଡୁଇଟ ନିର୍ମାଣ ହେବ। ରବିବାର ସନ୍ଧ୍ୟାରେ ଏହାର ଭିତ୍ତିପ୍ରସ୍ତର ସ୍ଥାପନ…

ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ, ଗାଡି ସହ ଡ୍ରାଇଭର ଫେରାର

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ସଦର ଥାନା ଅଧୀନ ଗୋବିନ୍ଦପୁର ଛକ ନିକଟରେ ରବିବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ଗାଡ଼ି ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ…

ଅଧରାତିରେ ପ୍ରେମିକାଙ୍କୁ ଭେଟିବାକୁ ଲୁଚିଛପି ଯାଇଥିଲେ ପ୍ରେମିକ, ଗାଁ  ଲୋକଙ୍କ ହାବୁଡ଼ରେ ପଡ଼ିବା ପରେ…

ପାଟନା,୧୭।୫: ବିହାରର ମୁଜାଫରପୁର ଜିଲାରୁ ଏକ ଚକିତ କଲା ଭଳି ଖବର ସାମ୍ନାକୁ ଆସିଛି। ରାତିର ଅନ୍ଧାରରେ ପ୍ରେମିକାକୁ ଦେଖା କରିବାକୁ ଆସିଥିବା ଜଣେ ପ୍ରେମିକକୁ ଗ୍ରାମବାସୀ…

ବଜ୍ରପାତରେ ଚାଲିଗଲା ଶ୍ରମିକଙ୍କ ଜୀବନ, ୨ ଆହତ

କୁଆଁରମୁଣ୍ଡା,୧୭ା୫(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ରାଏବୋଗା ଥାନା ଝୁନୁମୁରରେ ରହି ଦିନ ମଜୁରିଆ ଭାବେ କାମ କରୁଥିବା ବୁଧୁଆ ବାଗେ(୩୧)ଙ୍କ ବଜ୍ରପାତରେ ମୃତ୍ୟୁ ଘଟିଛି। ତାଙ୍କ…

ପରିବାରଲୋକଙ୍କୁ ଅଟକ ରଖି କୋଦାଳରେ ଆକ୍ରମଣ କରିଥିଲେ ଯୁବକ, ବାନ୍ଧିଲା ପୋଲିସ

ଆନନ୍ଦପୁର,୧୭ା୫(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ପୌରପାଳିକା ଫକୀରପୁର ଗ୍ରାମର ପ୍ରଶାନ୍ତ କୁମାର ଦାସ ପରିବାର ଲୋକଙ୍କୁ ଆକ୍ରମଣ କରିବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି…

‘୩ ପରୀକ୍ଷା, ଜଣେ ମନ୍ତ୍ରୀ…’ଧର୍ମେନ୍ଦ୍ରଙ୍କୁ କାହିଁକି ବରଖାସ୍ତ କରୁନାହାନ୍ତି ମୋଦି; ବର୍ଷିଲେ…

ନୂଆଦିଲ୍ଲୀ,୧୭।୫: ଲୋକ ସଭାର ବିରୋଧୀ ଦଳ ନେତା ତଥା କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ରବିବାର  ପୁଣି ନିଟ୍‌(NEET) ପେପର ଲିକ୍‌ ମାମଲା ଏବଂ ଶିକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri