ଆସିଲା ବ୍ୟବଚ୍ଛେଦ ରିପୋର୍ଟ

ଖୁଣ୍ଟୁଣୀ, ୧୮ା୧(ଡି.ଏନ୍‌.ଏ.): ମହିଳା କ୍ରିକେଟର ରାଜଶ୍ରୀ ସ୍ବାଇଁଙ୍କ ମୃତଦେହ ବ୍ୟବଚ୍ଛେଦ ରିପୋର୍ଟ ମଙ୍ଗଳବାର ଗୁରୁଡିଝାଟିଆ ପୋଲିସର ହସ୍ତଗତ ହୋଇଛି। ହେଲେ ଏହି ରିପୋର୍ଟରେ ଥିବା ତଥ୍ୟକୁ ପୋଲିସ ଉପସ୍ଥାପନ କରିନାହିଁ। କିଭଳି ଓ କେଉଁ ପରିସ୍ଥିତିରେ ରାଜଶ୍ରୀଙ୍କର ମୃତ୍ୟୁ ଘଟିଲା, ତାହା ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ଜଣାପଡିବ ବୋଲି ପ୍ରଥମେ ପୋଲିସ କହିଥିଲା। ଏବେ ଉକ୍ତ ରିପୋର୍ଟ ହସ୍ତଗତ ହେବାପରେ ଭିସେରା ରିପୋର୍ଟକୁ ଅପକ୍ଷା କରାଯାଇଛି। ଉଭୟ ରିପୋର୍ଟକୁ ତର୍ଜମା କରାଯିବା ପରେ ଏହା ଆତ୍ମହତ୍ୟା କି ନୁହେଁ ସ୍ପଷ୍ଟ ହେବ ବୋଲି ଆଇଆଇସି ରଞ୍ଜନ କୁମାର ପ୍ରଧାନ କହିଛନ୍ତି।
ପୁରୀ ଜିଲା ରାମଚଣ୍ଡୀ ଥାନା ଅଧୀନ ଭୁଅଁା ଗ୍ରାମର ମହିଳା କ୍ରିକେଟର ରାଜଶ୍ରୀଙ୍କ ମୃତଦେହ ଶୁକ୍ରବାର ଗୁରୁଡିଝାଟିଆ ଥାନା ବ୍ରାହ୍ମଣବସ୍ତ ସଂରକ୍ଷିତ ଜଙ୍ଗଲରୁ ପୋଲିସ ଝୁଲନ୍ତା ଅବସ୍ଥାରେ ଉଦ୍ଧାର କରିଥିଲା। ରାଜଶ୍ରୀ କଟକର ଏକ ହଷ୍ଟେଲରେ ରହୁଥିଲେ। ସେ ଜଣେ ଭଲ କ୍ରିକେଟର ଭାବେ ସୁନାମ ଅର୍ଜନ କରିଥିବାବେଳେ ତାଙ୍କୁ ଖେଳାଳି ଚୟନରୁ ବାଦ୍‌ ଦିଆଯାଇଥିଲା।
ସେ ଗତ ୧୧ ତାରିଖରୁ ନିଖୋଜ ହୋଇଯାଇଥିଲେ। ଏ ସମ୍ପର୍କରେ ତାଙ୍କ କୋଚ୍‌ ପୁଷ୍ପାଞ୍ଜଳି ବାନାର୍ଜୀ କଟକ ମଙ୍ଗଳାବାଗ ଥାନାରେ ଅଭିଯୋଗ କରିଥିଲେ। ୧୨ ତାରିଖରେ ଉକ୍ତ ଜଙ୍ଗଲରୁ ତାଙ୍କ ସ୍କୁଟି ମିଳିଥିଲା। ଶୁକ୍ରବାର ରାଜଶ୍ରୀଙ୍କ ମୃତଦେହ ମିଳିବା ପରେ ଶରୀରର ବିଭିନ୍ନ ଜାଗାରେ କ୍ଷତଚିହ୍ନ ରହିଥିଲା। ମୃତଦେହ ବ୍ୟବଚ୍ଛେଦ ପାଇଁ କଟକ ବଡ ଡାକ୍ତରଖାନା ପଠାଇ ଦିଆଯାଇଥିଲା। ତାଙ୍କୁ ଯୋଜନାବଦ୍ଧ ଭାବେ ହତ୍ୟା କରାଯାଇଛି ବୋଲି ପରିବାର ଲୋକେ ଅଭିଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ହ୍ୱାଟ୍ସଆପ୍‌ର ନୂଆ ‘ୟୁଜରନେମ୍‌’ ଫିଚର ଉପରେ କେନ୍ଦ୍ରର ରୋକ

ନୂଆଦିଲ୍ଲୀ, ୨ା୭ (ପି.ଟି.): ହ୍ୱାଟ୍ସଆପ୍‌ ଚିଫ୍‌ କମ୍ପ୍ଲାଏନ୍ସ ଅଫିସରଙ୍କୁ ପଠାଯାଇଥିବା ସରକାରୀ ନୋଟିସରେ ସ୍ପଷ୍ଟ କୁହାଯାଇଛି ଯେ, ଏକ ପ୍ରମୁଖ ସାମାଜିକ ଗଣମାଧ୍ୟମ ସଂସ୍ଥା ଭାବେ ମେଟା…

୨ଦିନରେ ଧାନ ଉଠିବା ନେଇ ଆଶଙ୍କାରେ ଚାଷୀ: ମଣ୍ଡିରେ ଗଜା ହେଲାଣି ଧାନ

ନୂଆପଡ଼ା,୨ା୭ (ମକାରୁ ବେମାଲ):ନୂଆପଡ଼ା ଜିଲାରେ ରବି ମଣ୍ଡି ଧାନ ଉଠାଣ ଅବଧି ଜୁନ ୩୦ ରହିଥିଲା। ଜିଲାର ବିଭିନ୍ନ ମଣ୍ଡିରେ ପଡି ରହିଥିବା ଧାନକୁ ଦେଖି ରାଜ୍ୟ…

ପ୍ରମାଣପତ୍ର ପାଇଁ ଆସି ଦିବ୍ୟାଙ୍ଗ ହଟହଟା: ନିରାଶରେ ଘରକୁ ଫେରୁଛନ୍ତି

ବରଗଡ଼,୨।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ପ୍ରମାଣପତ୍ର ପାଇଁ ଦିବ୍ୟାଙ୍ଗମାନେ ହଟହଟା ହେବା ସାଧାରଣରେ ପରିଣତ ହୋଇଛି। କେତେବେଳେ ପ୍ରମାଣପତ୍ର ଇସ୍ୟୁ କରିବାକୁ ଡାକ୍ତର ନାହାନ୍ତି ତ ଆଉକେବେ ନିର୍ଦ୍ଧାରିତ…

ଅଗଷ୍ଟ ୩୦ରେ ଏନ୍‌ଇଇଟି-ପିଜି ପରୀକ୍ଷା

ନୂଆଦିଲ୍ଲୀ,୨ା୭: ନ୍ୟାଶନାଲ ବୋର୍ଡ ଅଫ୍‌ ଏକ୍ଜାମିନେଶନ୍ସ ଇନ୍‌ ମେଡିକାଲ ସାଇନ୍ସ (ଏନ୍‌ବିଇଏମ୍‌ଏସ୍‌) ନୂଆଦିଲ୍ଲୀ ଚଳିତବର୍ଷର ଏନ୍‌ଇଇଟି-ପିଜି ପରୀକ୍ଷା ପାଇଁ ବୁଧବାର ଆବେଦନ ପ୍ରକ୍ରିୟା ଆରମ୍ଭ କରିଛନ୍ତି। ଏହି…

ବିନା ବିଦ୍ୟୁତ୍‌ରେ ସମୁଦ୍ର ପାଣି ହେବ ପିଇବାଯୋଗ୍ୟ

ବେଜିଂ, ୨ା୭: ଚାଇନାର ଗବେଷକମାନେ ଏକ ଅଭିନବ ସୌରଶକ୍ତିଚାଳିତ ଜଳ ବିଶୋଧନ ପ୍ରଯୁକ୍ତି ପ୍ରସ୍ତୁତ କରିଛନ୍ତି, ଯାହା ସମୁଦ୍ରର ଲୁଣି ପାଣିକୁ ଅତି ସହଜରେ ପିଇବା ଯୋଗ୍ୟ…

ସନାତନ ଧର୍ମର ସାତ୍ତ୍ୱିକ ପରିଚୟ

ସନାତନ ଧର୍ମ ବିଷୟରେ ସମସାମୟିକ ଭାରତୀୟ ରାଜନୈତିକ ସ୍ତରରେ ସବୁଠୁ ବେଶି ଆଲୋଚନା ହେଉଛି, କିିନ୍ତୁ ଏହି ଶବ୍ଦକୁ ସବୁଠାରୁ କମ୍‌ ବୁଝାଯାଉଥିବା ଜଣାପଡ଼ୁଛି। ଶାବ୍ଦିକ ଅର୍ଥରେ…

ମଣିଷଠାରୁ ମହାନ୍‌

ଓଡ଼ିଆ ସବୁଜ ସାହିତ୍ୟର ମହାରଥୀ କାଳିନ୍ଦୀଚରଣ ପାଣିଗ୍ରାହୀ ଏକାଧାରରେ ଥିଲେ କବି, ଗାଳ୍ପିକ, ଔପନ୍ୟାସିକ, ନାଟ୍ୟକାର ଓ ପ୍ରାବନ୍ଧିକ। କାଳଜୟୀ ଉପନ୍ୟାସ ‘ମାଟିର ମଣିଷ’ ପାଇଁ ସେ…

ଅକ୍ଟୋବର ସୁଦ୍ଧା ସରିବ ପୋଲିସ ଏସ୍‌ଆଇ ପରୀକ୍ଷା

ଭୁବନେଶ୍ୱର,୨ା୭(ସୁଚିସ୍ମିତା ସାହୁ): ପ୍ରଶ୍ନପତ୍ର ଲିକ୍‌ ଓ ନିଯୁକ୍ତି ଅନିୟମିତା ଯୋଗୁ ଦେଢ଼ବର୍ଷ ଧରି ପୋଲିସ ସବ୍‌-ଇନ୍ସପେକ୍ଟର (ଏସ୍‌ଆଇ) ପରୀକ୍ଷା ଅନିଶ୍ଚିତତା ଭିତରେ ରହିଥିବାବେଳେ ଇତିମଧ୍ୟରେ ବହୁ ଆବେଦନକାରୀଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri