ଯେଉଁ ବ୍ୟକ୍ତିଙ୍କ ମୃତଦେହ ବ୍ୟବଚ୍ଛେଦ ପାଇଁ ଯାଇଥିଲା, ସେ ଚା’ ପିଉଥିବା ନଜର ଆସିଥିଲେ !

ଲକ୍ଷ୍ନୌ,୨୨।୨: ଉତ୍ତରପ୍ରଦେଶର ଦେବରିୟାରେ ଏକ ଆଶ୍ଚର୍ଯ୍ୟକର ଘଟଣା ଦେଖିବାକୁ ମିଳିଛି। ଏଠାରେ ଜଣେ ବ୍ୟକ୍ତିଙ୍କ ସଡ଼କ ଦୁର୍ଘଟଣାରେ ମୃତ୍ୟୁ ଘଟିଥିଲା। ପରେ କୋଟଓ୍ବାଲି ପୋଲିସ ମୃତଦେହ ବ୍ୟବଚ୍ଛେଦ ପାଇଁ ହସ୍ପିଟାଲ ପଠାଇଥିଲା। ମାତ୍ର କିଛି ସମୟ ପରେ ଜଣାପଡ଼ିଲା କି ଯେଉଁ ବ୍ୟକ୍ତିଙ୍କ ମୃତଦେହ ବ୍ୟବଚ୍ଛେଦ ପାଇଁ ଯାଇଛି ସେ ଏକ ଦୋକାନରେ ଚା’ ପିଉଛନ୍ତି। ଏହା ଦେଖି ସମସ୍ତେ ଆଶ୍ଚର୍ଯ୍ୟ ହୋଇଯାଇଛନ୍ତି।
ସଲେମପୁର କୋଟଓ୍ବାଲି ଅଞ୍ଚଳରେ ଧନୌତି ରେଲଓ୍ବେ କ୍ରସିଂ ନିକଟରେ ଜଣେ ବ୍ୟକ୍ତିଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇଥିଲା। ଏହି ବ୍ୟକ୍ତିଙ୍କୁ କିଛି ଲୋକ ଆମ୍ବୁଲାନ୍ସ ଯୋଗେ ସଲେମପୁର ସିଏଚ୍‌ସିକୁ ପଠାଇଥିଲେ। ଯାହାଙ୍କୁ ଡାକ୍ତର ମୃତ ଘୋଷଣା କରିଥିଲେ। ପରେ ଜଣେ ବ୍ୟକ୍ତି ଏହି ବ୍ୟକ୍ତିଙ୍କୁ ଚିହ୍ନି ଇଏ ଶ୍ରୀନଗରର ଫୁଲେଶ୍ୱର ବୋଲି କହିଥିଲେ। ଫୁଲେଶ୍ୱରଙ୍କ ପୁଅ ରବିନ୍ଦ୍ର କିଛି ଲୋକଙ୍କ ସହିତ ହସ୍ପିଟାଲରେ ପହଞ୍ଚି ଏହା ତାଙ୍କ ବାପାଙ୍କର ବୋଲି ଚିହ୍ନିଥିଲେ। ପରେ କୋଟଓ୍ବାଲି ପୋଲିସ ବ୍ୟବଚ୍ଛେଦ ପାଇଁ ପଠାଇଥିଲା। ଏହି ସମୟରେ ଫୁଲେଶ୍ୱରଙ୍କୁ ଏକ ଦୋକାନରେ ଚା’ ପିଉଥିବାର ଦେଖିଥିଲେ। ଲୋକେ ଏହା ଦେଖି ଆଶ୍ଚର୍ଯ୍ୟ ହୋଇଯାଇଥିଲେ। ଜଣେ ବ୍ୟକ୍ତି ଫୁଲେଶ୍ୱରଙ୍କୁ ଚିହ୍ନି ତାଙ୍କ ଘରେ ସମସ୍ତ କଥା କହିଥିଲେ। ପରେ ସେ ତାଙ୍କ ପୁଅ ରବିନ୍ଦ୍ରଙ୍କୁ ଭିଡିଓ କଲ୍‌ କରି ଦେଖାଇଥିଲେ।

ଫୁଲେଶ୍ୱର କହିଛନ୍ତି, ସେ ଔଷଧ କିଣିବାକୁ ଯାଇ ଚା ପିଇ ଫେରୁଥିଲେ। ହଠାତ୍‌ ଲୋକେ ମୋତେ ପଚାରିଲେ ଦୁର୍ଘଟଣା କିପରି ହେଲା। ତୁମେ ତ ବଞ୍ଚିଛ। ପରେ ଜଣା ପଡ଼ିଥିଲା କି ଲୋକେ ଯେଉଁ ମୃତ ବ୍ୟକ୍ତିଙ୍କୁ ଫୁଲେଶ୍ୱର ଭାବିଥିଲେ ବାସ୍ତବରେ ସେ ଆଉ ଜଣଙ୍କ ମୃତଦେହ ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଛତ୍ରପୁରରେ ଚାଞ୍ଚଲ୍ୟ: ଚିକିତ୍ସାଳୟରୁ ମୂକ ଶିଶୁକନ୍ୟା ଚୋରି, ସିସିଟିଭି ଯାଞ୍ଚ କରୁଛି ପୋଲିସ

ଛତ୍ରପୁର,୩୦ା୮(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ଉପଖଣ୍ଡ ଚିକିତ୍ସାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଗୋଟିଏ ୫ ବର୍ଷର ମୂକ ଶିଶୁକନ୍ୟାକୁ ଜଣେ ବ୍ୟକ୍ତି ଚୋରି…

ଇମ୍ରାନ ମାମଲା: ପାକିସ୍ତାନ କ୍ରିକେଟରଙ୍କୁ ମୁହଁ ନ ଖୋଲିବାକୁ ପିସିବିର ବଡ଼ ତାଗିଦ

କରାଚୀ,୩୦ା୮: ଜେଲରେ ଥିବା ଇମ୍ରାନ ଖାନ୍‌ଙ୍କ ସମ୍ପର୍କରେ ଚଳିତ ଇଂଲଣ୍ଡ ବିପକ୍ଷରେ ଟେଷ୍ଟ ସିରିଜ୍‌ ଖେଳୁଥିବା ପାକିସ୍ତାନ କ୍ରିକେଟ ଦଳର ସଦସ୍ୟଙ୍କୁ କୌଣସି ମତାମତ ନ ଦେବାକୁ…

ଘରେ ପଶି ମୁକ ଯୁବତୀଙ୍କୁ ବଳାତ୍କାର ଉଦ୍ୟମ, ଜେଲ୍‌ ଗଲେ ଯୁବକ

ଦିଗପହଣ୍ଡି,୩୦ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧୀନ ଏକ ଗାଁରେ ଶନିବାର ମଧ୍ୟାହ୍ନରେ ଘରେ ପଶି ଜଣେ ମାନସିକ ଅନଗ୍ରସର ଓ ମୁକ ଯୁବତୀ(୨୧)ଙ୍କୁ…

ବସ୍‌ ମାଲିକ ସଂଘର ପୂର୍ବତନ ସମ୍ପାଦକଙ୍କ ପରଲୋକ, ଝୁରୁଛନ୍ତି ଅଞ୍ଚଳବାସୀ

ଭଞ୍ଜନଗର,୩୦ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଘୁମୁସର ଘରୋଇ ବସ୍‌ ମାଲିକ ସଂଘ ଭଞ୍ଜନଗରର ପୂର୍ବତନ ସମ୍ପାଦକ ତଥା ବର୍ତ୍ତମାନର ଉପସଭାପତି ସୁବାସ ଚନ୍ଦ୍ର ଦିହୁଡିଙ୍କର ରବିବାର ଅପରାହ୍ନରେ…

ଶାଳକଙ୍କୁ ଏସିଡ୍‌ ଫିଙ୍ଗି ବନ୍ଧା ହେଲେ ଭିଣୋଇ

ବ୍ରହ୍ମପୁର,୩୦ା୮(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଟାଉନ ଥାନା ପୋଲିସ ଏସିଡ ମାଡ ଘଟଣାରେ ଅଭିଯୁକ୍ତଙ୍କୁ ଗିରଫ କରିଛି l ସେ ହେଲେ ପାଟପୁର ଥାନା ପୋଡାମାରି ବଜାର…

ନାବାଳିକା ଛାତ୍ରୀଙ୍କୁ ଅପହରଣ କରିନେଲେ ୨୨ ବର୍ଷୀୟ ଯୁବକ, ଗାଁରେ ଉତ୍ତେଜନା ପରେ…

ହାଟଡିହୀ/ଛେନାପଦୀ,୩୦ା୮(ଶୁଭକାନ୍ତ ନାୟକ/ନିରାକାର): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ନନ୍ଦିପଦା ଥାନା ଅଞ୍ଚଳରେ ଜଣେ ନାବାଳିକା ଦଶମ ଶ୍ରେଣୀ ଛାତ୍ରୀକୁ ଅପହରଣ କରାଯାଇଥିବା ଥାନାରେ ଅଭିଯୋଗ ହୋଇଛି। ଏହାକୁ…

ଓଡ଼ିଆ ସାହିତ୍ୟର ଜଣେ ଅମର ନକ୍ଷତ୍ର ଥିଲେ ସ୍ବଭାବ କବି ଗଙ୍ଗାଧର ମେହେର, ତାଙ୍କ କଲମ ଚାଳନାରେ ଥିଲା…

କେସିଙ୍ଗା,୩୦ା୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗାସ୍ଥିତ ଚେତାବନୀ ସାହିତ୍ୟ ସଂସଦ ପକ୍ଷରୁ ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ୧୬୫ତମ ଜୟନ୍ତୀ ସମାରୋହ ଅନୁଷ୍ଠାନର ସଭାପତି ଯାଜ୍ଞସେନୀ ସାହାଙ୍କ…

ନିଟ୍‌ରେ ସଫଳ ଦୁଇ ଭଉଣୀଙ୍କ ଡାକ୍ତରୀ ପାଠରେ ଅର୍ଥ ସାଜିଛି ବାଧକ, ସ୍ବପ୍ନରେ ରହିଯିବ କି ଉଭୟଙ୍କ…

କର୍ଲାମୁଣ୍ଡା,୩୦ା୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରେଗଡ଼ା ଗ୍ରାମର ଏକ ମେଧାବୀ ପରିବାରର ଦୁଇ ଭଉଣୀ ଏକାସାଙ୍ଗେ ନିଟ୍‌ ପରୀକ୍ଷାରେ ସଫଳତା ହାସଲ କରିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri