କଟକ,୭।୭: ଚାଉଳିଆଗଞ୍ଜ ଥାନା IIC ବିଉଟି ମହାନ୍ତିଙ୍କ ଆସିଲା ପୋଷ୍ଟମର୍ଟମ ରିପୋର୍ଟ । ତେବେ ଶ୍ବାସରୁଦ୍ଧ ହୋଇ ତାଙ୍କର ମୃତ୍ୟୁ ହୋଇଥିବା ନେଇ ରିପୋର୍ଟରେ ଉଲ୍ଲେଖ କରାଯାଇଛି । ସେହିପରି କଲ୍ ଡିଟେଲରୁ ମଧ୍ୟ ଅନେକ ଗୁରୁତ୍ବପୂର୍ଣ୍ଣ ତଥ୍ୟ ପାଇଛି ପୋଲିସ ।
କହିରଖୁଛୁ କି, ଚାଉଳିଆଗଞ୍ଜ ଥାନାର ଆଇଆଇସି ବିୟୁଟି ମହାନ୍ତିଙ୍କ ମୃତଦେହ ଶନିବାର ସକାଳେ ଝୁଲନ୍ତା ଅବସ୍ଥାରେ ନିଜ ସରକାରୀ କ୍ୱାର୍ଟର୍ସରୁ ଉଦ୍ଧାର କରାଯାଇଥିଲା। ଏହାକୁ ନେଇ ସାରା ରାଜ୍ୟରେ ଚର୍ଚ୍ଚା ଜୋର ଧରିଥିଲା । ସେ ଆତ୍ମହତ୍ୟା କରିଥିବା ନେଇ ପରିବାର ଲୋକେ ସହଜରେ ଗ୍ରହଣ କରିପାରିନଥିଲେ । ୨ ଆଇଆଇସି, ଜଣେ ଏସ୍ପି, ଅତିରିକ୍ତ ଡିସିପି ଘଟଣାର ତଦନ୍ତ କରୁଛନ୍ତି । ବର୍ତ୍ତମାନ ସୁଦ୍ଧା ପ୍ରକୃତ କାରଣ ସ୍ପଷ୍ଟ ହୋଇପାରି ନାହିଁ ।