ଘୁଞ୍ଚିଲା ଏଏସ୍‌ଓ ଲିଖିତ ପରୀକ୍ଷା

ଭୁବନେଶ୍ୱର,୧୮।୮(ବ୍ୟୁରୋ): ରାଜ୍ୟରେ ଲଘୁଚାପ ଜନିତ ବର୍ଷା ଯୋଗୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ଏହାକୁ ଦୃଷ୍ଟିରେ ରଖି ଆସନ୍ତା ୨୧ ତାରିଖରେ ହେବାକୁ ଥିବା ଆସିଷ୍ଟାଣ୍ଟ ସେକ୍ସନ ଅଫିସର (ଏଏସ୍‌ଓ) ଲିଖିତ ପରୀକ୍ଷାକୁ ଘୁଞ୍ଚାଇ ଦିଆଯାଇଛି। ଏନେଇ ଓପିଏସ୍‌ସି ପକ୍ଷରୁ ଗୁରୁବାର ସୂଚନା ଦିଆଯାଇଛି।ତେବେ ଏହି ପରୀକ୍ଷା କେବେ ହେବ ସେନେଇ ନୂଆ ତାରିଖ ଘୋଷଣା କରାଯାଇ ନାହିଁ।