ପଥରରେ ନିର୍ମାଣ ହେବ ପୋତାଗଡ଼ ମୁଖ୍ୟ ଫାଟକ: ନିର୍ମାଣ କାର୍ଯ୍ୟ ଶୀଘ୍ର, ୬ କୋଟି ୯୭ ଲକ୍ଷ ବ୍ୟୟ ଅଟକଳ

ଗଞ୍ଜାମ,୨୧।୪(ଡି.ଏନ.ଏ.):  ଗଞ୍ଜାମ ସହରସ୍ଥିତ ଐତିହାସିକ ପୋତାଗଡ଼ର ଉନ୍ନତିକରଣ କାର୍ଯ୍ୟ ଶୀଘ୍ର ଆରମ୍ଭ ହେବ। ଏଥିପାଇଁ ଟେଣ୍ଡର ପ୍ରକ୍ରିୟା ସରିଛି। ଏହି ଐତିହାସିକ ପୋତାଗଡ଼ ଉନ୍ନତି କରଣ ପାଇଁ ୬ କୋଟି ୯୭ ଲକ୍ଷ ଟଙ୍କା ବ୍ୟୟ ଅଟ୍ଟକଳ ହୋଇଥିବା ତହସିଲ ଅଫିସ ପକ୍ଷରୁ କୁହାଯାଇଛି। ଏହାର ନିର୍ମାଣ କାର୍ଯ୍ୟ ହାତକୁ ନେଇଥିବା ବେଳେ ନିର୍ମାଣ କାର୍ଯ୍ୟ ଶୀଘ୍ର ଆରମ୍ଭ କରିବାକୁ ପୋତାଗଡ଼ ପରିଦର୍ଶନରେ ଆସି ଓଡ଼ିଶା ସରକାର ଅତିରିକ୍ତ ମୁଖ୍ୟ ଶାସନ ସଚିବ ତଥା ଜଳସମ୍ପଦ ବିଭାଗର ପ୍ରମୁଖ ଶାସନ ସଚିବ ଅନୁ ଗର୍ଗ ପରାମର୍ଶ ଦେଇଛନ୍ତି। ଆକର୍ଷଣୀୟ ପଥରରେ ପୋତାଗଡ଼ର ମୁଖ୍ୟ ଫାଟକ ନିର୍ମାଣ ହେବ ଏବଂ ଜଳସେଚନ ବିଭାଗ ପକ୍ଷରୁ ଋଷିକୂଲ୍ୟା ନଦୀକୁ ଖନନ କରାଯାଇ ବୋଟିଂ କ୍ଲବ ନିର୍ମାଣ କରିବାକୁ ବ୍ଲୁ ପ୍ରିଣ୍ଟ ପ୍ରସ୍ତୁତ ହୋଇଛି। ଏଥିସହିତ ସେଠାରେ ଫୁଡ ପ୍ଲାଜା, ଶିଶୁ ଉଦ୍ୟାନ, ବରିଷ୍ଠ ନାଗରିକ ପ୍ରାତଃ ବ୍ରହ୍ମଣ ପାଇଁ ଚତୁଃପାର୍ଶ୍ୱ ଆଲୋକିକରଣ ଆଦି ନିର୍ମାଣ କରିବାକୁ ଲକ୍ଷ୍ୟ ରଖିଛି ପର୍ଯ୍ୟଟନ ବିଭାଗ। ଏହାପରେ ପ୍ରମୁଖ ଶାସନ ସଚିବ ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ବୁଲି ଦେଖିଥିଲେ। ସଚିବଙ୍କ ପରିଦର୍ଶନ ବେଳେ ଜଳସମ୍ପଦ ବିଭାଗର ସ୍ବତନ୍ତ୍ର ସଚିବ ଅର୍ଚ୍ଚନା ପଟ୍ଟନାୟକ, ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ, ବ୍ରହ୍ମପୁର ଉପଜିଲାପାଳ ଭି.କୀର୍ତ୍ତି ଭାସନ୍‌, ଗଞ୍ଜାମ ତହସିଲଦାର ଅରୁଣ କୁମାର ନାୟକ, ଜଳ ପ୍ରଭାରୀ ତଥା ଜଳସେଚନ ବିଭାଗର ସର୍ବୋଚ୍ଚ ଯନ୍ତ୍ରୀ ବିଜୟ କୁମାର ମିଶ୍ର, ଅଶ୍ୱିନୀ କୁମାର ମହାପାତ୍ର, ଋଷିକୁଲ୍ୟା ବାହୁଦା ବଂଶଧରା ନାଗାବଳୀ ବେସିନ୍‌ ତଥା (ଆର୍ବିଭିଏନ୍‌, ବ୍ରହ୍ମପୁର) ଡିଭିଜନର ମୁଖ୍ୟ ଯନ୍ତ୍ରୀ ଅଶ୍ୱିନୀ କୁମାର ମହାନ୍ତି ପ୍ରମୁଖଙ୍କ ସମେତ ପୋତାଗଡ଼ ଉନ୍ନୟନ କମିଟି ସଦସ୍ୟ ରାକେଶ ରଞ୍ଜନ ଦାସ, ସୁଧୀର କୁମାର ପାଢ଼ୀ, ମନୋଜ ପ୍ରଧାନ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଝଡତୋଫାନ, ବଜ୍ରପାତରେ ନେଲା ଜୀବନ

ପାତ୍ରପୁର,୫।୦(ଉମା ଚରଣ ନେପାକ): କାଳବୈଶାଖୀ ପ୍ରଭାବରେ ରବିବାର ଅପରାହ୍ନରେ ଗଞ୍ଜାମ ଜିଲା ପାତ୍ରପୁର ବ୍ଳକର ବିଭିନ୍ନ ସ୍ଥାନରେ ଝଡତୋଫାନ ସହ କୁଆପଥର ବର୍ଷା ହୋଇଛି। ଏପରିକି ବଜ୍ରପାତ…

ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ ପରେ ବଳାତ୍କାର: ବନ୍ଧା ହେଲେ ଅଭିଯୁକ୍ତ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ୧୫ ବର୍ଷୀୟା ଜଣେ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ ଏବଂ ବଳାତ୍କାର ମାମଲାରେ ସମ୍ପୃକ୍ତ ଅଭିଯୁକ୍ତ…

‘ଛାତ୍ରୀଛାତ୍ର ଶୃଙ୍ଖଳାର ସହ ଦେଶ ପ୍ରେମରେ ନିଜକୁ ଦୀକ୍ଷିତ କରାଇ ଭଲ ମଣିଷ ହେବାକୁ ଆହ୍ବାନ’

ଗଞ୍ଜାମ,୫ା୪(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ଐତିହାସିକ ଦନ୍ତପୁର ତଥା ଅଧୁନା ରାମଗଡ଼ ପଞ୍ଚାୟତର ରଘୁନାଥପୁରଠାରେ ଥିବା ସ୍ବାମୀ ବିବେକାନନ୍ଦ ବିଦ୍ୟା ମନ୍ଦିରର ତ୍ରୟୋଦଶ ବାର୍ଷିକ ଉତ୍ସବ…

ତାରାତାରିଣୀଙ୍କ ଦର୍ଶନ କଲେ ପ୍ରଧାନମନ୍ତ୍ରଙ୍କ ସଚିବ: ପୂଜାର୍ଚ୍ଚନା କରି ନେଲେ ଆଶୀର୍ବାଦ

ପୁରୁଷୋତ୍ତମପୁର,୫ା୪(ସବିତା ମିଶ୍ର): ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ଦିତୀୟ ପ୍ରମୁଖ ସଚିବ ତଥା ଭାରତୀୟ ରିଜର୍ଭ ବ୍ୟାଙ୍କର ପୂର୍ବତନ ଗଭର୍ଣ୍ଣର ଶକ୍ତିକାନ୍ତ ଦାଶ ଓ ତାଙ୍କ ସ୍ତ୍ରୀ ରବିବାର ଗଞ୍ଜାମ…

ଏପ୍ରିଲ ୨୬ରେ ଠାକୁରାଣୀ ଯାତ୍ରା; ଚଳଚଞ୍ଚଳ ଭଞ୍ଜନଗର, ଖୁବଶୀଘ୍ର ଖୋଲିବ ହାତିବନ୍ଧ ପାର୍କ

ଭଞ୍ଜନଗର,୫।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସହରର ଐତିହାସିକ ଠାକୁରାଣୀ ଯାତ୍ରା ଆସନ୍ତା ୨୬ ତାରିଖରୁ ଆରମ୍ଭ ହୋଇ ମେ ମାସ ୨୦ ତାରିଖ ପର୍ଯ୍ୟନ୍ତ ଚାଲିବ।…

ଛତ୍ରପୁରରେ ଜିଲାସ୍ତରୀୟ ପ୍ରବେଶ ଉତ୍ସବ: ଜିଲାପାଳ କଲେ ଖଡ଼ିଛୁଆଁ, ଶିକ୍ଷାବର୍ଷର ଶୁଭାରମ୍ଭ…

ଛତ୍ରପୁର, ୪।୪ (ଦିଲ୍ଲୀପ ସାମଲ): “ଆସରେ ଆସ ସ୍କୁଲ ଯିବା, ସାଙ୍ଗ ପିଲାଙ୍କ ସାଙ୍ଗେ ପାଠ ପଢ଼ିବା”ଏହି ନାରା ସହ ଗଞ୍ଜାମ ଜିଲ୍ଲାରେ ଆଜିଠାରୁ ନୂତନ ଶିକ୍ଷାବର୍ଷର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri