ପଥରରେ ନିର୍ମାଣ ହେବ ପୋତାଗଡ଼ ମୁଖ୍ୟ ଫାଟକ: ନିର୍ମାଣ କାର୍ଯ୍ୟ ଶୀଘ୍ର, ୬ କୋଟି ୯୭ ଲକ୍ଷ ବ୍ୟୟ ଅଟକଳ

ଗଞ୍ଜାମ,୨୧।୪(ଡି.ଏନ.ଏ.):  ଗଞ୍ଜାମ ସହରସ୍ଥିତ ଐତିହାସିକ ପୋତାଗଡ଼ର ଉନ୍ନତିକରଣ କାର୍ଯ୍ୟ ଶୀଘ୍ର ଆରମ୍ଭ ହେବ। ଏଥିପାଇଁ ଟେଣ୍ଡର ପ୍ରକ୍ରିୟା ସରିଛି। ଏହି ଐତିହାସିକ ପୋତାଗଡ଼ ଉନ୍ନତି କରଣ ପାଇଁ ୬ କୋଟି ୯୭ ଲକ୍ଷ ଟଙ୍କା ବ୍ୟୟ ଅଟ୍ଟକଳ ହୋଇଥିବା ତହସିଲ ଅଫିସ ପକ୍ଷରୁ କୁହାଯାଇଛି। ଏହାର ନିର୍ମାଣ କାର୍ଯ୍ୟ ହାତକୁ ନେଇଥିବା ବେଳେ ନିର୍ମାଣ କାର୍ଯ୍ୟ ଶୀଘ୍ର ଆରମ୍ଭ କରିବାକୁ ପୋତାଗଡ଼ ପରିଦର୍ଶନରେ ଆସି ଓଡ଼ିଶା ସରକାର ଅତିରିକ୍ତ ମୁଖ୍ୟ ଶାସନ ସଚିବ ତଥା ଜଳସମ୍ପଦ ବିଭାଗର ପ୍ରମୁଖ ଶାସନ ସଚିବ ଅନୁ ଗର୍ଗ ପରାମର୍ଶ ଦେଇଛନ୍ତି। ଆକର୍ଷଣୀୟ ପଥରରେ ପୋତାଗଡ଼ର ମୁଖ୍ୟ ଫାଟକ ନିର୍ମାଣ ହେବ ଏବଂ ଜଳସେଚନ ବିଭାଗ ପକ୍ଷରୁ ଋଷିକୂଲ୍ୟା ନଦୀକୁ ଖନନ କରାଯାଇ ବୋଟିଂ କ୍ଲବ ନିର୍ମାଣ କରିବାକୁ ବ୍ଲୁ ପ୍ରିଣ୍ଟ ପ୍ରସ୍ତୁତ ହୋଇଛି। ଏଥିସହିତ ସେଠାରେ ଫୁଡ ପ୍ଲାଜା, ଶିଶୁ ଉଦ୍ୟାନ, ବରିଷ୍ଠ ନାଗରିକ ପ୍ରାତଃ ବ୍ରହ୍ମଣ ପାଇଁ ଚତୁଃପାର୍ଶ୍ୱ ଆଲୋକିକରଣ ଆଦି ନିର୍ମାଣ କରିବାକୁ ଲକ୍ଷ୍ୟ ରଖିଛି ପର୍ଯ୍ୟଟନ ବିଭାଗ। ଏହାପରେ ପ୍ରମୁଖ ଶାସନ ସଚିବ ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ବୁଲି ଦେଖିଥିଲେ। ସଚିବଙ୍କ ପରିଦର୍ଶନ ବେଳେ ଜଳସମ୍ପଦ ବିଭାଗର ସ୍ବତନ୍ତ୍ର ସଚିବ ଅର୍ଚ୍ଚନା ପଟ୍ଟନାୟକ, ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ, ବ୍ରହ୍ମପୁର ଉପଜିଲାପାଳ ଭି.କୀର୍ତ୍ତି ଭାସନ୍‌, ଗଞ୍ଜାମ ତହସିଲଦାର ଅରୁଣ କୁମାର ନାୟକ, ଜଳ ପ୍ରଭାରୀ ତଥା ଜଳସେଚନ ବିଭାଗର ସର୍ବୋଚ୍ଚ ଯନ୍ତ୍ରୀ ବିଜୟ କୁମାର ମିଶ୍ର, ଅଶ୍ୱିନୀ କୁମାର ମହାପାତ୍ର, ଋଷିକୁଲ୍ୟା ବାହୁଦା ବଂଶଧରା ନାଗାବଳୀ ବେସିନ୍‌ ତଥା (ଆର୍ବିଭିଏନ୍‌, ବ୍ରହ୍ମପୁର) ଡିଭିଜନର ମୁଖ୍ୟ ଯନ୍ତ୍ରୀ ଅଶ୍ୱିନୀ କୁମାର ମହାନ୍ତି ପ୍ରମୁଖଙ୍କ ସମେତ ପୋତାଗଡ଼ ଉନ୍ନୟନ କମିଟି ସଦସ୍ୟ ରାକେଶ ରଞ୍ଜନ ଦାସ, ସୁଧୀର କୁମାର ପାଢ଼ୀ, ମନୋଜ ପ୍ରଧାନ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲର୍‌ଙ୍କ ଘର ବାହାରେ ବ୍ଲାଙ୍କ ଫାୟାରିଂ ଅଭିଯୋଗ

ଖଲ୍ଲିକୋଟ,୨୬।୪(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲରଙ୍କ ଘରେ ପଶି ମାର୍‌ପିଟ ସହ ବ୍ଲାଙ୍କ ଫାୟାରିଂ କରାଯାଇଥିବା ଅଭିଯୋଗ ହୋଇଛି। ଖବର ପାଇ...

ଜାତୀୟ ରାଜପଥ କଡ଼ରେ କୁଆଁ କୁଆଁ ଶବ୍ଦ: ନବଜାତ ଶିଶୁପୁତ୍ରକୁ ଛାଡ଼ି ମା’ ଫେରାର

ଛତ୍ରପୁର,୨୬।୪(ଦିଲ୍ଲୀପ ସାମଲ): ରାସ୍ତାକଡ଼ରେ ନବଜାତକକୁ ଛାଡ଼ି ମା’ ଫେରାର। ଛତ୍ରପୁରରୁ ଏଭଳି ଏକ ଖବର ସାମ୍ନାକୁ ଆସିଛି। ଶୁକ୍ରବାର ରାତିରେ ଜାତୀୟ ରାଜପଥ କଡ଼ରେ ଶିଶୁପୁତ୍ରଟିଏ...

ଗଞ୍ଜେଇ ଚାଲାଣ କରୁଥିବା ଦୁଇ ମହିଳାଙ୍କୁ ୧୦ ବର୍ଷ ଜେଲ

ବ୍ରହ୍ମପୁର,୨୬।୪(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଅତିରିକ୍ତ ଜିଲା ଦୌରା ଜଜ(ଏଡିଜେ)- ୧ ଡ଼.ଇନ୍ଦୁ ଶର୍ମା ଶୁକ୍ରବାର ଏକ ଗଞ୍ଜେଇ ଚାଲାଣ ମାମଲାର ଚୂଡ଼ାନ୍ତ ରାୟ ପ୍ରକାଶ...

ସାନଖେମୁଣ୍ଡି ବିଧାନସଭା ପାଇଁ ନାମାଙ୍କନ ପତ୍ର ଦାଖଲ କଲେ ବିଜେଡି ପ୍ରାର୍ଥିନୀ ସୁଶ୍ରୀ

ଛତ୍ରପୁର ୨୬। ୪ (ଦିଲ୍ଲୀପ କୁମାର ସାମଲ) : ଗଞ୍ଜାମ ଜିଲାରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଲାଗି ଆଜିଠାରୁ ନାମଙ୍କନ ପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ...

ଭାଜପା ରାଜ୍ୟ ସମ୍ପାଦକ ଦଳ ଛାଡ଼ିଲେ, ଆଜି ବିଜେଡିରେ ମିଶିବେ

ଭଞ୍ଜନଗର/ସୋରଡ଼ା,୨୬।୪(ବାବୁଲା ପ୍ରଧାନ/ଲମ୍ବୋଦର ପାଣିଗ୍ରାହୀ): ଗଞ୍ଜାମ ଜିଲା ସୋରଡ଼ା ନିର୍ବାଚନ ମଣ୍ଡଳୀର ପୂର୍ବତନ ଭାଜପା ବିଧାୟକ ପ୍ରାର୍ଥୀ ତଥା ବର୍ତ୍ତମାନର ଭାଜପା ରାଜ୍ୟ କୃଷକ ମୋର୍ଚ୍ଚା ସମ୍ପାଦକ...

ଦିଗପହଣ୍ଡି ବିଧାନସଭା ପ୍ରାର୍ଥୀ ବଦଳାଇଲା କଂଗ୍ରେସ

ଭୁବନେଶ୍ୱର,୨୪ା୪: ଗଞ୍ଜାମ ଜିଲାର ଦିଗପହଣ୍ଡି ବିଧାନସଭା ଆସନରୁ କଂଗ୍ରେସ ପ୍ରାର୍ଥୀ ଭାବେ ବୁଧବାର ମଧ୍ୟାହ୍ନ ପ୍ରାୟ ୧୨ଟାରେ ନାମାଙ୍କନ ଦାଖଲ କରିଥିବା ଶ୍ରୀଧର ଦେବଙ୍କ ଟିକେଟ...

କାଳବୈଶାଖୀର ତାଣ୍ଡବ, ଭାଙ୍ଗିଲା ବିଜୁ ପଟ୍ଟନାୟକ ଇନ୍‌ଡୋର ଷ୍ଟାଡିୟମ

ପୁରୁଷୋତ୍ତମପୁର,୨୪ା୪(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ବୁଧବାର ଅପରାହ୍ନରେ କାଳବୈଶାଖୀ ତାଣ୍ଡବ ରଚିଛି। ମାତ୍ର ୧୦ ମିନିଟ୍‌ ମଧ୍ୟରେ ସହରକୁ ଛିନ୍‌ଭିନ୍‌ କରିପକାଇଛି। ବିଭିନ୍ନ ସ୍ଥାନରେ...

ନିଜ ନିର୍ବାଚନ ମଣ୍ଡଳୀରୁ ପ୍ରଚାର ଆରମ୍ଭ କଲେ ମୁଖ୍ୟମନ୍ତ୍ରୀ

ହିଞ୍ଜିଳିକାଟୁ,୨୪ା୪(ଦ୍ୱିତୀକୃଷ୍ଣ ପଣ୍ଡା): ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ବୁଧବାରଠାରୁ ନିଜ ନିଜାଚନ ମଣ୍ଡଳୀ ହିଞ୍ଜିଳିରୁ ୨୦୨୪ ନିର୍ବାଚନ ପ୍ରଚାରର ଶୁଭାରମ୍ଭ କରିଛନ୍ତି। ହିଞ୍ଜିଳିକାଟୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri