ଆଳୁ-ପିଆଜ ବୋଝେଇ ଗାଡିରେ ଆଣୁଥିଲେ ବ୍ରାଉନସୁଗାର

ଭୁବନେଶ୍ୱର,୧୦।୧୧(ସୂର୍ଯ୍ୟକାନ୍ତ ବେହେରା) : ଭୁବନେଶ୍ୱରରେ ଦୀର୍ଘଦିନ ଧରି ବେଆଇନ ଭାବେ ନିଶାଦ୍ରବ୍ୟ କାରବାର କରୁଥିବା ୨ ନିଶା ବେପାରୀଙ୍କୁ କମିଶନରେଟ ପୋଲିସର ସ୍ପେଶାଲ କ୍ରାଇମ୍‌ ୟୁନିଟ ଗ୍ରାହକ ସାଜି ଧରିବାରେ ସଫଳ ହୋଇଛି। ଏହାସହ ସେମାନଙ୍କଠାରୁ ୧ କେଜି ୧୨ ଗ୍ରାମ ବ୍ରାଉନସୁଗାର ଓ ନିଶା କାରବାରରେ ବ୍ୟବହୃତ ୨ଟି ମୋଟରସାଇକେଲ ଜବତ କରାଯାଇଛି । ଅଭିଯୁକ୍ତଦ୍ୱୟ ହେଲେ ଭରତପୁର ଥାନା ଅନ୍ତର୍ଗତ ଫୁଲେଶ୍ୱରୀ ବସ୍ତିରେ ରହୁଥିବା ପୁରୀ ଜିଲା ଡେଲାଙ୍ଗ ଅଞ୍ଚଳର ନିରଞ୍ଜନ ପାଟଯୋଶୀ (୩୧) ଓ ପ୍ରଦୀପ୍ତ କୁମାର ସାହୁ। ଜବତ ବ୍ରାଉନସୁଗାରର ମୂଲ୍ୟ ୧ କୋଟିରୁ ଅଧିକ ଟଙ୍କା ହେବ। ନିରଞ୍ଜନ ଜଣେ ଅଟୋ ଡ୍ରାଇଭର ହୋଇଥିବାବେଳେ ପଶ୍ଚିମବଙ୍ଗରୁ ଆଳୁ ଓ ପିଆଜ ଭର୍ତ୍ତି ଗାଡିରେ ବ୍ରାଉନସୁଗାର ଆଣି ଭୁବନେଶ୍ୱର ସମେତ ପୁରୀରେ ବିକ୍ରି କରୁଥିବା ପୋଲିସ ତଦନ୍ତବେଳେ ଜାଣିବାକୁ ପାଇଛି। ସେହିପରି ପ୍ରଦୀପ୍ତ କୁକୁଡା ଦାନା ବିକ୍ରି କରୁଥିବା ଜଣାପଡିଛି। ସେମାନେ ଏହି ବ୍ରାଉନସୁଗାର କାହାଠାରୁ ଆଣୁଥିଲେ ଓ କେଉଁମାନଙ୍କୁ ଦେଉଥିଲେ ତାହାର ଖୋଳତାଡ ଚଳାଇଛି ପୋଲିସ।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ସାମାଜିକ କର୍ମୀଙ୍କୁ ମରଣାନ୍ତକ ଆକ୍ରମଣ: ସୁନା ଚେନ ଓ ଟଙ୍କା ଲୁଟିନେଲେ, ଗାଁରେ ଚାପା ଉତ୍ତେଜନା

ଦିଗପହଣ୍ଡି,୧୭।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବଟିକରପଡ଼ା ଗ୍ରାମରେ ଜଣେ ସାମାଜିକ କର୍ମୀଙ୍କୁ ସଂଘବଦ୍ଧ ଭାବେ ମରଣାନ୍ତକ ଆକ୍ରମଣ କରାଯାଇଥିବା ଅଭିଯୋଗ ହୋଇଛି।…

କର୍ମୀଙ୍କ ବିଶ୍ୱାସରେ ବିଷ ଦେଲେ ବିଧାୟକ, କ୍ରସ ଭୋଟିଂକୁ ନିନ୍ଦା, ରମେଶଙ୍କ ସହ ୩ଜଣଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଦାବି

ଭଞ୍ଜନଗର,୧୭।୩ (ବାବୁଲା ପ୍ରଧାନ): ରାଜ୍ୟ ସଭା ନିର୍ବାଚନରେ କ୍ରସ ଭୋଟିଂକୁ ନେଇ ଓଡ଼ିଶା ରାଜନୀତିରେ ବଡ଼ ଧରଣର ଚର୍ଚ୍ଚା ଲାଗି ରହିଛି। କଂଗ୍ରେସ ଓ ବିଜେଡିର ୧୧…

କେରଳରେ ଦୁଇ ଦାଦନ ଶ୍ରମିକଙ୍କ ମୃତ୍ୟୁ, ଛେଳିକୁ ବଞ୍ଚେଇବାକୁ ଯାଇ…

ପାତ୍ରପୁର, ୧୭।୦୩(ଉମା ଚରଣ ନେପାକ): ଜରଡା ଥାନା ଖାରିଆଗୁଡା ଫାଣ୍ଡି ଅନ୍ତର୍ଗତ ଖାରିଆଗୁଡା ଗ୍ରାମର ଦୁଇ ଜଣ ଦାଦନ ଶ୍ରମିକଙ୍କ କେରଳରେ ମୃତ୍ୟୁ ହୋଇଥିବା ସୂଚନା ମିଳିଛି…

ୱାରେଣ୍ଟିଙ୍କୁ ଗିରଫ ପରେ କୋର୍ଟ ଚାଲାଣ

ଦିଗପହଣ୍ଡି,୧୭।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ମଙ୍ଗଳବାର ଦିଗପହଣ୍ଡି ବ୍ଲକ କୈଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡ଼ି ଗ୍ରାମର ଟୁନା ମହାନ୍ତିଙ୍କୁ ୱାରେଣ୍ଟ ବଳରେ ଗିରଫ କରି…

ଦିଗପହଣ୍ଡିରେ ସାମାଜିକ ସମୀକ୍ଷା ଜନ ଶୁଣାଣି; କାମ ନ କରି ୪୯ ହଜାର ଟଙ୍କା ଉଠାଣ

ଦିଗପହଣ୍ଡି,୧୭।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପ୍ରଶାସନ ପକ୍ଷରୁ ମଙ୍ଗଳବାର ବ୍ଳକସ୍ତରୀୟ ସାମାଜିକ ସମୀକ୍ଷା ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ବ୍ରହ୍ମପୁର ସହକାରୀ ଉପ…

ଜିଓ କମ୍ପାନୀର ମରଣଯନ୍ତା: ଜଙ୍ଘ ହାଡ଼ ଭାଙ୍ଗି ଯୁବକ ଶଯ୍ୟାଶାୟୀ, ୪ ଗୋରୁ ମୃତ

ଥୁଆମୂଳ ରାମପୁର ୧୭।୦୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା କର୍ଲାପାଟ ଥାନା ଅନ୍ତର୍ଗତ ରଣପୁର ଗ୍ରାମରେ ଏକ ହୃଦୟବିଦାରକ ଘଟଣା ସାମ୍ନାକୁ ଆସିଛି। ଜିଓ କମ୍ପାନୀ ପକ୍ଷରୁ…

୧୧ଟି ଜିଲାରେ ୨୩ଟି ଶିଳ୍ପ ପ୍ରକଳ୍ପକୁ ମଞ୍ଜୁରୀ; ସୃଷ୍ଟି ହେବ ୧୦ ହଜାରରୁ ଅଧିକ ନିଯୁକ୍ତି

ଭୁବନେଶ୍ୱର,୧୭।୩: ରାଜ୍ୟରେ ଅର୍ଥନୈତିକ ଅଭିବୃଦ୍ଧିକୁ ତ୍ୱରାନ୍ୱିତ କରିବା ପାଇଁ ଓଡ଼ିଶା ସରକାର ଏକ ବଡ଼ ପଦକ୍ଷେପ ନେଇଛନ୍ତି। ମଙ୍ଗଳବାର ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ…

ଗାଈକୁ ମାରି ଖାଇଲା କିଏ, ବନ୍ୟ ଜନ୍ତୁ ନା ବାଘ

ମୋହନା,୧୭।୩( ମନ୍ମଥ ମିଶ୍ର )ଗଞ୍ଜାମ,ଗଜପତି ଜିଲା ସୀମାନ୍ତ ଅଞ୍ଚଳରେ ଥିବା ଢେପାଗୁଡା ପଞ୍ଚାୟତର କାଇଟିମା ଓ ବାରିଆଦରା ଗାଁରେ ବାଘ ଆତଙ୍କ ଅଭିଯୋଗ କରିଛନ୍ତି ଗ୍ରାମବାସୀ। ୪…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri