ଉତ୍ତରପ୍ରଦେଶରୁ ଆସିଲା ଆଳୁ: କେଜି ୩୦ ଟଙ୍କାରେ କିଣିଲେ ଖାଉଟି

ଭୁବନେଶ୍ୱର,୯।୧୨: ରାଜ୍ୟରେ ଖାଉଟି ମାନଙ୍କୁ ସୁଲଭ ମୂଲ୍ୟରେ ଆଳୁ ଯୋଗାଇ ଦେବା ନିମନ୍ତେ ସରକାର ପଡକ୍ଲଃଏପି ନେଇଛନ୍ତି। ରାଜ୍ୟ ସରକାର ନା୍ଫେଡ ମାଧ୍ୟମରେ ଆଳୁ କିଣିବା ସହ ଖାଉଟି ମାନଙ୍କୁ କିଲୋଗ୍ରାମ ପିଛା ୩୦ ଟଙ୍କାରେ ଯୋଗାଇ ଦେଉଛନ୍ତି । ଖାଉଟି ମାନଙ୍କ ସ୍ୱାର୍ଥକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ନା୍ଫେଡ ମାଧ୍ୟମରେ ଖାଉଟି ମାନଙ୍କ ନିମନ୍ତେ ସୁଲଭ ଦରରେ ଆଳୁ ଯୋଗାଣ ନିମନ୍ତେ ନିଷ୍ପତ୍ତି ନେଇଥିବାରୁ ପ୍ରଥମ ପର୍ଯ୍ୟାୟରେ ତିନୋଟି ଗାଡ଼ିରେ ୬୦ ଟନ ଆଳୁ ଉତ୍ତର ପ୍ରଦେଶରୁ ଆସି ବର୍ତ୍ତମାନ ଭୁବନେଶ୍ୱରରେ ପହଁଚିଛି ।

ଏହାକୁ ଆଜି ଭୁବନେଶ୍ୱର ଅତିରିକ୍ତ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖ ସମେତ ସହରର ବିଭିନ୍ନ ସ୍ଥାନରେ ସର୍ବସାଧାରଣ ମାନଙ୍କୁ କିଲୋ ଗ୍ରାମ ପିଛା ୩୦ ଟଙ୍କାରେ ବିକ୍ରୟ କରାଯାଇଛି । ଏହି ଆଳୁ ସମସ୍ତ ସରକାରୀ ସୁଲଭ ଖୁଚୁରା କେନ୍ଦ୍ରରେ ସର୍ବ ସାଧାରଣ ମାନଙ୍କୁ ବିକ୍ରୟ କରଯିବ । ଏହାଦ୍ୱାରା ଖାଉଟି ମାନଙ୍କୁ ସୁଲଭ ଦରରେ ଆଳୁ ଉପଲବ୍ଧ କରାଇବା ସହ ରାଜ୍ୟରେ ଆଳୁ ସଙ୍କଟ ଦୂର ହୋଇପାରିବ ବୋଲି ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ପକ୍ଷରୁ କୁହାଯାଇଛି।

ପ୍ରଥମ ପର୍ଯ୍ୟାୟରେ ଏହା ଭୁବନେଶ୍ୱର, କଟକ, ରାଉଲକେଲା,ଜୟପୁର, ବାଲେଶ୍ୱର,ବଲାଙ୍ଗୀର, ସମ୍ବଲପୁର ଓ ବ୍ରହ୍ମପୁରର ବିଭିନ୍ନ ସରକାରୀ ଖୁଚୁରା ଦୋକାନ ମାଧ୍ୟମରେ ଉପଲବ୍ଧ ହେବ ଏବଂ ଖାଉଟି ମାନେ ଏହାକୁ କିଲୋଗ୍ରାମ ପିଛା ୩୦ ଟଙ୍କାରେ କିଣିପାରିବେ ବୋଲି ବିଭାଗ ପକ୍ଷରୁ କୁହାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ପଲିଥିନ୍‌ କାରଖାନାରେ ଲାଗିଲା ନିଆଁ

କଟକ,୮ା୧୨(କାର୍ତ୍ତିକ ସାହୁ): ସୋମବାର କଟକ ଜଗତପୁରର ଗୁଜରପୁରଠାରେ ଥିବା ଏକ ପଲିଥିନ ଉତ୍ପାଦନ ୟୁନିଟ ‘ଜଗା କାଳିଆ ପଲିପ୍ୟାକ୍‌ ଏଣ୍ଟରପ୍ରାଇଜେସ’ ରେ ଏକ ବଡ଼ ଧରଣର...

ପିକ୍‌ନିକ୍‌ ସ୍ପଟ୍‌ ଶାନ୍ତିବନ: ମନ ଭିତରେ ଆପେ ଆପେ ସୃଷ୍ଟି ହୋଇଯାଏ ଆଧ୍ୟାତ୍ମିକ ଭାବନା

କର୍ଲାମୁଣ୍ଡା,୮ା୧୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ କୁଶୁର୍ଲା ଓ ମ. ରାମପୁର ବ୍ଲକ୍‌ ମସ୍କାଦାଣ୍ଡି ଗ୍ରାମ ସୀମାରେ ରହିଛି ଶାନ୍ତିବନ ଗ୍ରାମ୍ୟ ଜଙ୍ଗଲ।...

ହ୍ୟୁମାନଙ୍କ ଗୀତ ଶୁଣି ଷ୍ଟେଜ୍‌ରେ କାନ୍ଦି ପକାଇଲେ ମା’-ସ୍ତ୍ରୀ-ଝିଅ

ବଲାଙ୍ଗୀର,୮ା୧୨(ସୁନିଲ କୁମାର ମହାନ୍ତି): ଓଡ଼ିଶାର ସୁନାମଧନ୍ୟ ଗାୟକ ହ୍ୟୁମାନ ସାଗରଙ୍କ ଉଦ୍ଦେଶ୍ୟରେ ଟିଟିଲାଗଡ଼ର ବୟଜ ହାଇସ୍କୁଲ ପଡ଼ିଆରେ ଓଡ଼ିଶା କଳାକାର ଏକତା ମଞ୍ଚ ପକ୍ଷରୁ ରବିବାର...

ସୁନା ବିସ୍କୁଟ ପ୍ରଲୋଭନ ଦେଖାଇ ୪ ଲକ୍ଷ ଟଙ୍କା ଠକେଇ, ୬ ଗିରଫ

ନୀଳଗିରି,୮ା୧୨(ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ୱର ଜିଲା ନୀଳଗିରି ଉପଖଣ୍ଡ ଅଞ୍ଚଳରେ ସୁନା ବିସ୍କୁଟ ପ୍ରଲୋଭନ ଦେଖାଇ ପୁରୀର ଜଣେ ବ୍ୟକ୍ତିଙ୍କ ଠାରୁ ୪ ଲକ୍ଷ ଟଙ୍କାର...

ପାରଦ ତଳ ମୁହାଁ: ଶୀତରେ ଥରୁଛନ୍ତି ବାସହୀନ

ସୋନପୁର,୮।୧୨(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ଜିଲାରେ ପାରଦ ତଳ ମୁହାଁ ହୋଇଛି। ପ୍ରବଳ ଶୀତ ଓ କୁହୁଡି ଯୋଗୁ ଲୋକେ ଅସୁବିଧା ଭୋଗୁଛନ୍ତି। ବିଶେଷ କରି ବାସହୀନ...

ସକାଳୁ ସକାଳୁ ବରଗଡ଼ ସହରରେ ଅଗ୍ନିକାଣ୍ଡ: ଚଷମା ଦୋକାନ ଛାରଖାର

ବରଗଡ଼,୮ା୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ସୋମବାର ସକାଳୁ ଏକ ଅଗ୍ନିକାଣ୍ଡ ଘଟିଛି। ସ୍ଥାନୀୟ କୋର୍ଟ ସମ୍ମୁଖ ମାର୍କେଟ କମ୍ପ୍ଲେକ୍ସରେ ନିଆଁ ଲାଗିଛି। ଏକ ଚଷମା ଦୋକାନରୁ...

ଓଲଟିଲା ପିଡିଏସ୍‌ ଚାଉଳ ବୋଝେଇ ଟ୍ରକ୍‌

ଥୁଆମୂଳ ରାମପୁର,୮ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ସିଲେଟ ଗ୍ରାମ ପଞ୍ଚାୟତରେ ଏକ୍‌ ପିଡିଏସ୍‌ ଚାଉଳ ବୋଝେଇ ଟ୍ରକ୍‌ ଭାରସାମ୍ୟ ହରାଇ...

ଶୀତୁଆ ରାତିରେ ଶିକ୍ଷକଙ୍କ ଆନ୍ଦୋଳନ: ସରକାର ଦେଲେ ଏମିତି ପ୍ରତିଶ୍ରୁତି

ଭୁବନେଶ୍ୱର, ୮।୧୨(ରବିନାରାୟଣ ଜେନା):ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକମାନଙ୍କ ରଣହୁଙ୍କାରକୁ ରାଜ୍ୟ ସରକାର ଗୁରୁତ୍ୱର ସହ ଗ୍ରହଣ କରିଛନ୍ତି। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଏବଂ ଉଚ୍ଚଶିକ୍ଷା ବିଭାଗ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri