ଆଳୁ ପାଇଁ ସରକାର ଅନ୍ଧାରରେ ବାଡ଼ି ବୁଲାଉଛନ୍ତି : ବିଜେଡି

ଭୁବନେଶ୍ୱର,୧୩।୮(ଅନିଲଦାସ): ରାଜ୍ୟ ସରକାରଙ୍କ ଉଦାସୀନତା ଯୋଗୁ ରାଜ୍ୟରେ ଆଳୁ ସମସ୍ୟା ସୃଷ୍ଟି ହୋଇଛି ।
ଏହାର ସମାଧାନ ପାଇଁ ସରକାରଙ୍କ ପାଖରେ କୌଣସି ଯୋଜନା ନ ଥିଲା କି ଏ କ୍ଷେତ୍ରରେ କି ପଦକ୍ଷେପ ନେବେ ତା’ର ସ୍ପଷ୍ଟ ନୀତି ନାହିଁ ବୋଲି ବିଜେଡି ଜାତୀୟ ମୁଖପାତ୍ର ସଂତୃପ୍ତ ମିଶ୍ର କହିଛନ୍ତି। ସୋମବାର ଶଙ୍ଖଭବନଠାରେ ଆୟୋଜିତ ଖବରଦାତା ସମ୍ମିଳନୀରେ ସେ କହିଛନ୍ତି, ସରକାର କେବଳ ଅନ୍ଧାରରେ ବାଡ଼ି ବୁଲାଉଛନ୍ତି। ଆଳୁ ମହଜୁଦକାରୀ ଯଦି କଳାବଜାର କରୁଛନ୍ତି, ତେବେ ସରକାର ଏସ୍‌ମା ଲାଗୁ କରିବା ପାଇଁ କାହିଁକି ସାହସ କରିପାରୁ ନାହାନ୍ତି। ନବୀନ ବାବୁଙ୍କ ଶାସନ କାଳରେ ଆଳୁ ବା ଅନ୍ୟାନ୍ୟ ସାମଗ୍ରୀ ପାଇଁ ଏଭଳି ସମସ୍ୟା ସୃଷ୍ଟି ହୋଇ ନ ଥିଲା। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ସହ ଟେଲିଫୋନରେ କଥା ହୋଇ ଓଡ଼ିଶାକୁ ଆଳୁ ପଠାଇବା କଥା ସତ୍ୟ ନୁହେଁ । ମମତା ଓଡ଼ିଶା ମୁଖ୍ୟମନ୍ତ୍ରୀଙ୍କୁ ଫୋନ୍‌ କରି ତାଙ୍କ ରାଜ୍ୟର ଲୋକମାନଙ୍କୁ ଓଡ଼ିଶାରେ ବାଂଲାଦେଶ ନାଗରିକ କହି ଆକ୍ରମଣ କରାଯାଉଛି ବୋଲି ତାଙ୍କ ହସ୍ତକ୍ଷେପ ଲୋଡ଼ିଥିଲେ। ଦୁଇ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ଭିତରେ କ’ଣ ବାର୍ତ୍ତାଳାପ ହୋଇଥିଲା ତାହା ସେ ଜାଣିନାହାନ୍ତି ବୋଲି କହିଛନ୍ତି । ତେବେ ଓଡ଼ିଶାରେ ବାସ କରୁଥିବା ଅନ୍ୟ ରାଜ୍ୟର ବାସିନ୍ଦାଙ୍କୁ ସୁରକ୍ଷା ଦେବା ରାଜ୍ୟ ସରକାରଙ୍କ କର୍ତ୍ତବ୍ୟ। ଯଦି ଅନ୍ୟ କୌଣସି ଦେଶର ବାସିନ୍ଦା ଓଡ଼ିଶାରେ ଅଛନ୍ତି, ତାଙ୍କୁ ଚିହ୍ନଟ କରିବା ମଧ୍ୟ ରାଜ୍ୟ ସରକାରଙ୍କ ଦାୟିତ୍ୱ ବୋଲି ସଂତୃପ୍ତ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମେଘାଳୟରେ ଭୟଙ୍କର ଖଣି ବିସ୍ଫୋରଣ: ୧୬ ଶ୍ରମିକଙ୍କ ମୃତ୍ୟୁ, ଅନେକ ଫସି ରହିଥିବା ଆଶଙ୍କା

ନୂଆଦିଲ୍ଲୀ,୫।୨: ମେଘାଳୟର ଏକ ବେଆଇନ ଖଣିରେ ବିସ୍ଫୋରଣ ଘଟି ୧୬ ଶ୍ରମିକ ମୃତ୍ୟୁବରଣ କରିଛନ୍ତି। ଗୁରୁବାର ସକାଳେ ଥାଙ୍ଗସ୍କୁ ଅଞ୍ଚଳରେ ଘଟିଥିବା ଏହି ଦୁର୍ଘଟଣାରେ ଏବେ ମଧ୍ୟ…

ଭାରତର ଏହି ଧାବିକା ହେଲେ ସସ୍‌ପେଣ୍ଡ

ନୂଆଦିଲ୍ଲୀ,୫ା୨: ଡୋପ୍‌ ଟେଷ୍ଟକୁ ଏଡାଇ ଭାରତର ଲଙ୍ଗ ଡିଷ୍ଟାନ୍ସ ଧାବିକା ପୂଜା ଆତ୍ମାରାମ ଆଥଲେଟିକ୍ସ ଇଣ୍ଡିଗ୍ରିଟି ୟୁନିଟ୍‌ (ଏଆଇୟୁ) ଦ୍ୱାରା ସାମୟିକ ସସ୍‌ପେଣ୍ଡ ହୋଇଛନ୍ତି। ପୂଜା ୫୦୦୦…

IAS ସ୍ତରରେ ବଡ଼ ଧରଣର ଅଦଳବଦଳ: ଅରବିନ୍ଦ ପାଢ଼ୀଙ୍କୁ ରାଜସ୍ୱ ବିଭାଗ

ଭୁବନେଶ୍ୱର,୫।୨: ଓଡିଶା ସରକାର ସଚିବ ସ୍ତରରେ ବଡ଼ ଅଦଳବଦଳ କରିଛନ୍ତି। ଅନେକ ଅଭିଜ୍ଞ IAS ଅଧିକାରୀଙ୍କୁ ଗୁରୁତ୍ୱପୂର୍ଣ୍ଣ ବିଭାଗର ଦାୟିତ୍ୱ ସହ ଅତିରିକ୍ତ କାର୍ଯ୍ୟଭାର ମଧ୍ୟ ଅର୍ପଣ…

ଆସିଲା ନୂଆ ଆଇନ, ମହିଳାଙ୍କୁ ମିଳିଲା ମୋଟରସାଇକେଲ ଚଳାଇବାକୁ ଅନୁମତି

ତେହେରାନ,୫।୨: ଇରାନ ସରକାର ମହିଳାମାନଙ୍କ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। ସ୍ଥାନୀୟ ଗଣମାଧ୍ୟମ ଅନୁଯାୟୀ, ଇରାନ ମହିଳାମାନଙ୍କୁ ଆଇନଗତ ଭାବରେ ମୋଟରସାଇକେଲ ଚଲାଇବାକୁ ଅନୁମତି ଦିଆଯାଇଛି।…

ଲଜ୍ଜା: ମୂକ ଓ ବଧିର ଝିଅକୁ ବଳାତ୍କାର କରି ଗର୍ଭବତୀ କଲେ ଜନ୍ମକଲା ବାପା

ମୁମ୍ବାଇ,୫।୨: ମୁମ୍ବାଇର କଫ୍ ପ୍ୟାରେଡ୍ ଅଞ୍ଚଳରୁ ଏକ ଅମାନବୀୟ ତଥା ହୃଦୟବିଦାରକ ଘଟଣା ସାମ୍ନାକୁ ଆସିଛି। ଜଣେ ୨୦ ବର୍ଷୀୟା ମୂକ ଓ ବଧିର ଯୁବତୀଙ୍କୁ ବଳାତ୍କାର…

IND vs PAK: ‘ଆମର ଫ୍ଲାଇଟ ବୁକ୍‌ ଅଛି…’, କାହିଁକି ଏମିତି କହିଲେ ସୂର୍ଯ୍ୟକୁମାର? ଜାଣନ୍ତୁ ଏହା ପଛର କାରଣ

ନୂଆଦିଲ୍ଲୀ,୫।୨: ପାକିସ୍ତାନ ସରକାର ସ୍ପଷ୍ଟ କରିଛନ୍ତି ଯେ ସେମାନଙ୍କ ଦଳ 2026 T-20 ବିଶ୍ୱକପ ଖେଳିବ, କିନ୍ତୁ କେବଳ ଫେବୃଆରୀ ୧୫ରେ ଭାରତ ବିପକ୍ଷରେ ମ୍ୟାଚ ଖେଳିବ।…

T20 WC Opening Ceremony:ନୋରା ଫତେହିଙ୍କ ଡ୍ୟାନ୍ସ ସାଙ୍ଗକୁ ବାଦଶାହାଙ୍କ ଜଲଓ୍ବା! ଓପନିଂ ସେରିମନିରେ ଲାଗିବ ବଲିଉଡ ତଡକା

ନୂଆଦିଲ୍ଲୀ,୫।୨: T20 World Cup 2026 ଶନିବାର, ଫେବୃଆରୀ ୭ରେ ଆରମ୍ଭ ହେବ। ଟୁର୍ଣ୍ଣାମେଣ୍ଟର ପ୍ରଥମ ଦିନରେ ତିନୋଟି ମ୍ୟାଚ ଖେଳାଯିବ, ଯେଉଁଥିରେ ପାକିସ୍ତାନ ଏବଂ ନେଦରଲ୍ୟାଣ୍ଡ…

ସରୁନି ବିସ୍ଥାପିତଙ୍କ ଥଇଥାନ ଦୁଃଖ: ବଢ଼ୁଛି ଅସନ୍ତୋଷ

ମୋହନା,୫।୨(ମନ୍ମଥ ମିଶ୍ର) ଛେଳିଗଡ଼ ପ୍ରକଳ୍ପରେ କ୍ଷତିଗ୍ରସ୍ତ ହୋଇଥିବା ବିସ୍ଥାପିତଙ୍କ ଆଜି ଯାଏ ଥଇଥାନ ହୋଇପାରି ନାହିଁ। ୩ ଦଶନ୍ଧି ଧରି ଚାଲିଛି ବିସ୍ଥାପନ ପ୍ରକ୍ରିୟା। ଚାଷ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri