ରାଜ୍ୟ ସରକାରଙ୍କ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି: ପଶ୍ଚିମବଙ୍ଗରୁ ନୁହେଁ ଏଣିକି ଏହି ରାଜ୍ୟରୁ ଆସିବ ଆଳୁ

ଭୁବନେଶ୍ୱର,୧।୮(ଅସମାପିକା ସାହୁ): ରାଜ୍ୟରେ ଆଳୁ ସଙ୍କଟର ସମାଧାନ ପାଇଁ ରାଜ୍ୟ ସରକାର ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଗ୍ରହଣ କରିଛନ୍ତି । ଏଣିକି ଉତ୍ତରପ୍ରଦେଶରୁ ଆଳୁ ଆଣିବା ବ୍ୟବସ୍ଥା କରାଯିବ । ଏ ସଂକ୍ରାନ୍ତରେ ଖାଦ୍ୟଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ରଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି । ଉକ୍ତ ବୈଠକରେ ବିଭାଗୀୟ ପ୍ରମୁଖ ଶାସନ ସଚିବ ବୀର ବିକ୍ରମ ଯାଦବ, ବିଭାଗୀୟ ବରିଷ୍ଠ ଅଧିକାରୀ, ଓ ବ୍ୟବସାୟୀ ସଂଘର ସାଧାରଣ ସଂପାଦକ ସୁଧାକର ପଣ୍ଡା ଏବଂ ବିଭିନ୍ନ ସଂଘର କର୍ମକର୍ତ୍ତା ପ୍ରମୁଖ ଉପସ୍ଥିତ ଥିଲେ ।
ଏହି ଅବସରରେ ମନ୍ତ୍ରୀ ପାତ୍ର କହଛନ୍ତି,  ଆଳୁକୁ ନେଇ ପଶ୍ଚିମବଙ୍ଗ ସରକାର ବିଭିନ୍ନ ସମୟରେ ସମସ୍ୟା ସୃଷ୍ଟି କରିବା ସହ ମନମୁଖୀ କାର୍ଯ୍ୟ କରୁଛନ୍ତି। ତେଣୁ ଏଣିକି ଉତ୍ତରପ୍ରଦେଶରୁ ରାଜ୍ୟକୁ ଆଳୁ ଆଣିବାର ନିଷ୍ପତ୍ତି ନିଆଯାଇଛି । ଆଜି ସେଠାରୁ କିଛି ଟ୍ରକ ଭର୍ତ୍ତି ଆଳୁ ଆସି ରାଜ୍ୟରେ ପହଞ୍ଚିଛି ଏବଂ ଆଗାମୀ ଦିନରେ ଅଧିକ ସଂଖ୍ୟକ ଗାଡ଼ି ଆସିବ। ଏହା ଦ୍ୱାରା ଧୀରେ ଧୀରେ ପଶ୍ଚିମବଙ୍ଗ ଉପରେ ଆଳୁକୁ ନେଇ ନିର୍ଭରଶୀଳତା ହ୍ରାସ ପାଇବ । ଏଥି ନିମନ୍ତେ ଉତ୍ତରପ୍ରଦେଶ ସରକାର ସମସ୍ତ ସହଯୋଗ ଯୋଗାଇଦେବେ ବୋଲି ମନ୍ତ୍ରୀ କହିଛନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

ପ୍ରବଳ ବର୍ଷାକୁ ନେଇ ଆଲର୍ଟ ଜାରି କଲା ପାଣିପାଗ ବିଭାଗ: ଆସନ୍ତା ୩ ଘଣ୍ଟାରେ…

ଭୁବନେଶ୍ୱର,୬।୮: ରାଜଧାନୀ ସମେତ ରାଜ୍ୟର ଅନେକ ସ୍ଥାନରେ ପ୍ରବଳ ବର୍ଷା। ଭୁବନେଶ୍ୱରରେ ରାତି ସାରା ଅବିଶ୍ରାନ୍ତ ପ୍ରବଳ ବର୍ଷା ହୋଇଛି। ସକାଳ ୫ଟା ୩୦ ସୁଦ୍ଧା ୯୭.୨…

ବିଜେଡି, କଂଗ୍ରେସ ପୋଛିନେଲେ ସମସ୍ତ ୧୧ ଆସନ: ନିର୍ବାଚନରୁ ଦୁରେଇ ରହିଲା ଭାଜପା

ସୋନପୁର,୬।୮(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ଜିଲା ଯୋଜନା କମିଟିରେ ଖାଲିଥିବା ୧୧ ଆସନ ପାଇଁ ନିର୍ବାଚନ ଅନୁଷ୍ଠିତ ହୋଇଥିଲା। ଜିଲାର ନିର୍ବାଚିତ ଜିଲା ପରିଷଦ ସଭ୍ୟାସଭ୍ୟ ଏହି ନିର୍ବାଚନରେ…

ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ୨୦୦୦କୁ ବୃଦ୍ଧି ପାଇବ ଡାକ୍ତରୀ ସିଟ୍‌

ଭୁବନେଶ୍ୱର, ୬ା୮(ରବିନାରାୟଣ ଜେନା): ରାଜ୍ୟରେ ସ୍ବାସ୍ଥ୍ୟସେବାକୁ ଲୋକଙ୍କ ନିକଟତ୍ତର କରିବା ଏବଂ ଡାକ୍ତର ଅଭାବ ପୂରଣ କରିବାକୁ ସରକାର ଗୁରୁତ୍ୱ ଦେଉଛନ୍ତି। ଏହି କ୍ରମରେ ଭାଜପା ସରକାର…

ଶ୍ରୀମନ୍ଦିର ପ୍ରଶାସନ ନାଁରେ ନକଲି ନିଯୁକ୍ତିପତ୍ର ଭାଇରାଲ

ପୁରୀ,୬ା୮(ଅଜିତ କୁମାର ମହାନ୍ତି): ଶ୍ରୀମନ୍ଦିର ପ୍ରଶାସନ ନାଁରେ ଏକ ନକଲି ନିଯୁକ୍ତିପତ୍ର ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଉକ୍ତ ଚିଠିରେ ଉଲ୍ଲେଖ ରହିଛି ଯେ, ପୁରୀ ଜିଲାର…

ଆୟୁଷ୍ମାନ୍‌ କାର୍ଡରେ କ୍ୟାନ୍‌ସର ଚିକିତ୍ସା ପାଇଁ ଆଉ ୯୧ ପ୍ୟାକେଜ ସାମିଲ

ଭୁବନେଶ୍ୱର,୬ା୮(ସୁଚିସ୍ମିତା ସାହୁ): ରାଜ୍ୟର କର୍କଟ ରୋଗୀଙ୍କୁ ଅଧିକ ଉନ୍ନତମାନର ଦେୟମୁକ୍ତ ଚିକିତ୍ସା ସୁବିଧା ଯୋଗାଇବା ଉଦ୍ଦେଶ୍ୟରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କ୍ୟାନ୍‌ସର କେୟାର ଅଭିଯାନ ଅଧୀନରେ…

ତେଲ ବଜାରରେ ବଡ଼ ହଲଚଲ: ଜାରି ହେଲା ପେଟ୍ରୋଲ- ଡିଜେଲର ନୂଆ ଦାମ୍‌,ଦେଖନ୍ତୁ…

ନୂଆଦିଲ୍ଲୀ,୬।୮: ସରକାରୀ ତେଲ କମ୍ପାନୀଗୁଡ଼ିକ ଆଜି ଅର୍ଥାତ୍‌ ଅଗଷ୍ଟ ୬ ତାରିଖ ପାଇଁ ପେଟ୍ରୋଲ ଏବଂ ଡିଜେଲର ତାଜା ଦାମ୍‌ ଜାରି କରିଛନ୍ତି। ଆଜି ଦେଶର ଅଧିକାଂଶ…

ଆଜିଠୁ ମୁଖ୍ୟମନ୍ତ୍ରୀଙ୍କ ୩ ଦିନିଆ ନୂଆଦିଲ୍ଲୀ ଗସ୍ତ

ଭୁବନେଶ୍ୱର,୬।୮(ସୁନିତ୍‌ ମିଶ୍ର): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୁରୁବାରଠାରୁ ୩ଦିନିଆ ନୂଆଦିଲ୍ଲୀ ଗସ୍ତରେ ଯିବେ। ଓଡ଼ିଶା ଫୁଡ୍‌ ପ୍ରୋସେସିଂ -୨୦୨୬ ଆଣ୍ଡ ଇନ୍‌ଭେଷ୍ଟର ରୋଡ୍‌ ଶୋ କାର୍ଯ୍ୟକ୍ରମରେ…

୧୨ରେ ରାଜ୍ୟ କ୍ୟାବିନେଟ: ଏହି ପ୍ରସ୍ତାବ ଉପରେ ବାଜିପାରେ ମୋହର

ଭୁବନେଶ୍ୱର,୬ା୮(ରବିନାରାୟଣ ଜେନା): ରାଜ୍ୟର ବିକାଶକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ ପକ୍ଷରୁ ଅଗଷ୍ଟ ୧୨ରେ ରାଜ୍ୟ କ୍ୟାବିନେଟ ବୈଠକ ଅନୁଷ୍ଠିତ ହେବାକୁ ରହିଛି। ଲୋକସେବା ଭବନର ତୃତୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri