ସମ୍ଭାବ୍ୟ ବନ୍ୟା: ୮ ଜିଲା ପାଇଁ ୬ ଅଧିକାରୀ ନିଯୁକ୍ତ

ଭୁବନେଶ୍ୱର,୧୪ ।୮(ବ୍ୟୁରୋ): ଲଘୁଚାପଜନିତ ବର୍ଷା ଯୋଗୁ ମହାନଦୀରେ ବନ୍ୟା ଆଶଙ୍କା ସୃଷ୍ଟି ହୋଇଛି। ଏହାକୁ ଦୃଷ୍ଟିରେ ରଖି ୮ ଜିଲା ପାଇଁ ଜଳସମ୍ପଦ ବିଭାଗ ପକ୍ଷରୁ ୬ ଜଣ ସ୍ବତନ୍ତ୍ର ଅଧିକାରୀଙ୍କୁ ନିଯୁକ୍ତ କରାଯାଇଛି। ସେହି ଅଧିକାରୀମାନେ ଜିଲାର ବନ୍ୟା ପରିସ୍ଥିତିକୁ ତଦାରଖ କରିବେ। ପୁରୀ ଜିଲା ପାଇଁ କ୍ଷୁଦ୍ର ଜଳସେଚନର ମୁଖ୍ୟଯନ୍ତ୍ରୀ ଚିନ୍ମୟ ରଞ୍ଜନ ରାଉତଙ୍କୁ ନିଯୁକ୍ତ କରାଯାଇଥିବା ବେଳେ ଜଗତ୍‌ସିଂହପୁର ପାଇଁ ରେଙ୍ଗାଲି ଦକ୍ଷିଣ ଜଳସେଚନ ପ୍ରକଳ୍ପ ମୁଖ୍ୟଯନ୍ତ୍ରୀ ବିଜୟ କୁମାର ସାମଲ, କଟକ ଜିଲା ପାଇଁ ଡ୍ରେନେଜ ମୁଖ୍ୟଯନ୍ତ୍ରୀ ବାଲେଶ୍ୱର ନାଥ ସାହୁ, କେନ୍ଦ୍ରାପଡ଼ା ପାଇଁ କଟକ ପୂର୍ବ ସର୍କଲର ଅତିରିକ୍ତ ମୁଖ୍ୟଯନ୍ତ୍ରୀ ପୂର୍ଣ୍ଣ ଚନ୍ଦ୍ର ରଥ, ଯାଜପୁର ଓ ଭଦ୍ରକ ଜିଲା ପାଇଁ ଚଣ୍ଡିଖୋଲ ପୂର୍ବ ସର୍କଲର-୨ର ଅତିରିକ୍ତ ମୁଖ୍ୟଯନ୍ତ୍ରୀ ଧନେଶ୍ୱର ସାମଲ ଏବଂ ଖୋର୍ଦ୍ଧା ଓ ନୟାଗଡ଼ ଜିଲା ପାଇଁ ସେଣ୍ଟ୍ରାଲ ଇରିଗେଶନ ସର୍କଲର ଅତିରିକ୍ତ ମୁଖ୍ୟଯନ୍ତ୍ରୀ ବିଘ୍ନରାଜ ପୁରୋହିତଙ୍କୁ ନିଯୁକ୍ତ କରାଯାଇଛି। ଉକ୍ତ ଅଧିକାରୀମାନେ ୧୪ ତାରିଖ ସୁଦ୍ଧା ନିଜ ଜିଲାରେ ପହଞ୍ଚି ନଦୀବନ୍ଧଗୁଡ଼ିକର ଦୁର୍ବଳ ଓ ସମ୍ବେଦନଶୀଳ ପଏଣ୍ଟଗୁଡ଼ିକୁ ଯାଞ୍ଚ କରିବା ସହ ବନ୍ୟା ସମୟରେ କ୍ଷେତ୍ରସ୍ତରୀୟ ଅଧିକାରୀ ଓ ଜିଲା ପ୍ରଶାସନ ସହ ଯୋଗାଯୋଗରେ ରହିବେ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପାରେ ସାମିଲ ହେଲେ ସୋର ବିଧାୟକ ପର୍ଶୁରାମ ଧଡ଼ା

ଭୁବନେଶ୍ବର, ୨୬।୪: ଭାଜପାରେ ସାମିଲ ହେଲେ ସୋର ବିଧାୟକ ପର୍ଶୁରାମ ଧଡ଼ା। ଶୁକ୍ରବାର ଭୁବନେଶ୍ବର ରାଜ୍ୟ କାର୍ଯ୍ୟାଳୟରେ ପହଞ୍ଚି ବିଧିବଦ୍ଧ ଭାବେ ସେ ପଦ୍ମ ଧରିଛନ୍ତି।...

ନିର୍ବାଚନୀ ପ୍ରଚାର ପାଇଁ ଓଡ଼ିଶା ଆସିବେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ

ଭୁବନେଶ୍ୱର,୨୬।୪: ଓଡ଼ିଶା ଆସିବେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା। ଆସନ୍ତା ୨୮ ତାରିଖରେ ନଡ୍ଡା ଦିନିକିଆ ଓଡ଼ିଶା ଗସ୍ତରେ ଆସିବେ। ନଡ୍ଡାଙ୍କ ଗସ୍ତକୁ ନେଇ...

ଗୋଟିଏ ଡାଳରେ ଝୁଲିପଡ଼ିଲେ ନାବାଳକ-ଯୁବତୀ

ବାରିପଦା,୨୬ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ସ୍ଥାନୀୟ ସଦର ଥାନା ଅଧୀନ ଶଙ୍ଖାଭଙ୍ଖା ପଞ୍ଚାୟତ, ଶିଖରଘାଟି ଗ୍ରାମର ଏକ ଆମ୍ବଗଛ ଡାଳରେ ଜଣେ ନାବାଳକ ଓ ଯୁବତୀଙ୍କ ଝୁଲନ୍ତା...

ଯେତିକି ଲିଭୁଛି, ସେତିକି ଜଳୁଛି

ବାରିପଦା,୨୬ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ିଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ କରି...

ନୟାଗଡ଼ ଡବଲ ମର୍ଡର: ଦୋଷୀଙ୍କୁ ଫାଶୀ

ନୟାଗଡ଼,୨୬ା୪(ଲୋକନାଥ ମିଶ୍ର): ନୟାଗଡ଼ ଜିଲାରେ ହୋଇଥିବା ଡବଲ ମର୍ଡର ଘଟଣାରେ ଶୁକ୍ରବାର ଓଡ଼ଗାଁ ଏଡିଜେ କୋର୍ଟ ଦୋଷୀଙ୍କୁ ଫାଶୀ ଦଣ୍ଡାଦେଶ ଦେଇଛନ୍ତି। ଦୋଷୀ ନିରଞ୍ଜନ ମଲ୍ଲିକଙ୍କୁ...

ଦଳ ବିରୋଧୀ କାର୍ଯ୍ୟ କରିବା ପଡ଼ିଲା ମହଙ୍ଗା, ଯୁବ କଂଗ୍ରେସର ୨ ନେତା ପଦରୁ ନିଲମ୍ବିତ

ଭୁବନେଶ୍ୱର,୨୬।୪: ଦଳ ବିରୋଧୀ କାର୍ଯ୍ୟ ପାଇଁ ବଡ଼ କାର୍ଯ୍ୟାନୁଷ୍ଠାନ ନେଲା କଂଗ୍ରେସ। ଯୁବ କଂଗ୍ରେସର ୨ ନେତାଙ୍କୁ ପଦରୁ ନିଲମ୍ବନ କରାଯାଇଛି। ସା. ସମ୍ପାଦକ ପଦରୁ...

ସୁରେଶ ପୂଜାରୀଙ୍କ ଘର ପରିସରରେ ଡ୍ରୋନ୍‌ ଖସିବା ଘଟଣା: ହେଲା ବଡ଼ ଖୁଲାସା

ଭୁବନେଶ୍ୱର,୨୬।୪: ଏମ୍‌ପି ସୁରେଶ ପୂଜାରୀଙ୍କ ଘର ପରିସରରେ ଖସିପଡିଥିବା ଡ୍ରୋନ୍‌କୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି। ତାହା ବନ ବିଭାଗର ବୋଲି ଜଣାପଡିଛି। ଏନେଇ...

ଗ୍ରୀଷ୍ମଛୁଟି ସତ୍ତ୍ୱେ ଚାଲିଲା ସ୍କୁଲ

ମଙ୍ଗୁଳି-ଜଗତପୁର,୨୬।୪(ମାନସ ସାମଲ): ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଯୋଗୁ ରାଜ୍ୟ ସରକାର ଏପ୍ରିଲ ୨୫ରୁ ସମସ୍ତ ସରକାରୀ ଓ ବେସରକାରୀ ବିଦ୍ୟାଳୟଗୁଡ଼ିକୁ ଗ୍ରୀଷ୍ମଛୁଟି ଘୋଷଣା କରିଛନ୍ତି। ତେବେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri