ସମ୍ଭାବ୍ୟ ବନ୍ୟା: ୮ ଜିଲା ପାଇଁ ୬ ଅଧିକାରୀ ନିଯୁକ୍ତ

ଭୁବନେଶ୍ୱର,୧୪ ।୮(ବ୍ୟୁରୋ): ଲଘୁଚାପଜନିତ ବର୍ଷା ଯୋଗୁ ମହାନଦୀରେ ବନ୍ୟା ଆଶଙ୍କା ସୃଷ୍ଟି ହୋଇଛି। ଏହାକୁ ଦୃଷ୍ଟିରେ ରଖି ୮ ଜିଲା ପାଇଁ ଜଳସମ୍ପଦ ବିଭାଗ ପକ୍ଷରୁ ୬ ଜଣ ସ୍ବତନ୍ତ୍ର ଅଧିକାରୀଙ୍କୁ ନିଯୁକ୍ତ କରାଯାଇଛି। ସେହି ଅଧିକାରୀମାନେ ଜିଲାର ବନ୍ୟା ପରିସ୍ଥିତିକୁ ତଦାରଖ କରିବେ। ପୁରୀ ଜିଲା ପାଇଁ କ୍ଷୁଦ୍ର ଜଳସେଚନର ମୁଖ୍ୟଯନ୍ତ୍ରୀ ଚିନ୍ମୟ ରଞ୍ଜନ ରାଉତଙ୍କୁ ନିଯୁକ୍ତ କରାଯାଇଥିବା ବେଳେ ଜଗତ୍‌ସିଂହପୁର ପାଇଁ ରେଙ୍ଗାଲି ଦକ୍ଷିଣ ଜଳସେଚନ ପ୍ରକଳ୍ପ ମୁଖ୍ୟଯନ୍ତ୍ରୀ ବିଜୟ କୁମାର ସାମଲ, କଟକ ଜିଲା ପାଇଁ ଡ୍ରେନେଜ ମୁଖ୍ୟଯନ୍ତ୍ରୀ ବାଲେଶ୍ୱର ନାଥ ସାହୁ, କେନ୍ଦ୍ରାପଡ଼ା ପାଇଁ କଟକ ପୂର୍ବ ସର୍କଲର ଅତିରିକ୍ତ ମୁଖ୍ୟଯନ୍ତ୍ରୀ ପୂର୍ଣ୍ଣ ଚନ୍ଦ୍ର ରଥ, ଯାଜପୁର ଓ ଭଦ୍ରକ ଜିଲା ପାଇଁ ଚଣ୍ଡିଖୋଲ ପୂର୍ବ ସର୍କଲର-୨ର ଅତିରିକ୍ତ ମୁଖ୍ୟଯନ୍ତ୍ରୀ ଧନେଶ୍ୱର ସାମଲ ଏବଂ ଖୋର୍ଦ୍ଧା ଓ ନୟାଗଡ଼ ଜିଲା ପାଇଁ ସେଣ୍ଟ୍ରାଲ ଇରିଗେଶନ ସର୍କଲର ଅତିରିକ୍ତ ମୁଖ୍ୟଯନ୍ତ୍ରୀ ବିଘ୍ନରାଜ ପୁରୋହିତଙ୍କୁ ନିଯୁକ୍ତ କରାଯାଇଛି। ଉକ୍ତ ଅଧିକାରୀମାନେ ୧୪ ତାରିଖ ସୁଦ୍ଧା ନିଜ ଜିଲାରେ ପହଞ୍ଚି ନଦୀବନ୍ଧଗୁଡ଼ିକର ଦୁର୍ବଳ ଓ ସମ୍ବେଦନଶୀଳ ପଏଣ୍ଟଗୁଡ଼ିକୁ ଯାଞ୍ଚ କରିବା ସହ ବନ୍ୟା ସମୟରେ କ୍ଷେତ୍ରସ୍ତରୀୟ ଅଧିକାରୀ ଓ ଜିଲା ପ୍ରଶାସନ ସହ ଯୋଗାଯୋଗରେ ରହିବେ।


Enter your email to get our daily news in your inbox.

All Right Reserved By Dharitri.Com

ଭରା ପାଣିରେ ବଞ୍ଚିବା ପାଇଁ ସଂଘର୍ଷ, ଗ୍ରାମବାସୀ ଜନପ୍ରତିନିଧିଙ୍କୁ ଅଭିଯୋଗ କରିବା ପରେ ବି…

ଗୁଡ଼ାରି,୨୩ା୮(ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକର ପେଣ୍ଡିଲି ପଞ୍ଚାୟତ ଅନ୍ତର୍ଗତ ପଞ୍ଚୁପାଣ୍ଡବ ଗ୍ରାମ ନିକଟରେ ପ୍ରବାହିତ ନାଳରେ ଲଘୁଚାପ ଜନିତ ବର୍ଷା ଯୋଗୁ ଅଧିକ…

ଆସନ୍ତାକାଲି ପ୍ରବଳ ବର୍ଷା ସହ ବଜ୍ରପାତ ସମ୍ଭାବନା: ଏହି ଜିଲାରେ ସବୁ ସ୍କୁଲ ଛୁଟି

ନବରଙ୍ଗପୁର,୨୩ା୮(ସଦାଶିବ ପ୍ରହରାଜ): ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ନବରଙ୍ଗପୁର ଜିଲାରେ ଆସନ୍ତାକାଲି ଅର୍ଥାତ୍‌ ୨୪ ଅଗଷ୍ଟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହିତ ଘଡ଼ଘଡ଼ି ଓ ବଜ୍ରପାତର…

ମାଟି ଖୋଳିଲେ ମିଳୁଛି ସୁନା! ଏହି ଗାଁରେ ପ୍ରବଳ ଭିଡ଼, ଦିନକୁ ପହଞ୍ଚୁଛନ୍ତି ୧୦ ହଜାର ଲୋକ

ନୂଆଦିଲ୍ଲୀ,୨୩।୮: କେବେ ଚିନ୍ତା କରିଛନ୍ତି କି, ମାଟି ଖୋଳୁ ଖୋଳୁ ହଠାତ୍ ସୁନା ମିଳିଯିବ ? ପଶ୍ଚିମ କେନିଆର ଚେପୋରୋର ଗାଁରେ ଏବେ ଏଭଳି ଆଶା ନେଇ…

ମଦର ଗୁଣବତ୍ତା ନେଇ ସରକାରଙ୍କ ବଡ଼ ପଦକ୍ଷେପ, ଦେଲେ ଏହି ନିର୍ଦ୍ଦେଶ

ଚେନ୍ନାଇ,୨୩ା୮: ତାମିଲନାଡୁର ମୁଖ୍ୟମନ୍ତ୍ରୀ ଜୋସେଫ ବିଜୟ ରାଜ୍ୟର ସମସ୍ତ ଡିଷ୍ଟିଲେରୀରେ ମଦର ଗୁଣବତ୍ତା ନେଇ କଡ଼ା ଯାଞ୍ଚ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। TASMAC ମାଧ୍ୟମରେ ବିକ୍ରି ହେଉଥିବା…

ଆଡ୍‌ମିଶନ ଆଳରେ ଠକେଇ, ସାଇବର ଠକଙ୍କୁ ବାନ୍ଧିଲା ପୋଲିସ

ଅତାବିରା,୨୩ା୮(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲାର ବିଭିନ୍ନ କଲେଜ ଛାତ୍ରୀଛାତ୍ରଙ୍କ ଆଡ୍‌ମିଶନ ଆଳରେ ଠକେଇ କରି ଚାଲିଥିବା ଜଣେ ସାଇବର ଠକଙ୍କୁ ଅତାବିରା ପୋଲିସ ଗିରଫ କରିଛି। ଗିରଫ…

ଧୋଇଗଲା ୨୦ ଫୁଟର ରାସ୍ତା, ଝରିଗାଁ-ଡାବୁଗାଁ ମୁଖ୍ୟ ରାସ୍ତାରେ ଯାତାୟାତ ବନ୍ଦ

ଝରିଗାଁ,୨୩ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ଲଗାଣ ବର୍ଷା ଯୋଗୁ ଝରିଗାଁ ବ୍ଲକ କୁଟ୍ରିଛାପର ପଞ୍ଚାୟତ ଅନ୍ତର୍ଗତ ଚିକିଲି ନଦୀର ସୁରକ୍ଷା ପାଚେରୀ ସହ…

ଚିନିର ମୂଲ୍ୟ କିଲୋଗ୍ରାମ ପିଛା ୨୦ଟଙ୍କାରେ ପହଞ୍ଚିବା ପରେ କ’ଣ କହିଥିଲେ ଅଟଳ ବିହାରୀ ବାଜପେୟୀ? ଭିଡ଼ିଓ ହେଉଛି ଭାଇରାଲ, ତେଜିଲାଣି ରାଜନୀତି!

ନୂଆଦିଲ୍ଲୀ,୨୩।୮: ଚିନିର ମୂଲ୍ୟ ବୃଦ୍ଧି ପୁଣି ଥରେ ସାଧାରଣ ଲୋକଙ୍କ ବଜେଟକୁ ବାଧା ଦେବା ଆରମ୍ଭ କରିଛି। ଦେଶର ଅନେକ ରାଜ୍ୟରେ ଚିନିର ମୂଲ୍ୟ ପ୍ରତି କିଲୋଗ୍ରାମ…

ସ୍ୱାମୀଙ୍କୁ ନଜଣାଇ ଟ୍ରଙ୍କରେ ରଖିଥିଲେ ୧୨ ଲକ୍ଷ, ସବୁ ଖାଇଦେଲା ମୂଷା! ତାପରେ….

ଲକ୍ଷ୍ନୌ,୨୩।୮: ତ୍ତତ୍ତରପ୍ରଦେଶର ଗୋଣ୍ଡାରୁ ଏପରି ଏକ ଘଟଣା ସାମ୍ନାକୁ ଆସିଛି, ଯାହାକୁ ନେଇ ସୋସିଆଲ ମିଡିଆରେ ବେଶ୍ ଚର୍ଚ୍ଚା ହେଉଛି । ଜଣେ ମହିଳା ପ୍ରାୟ ୮…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri