ରାସ୍ତାରେ ଖାଲ,ବିପଦକୁ ଆମନ୍ତ୍ରଣ

ଖଡ଼ିଆଳ,୧୬ା୫(ଡି.ଏନ୍‌.ଏ.): ନୂଆପଡ଼ା ଜିଲା ଖଡ଼ିଆଳ ଲାଲସାହେବ ପଡ଼ା ୱାର୍ଡ ନଂ ୭ ରାସ୍ତା ଖାଲଖମାରେ ଭର୍ତ୍ତି। ଏହି ରାସ୍ତା ନିର୍ମାଣ ପାଇଁ ବିଗତ ଏକ ବର୍ଷ ପୂର୍ବରୁ ଖଡ଼ିଆଳ ଏନ୍‌ଏସି ପକ୍ଷରୁ ଗ୍ରାମ୍ୟ ଉନ୍ନୟନ ବିଭାଗ ଖଡ଼ିଆଳକୁ ହସ୍ତାନ୍ତର କରାଯାଇଛି। ହେଲେ ବିଭାଗ କାର୍ଯ୍ୟ କରୁନଥିବା ଅଭିଯୋଗ କରି ପଡ଼ାବାସୀ ଅସନ୍ତୋଷ ପ୍ରକାଶ କରିଛନ୍ତି। ଏହି ରାସ୍ତା ୩୫୩ ନଂ ଜାତୀୟ ରାଜପଥକୁ ସଂଯୋଗ କରିଛି। ରାସ୍ତା ଉପରେ ମହିଳା ମହାବିଦ୍ୟାଳୟ, ମୋଡେଲ ଡିଗ୍ରୀ ମହାବିଦ୍ୟାଳୟ, ପଶୁ ଚିକିତ୍ସାଳୟ, ଓମ୍‌ଫେଡ, ବିଜେପୁର ଗ୍ରାମ ସମେତ ଅନେକ ପଞ୍ଚାୟତର ଜନସାଧାରଣ ଏହି ରାସ୍ତା ଉପରେ ନିର୍ଭର କରିଥାନ୍ତି। ଖଡ଼ିଆଳରୁ ସିନାପାଲିକୁ ସଂଯୋଗ କରୁଥିବା ମୁଖ୍ୟ ବାଇପାସ ରାସ୍ତାଭାବେ ବ୍ୟବହାର ହେଉଥିବା ବେଳେ ଏହି ରାସ୍ତା ଖାଲଖମାରେ ଭର୍ତ୍ତି ହେବା ସହିତ ବର୍ଷା ଦିନେ ପାଣି ଜମି ରହି ସମସ୍ୟା ସୃଷ୍ଟି କରୁଛି। ଜିଲା ପ୍ରଶାସନ ଏଥିପ୍ରତି ଦୃଷ୍ଟି ଦେଇ ରାସ୍ତା କାର୍ଯ୍ୟ ତୁରନ୍ତ ଆରମ୍ଭ କରିବାକୁ ପଡ଼ାବାସୀ ଦାବି କରିଛନ୍ତି। ଏନେଇ ଉପାଧ୍ୟକ୍ଷ ସକୁନ୍ତଳା ରାଉତଙ୍କୁ ପଚାରିବାରୁ, ଏନଏସି ବୈଠକରେ ପ୍ରସ୍ତାବ ଦିଆଯାଇଛି ବୋଲି କହିଛନ୍ତି। ଏହି କାମ ଗ୍ରାମ ଉନ୍ନୟନ ବିଭାଗକୁ ହସ୍ତାନ୍ତର କରାଯାଇଥିବା ରାଉତ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାରିପଦାରେ ଲଜ୍ଜା: ୫ ବର୍ଷର ଶିଶୁ କନ୍ୟାକୁ ବିସ୍କୁଟ୍ ଲୋଭ ଦେଖାଇ ବଳାତ୍କାର

ବାରିପଦାରେ,୧୭।୧୨: ମୟୂରଭଞ୍ଜ ଜିଲା ବାରିପଦା ସହରରେ ଏକ ଅମାନବୀୟ ଘଟଣା ସାମ୍ନାକୁ ଆସିଛି। ଜଣେ ୫ ବର୍ଷର ଶିଶୁ କନ୍ୟାକୁ ଦୁଷ୍କର୍ମ କରାଯାଇଥିବା ନେଇ ସାଂଘାତିକ...

ମୋଦିଙ୍କୁ ନେଇ ଏମିତି କହିଦେଲେ ଟ୍ରମ୍ପ: ବିଶ୍ୱରେ ପଡ଼ିଗଲା ଚହଳ

ଓ୍ବାଶିଂଟନ୍‌,୧୭।୧୨: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପ୍ରଶଂସା କରିଛନ୍ତି। ସେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ତାଙ୍କର ‘ମହାନ ବନ୍ଧୁ’ ଭାବରେ ବର୍ଣ୍ଣନା କରିଛନ୍ତି।...

ଗାଁ ମଝିରେ ଛିଡ଼ିଲା ବିଦ୍ୟୁତ ତାର: ଅଳ୍ପକେ ବର୍ତ୍ତିଲେ ଜେଜେ ମା’-ନାତି

ଗଞ୍ଜାମ,୧୭।୧୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତ ଲକ୍ଷ୍ମୀପୁର ଗାଁରେ ବୁଧବାର ସକାଳେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଥିଲା। ଗାଁ ମଝିରେ ରାସ୍ତା...

ମୁକେଶଙ୍କୁ ପୁଣି ଗୁରୁଦାୟିତ୍ୱ ଦେଲା ଭାଜପା: ଜିଲା ଉପସଭାପତି ପଦବୀ ପାଇ କହିଲେ…

ଭବାନୀପାଟଣା,୧୭।୧୨(ଉତ୍ତମ କୁମାର ଦାଶ): ରାଜ୍ୟ ଭାଜପା ସଭାପତି ମନମୋହନ ସାମଲଙ୍କ ଅନୁମୋଦନ କ୍ରମେ ମଙ୍ଗଳବାର କଳାହାଣ୍ଡି ଜିଲା ଭାଜପା ସଭାପତି ଯୁଗଳ କିଶୋର ପୋଢ଼ ଜିଲାର...

ଓଡ଼ିଶାରେ ୨ ଦିନ ପାଇଁ ୟେଲୋ ଓ୍ବାର୍ନିଂ: ହୋଇଯାନ୍ତୁ ସତର୍କ

ଭୁବନେଶ୍ୱର,୧୭।୧୨(ଅନୁରାଧା ମହାରଣା):ରାଜ୍ୟରେ ଗତ କିଛିଦିନ ଧରି ଶୀତ ଲହରୀ ଜାରି ରହିଛି। ଆଭ୍ୟନ୍ତରୀଣ ଓଡ଼ିଶାର ସୁନ୍ଦରଗଡ଼, କୋରାପୁଟ ଏବଂ କନ୍ଧମାଳର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ...

ଆଜି ଦେଶବ୍ୟାପୀ ବିକ୍ଷୋଭ: ମହାତ୍ମା ଗାନ୍ଧୀଙ୍କ ଫଟୋ ଧରି…

ନୂଆଦିଲ୍ଲୀ,୧୭ା୧୨(ପି.ଟି.):ଏମ୍‌ଜିଏନ୍‌ଆର୍‌ଇଜିଏ ନାଁ ବଦଳାଇବା ପାଇଁ କେନ୍ଦ୍ର ସରକାର ଆଣିଥିବା ଭିବି-ଜି ରାମ ଜି ବିଲ୍‌ ବିରୋଧରେ କଂଗ୍ରେସ ବୁଧବାର ଦେଶବ୍ୟାପୀ ବିକ୍ଷୋଭ କରିବାକୁ ଘୋଷଣା କରିଛି।...

ସ୍ବିଫ୍ଟ କାର୍‌ରେ ପାର୍ଟନର୍‌ଙ୍କୁ ବସାଇ ଜଙ୍ଗଲକୁ ନେଲେ ବୟଫ୍ରେଣ୍ଡ: ଆଉ ତା’ପରେ କଲେ ଏମିତି କାଣ୍ଡ

ଲକ୍ଷ୍ନୌ,୧୭ା୧୨:ଉତ୍ତରପ୍ରଦେଶରେ ଏକ ବୀଭତ୍ସ ହତ୍ୟା ଘଟଣା ଘଟିଛି। ଜଣେ ଟ୍ୟାକ୍ସି ଡ୍ରାଇଭର ତାଙ୍କ ସ୍ତ୍ରୀ ଉମା(୩୦)ଙ୍କୁ ହତ୍ୟା କରିବା ପରେ ମୃତଦେହକୁ ଜଙ୍ଗଲ ମଧ୍ୟରେ ଫିଙ୍ଗିଦେଇଥିଲେ।...

କମ୍ୟୁନିଟି ସେଣ୍ଟର ସ୍ଥାନାନ୍ତର ଉଦ୍ୟମକୁ ବିରୋଧ: ବିରୋଧ କଲା ଜିଲା ଆଦିବାସୀ କଲ୍ୟାଣ ସଂଘ

ଅମରପାଲି,୧୭/୧୨(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ବହଲପଦର ପଞ୍ଚାୟତର ହୋତାପାଲି ( ସୁରଧାପାଲି) ଠାରେ ନିର୍ମାଣ ହେବାକୁ ଥିବା ଏକ କମ୍ୟୁନିଟି ସେଣ୍ଟର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri