ରାସ୍ତାରେ ଖାଲ,ବିପଦକୁ ଆମନ୍ତ୍ରଣ

ଖଡ଼ିଆଳ,୧୬ା୫(ଡି.ଏନ୍‌.ଏ.): ନୂଆପଡ଼ା ଜିଲା ଖଡ଼ିଆଳ ଲାଲସାହେବ ପଡ଼ା ୱାର୍ଡ ନଂ ୭ ରାସ୍ତା ଖାଲଖମାରେ ଭର୍ତ୍ତି। ଏହି ରାସ୍ତା ନିର୍ମାଣ ପାଇଁ ବିଗତ ଏକ ବର୍ଷ ପୂର୍ବରୁ ଖଡ଼ିଆଳ ଏନ୍‌ଏସି ପକ୍ଷରୁ ଗ୍ରାମ୍ୟ ଉନ୍ନୟନ ବିଭାଗ ଖଡ଼ିଆଳକୁ ହସ୍ତାନ୍ତର କରାଯାଇଛି। ହେଲେ ବିଭାଗ କାର୍ଯ୍ୟ କରୁନଥିବା ଅଭିଯୋଗ କରି ପଡ଼ାବାସୀ ଅସନ୍ତୋଷ ପ୍ରକାଶ କରିଛନ୍ତି। ଏହି ରାସ୍ତା ୩୫୩ ନଂ ଜାତୀୟ ରାଜପଥକୁ ସଂଯୋଗ କରିଛି। ରାସ୍ତା ଉପରେ ମହିଳା ମହାବିଦ୍ୟାଳୟ, ମୋଡେଲ ଡିଗ୍ରୀ ମହାବିଦ୍ୟାଳୟ, ପଶୁ ଚିକିତ୍ସାଳୟ, ଓମ୍‌ଫେଡ, ବିଜେପୁର ଗ୍ରାମ ସମେତ ଅନେକ ପଞ୍ଚାୟତର ଜନସାଧାରଣ ଏହି ରାସ୍ତା ଉପରେ ନିର୍ଭର କରିଥାନ୍ତି। ଖଡ଼ିଆଳରୁ ସିନାପାଲିକୁ ସଂଯୋଗ କରୁଥିବା ମୁଖ୍ୟ ବାଇପାସ ରାସ୍ତାଭାବେ ବ୍ୟବହାର ହେଉଥିବା ବେଳେ ଏହି ରାସ୍ତା ଖାଲଖମାରେ ଭର୍ତ୍ତି ହେବା ସହିତ ବର୍ଷା ଦିନେ ପାଣି ଜମି ରହି ସମସ୍ୟା ସୃଷ୍ଟି କରୁଛି। ଜିଲା ପ୍ରଶାସନ ଏଥିପ୍ରତି ଦୃଷ୍ଟି ଦେଇ ରାସ୍ତା କାର୍ଯ୍ୟ ତୁରନ୍ତ ଆରମ୍ଭ କରିବାକୁ ପଡ଼ାବାସୀ ଦାବି କରିଛନ୍ତି। ଏନେଇ ଉପାଧ୍ୟକ୍ଷ ସକୁନ୍ତଳା ରାଉତଙ୍କୁ ପଚାରିବାରୁ, ଏନଏସି ବୈଠକରେ ପ୍ରସ୍ତାବ ଦିଆଯାଇଛି ବୋଲି କହିଛନ୍ତି। ଏହି କାମ ଗ୍ରାମ ଉନ୍ନୟନ ବିଭାଗକୁ ହସ୍ତାନ୍ତର କରାଯାଇଥିବା ରାଉତ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୁରୁକୁଟି ମୌଜାରେ ଜମି ବିବାଦ ଅସମାହିତ: ଜିଲାପାଳ-ଏସପିଙ୍କ ବୁଝାଶୁଝା ସତ୍ତ୍ୱେ ହଟିଲେନି ଆନ୍ଦୋଳନକାରୀ

ଥୁଆମୂଳ ରାମପୁର, ୩ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣକୁ ନେଇ ଚାଲିଥିବା ବିବାଦ ଆଜି…

୬ ଘଣ୍ଟା ଧରି ପୂର୍ତ୍ତ ବିଭାଗ କର୍ମଚାରୀଙ୍କ ହାତଗୋଡ଼ ବାନ୍ଧି ମାଡ଼ ମାରି ଲୁଟ୍‌, ମହିଳାଙ୍କ ସମେତ ୫ଜଣଙ୍କୁ ବାନ୍ଧିଲା…

ରାୟଗଡ଼ା, ୩।୪ (ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହରରେ ଜଣେ ସରକାରୀ କର୍ମଚାରୀଙ୍କୁ ବନ୍ଧୁକ ଦେଖାଇ ମରଣାନ୍ତକ ଆକ୍ରମଣ ଓ ଲୁଟ କରିବା ଘଟଣାର ପର୍ଦ୍ଦାଫାଶ କରିଛି…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

ଆଦେଶ ପାଳନ କଲେ ଜିଲାପାଳ, ପିଛିଲା ତାରିଖ ପକାଇ ୨୧ ଦିନ ପରେ ଅର୍ଡର ପ୍ରେରଣ

କେନ୍ଦୁଝର/ହାଟଡିହୀ,୩l୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ):ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଧାର୍ଯ୍ୟ ସମୟରେ ପାଳନ ନ କରିବା ଫଳରେ ଅଦାଲତ ଅବମାନନା ମାମଲା ଦାୟର ହେବା ଏବଂ ଏ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri