ଗାତରେ ରାସ୍ତା ନା ରାସ୍ତାରେ ଗାତ? ଲଗାଣ ବର୍ଷାରେ ମରଣଯନ୍ତା ପାଲଟିଛି ଗୁଡ଼ାରି-ବିର୍ସା ନାଳ ରାସ୍ତା; ଅଭିଯୋଗ ପରେ ବି…

ଗୁଡ଼ାରି, ୨୩।୯(ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ନିକଟସ୍ଥ ବିର୍ସା ନାଳ ବ୍ରିଜ୍‌ରୁ ସହରକୁ ସଂଯୋଗ କରୁଥିବା ପ୍ରାୟ ୨ କିଲୋମିଟର ଦୀର୍ଘ ପ୍ରମୁଖ ରାସ୍ତାର ଅବସ୍ଥା ଅତ୍ୟନ୍ତ ଶୋଚନୀୟ ହୋଇପଡ଼ିଛି। ରାସ୍ତାର ବିଭିନ୍ନ ସ୍ଥାନରେ ସୃଷ୍ଟି ହୋଇଥିବା ବଡ଼ ବଡ଼ ଗାତ ଯୋଗୁ ଏବେ “ଗାତରେ ରାସ୍ତା ନା ରାସ୍ତାରେ ଗାତ” ତାହା ବାରିବା କଷ୍ଟକର ହୋଇପଡ଼ିଛି। ଲଗାଣ ବର୍ଷା ଯୋଗୁ ଏହି ଗାତଗୁଡ଼ିକରେ ବର୍ଷାଜଳ ଭର୍ତ୍ତି ହୋଇ ରହୁଥିବାରୁ ଯାତାୟାତ ସମ୍ପୂର୍ଣ୍ଣ ବିପଜ୍ଜନକ ହୋଇପଡ଼ିଛି। ଦୀର୍ଘ ଦିନ ହେବ ରାସ୍ତାଟି ମରାମତି ଅଭାବରୁ ଖାଲଖମାରେ ପରିଣତ ହୋଇଥିଲେ ସୁଦ୍ଧା ସମ୍ପୃକ୍ତ ବିଭାଗ ଏଥିପ୍ରତି ଆଖିବୁଜି ଦେଇଥିବା ସ୍ଥାନୀୟ ଲୋକେ ଅଭିଯୋଗ କରିଛନ୍ତି।

ଏହି ରାସ୍ତାଟି ଗୁଡ଼ାରି ସହର ପାଇଁ ଏକ ଅତ୍ୟାବଶ୍ୟକୀୟ ଲାଇଫଲାଇନ୍। ପ୍ରତିଦିନ ଏହି ବାଟ ଦେଇ ଶହ ଶହ ଗାଡ଼ିମୋଟର ଚଳାଚଳ କରିଥାଏ। ଏହାସହ ଗୁଡ଼ାରି ବ୍ଲକ୍‌ର ୩ଟି ଗ୍ରାମପଞ୍ଚାୟତ ସମେତ ପଡ଼ୋଶୀ ପଦ୍ମପୁର ଓ ଚନ୍ଦ୍ରପୁର ବ୍ଲକ୍‌କୁ ଯାଆସ କରିବା ପାଇଁ ଏହାହିଁ ପ୍ରମୁଖ ମାଧ୍ୟମ। ସ୍କୁଲ୍, କଲେଜ ପଢ଼ୁଥିବା ହଜାର ହଜାର ଛାତ୍ରଛାତ୍ରୀ ଏବଂ ବିଭିନ୍ନ ପଞ୍ଚାୟତର ବିଦ୍ୟାଳୟଗୁଡ଼ିକୁ ଯାଉଥିବା ଶିକ୍ଷକ-ଶିକ୍ଷୟିତ୍ରୀମାନେ ପ୍ରତିଦିନ ଏହି ବିପଜ୍ଜନକ ରାସ୍ତାରେ ଯାତ୍ରା କରିବାକୁ ବାଧ୍ୟ ହେଉଛନ୍ତି।

ବର୍ଷା ଦିନେ ଖାଲଗୁଡ଼ିକରେ ପାଣି ଜମି ରହୁଥିବାରୁ ଛୋଟବଡ଼ ଦୁର୍ଘଟଣା ନିୟମିତ ଘଟୁଛି। ଏହି ସମସ୍ୟାର ସ୍ଥାୟୀ ସମାଧାନ ଏବଂ ରାସ୍ତାର ତୁରନ୍ତ ମରାମତି ନିମନ୍ତେ ସ୍ଥାନୀୟ ଯୁବ ସଂଗଠନ “ୟୁଥ୍ ଫର୍ ଚେଞ୍ଜ୍” ପକ୍ଷରୁ ଗ୍ରାମ୍ୟ ଉନ୍ନୟନ (R&D) ବିଭାଗକୁ ଲିଖିତ ଭାବେ ଅବଗତ କରାଯାଇଥିଲା। ବର୍ଷା ସମୟରେ ଏହି ରାସ୍ତାରେ ଯାତାୟାତ କରିବା ଯନ୍ତ୍ରଣା ସଦୃଶ ହେଉଥିବା ବେଳେ ପ୍ରଶାସନ ତୁରନ୍ତ ଏଥିପ୍ରତି ଦୃଷ୍ଟି ନଦେଲେ ଆଗାମୀ ଦିନରେ କୌଣସି ବଡ଼ ଦୁର୍ଘଟଣା ଘଟିବାର ଆଶଙ୍କାକୁ ଏଡ଼ାଇ ଦିଆଯାଇ ନ ପାରେ ବୋଲି ସାଧାରଣରେ ମତ ପ୍ରକାଶ ପାଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବାଫ୍ଲା ମାଳି ଖଣି ପ୍ରଭାବିତ ଅଞ୍ଚଳରେ ବିକାଶର ନଗ୍ନ ଚିତ୍ର: ଉପରେ ଚାଲିଛି ଖଣି, ତଳେ ରାସ୍ତା ନାହିଁ; ପ୍ରଶାସନର ଅବହେଳା ପରେ…

ଥୁଆମୂଳ ରାମପୁର/କାଶୀପୁର, ୨୩।୯ (ଦୁର୍ଗା କୀର୍ତ୍ତି/ ପ୍ରଫୁଲ୍ଲ ବେହେରା): ଗୋଟିଏ ପଟେ ବାଫ୍ଲା ମାଳି ପାହାଡ଼ ଉପରେ ବାକ୍ସାଇଟ୍ ଖଣି ଖନନ କରି କୋଟି କୋଟି ଟଙ୍କାର…

ଲଘୁଚାପ ବର୍ଷାରେ ସୃଷ୍ଟି ହେଲା ବନ୍ୟା ଆଶଙ୍କା: ଭଞ୍ଜନଗରରେ ସ୍ଥାନାନ୍ତର ପ୍ରକ୍ରିୟା ଜୋରଦାର, ସ୍ଥିତି ଉପରେ ନଜର ରଖିଛନ୍ତି ବିଧାୟକ

ଭଞ୍ଜନଗର, ୨୩।୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡର ବିଭିନ୍ନ ଅଞ୍ଚଳରେ ବୁଧବାର ସନ୍ଧ୍ୟା ପର୍ଯ୍ୟନ୍ତ ତୁହାକୁ ତୁହା ଲଗାଣ ବର୍ଷା ଜାରି ରହିଛି। ଫଳରେ…

ନାଳ ପାର ହେବା ବେଳେ ପ୍ରଖର ସ୍ରୋତରେ ଭାସିଗଲେ ଚାଷୀ, ସ୍ତ୍ରୀଙ୍କ ସାହସିକତା-ପ୍ରଶାସନର ତତ୍ପରତାରୁ ବଞ୍ଚିଲା ଜୀବନ

ପାରଳାଖେମୁଣ୍ଡି, ୨୩।୯ (ଗିରିଧାରୀ ପରିଛା): ଅବପାତଜନିତ ଲଗାଣ ବର୍ଷା ଯୋଗୁ ନାଳର ପ୍ରଖର ସ୍ରୋତରେ ଭାସିଯାଇଥିବା ଜଣେ ଚାଷୀଙ୍କୁ ପ୍ରଶାସନ ଓ ଅଗ୍ନିଶମ ବାହିନୀର ତତ୍ପରତା ଯୋଗୁ…

ସ୍କୁଟିରେ ବ୍ରହ୍ମପୁର ଷ୍ଟେଶନ୍ ଚାଲାଣ ହେଉଥିଲା ଗଞ୍ଜେଇ! ପାଟ୍ରୋଲିଂ ବେଳେ ମାଡ଼ିବସିଲା ଅବକାରୀ ଟିମ୍

ଦିଗପହଣ୍ଡି, ୨୩।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅବକାରୀ ଥାନା ପୋଲିସକୁ ମିଳିଛି ବଡ଼ ସଫଳତା। ଚୋରାରେ ଗଞ୍ଜେଇ ଚାଲାଣ ହେଉଥିବା ବେଳେ ଅବକାରୀ…

ଲଗାଣ ବର୍ଷାରେ ବେହାଲ ଦିଗପହଣ୍ଡି: ମୁଖ୍ୟ ରାସ୍ତାରେ ୨ ଫୁଟର ପାଣି, ଦୋକାନ-ବ୍ୟାଙ୍କରେ ନର୍ଦ୍ଦମା ଜଳ, ଜଳବନ୍ଦୀ ବସଷ୍ଟାଣ୍ଡ ବାସିନ୍ଦା

ଦିଗପହଣ୍ଡି,୨୩।୯(ଅଶେଷ ନାଥ ମିଶ୍ର): ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଘନୀଭୂତ ଲଘୁଚାପ ପ୍ରଭାବରେ ତୁହାକୁ ତୁହା ଲଗାଣ ବର୍ଷା ଯୋଗୁ ବୁଧବାର ଦିଗପହଣ୍ଡି ସହର ସମ୍ପୂର୍ଣ୍ଣ ଉବୁଟୁବୁ ହୋଇପଡ଼ିଛି।…

ନ୍ୟାସନାଲ ପେନଚାକ ପ୍ରତିଯୋଗିତା, ସ୍ବର୍ଣ୍ଣପଦକ ବିଜେତାଙ୍କୁ ଗଞ୍ଜାମରେ ସମ୍ବର୍ଦ୍ଧନା

ଗଞ୍ଜାମ,୨୩ା୯(ବିଦ୍ୟାଧର ସାହୁ ): ଲେହ ଲଦାଖରେ ଅନୁଷ୍ଠିତ ରାଜ୍ୟ ସ୍ତରୀୟ ପେନଚାକ ସିଲାଟ ପ୍ରତିଯୋଗିତା 2026 ରେ ଓଡ଼ିଆ ପୁଅ ଶିବପ୍ରସାଦ ଜେନା ଗୋଲ୍ଡ ମେଡାଲ ହାସଲ…

କେସିଙ୍ଗାରେ ରେକର୍ଡ ବର୍ଷା, ଆତଙ୍କିତ ସ୍ଥାନୀୟ ବାସିନ୍ଦା

କେସିଙ୍ଗା,୨୩।୯(ତୁମେଶ୍ୱର ସାହୁ): ଲଘୁଚାପଜନିତ ବର୍ଷାରେ କେସିଙ୍ଗା ବ୍ଲକର ୨୬ଟି ଗ୍ରାମ ପଞ୍ଚାୟତରେ ଦୀର୍ଘ ଦୁଇଦିନ ଧରି ବର୍ଷା ଲାଗି ରହିଛି ।କେତେବେଳେ ବର୍ଷା ହେଉଛି ତ ଆଉ…

ନାଗାବଳୀ କୂଳରେ ଝଲସୁଛି କାଶତଣ୍ଡି, ଧରାପୃଷ୍ଠକୁ ଆସିବେ ଜଗତଜନନୀ

କଲ୍ୟାଣସିଂହପୁର,୨୩ା୯(ଦୀପକ କୁମାର ପରିଡା ): ​ପ୍ରକୃତିର କୋଳରେ ଏବେ ଉତ୍ସବର ଋତୁ । ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ବେଲକନା ଗାଁ ନିକଟସ୍ଥ ନାଗାବଳୀ ନଦୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?