୧୨ ବର୍ଷ ଧରି କୁକୁଡ଼ା ଚିଆଁ ଉତ୍ପାଦନ କେନ୍ଦ୍ର ବନ୍ଦ

କେନ୍ଦ୍ରାପଡ଼ା,୨୯ା୪ (ଜଗନ୍ନାଥ ଧଳ): ଛକ ବଜାରଠାରୁ ଗ୍ରାମାଞ୍ଚଳରେ କୁକୁଡା ମାଂସ ବିକ୍ରୟ କେନ୍ଦ୍ର ଭରପୂର ରହିଛି। କେଜି ପ୍ରତି ୨୨୦ରୁ ୩୫୦ ଟଙ୍କାରେ ମାଂସ ବିକ୍ରି ହେଉଛି। ଏହାସତ୍ତ୍ୱେ କୁକୁଡା ଚାଷୀଙ୍କୁ ଲାଭ ମିଳୁନି। ବାହାର ଓ ରାଜ୍ୟର କେତେଗୋଟି କମ୍ପାନୀ ହାତକୁ ଏହି ବ୍ୟବସାୟ ଚାଲିଯାଇଛି। ଅପରପକ୍ଷରେ ୨୦୧୨ ମସିହାରେ ସ୍ଥାପିତ କେନ୍ଦ୍ରାପଡ଼ା ଜିଲା ମୁଖ୍ୟ ପ୍ରାଣୀ ଚିକିତ୍ସା କେନ୍ଦ୍ରର ଚିଆଁ ଉତ୍ପାଦନ କେନ୍ଦ୍ର ବନ୍ଦ ପଡିଛି। ୧୧ ଲକ୍ଷର ଇନ୍‌କ୍ୟୁବଲେଟର, ଜେନେରେଟର ଆଦିରେ ବୁଢ଼ିଆଣୀ ଜାଲ ମାଡିଗଲାଣି। ଆର୍ଥିକ ପରିସ୍ଥିତି ସୁଧାରିବାକୁ କୁକୁଡା ଫାର୍ମ କରିଥିବା ଯୁବଗୋଷ୍ଠୀ ଏହି କମ୍ପାନୀ ହାତରେ ବନ୍ଧା ପଡିଥିବା ଚାଷୀମାନେ କହିଛନ୍ତି।
ଏ ସମ୍ପର୍କରେ ଇନ୍ଦୁପୁରର କାଳିଆ ସାମନ୍ତରାୟ, କଂସାର ଗ୍ରାମର ଶୁଭାଶିଷ ଜେନା, ପାଖଡ ଗ୍ରାମର ରମାକାନ୍ତ ମଲ୍ଲିକ, ବାରିମୂଳର ସେକ୍‌ ହସନ ପ୍ରମୁଖ କୁକୁଡା ଫାର୍ମ ମାଲିକ କହିଛନ୍ତି ଯେ, କୁକୁଡା ଦର ନିୟନ୍ତ୍ରଣରେ ପ୍ରଶାସନର କୌଣସି ଭୂମିକା ରହୁନାହିଁ। ଫଳରେ କମ୍ପାନୀ କର୍ତ୍ତୃପକ୍ଷ ମନଇଚ୍ଛା ଲାଭ ଲୁଟୁଛନ୍ତି। ସେମାନେ କହିଛନ୍ତି ଯେ, ଆନ୍ଧ୍ରପ୍ରଦେଶ, ଛତିଶଗଡ଼ର ବଡ଼ ବଡ଼ କୁକୁଡା ବ୍ୟବସାୟୀ ଓଡ଼ିଶାରେ ଅର୍ଥ ଖଟାଇଛନ୍ତି। ଓଡ଼ିଶାର ଦୁଇ ତିନୋଟି କମ୍ପାନୀ ମଧ୍ୟ ଏହି କାରବାରରେ ସାମିଲ ହୋଇଛନ୍ତି। ଏହି କମ୍ପାନୀଗୁଡିକ ଚିଆଁଠାରୁ ଆରମ୍ଭ କରି ଦାନା ଓ ଔଷଧ ଆଦି ଯୋଗାଇଥାନ୍ତି। ଚାଷୀ ବା ଫାର୍ମ ମାଲିକ କେବଳ ଫାର୍ମ ଘର, ବିଜୁଳି, ପାଣି ଓ ମାନବସମ୍ବଳ ବ୍ୟୟ କରୁଛନ୍ତି। ଚାଷୀମାନେ କୁକୁଡା ଫାର୍ମରେ ଦାୟିତ୍ୱର ସହ କୁକୁଡା ରକ୍ଷଣାବକ୍ଷେଣ କରିବା ପରେ କେଜି ପ୍ରତି ୩ରୁ ୫ଟଙ୍କା ପାଉଛନ୍ତି। କୁକୁଡା ଦର ବୃଦ୍ଧି ସହ ଚାଷୀଙ୍କ କୌଣସି ସମ୍ପର୍କ ନାହିଁ। ଅର୍ଥ ଖଟାଇଥିବା କମ୍ପାନୀ ଠିକଣା ସମୟରେ ଔଷଧ ଓ ଦାନା ଆଦି ପ୍ରଦାନ କରିଥାନ୍ତି। କୁକୁଡା ପ୍ରାୟ ଦେଢ଼ କେଜି ହୋଇଗଲେ କମ୍ପାନୀ କର୍ତ୍ତୃପକ୍ଷ ତାହାକୁ ସଂଗ୍ରହ କରି ରାଜ୍ୟ ଓ ବାହାର ରାଜ୍ୟକୁ ନେଇ ବିକ୍ରି କରିଥାନ୍ତି। ଚାଷୀଙ୍କୁ କୁକୁଡା ବିକ୍ରି ପାଇଁ କୌଣସି ଅନୁମତି ନାହିଁ। ଚାଷ ଆରମ୍ଭରୁ କମ୍ପାନୀ କର୍ତ୍ତୃପକ୍ଷ ଏନେଇ ଚାଷୀଙ୍କ ସହ ଚୁକ୍ତି କରୁଛନ୍ତି। କୁକୁଡା ଚାଷ କରି ଆତ୍ମନିର୍ଭର ହେବା ପାଇଁ ସରକାରୀ ରିହାତିରେ କୁକୁଡା ଫାର୍ମ କରିଥିଲେ ମଧ୍ୟ ଚାଷୀମାନେ କମ୍ପାନୀ କବଳକୁ ଚାଲିଯାଇଛନ୍ତି। ଯଦି କୌଣସି ଚାଷୀ କମ୍ପାନୀର ସର୍ତ୍ତ ମାନିବାକୁ ରାଜି ନୁହେଁ, ତେବେ ଏହି କମ୍ପାନୀ କର୍ତ୍ତୃପକ୍ଷ ଚିଆଁଠାରୁ ଆରମ୍ଭ କରି ଔଷଧ, ଦାନା ଆଦିକୁ ଚଢ଼ା ଦରରେ କିଣିବାକୁ ବାଧ୍ୟ କରୁଛନ୍ତି। ସରକାରଙ୍କ ନିୟନ୍ତ୍ରଣ ଏହି କମ୍ପାନୀ ଉପରେ ରହୁ ନ ଥିବାରୁ ରାଜ୍ୟବାସୀ କମ୍ପାନୀର ଶସ୍ତା ଅଥବା ଅଧିକ ଦାମରେ ଦେଉଥିବା ମାଂସ କିଣିବାକୁ ବାଧ୍ୟ ହେଉଛନ୍ତି। କେନ୍ଦ୍ରାପଡ଼ା ଜିଲାରେ ଅଣ୍ଡା ଓ କୁକୁଡା ମାଂସ ଚାହିଦାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ ପ୍ରାଣୀ ବିଭାଗ ପକ୍ଷରୁ ଚିଆଁ ଉତ୍ପାଦନ କେନ୍ଦ୍ର ୧୨ ବର୍ଷ ପୂର୍ବେ ଖୋଲା ଯାଇଥିଲା। ଏହି ପ୍ରକଳ୍ପରେ ପ୍ରାୟ କୋଟିଏ ଟଙ୍କା ଖର୍ଚ୍ଚ ହୋଇଥିଲେ ମଧ୍ୟ କୁକୁଡା ଚାଷୀଙ୍କୁ ଟଙ୍କାଟିଏ ଲାଭ ମିଳୁନାହିଁ। ଚିଆଁ ଉତ୍ପାଦନ ଏଠାରେ ବନ୍ଦ ହୋଇଛି। ଫଳରେ ବଜାରରେ କୁକୁଡା ମାଂସ ଚାହିଦା ଦ୍ରୁତଗତିରେ ବଢୁଥିବା ବେଳେ ଚାଷୀ ଲାଭ ପାଉନାହିଁ। ଏ ସମ୍ପର୍କରେ ସିଡିଭିଓ ଦୀପ୍ତି ମହାପାତ୍ରଙ୍କୁ ପଚାରିବାରେ କୁକୁଡା ଚାଷୀଙ୍କ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ବିଭିନ୍ନ ରିହାତି ଯୋଜନା ଅଛି। ଯୋଜନାରେ ସାମିଲ ହୋଇ ଚାଷୀ ଏହାର ଫାଇଦା ନେଇପାରିବେ। ବାହାର ଓ ରାଜ୍ୟ ମଧ୍ୟରେ ଥିବା କମ୍ପାନୀ ସହ ଚାଷୀ ଚୁକ୍ତିବଦ୍ଧ ହେଉଥିବାରୁ ଆଇନଗତ ଭାବେ କୌଣସି କାର୍ଯ୍ୟାନୁଷ୍ଠାନ ନେଇ ହେବ ନାହିଁ। ମୁଖ୍ୟ ପ୍ରାଣୀ ଚିକିତ୍ସା କେନ୍ଦ୍ର ମଧ୍ୟରେ ଥିବା ଚିଆଁ ଉତ୍ପାଦନ କେନ୍ଦ୍ରକୁ ସଚଳ କରିବା ପାଇଁ ପ୍ରୟାସ ଆରମ୍ଭ ହୋଇଛି। ପରୀକ୍ଷାମୂଳକ ଭାବେ କେତେକ ଅଣ୍ଡାରୁ ଚିଆଁ ଉତ୍ପାଦନ କରାଯାଇଥିଲା। ଏହାକୁ ପୁଣି କାର୍ଯ୍ୟକ୍ଷମ କରିବା ପାଇଁ କର୍ମଚାରୀ ଓ କେତେକ ସମସ୍ୟା ସମାଧାନ କରାଯିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିନିକିଆ ବିଶ୍ୱକପ୍‌ କାର୍ଯ୍ୟସୂଚୀ ଘୋଷଣା କଲା ଆଇସିସି: ଅକ୍ଟୋବର ୧୦ରେ ଭାରତ-ପାକିସ୍ତାନ ହାଇଭୋଲଟେଜ ମ୍ୟାଚ୍‌

ଦୁବାଇ, ୧ା୧୦: ୨୦୨୭ରେ ଦକ୍ଷିଣ ଆଫ୍ରିକା, ଜିମ୍ବାଓ୍ବେ ଓ ନାମ୍ବିଆରେ ହେବାକୁ ଥିବା ପୁରୁଷ ଦିନିକିଆ ବିଶ୍ୱକପ୍‌ ପାଇଁ ଗୁରୁବାର ଆଇସିସି ପକ୍ଷରୁ କାର୍ଯ୍ୟସୂଚୀ ଘୋଷଣା କରାଯାଇଛି।…

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମନ୍ତ୍ରୀ

ବରଗଡ଼,୧।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଚିଖିଲି ସମେତ ବିଭିନ୍ନ ଗ୍ରାମରେ ଗତ ୨୭ ତାରିଖରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଉପରମୁଣ୍ଡରେ ପ୍ରବଳ…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?