କୁକୁଡ଼ା ଚାଷୀଙ୍କ ୧୦ ଦଫା ଦାବି: ନ ମାନିଲେ ଆନ୍ଦୋଳନ

ଫୁଲନଖରା,୨୩।୯(ଡି.ଏନ୍‌.ଏ): କଟକ ସଦର ଥାନା ଅଧୀନ କୋରକୋରାଠାରେ ସଦର ବ୍ଲକ କୁକୁଡ଼ା ଚାଷୀଙ୍କ ପକ୍ଷରୁ ଏକ ସାଧାରଣ ସଭା ଅନୁଷ୍ଠିତ ହୋଇଯାଇଛି। ଓଡ଼ିଶା କୁକ୍କୁଟ ମହାସଂଘ ଉପସଭାପତି ନାରାୟଣ ସାହୁଙ୍କ ସଭାପତିତ୍ୱରେ ଆୟୋଜିତ କାର୍ଯ୍ୟକ୍ରମରେ ରାଜ୍ୟ କୁକ୍କୁଟ ମହାସଂଘର ସଭ୍ୟ ରାମଚନ୍ଦ୍ର ରାଉତ, କଟକ ସଦର ବ୍ଲକ ସଭାପତି ଭୁବନାନନ୍ଦ ଦାସ, ଉପସଭାପତି ଅଶୋକ କୁମାର ପତି, ସମ୍ପାଦକ ଅମର ନାୟକ, କୋଷାଧ୍ୟକ୍ଷ ବିଶ୍ବରଞ୍ଜନ ଜେନା, ଜଗତ୍‌ସିଂହପୁର ଜିଲା ସଭାପତି ରତିକାନ୍ତ ପାଲ ପ୍ରମୁଖ ଅତିଥି ଭାବେ ଯୋଗଦେଇଥିଲେ। ଏହି ଅବସରରେ ଚାଷୀମାନେ ସରକାରଙ୍କ ନିକଟରେ ୧୦ ଦଫା ଦାବି ଉପସ୍ଥାପନ କରିଛନ୍ତି।
ଦାବିଗୁଡିକ ହେଲା ପୁରୁଣା ଗ୍ରୋଇଙ୍ଗ ଚାର୍ଜ ପରିବର୍ତ୍ତନ କରି ସର୍ବନିମ୍ନ କିଗ୍ରା ପ୍ରତି ୧୪ ଟଙ୍କା ବୃଦ୍ଧି, ଏମ୍‌ଏସ୍‌ପି ମୂଲ୍ୟ ୮ ଟଙ୍କାକୁ ବୃଦ୍ଧି, ଚଷୁ ଏବଂ ଔଷଧ ଖର୍ଚ୍ଚ କମ୍ପାନୀ ଭରଣ କରିବାକୁ ଦାବି କରାଯାଇଛି। ଏପରି କି ଦାନା ଓ ଉନ୍ନତମାନର କୁକୁଡ଼ା ଛୁଆ ଯୋଗାଇ ଦେବା ସହ କୁକୁଡ଼ା ବିକ୍ରୟର ଶତକଡା ୫୦ ଭାଗ ବୋନସ ଆକାରରେ ଚାଷୀଙ୍କୁ ପ୍ରଦାନ, ସଂଘର ବିନା ନିର୍ଦ୍ଦେଶରେ କୁକୁଡ଼ା ଛୁଆ ଓ ଦାନାର ମୂଲ୍ୟ ବୃଦ୍ଧି ନ କରିବା, କମ୍ପାନୀ ଅଭିଜ୍ଞ ଡାକ୍ତରଙ୍କୁ ନିଯୁକ୍ତି କରି ୨୪ ଘଣ୍ଟିଆ ସେବା ଯୋଗାଇ ଦେବାକୁ ଚାଷୀମାନେ ଦାବି କରିଛନ୍ତି। ସରକାର ଯଦି କୁକୁଡ଼ା ଚାଷୀଙ୍କ କଥା ନ ଶୁଣନ୍ତି ଆଗାମୀ ଦିନରେ ଚାଷୀମାନେ ରାଜରାସ୍ତାକୁ ଓହ୍ଲାଇ ଆନ୍ଦୋଳନ କରିବେ ବୋଲି ଚେତାବନୀ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆକ୍ରମଣ ମାମଲା: ବାପ-ପୁଅଙ୍କୁ ବାନ୍ଧିଲା ପୋଲିସ

ଦିଗପହଣ୍ଡି,୨୪।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଖଜୁରୀପଦା ଗ୍ରାମର ରବୀନ୍ଦ୍ର ସାହୁଙ୍କୁ ଆକ୍ରମଣ ଘଟଣାରେ ପାଟପୁର ପୋଲିସ ସୋମବାର ଅଭିଯୁକ୍ତ ବାବୁ ସାହୁ…

ଗୁଡାରି ଏନଏସିକୁ ମିଳିବ ୨ କୋଟି ଟଙ୍କାର ପୁରସ୍କାର

ଗୁଡାରି,୨୪/୮(ପ୍ରମୋଦ କୁମାର ପତି): ଆସନ୍ତା ଅଗଷ୍ଟ ୩୧ ତାରିଖରେ ସ୍ବାୟତ୍ତ ଶାସନ ଦିବସ ପାଳନ ସମାରୋହରେ ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ(OUAT), ଭୁବନେଶ୍ୱରର ‘କୃଷି ଶିକ୍ଷା…

ନିଖୋଜ ନାବାଳିକା ଉଦ୍ଧାର: ସିଡ଼ବ୍ଲ୍ୟୁସିରେ ହାଜର କଲା ପୋଲିସ

ଦିଗପହଣ୍ଡି,୨୪।୮(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଜଣେ ୧୫ ବର୍ଷୀୟା ନାବାଳିକା ଗତ ଜୁଲାଇ ୪ ତାରିଖରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିଲେ।…

ପୁଷ୍ୟ ନକ୍ଷତ୍ରରେ ପ୍ରବେଶ କରିବେ ମଙ୍ଗଳ: ୪ ରାଶିର କ୍ୟାରିୟରରେ ହେବ ବଡ଼ ଉନ୍ନତି, ବ୍ୟବସାୟରେ…

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଆସନ୍ତା ୨୪ ସେପ୍ଟେମ୍ବର ୨୦୨୬, ଗୁରୁବାର ସକାଳ ୫ଟା ୫୦ ମିନିଟରେ ମଙ୍ଗଳ ଗ୍ରହ ପୁଷ୍ୟ ନକ୍ଷତ୍ରରେ ପ୍ରବେଶ କରିବେ। ଶନିଙ୍କ ନକ୍ଷତ୍ର…

ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଲେ ସଇତାନ ପୁଅ! କୁମ୍ଭାରପଡ଼ାରେ ହଇଚଇ

ପୁରୀ,୨୪।୮(ଅଜିତ କୁମାର ମହାନ୍ତି): ପୁରୀ ଜିଲାରେ ଏକ ଅଭାବନୀୟ ଘଟଣା ଘଟିଛି। ନିଜ ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଇଛନ୍ତି ଜଣେ ସଇତାନ ପୁଅ! ପୁରୀ କୁମ୍ଭାରପଡ଼ାରେ…

ଆରକ୍ଷଣକୁ ନେଇ ଅଭିଜିତ ଦୀପକେଙ୍କ ବଡ଼ ବୟାନ, କହିଲେ- ‘ମୁଁ ଦଳିତ ପରିବାରରୁ ଆସିଛି, ମୋ ବାପା …’

ନୂଆଦିଲ୍ଲୀ,୨୪।୮: ଦେଶର ବିଭିନ୍ନ ସ୍ଥାନରେ ଏବେ ଆରକ୍ଷଣ ବ୍ୟବସ୍ଥା ଏବଂ ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (UGC)ର ଇକ୍ୱିଟି ନିୟମକୁ ନେଇ ପ୍ରଦର୍ଶନ ଚାଲିଛି। ପ୍ରଦର୍ଶନକାରୀମାନେ ଜାତିଭିତ୍ତିକ ଆରକ୍ଷଣ…

ଛାତ୍ରୀ ନିବାସକୁ ନାହିଁ ରାସ୍ତା: ସମସ୍ୟା ଭୋଗୁଛନ୍ତି ୨୩୦ ଆଦିବାସୀ ଛାତ୍ରୀ

ମୋହନା,୨୪।୮(ମନ୍ମଥ ମିଶ୍ର): ଛାତ୍ରୀ ନିବାସ ଅଛି। ଛାତ୍ରୀ ଅଛନ୍ତି। ପାଠପଢ଼ା ପାଇଁ ସବୁ ବ୍ୟବସ୍ଥା ଅଛି। ହେଲେ ବିଦ୍ୟାଳୟରେ ପହଞ୍ଚିବା ପାଇଁ ନାହିଁ ଭଲ ରାସ୍ତା। ଫଳରେ…

ବିବାଦରେ ଫସିଲେ କ୍ରିତି ସାନନ, ସୋସିଆଲ ମିଡିଆରେ ଉଠିଲା ଝଡ଼

ମୁମ୍ବାଇ: ଗୋଟିଏ ପର୍ବ, ଦାମୀ ବିଜ୍ଞାପନ, ବଲିଉଟର ଜଣେ ବଡ଼ ଚେହେରା ଏବଂ ସୋସିଆଲ ମିଡିଆରେ ବିବାଦ। ରକ୍ଷାବନ୍ଧନ ପାଇଁ ତିଆରି ହୋଇଥିବା ଏକ ଜୁଏଲାରୀ ବିଜ୍ଞାପନକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri