କୁକୁଡ଼ା ଚାଷୀଙ୍କ ୧୦ ଦଫା ଦାବି: ନ ମାନିଲେ ଆନ୍ଦୋଳନ

ଫୁଲନଖରା,୨୩।୯(ଡି.ଏନ୍‌.ଏ): କଟକ ସଦର ଥାନା ଅଧୀନ କୋରକୋରାଠାରେ ସଦର ବ୍ଲକ କୁକୁଡ଼ା ଚାଷୀଙ୍କ ପକ୍ଷରୁ ଏକ ସାଧାରଣ ସଭା ଅନୁଷ୍ଠିତ ହୋଇଯାଇଛି। ଓଡ଼ିଶା କୁକ୍କୁଟ ମହାସଂଘ ଉପସଭାପତି ନାରାୟଣ ସାହୁଙ୍କ ସଭାପତିତ୍ୱରେ ଆୟୋଜିତ କାର୍ଯ୍ୟକ୍ରମରେ ରାଜ୍ୟ କୁକ୍କୁଟ ମହାସଂଘର ସଭ୍ୟ ରାମଚନ୍ଦ୍ର ରାଉତ, କଟକ ସଦର ବ୍ଲକ ସଭାପତି ଭୁବନାନନ୍ଦ ଦାସ, ଉପସଭାପତି ଅଶୋକ କୁମାର ପତି, ସମ୍ପାଦକ ଅମର ନାୟକ, କୋଷାଧ୍ୟକ୍ଷ ବିଶ୍ବରଞ୍ଜନ ଜେନା, ଜଗତ୍‌ସିଂହପୁର ଜିଲା ସଭାପତି ରତିକାନ୍ତ ପାଲ ପ୍ରମୁଖ ଅତିଥି ଭାବେ ଯୋଗଦେଇଥିଲେ। ଏହି ଅବସରରେ ଚାଷୀମାନେ ସରକାରଙ୍କ ନିକଟରେ ୧୦ ଦଫା ଦାବି ଉପସ୍ଥାପନ କରିଛନ୍ତି।
ଦାବିଗୁଡିକ ହେଲା ପୁରୁଣା ଗ୍ରୋଇଙ୍ଗ ଚାର୍ଜ ପରିବର୍ତ୍ତନ କରି ସର୍ବନିମ୍ନ କିଗ୍ରା ପ୍ରତି ୧୪ ଟଙ୍କା ବୃଦ୍ଧି, ଏମ୍‌ଏସ୍‌ପି ମୂଲ୍ୟ ୮ ଟଙ୍କାକୁ ବୃଦ୍ଧି, ଚଷୁ ଏବଂ ଔଷଧ ଖର୍ଚ୍ଚ କମ୍ପାନୀ ଭରଣ କରିବାକୁ ଦାବି କରାଯାଇଛି। ଏପରି କି ଦାନା ଓ ଉନ୍ନତମାନର କୁକୁଡ଼ା ଛୁଆ ଯୋଗାଇ ଦେବା ସହ କୁକୁଡ଼ା ବିକ୍ରୟର ଶତକଡା ୫୦ ଭାଗ ବୋନସ ଆକାରରେ ଚାଷୀଙ୍କୁ ପ୍ରଦାନ, ସଂଘର ବିନା ନିର୍ଦ୍ଦେଶରେ କୁକୁଡ଼ା ଛୁଆ ଓ ଦାନାର ମୂଲ୍ୟ ବୃଦ୍ଧି ନ କରିବା, କମ୍ପାନୀ ଅଭିଜ୍ଞ ଡାକ୍ତରଙ୍କୁ ନିଯୁକ୍ତି କରି ୨୪ ଘଣ୍ଟିଆ ସେବା ଯୋଗାଇ ଦେବାକୁ ଚାଷୀମାନେ ଦାବି କରିଛନ୍ତି। ସରକାର ଯଦି କୁକୁଡ଼ା ଚାଷୀଙ୍କ କଥା ନ ଶୁଣନ୍ତି ଆଗାମୀ ଦିନରେ ଚାଷୀମାନେ ରାଜରାସ୍ତାକୁ ଓହ୍ଲାଇ ଆନ୍ଦୋଳନ କରିବେ ବୋଲି ଚେତାବନୀ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲର୍‌ଙ୍କ ଘର ବାହାରେ ବ୍ଲାଙ୍କ ଫାୟାରିଂ ଅଭିଯୋଗ

ଖଲ୍ଲିକୋଟ,୨୬।୪(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲରଙ୍କ ଘରେ ପଶି ମାର୍‌ପିଟ ସହ ବ୍ଲାଙ୍କ ଫାୟାରିଂ କରାଯାଇଥିବା ଅଭିଯୋଗ ହୋଇଛି। ଖବର ପାଇ...

ଓଏଚ୍‌ଆର୍‌ସିରେ କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣ ମାମଲା: ଏନ୍‌ଏଚ୍‌ଏଆଇକୁ ରିପୋର୍ଟ ତଲବ

କଟକ,୨୬ା୪ (କାର୍ତ୍ତିକ ସାହୁ)- କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣରେ ଅହେତୁକ ବିଳମ୍ବ ହେତୁ ଦୁର୍ଘଟଣା ବଢ଼ିଚାଲିଛି। ଏହି ରାଜପଥର ନିର୍ମାଣ କାର୍ଯ୍ୟ ଦୀର୍ଘ ୧୨ ବର୍ଷ...

କଂଗ୍ରେସରେ ମିଶିଲେ ବିଜେଡିର ପୁରୁଖା ନେତ୍ରୀ

ଭୁବନେଶ୍ୱର,୨୬।୪: ବିଜେଡିର ପୁରୁଖା ନେତ୍ରୀ ବୈଜୟନ୍ତୀମାଳା ମହାନ୍ତି ଆଜି ହାତ ଧରିଛନ୍ତି। ସେ ଶୁକ୍ରବାର ବିଧିବଦ୍ଧ ଭାବେ କଂଗ୍ରେସରେ ସାମିଲ ହୋଇଛନ୍ତି । ନୟାଗଡ ଜିଲା...

ଭଦ୍ରକ-ଯାଜପୁର ଜେଲ୍‌ରେ କ୍ଷମତାଠାରୁ ଅଧିକ କଏଦୀ: ଭିଡ ହଟାଇବାକୁ ପଦକ୍ଷେପ ନେଇ ଜଣାଇବାକୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ

କଟକ,୨୬ା୪ (କାର୍ତ୍ତିକ ସାହୁ)- ଭଦ୍ରକ ଓ ଯାଜପୁର ଜିଲା ଜେଲରୁ ଭିଡ଼ ହଟାଇବାକୁ କି ପଦକ୍ଷେପ ନେଇଛ ଜଣାଅ ବୋଲି ରାଜ୍ୟ ସରକାରଙ୍କୁ ହାଇକୋର୍ଟ ଶୁକ୍ରବାର...

ଗୋଟିଏ ଜୁଇରେ ଜଳିଲା ଦୁଇ ଭଉଣୀଙ୍କ ମୃତଦେହ

ଗୋପ,୨୬ା୪(ଭାରତୀ ଭୂଷଣ ଉପାଧ୍ୟାୟ): ଗାଁ ଶଶ୍ନାନର ଗୋଟିଏ ଜୁଇରେ ଦୁଇ ଭଉଣୀଙ୍କ ମୃତଦେହ ଦାହ କରାଯାଇଛି। ଗୁରୁବାର ବିଳମ୍ବିତ ରାତିରେ ଏହି ଦାହ ସମୟରେ ଡଭାର...

ପୁଣି ପ୍ରାର୍ଥୀ ବଦଳାଇବ ଭାଜପା, ପର୍ଶୁରାମ ଧଡାଙ୍କ ଘର ବାହୁଡା ପରେ ଜୋର ଧରିଲା ଚର୍ଚ୍ଚା

ଭୁବନେଶ୍ୱର,୨୬।୪: ପୁଣିଥରେ ପ୍ରାର୍ଥୀ ବଦଳାଇପାରେ ଭାରତୀୟ ଜନତା ପାର୍ଟି । ସୋର ବିଧାୟକ ପର୍ଶୁରାମ ଧଡା ଭାଜପାରେ ସାମିଲ ହେବା ପରେ ପ୍ରାର୍ଥୀ ପରିବର୍ତନ ନେଇ...

ଜାତୀୟ ରାଜପଥ କଡ଼ରେ କୁଆଁ କୁଆଁ ଶବ୍ଦ: ନବଜାତ ଶିଶୁପୁତ୍ରକୁ ଛାଡ଼ି ମା’ ଫେରାର

ଛତ୍ରପୁର,୨୬।୪(ଦିଲ୍ଲୀପ ସାମଲ): ରାସ୍ତାକଡ଼ରେ ନବଜାତକକୁ ଛାଡ଼ି ମା’ ଫେରାର। ଛତ୍ରପୁରରୁ ଏଭଳି ଏକ ଖବର ସାମ୍ନାକୁ ଆସିଛି। ଶୁକ୍ରବାର ରାତିରେ ଜାତୀୟ ରାଜପଥ କଡ଼ରେ ଶିଶୁପୁତ୍ରଟିଏ...

ଆନ୍ଦୋଳନ ପରେ ପରୀକ୍ଷା ଘୁଞ୍ଚିଲା

ଭୁବନେଶ୍ୱର, ୨୬।୪(ଅସମାପିକା ସାହୁ)- ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟର ଚତୁର୍ଥ ସେମିଷ୍ଟର ପରୀକ୍ଷା ଘୁଞ୍ଚାଇବା ଦାବିରେ ଛାତ୍ରୀମାନେ ଆନ୍ଦୋଳନ କରିବା ପରେ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ ପୂର୍ବ ନିଷ୍ପତ୍ତିରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri