ଶୋଇଥିବା ବେଳେ ପେଟ୍ରୋଲ ଢାଳି ନିଆଁ ଲଗାଇଦେଲେ ଦୁର୍ବୃତ୍ତ, ଦମ୍ପତି ଗୁରୁତର

କେନ୍ଦୁଝର,୨୨ା୮(ସ୍ବ.ପ୍ର.): କେନ୍ଦୁଝର ଜିଲା ହରିଚନ୍ଦନପୁର ଥାନା ଅନ୍ତର୍ଗତ ଧୋଗୋଠ ଗ୍ରାମରେ ଘରେ ଶୋଇଥିବା ବେଳେ ବାହାରୁ ତାଲା ପକାଇ ପେଟ୍ରୋଲ ଢାଳି ନିଆଁ ଜଳାଇ ହତ୍ୟା ଉଦ୍ୟମ ଭଳି ଅମାନବୀୟ ଘଟଣା ଚର୍ଚ୍ଚାର ବିଷୟ ହୋଇଛି। ଶୋଇଥିବା ଅବସ୍ଥାରେ ବାହାର ପଟୁ ତାଲା ପକାଇ ପେଟ୍ରୋଲ ଢାଳି ଜୀଅନ୍ତା ଜାଳି ଦେବାକୁ ହୋଇଥିଲା ଉଦ୍ୟମ। ଫଳରେ ସ୍ତ୍ରୀ-ସ୍ବାମୀ ଗୁରୁତର ହୋଇ ପ୍ରଥମେ କେନ୍ଦୁଝର ଓ ପରେ କଟକ ବଡ଼ ଡାକ୍ତରଖାନା ସ୍ଥାନାନ୍ତର ହୋଇଛନ୍ତି। ନିଆଁ ଲାଗି ଘର ସମ୍ପୂର୍ଣ୍ଣ ଜଳି ଯାଇଛି।

ଏଭଳି ଅଭାବନୀୟ ଘଟଣା ଘଟିଛି କେନ୍ଦୁଝର ଜିଲା ହରିଚନ୍ଦନପୁର ଥାନା ଅର୍ନ୍ତଗତ ଜାମୁଯୋଡ଼ି ପଞ୍ଚାୟତ ଧାଗୋଠ ଗ୍ରାମର ପଧାନ ସାହିରେ। ସୂଚନା ଅନୁଯାୟୀ, ଗ୍ରାମର ଉଗ୍ରସେନ ପଲେଇ ଓ ତାଙ୍କ ସ୍ତ୍ରୀ ଜୟନ୍ତୀ ଶୋଇଥିବା ବେଳେ ରବିବାର ବିଳମ୍ବିତ ରାତିରେ କେହି ଦୁର୍ବୃତ୍ତ ବାହାର ପଟୁ ତାଲା ପକାଇ ନିଆଁ ଲଗାଇ ଦେଇଥିଲେ। ସ୍ତ୍ରୀ ଆଉ ସ୍ବାମୀ ଜଳନ୍ତା ଅବସ୍ଥାରେ ବାହାରକୁ ବାହାରିବାକୁ ଚେଷ୍ଟା କରିଥିଲେ ସୁଦ୍ଧା ବାହାରି ପାରି ନ ଥିଲେ । ଜୀବନ ବିକଳରେ ବଞ୍ଚିବାକୁ ଚିତ୍କାର କରିବାରୁ ଗାଁ ଲୋକ ଶୁଣି କବାଟ ଭାଙ୍ଗି ଉଦ୍ଧାର କରିଥିଲେ। ଉଭୟଙ୍କୁ ଗୁରୁତର ଅବସ୍ଥାରେ ଏବେ କଟକ ବଡ଼ ମେଡିକାଲ ପଠାଯାଇଛି। ଉଭୟଙ୍କ ଜୀବନ ସଙ୍କଟାପନ୍ନ ରହିଛି। ହରିଚନ୍ଦନପୁର ପୋଲିସ ସାଇଣ୍ଟିଫିକ୍‌ ଟିମ୍‌ ସହ ଘଟଣାର ତନାଘନା ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୩୦ ହଜାର ଟଙ୍କା ଲାଞ୍ଚ ନେବା ବେଳେ ସିଟିଓ-ଜିଏସଟି ଅଧିକାରୀଙ୍କୁ ବାନ୍ଧିଲା ଭିଜିଲାନ୍ସ

ଭୁବନେଶ୍ୱର,୨୮।୩: ପୁରୀରେ ଲାଞ୍ଚ ନେଉଥିଲା ବେଳେ ବାଣିଜ୍ୟିକ ଟିକସ ଅଧିକାରୀ (ସିଟିଓ) ଏବଂ ଦ୍ରବ୍ୟ ଏବଂ ସେବା କର (ଜିଏସଟି) ଅଧିକାରୀଙ୍କୁ ଗିରଫ କରିଛି ଓଡ଼ିଶା...

କଟକରେ ହେବ ବଡ଼ ଲଢେଇ, ମୁହାଁମୁହିଁ ହୋଇପାରନ୍ତି ଭର୍ତ୍ତୃହରି-ସଂତୃପ୍ତ

ଭୁବନେଶ୍ୱର,୨୮।୩: ଆସନ୍ତା ସାଧାରଣ ନିର୍ବାଚନରେ ଭାଜପାର ଭର୍ତ୍ତୃହରି ମହତାବ ଏବଂ ବିଜେଡିର ସଂତୃପ୍ତ ମିଶ୍ରଙ୍କ ମଧ୍ୟରେ କଟକ ଲୋକ ସଭା ଆସନରୁ ଦେଖିବାକୁ ମିଳିପାରେ ବଡ଼...

ପିନାକୀ-ମହେଶଙ୍କୁ ମିଳିଲାନି ଟିକେଟ

ଭୁବନେଶ୍ୱର,୨୮।୩: ଆଗାମୀ ଲୋକ ସଭା ନିର୍ବାଚନକୁ ନେଇ ବିଜେଡି ଏହାର ପ୍ରାର୍ଥୀ ଘୋଷଣା କରିଛି। ବୁଧବାର ୧୫ ଆସନ ଲାଗି ପ୍ରାର୍ଥୀ ଘୋଷଣା ହୋଇଛି। ସେଥିମଧ୍ୟରୁ...

ଭାଜପାରେ ଯୋଗ ଦେଲେ ଭର୍ତ୍ତୃହରି, ସିଦ୍ଧାନ୍ତ, କଡ଼ା ଭାଷାରେ ସମାଲୋଚନା କଲା ବିଜେଡି

ଭୁବନେଶ୍ୱର,୨୮।୩: ଗୁରୁବାର ଭାରତୀୟ ଜନତା ପାର୍ଟି(ଭାଜପା)ରେ ଯୋଗ ଦେଇଛନ୍ତି କଟକ ଏମପି ଭର୍ତ୍ତୃହରି ମହତାବ, ପୂର୍ବତ୍ତନ ଲୋକ ସଭା ଏମପି ସିଦ୍ଧାନ୍ତ ମହାପାତ୍ର ଏବଂ ପଦ୍ମଶ୍ରୀ...

ଭାଜପାରେ ଯୋଗ ଦେବା ପରେ ଭର୍ତ୍ତୃହରି ଦେଲେ ବଡ଼ ବୟାନ, କହିଲେ ଓଡ଼ିଶାରେ…

ନୂଆଦିଲ୍ଲୀ,୨୮।୩: ବିଜେପିରେ ସାମିଲ ପରେ ସାଂସଦ ଭର୍ତ୍ତୃହରି ମହତାବ ଓଡ଼ିଶା ରାଜନୀତିକୁ ନେଇ ବଡ଼ ବୟାନ ଦେଇଛନ୍ତି। କେବଳ ‘ରାଷ୍ଟ୍ରବାଦ, ଏକାତ୍ମତା, ପୂର୍ବୋଦୟ ଭାଜପା ଜରିଆରେ...

ପଦ୍ମ ଧରିଲେ ପଦ୍ମଶ୍ରୀ ଦମୟନ୍ତୀ ବେସ୍ରା

ଭୁବନେଶ୍ୱର/ନୂଆଦିଲ୍ଲୀ,୨୮।୩: ଭାଜପାରେ ସାମିଲ ହେଲେ ପଦ୍ମଶ୍ରୀ ଦମୟନ୍ତୀ ବେସ୍ରା। ଗୁରୁବାର ଅପରାହ୍ନ ସାଢେ ୨ଟାରେ ନୂଆଦିଲ୍ଲୀର ଭାଜପା ମୁଖ୍ୟାଳୟରେ ସେ ଯୋଗ ଦେଇଛନ୍ତି। ଏହା ସହିତ...

ଭାଜପାରେ ଯୋଗଦେଲେ ଭର୍ତ୍ତୃହରି ମହତାବ, ନିକଟରେ ବିଜେଡିରୁ ଇସ୍ତଫା ଦେଇଥିଲେ

ଭୁବନେଶ୍ୱର,୨୮।୩: ନିକଟରେ ବିଜୁ ଜନତା ଦଳ(ବିଜେଡି)ରୁ ଇସ୍ତଫା ଦେଇଥିବା କଟକ ଲୋକ ସଭା ଏମପି ଭର୍ତ୍ତୃହରି ମହତାବ ଭାଜପାରେ ଯୋଗ ଦେଇଛନ୍ତି। ତାଙ୍କ ସହିତ ଦୁଇଥର...

ଭାଜପାରେ ମିଶିଲେ ସିଦ୍ଧାନ୍ତ ମହାପାତ୍ର

ନୂଆଦିଲ୍ଲୀ/ଭୁବନେଶ୍ୱର,୨୮ା୩: ଭାଜପାରେ ଗୁରୁବାର ଯୋଗ ଦେଇଛନ୍ତି ଅଭିନେତା ତଥା ବିଜେଡିର ପୂର୍ବତନ ଏମ୍‌ପି ସିଦ୍ଧାନ୍ତ ମହାପାତ୍ର। ଦିଲ୍ଲୀ ମୁଖ୍ୟ କାର୍ଯ୍ୟାଳୟରେ ଯୋଗଦେଇ ସେ ଭାଜପାରେ ସାମିଲ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri