ଧାର ଟଙ୍କା ଫେରସ୍ତ ମାଗିବାରୁ ପେଟ୍ରୋଲ ଢ଼ାଳି ନିଆଁ ଲଗାଇ ଦେଲେ

ଭବାନୀପାଟଣା,୧୬।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ଭଙ୍ଗାବାରୀ ନିକଟରେ ଧାର ଟଙ୍କା ଫେରସ୍ତ ମାଗିବାକୁ ଯାଇ ଜଣେ ଯୁବକଙ୍କୁ ହତ୍ୟା ଉଦ୍ୟମ କରାଯାଇଛି। ଦୁର୍ବୃତ୍ତ ଜଣକ ଟଙ୍କା ଦେବା ତ ଦୂରର କଥା ଯୁବକଙ୍କୁ ପେଟ୍ରୋଲ ଢ଼ାଳି ନିଆଁ ଲଗାଇ ଦେଇଥିବା ଅଭିଯୋଗ ହୋଇଛି। ଗୁରୁତର ଅବସ୍ଥାରେ ଯୁବକଙ୍କୁ ଭବାନୀପାଟଣା ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ଅବସ୍ଥା ସଙ୍କଟାପନ୍ନ ହେବାରୁ ତାଙ୍କୁ ବୁର୍ଲା ସ୍ଥାନାନ୍ତର କରାଯାଇଛି। ଯୁବକଙ୍କ ନାମ ଅଞ୍ଜନ ପାଢି । ସେ ଭବାନୀପାଟଣା କଶାକେନ୍ଦୁରେ ରହୁଥିବା ଜଣାପଡିଛି। ଏନେଇ ଅଞ୍ଜନଙ୍କ ପରିବାର ପକ୍ଷରୁ ଥାନାରେ ଏତଲା ଦିଆଯାଇ ନ ଥିବା ବେଳେ ମେଡ଼ିକାଲ ପକ୍ଷରୁ ଭବାନୀପାଟଣା ସଦର ଥାନାରେ ଲିଖିତ ଅଭିଯୋଗ ଦିଆଯାଇଛି। ଏନେଇ ପୋଲିସ ଏକ ମାମଲା (ନଂ. ୪୪୮/୨୩) ରୁଜୁ କରି ତଦନ୍ତ ଆରମ୍ଭ କରିଛି। ଅନ୍ୟପକ୍ଷରେ କୋରକ୍ସ ବା ନିଶା କାରବାରକୁ ନେଇ ଏଭଳି ଘଟଣା ଘଟିଥିବା ଚଚ୍ଚା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ମହାଗୌରୀ ବେଶରେ ମା’ ସମଲେଇ: ଦର୍ଶନ ପାଇଁ ଶ୍ରଦ୍ଧାଳୁଙ୍କ ସମାଗମ

ବରଗଡ଼,୨୬।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା’ ସମଲେଇଙ୍କ ବାସନ୍ତୀକ ନବରାତ୍ର ପୂଜା ଚାଲିଛି। ଅଷ୍ଟମ ଦିବସ ଗୁରୁବାର ଦେବୀ ମହାଗୌରୀ ବେଶରେ ଦର୍ଶନ ଦେଇଛନ୍ତି। ଦେବୀଙ୍କୁ…

ଯାତ୍ରୀବାହୀ ବସକୁ ଧକ୍କା ଦେଲା ଟକ୍‌: ୧୦ ଯାତ୍ରୀ ଜୀବନ୍ତ ଦଗ୍ଧ

ହାଇଦ୍ରାବାଦ,୨୬।୩: ଆନ୍ଧ୍ରପ୍ରଦେଶର ମାର୍କାପୁରମ ଜିଲାରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ଦଶ ଜଣ ପ୍ରାଣ ହରାଇଛନ୍ତି। ରାୟାବରମ ନିକଟରେ କାଠ ଖଣି ନିକଟରେ ଏକ…

ଅହିଂସା ଓ ଅସ୍ପୃଶ୍ୟତା

ଅହିଂସାକୁ ହିନ୍ଦୁଧର୍ମରେ ଶ୍ରେଷ୍ଠ ସଦାଚାର ବା ଗୁଣ ବୋଲି ବିବେଚନା କରାଯାଏ। ଏହା ସଦାଚାରୀ ସନ୍ନ୍ୟାସୀ, ଦୟାଶୀଳ ଋଷି ତଥା ଶ୍ରେଷ୍ଠ ନୈତିକ ଜୀବନର ଭାବମୂର୍ତ୍ତିକୁ ପରିପ୍ରକାଶକରେ।…

ଏତିକି ଟଙ୍କାରେ ନିଲାମ ହେଲା ମରିଚି କୁଣ୍ଡ ପାଣି: ନିଃସନ୍ତାନ ମହିଳା ହେବେ ସନ୍ତାନ ପ୍ରାପ୍ତି

ଭୁବନେଶ୍ୱର,୨୬।୩: ରୁକୁଣା ରଥଯାତ୍ରା ପୂର୍ବରୁ ମୁକ୍ତେଶ୍ୱର ମନ୍ଦିର ପରିସରରେ ଥିବା ମରୀଚି କୁଣ୍ଡ ପାଣି ନିଲାମ ହୋଇଛି। ୭୦୦୧ ଟଙ୍କାରେ ନିଲାମ ହେଲା ମରିଚି କୁଣ୍ଡ ପାଣି।…

ହୋଟେଲ, ରେଷ୍ଟୁରାଣ୍ଟରେ ‘ଏଲ୍‌ପିଜି ଚାର୍ଜ’ ନେବା ବେଆଇନ

ଭୁବନେଶ୍ୱର,୨୬ା୩(ଅନୁରାଧା ମହାରଣା):କେନ୍ଦ୍ରୀୟ ଗ୍ରାହକ ସୁରକ୍ଷା ପ୍ରାଧିକରଣ (ସିସିପିଏ), ହୋଟେଲ ଏବଂ ରେଷ୍ଟୁରାଣ୍ଟଗୁଡିକ ଦ୍ୱାରା ଗ୍ରାହକଙ୍କ ବିଲ୍‌ରେ ଏଲ୍‌ପିଜି ଚାର୍ଜ, ଗ୍ୟାସ୍‌ ସର୍‌ଚାର୍ଜ ଏବଂ ଇନ୍ଧନ ମୂଲ୍ୟ ଭରଣା…

ସରିଯିବ ଧାନକିଣା ଅବଧି, ସମସ୍ୟା ଅସମାହିତ

ବରଗଡ଼,୨୬ା୩(ପ୍ରେମାନନ୍ଦ ଖମାରୀ): ଖରିଫ୍‌ ଧାନ ସଂଗ୍ରହ ପ୍ରକ୍ରିୟା ସରିବାକୁ ଆଉ ମାତ୍ର ୬ ଦିନ ବାକି। ମାତ୍ର ବରଗଡ଼ ଜିଲାର ବିଭିନ୍ନ ବ୍ଲକର ଚାଷୀମାନେ ଧାନ ବିକ୍ରି…

ମୋଦି ବିଶ୍ୱର ସବୁଠୁ ଲୋକପ୍ରିୟ ନେତା

ନୂଆଦିଲ୍ଲୀ ,୨୬ା୩: ବିଶ୍ୱର ଲୋକପ୍ରିୟ ନେତା ଭାବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବେ ବି ସବୁଠୁ ଆଗରେ ରହିଛନ୍ତି। ଗତ ବର୍ଷ ତୁଳନାରେ ତାଙ୍କର ଲୋକପ୍ରିୟତା ହ୍ରାସ…

ଅଲୋଡ଼ାଙ୍କୁ ଭରସା: ସରଗରମ ବାଲେଶ୍ୱର ରାଜନୀତି

ବାଲେଶ୍ୱର,୨୬ା୩(ବାଞ୍ଛାନିଧି ଦେ):ବାଲେଶ୍ୱର ରାଜନୀତିରେ ଘଡ଼ିକେ ଘୋଡ଼ା ଛୁଟୁଛି। ଗତ କିଛିଦିନ ଧରି ଜିଲାର ରାଜନୈତିକ ବାତାବରଣ ସରଗରମ ରହିଛି। ପୂର୍ବତନ ଏମ୍‌ପି ରବୀନ୍ଦ୍ର କୁମାର ଜେନା ଭାଜପାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri