ଦେଶରେ ଦାରିଦ୍ର୍ୟତା ୧୨.୩ ପ୍ରତିଶତ ହ୍ରାସ ପାଇଛି, ବିଶ୍ୱବ୍ୟାଙ୍କ ରିପୋର୍ଟ…

ନୂଆଦିଲ୍ଲୀ, ୧୭।୪ : ଦେଶରେ ଦାରିଦ୍ର୍ୟତା ୧୨.୩ ପ୍ରତିଶତ ହ୍ରାସ ପାଇଛି। ବିଶ୍ୱବ୍ୟାଙ୍କର ନୀତି ଅନୁସନ୍ଧାନର ଏକ ରିପୋର୍ଟରେ ଏହା ଉଲ୍ଲେଖ କରାଯାଇଛି। ରିପୋର୍ଟରେ କୁହାଯାଇଛି ଯେ ଭାରତରେ ଦାରିଦ୍ର୍ୟତା ୨୦୧୯ରେ ୨୦୧୧ ତୁଳନାରେ ୧୨.୩ ପ୍ରତିଶତ ହ୍ରାସ ପାଇ ୧୦.୨ରେ ପହଞ୍ଚିଛି। ୨୦୧୧ରେ ଏହା ୨୨.୫ ପ୍ରତିଶତ ଥିଲା।

ଅର୍ଥନୀତିଜ୍ଞ ସୁତୀର୍ଥ ସିହ୍ନା ରୟ ଏବଂ ରୟ ଭ୍ୟାନ ଡେର୍‌ ୱାଇଡଙ୍କ ପକ୍ଷରୁ ମିଳିତ ଭାବରେ ଏହି ରିପୋର୍ଟ ପ୍ରସ୍ତୁତ କରାଯାଇଛି। ପୂର୍ବରୁ ଅନ୍ତର୍ଜାତୀୟ ମୁଦ୍ରା ପାଣ୍ଠି (ଆଇଏମଏଫ) ଦ୍ୱାରା ପ୍ରକାଶିତ ରିପୋର୍ଟ ଏହି ଅନୁସନ୍ଧାନର ନିକଟତର ହୋଇଛି।

ଆଇଏମଏଫ ରିପୋର୍ଟ ଉଲ୍ଲେଖ କରାଯାଇଥିଲା ଯେ ଭାରତ ଦାରିଦ୍ର୍ୟ ଦୂରୀକରଣ କରି ୪୦ ବର୍ଷ ମଧ୍ୟରେ ଉପଭୋକ୍ତା ଅସମାନତାକୁ ସର୍ବନିମ୍ନ ସ୍ତରକୁ ଆଣିଛି।

ଭାରତର ସହରାଞ୍ଚଳ ତୁଳନାରେ ଗ୍ରାମାଞ୍ଚଳରେ ଦାରିଦ୍ର୍ୟ ହ୍ରାସ ଅଧିକ ହୋଇଛି। ଗ୍ରାମାଞ୍ଚଳର ଦାରିଦ୍ର୍ୟ ୨୦୧୧ରେ ୨୬.୩ ପ୍ରତିଶତ ଥିଲା। ୨୦୧୯ ରେ ଏହା ୧୧.୬ ପ୍ରତିଶତକୁ ହ୍ରାସ ପାଇଛି। ସେହିପରି ଏହି ସମୟରେ ସହରାଞ୍ଚଳରେ ଏହା ୧୪.୨ ପ୍ରତିଶତ ରୁ ୬.୩ ପ୍ରତିଶତକୁ ହ୍ରାସ ପାଇଛି ବୋଲି ଏଥିରେ କୁହାଯାଇଛି। ଏହି ସମୟ ମଧ୍ୟରେ ଗ୍ରାମୀଣ ତଥା ସହରାଞ୍ଚଳର ଦାରିଦ୍ର୍ୟ ୧୪.୭ରୁ ୭.୯ ପ୍ରତିଶତକୁ ହ୍ରାସ ପାଇଛି।

ରିପୋର୍ଟରେ ଉଲ୍ଲେଖ କରାଯାଇଛି ଯେ ଗତ ଦଶନ୍ଧି ମଧ୍ୟରେ ଭାରତରେ ଦାରିଦ୍ର୍ୟ ହ୍ରାସ ପାଇଛି। ଏଥିରେ କୁହାଯାଇଛି ଯେ ନାମମାତ୍ର ଜମି ନଥିବା ଚାଷୀଙ୍କ ପାଇଁ ପ୍ରକୃତ ଆୟ ୨୦୧୩ ଏବଂ ୨୦୧୯ରେ ହୋଇଥିବା ସର୍ଭେରେ ବାର୍ଷିକ ହାରରେ ୧୦ ପ୍ରତିଶତ ବୃଦ୍ଧି ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଋଷିଆରୁ ତେଲ କିଣିବା ବନ୍ଦ କରିନାହିଁ ଭାରତ; ଆମେରିକାର ଦାବିକୁ ଖଣ୍ଡନ କଲା ମସ୍କୋ

ନୂଆଦିଲ୍ଲୀ,୧୮।୨: ଭାରତ ଋଷିଆଠାରୁ ତେଲ ଆମଦାନୀ ବନ୍ଦ କରିଥିବା ନେଇ ଆମେରିକାର ଦାବିକୁ ଋଷିଆ ସମ୍ପୂର୍ଣ୍ଣ ରୂପେ ଖଣ୍ଡନ କରିଛି। ବୁଧବାର ଋଷିଆ ବୈଦେଶିକ ମନ୍ତ୍ରଣାଳୟ ପକ୍ଷରୁ…

ଶେଷ ଓଭରରେ ଭାରତର ରୋମାଞ୍ଚକର ବିଜୟ, ଶେଷ ଯାଏ ଲଢ଼ିଲା ନେଦରଲ୍ୟାଣ୍ଡ

ଅହମ୍ମଦାବାଦ,୧୮।୨: ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯାଇଥିବା ଟି-୨୦ ବିଶ୍ୱକପ୍‌ର ଏକ ରୋମାଞ୍ଚକର ମୁକାବିଲାରେ ଭାରତ ୧୭ ରନରେ ନେଦରଲ୍ୟାଣ୍ଡକୁ ପରାସ୍ତ କରିଛି। ଏହି ବିଜୟ ସହ ଭାରତ…

ଭାରତ ପାଇଁ ଗୁଗୁଲର ମେଗା ପ୍ଲାନ୍: ସମୁଦ୍ର ତଳେ ଆମେରିକା ଯାଏଁ ବିଛାଯିବ କେବୁଲ୍, ନିବେଶ ହେବ ୧.୩୬ ଲକ୍ଷ କୋଟି

ନୂଆଦିଲ୍ଲୀ,୧୮।୨: ଭାରତରେ ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ ବା AI କ୍ଷେତ୍ରରେ ଏକ ବଡ଼ ବିପ୍ଳବ ଆସିବାକୁ ଯାଉଛି। ଟେକ୍ ଜଗତର କମ୍ପାନୀ ‘ଗୁଗୁଲ’ ଭାରତରେ ବ୍ୟାପକ ପୁଞ୍ଜି ନିବେଶ…

ଭୁତପ୍ରେତ ଭୟରେ ମାରୀଗୁଡା ଗ୍ରାମବାସୀ: ରାତିରେ ଶୁଭୁଛି ବିକଟାଳ ଶବ୍ଦ, ଲୋକଙ୍କ ଘରେ ଚୁଲି ଜଳୁନି

ରାୟଗଡା, ୧୮।୨(ଆଶିଷ ରଞ୍ଜନ ପଣ୍ଡା)- ଦକ୍ଷିଣ ଓଡିଶାର ଉପାନ୍ତ ରାୟଗଡା ଜିଲ୍ଲାର ଗ୍ରାମାଞ୍ଚଳରେ ଏବେ ବି ଭରି ରହିଛି ଅନ୍ଧବିଶ୍ବାସ । ଭୂତପ୍ରେତକୁ ନେଇ ଆଜି ମଧ୍ୟ…

ଗ୍ଲୋକାଲ ବାଇପାସ ନିକଟରେ ଦୁର୍ଘଟଣା, ଘଟଣାସ୍ଥଳରେ ଚାଲିଗଲା ଜଣଙ୍କର ଜୀବନ

ଜୟପୁର,୧୮।୨(ପବନ ପାଣିଗ୍ରାହୀ): ଜୟପୁର ଗ୍ଲୋକାଲ ହସପିଟାଲ ବାଇପାସ ରୋଡ ନିକଟରେ ଏକ ବାଇକ ଧକ୍କାରେ ଘଟଣାସ୍ଥଳରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି । ଅନ୍ୟଜଣେ ଗୁରୁତର ଅବସ୍ଥାରେ…

T20 ବିଶ୍ୱକପ୍‌ ୨୦୨୬: ଶିବମ ଦୁବେଙ୍କ ବିସ୍ଫୋରକ ଅର୍ଦ୍ଧଶତକ, ନେଦରଲାଣ୍ଡ ଆଗରେ ୧୯୪ ରନ୍‌ର ଲକ୍ଷ୍ୟ

ଅହମ୍ମଦାବାଦ,୧୮।୨: T20 ବିଶ୍ୱକପ୍‌ ୨୦୨୬ର ଶେଷ ଗ୍ରୁପ୍‌ ମ୍ୟାଚ୍‌ରେ ଭାରତୀୟ ଦଳ ନେଦରଲାଣ୍ଡ ବିପକ୍ଷରେ ୬ ୱିକେଟ୍ ହରାଇ ୧୯୩ ରନ୍‌ର ଏକ ବଡ ସ୍କୋର ଛିଡ଼ା…

ଥାଇଲ୍ୟାଣ୍ଡରେ ଫସିଛନ୍ତି ୬ ଓଡ଼ିଆ ଶ୍ରମିକ; ଖାଇବାକୁ ମିଳୁନି…, ଫେରିବା ପାଇଁ ସରକାରଙ୍କୁ ଗୁହାରି

ଭୁବନେଶ୍ୱର,୧୮।୨: ପରିବାର ପ୍ରତିପୋଷଣ ପାଇଁ ସୁଦୂର ଥାଇଲ୍ୟାଣ୍ଡ ଯାଇ ନିର୍ଯାତନାର ଶିକାର ହେଲେ ଓଡ଼ିଆ ଶ୍ରମିକ। କେନ୍ଦ୍ରାପଡ଼ା ଏବଂ ଭଦ୍ରକ ଜିଲାର ୬ ଜଣ ଶ୍ରମିକ ଏବେ…

ଜନସେବା କ୍ଷେତ୍ରରେ କଳାହାଣ୍ଡି ପ୍ରଶାସନର ବଡ଼ ପଦକ୍ଷେପ, ଲୋକାର୍ପିତ ହେଲା ଏଆଇ ଚାଟବଟ୍ ‘ଆମର ସହାୟକ’

ଭବାନୀପାଟଣା,୧୮।୨(ଉତ୍ତମ କୁମାର ଦାଶ): ଡିଜିଟାଲ୍ ଶାସନ ଏବଂ ଜନକୈନ୍ଦ୍ରିକ ପ୍ରଶାସନ ଦିଗରେ ଏକ ବଡ଼ ପଦକ୍ଷେପ ସ୍ୱରୂପ କଳାହାଣ୍ଡି ଜିଲା ପ୍ରଶାସନ ପକ୍ଷରୁ ବୁଧବାର ଅତ୍ୟାଧୁନିକ ଏଆଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri