ଗତ ଦଶନ୍ଧିରେ ଦାରିଦ୍ର୍ୟ ୨୪% କମିଛି

ଭୁବନେଶ୍ୱର,୧୭।୯(ବ୍ୟୁରୋ): ଶତ ପ୍ରତିଶତ ଗ୍ରାମୀଣ ଭିତ୍ତିଭୂମି ବିକାଶ ପାଣ୍ଠି ଅନ୍ତର୍ଗତ ପ୍ରକଳ୍ପଗୁଡ଼ିକର କାର୍ଯ୍ୟାନ୍ବୟନରେ ଓଡ଼ିଶା ଏକ ଅଗ୍ରଣୀ ରାଜ୍ୟ ବୋଲି ନାବାର୍ଡ ଅଧ୍ୟକ୍ଷ ଜି. ଆର୍‌. ଚିନ୍ତାଲା କହିଛନ୍ତି। ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନଠାରେ ଗୁରୁବାର ଅନୁଷ୍ଠିତ ରାଜ୍ୟ ସରକାର ଏବଂ ନାବାର୍ଡର ମିଳିତ ବୈଠକରେ ସେ ଯୋଗଦେଇ ଏହା କହିଥିଲେ।
ବୈଠକରେ ମୁଖ୍ୟ ଶାସନ ସଚିବ କହିଛନ୍ତି, ବିଭିନ୍ନ ବିଭାଗର ପ୍ରଚେଷ୍ଟା ଏବଂ ତ୍ୱରିତ କାର୍ଯ୍ୟାନ୍ବୟନ ଯୋଗୁ ରାଜ୍ୟରେ ଗତ ଦଶନ୍ଧି ମଧ୍ୟରେ ଦାରିଦ୍ର୍ୟ ହାର ୨୪% କମିଛି, ଏହା ସମଗ୍ର ଦେଶରେ ସର୍ବାଧିକ। ଫଳରେ ପ୍ରାୟ ୮ ନିୟୁତରୁ ଅଧିକ ଲୋକଙ୍କୁ ଦାରିଦ୍ର୍ୟ-ଶୃଙ୍ଖଳରୁ ମୁକ୍ତ କରାଯାଇ ପାରିଛି। ଆସୋଚାମ୍‌ ରିପୋର୍ଟ ୨୦୧୭ ଅନୁସାରେ ପୁଞ୍ଜିନିବେଶ ପ୍ରକଳ୍ପ କାର୍ଯ୍ୟାନ୍ବୟନ ହାରରେ ରାଜ୍ୟ ୧ମ ସ୍ଥାନ ପାଇଛି। ବର୍ତ୍ତମାନ ଦେଶର ସର୍ବଶ୍ରେଷ୍ଠ ତିନି ପୁଞ୍ଜିନିବେଶ ରାଜ୍ୟ ମଧ୍ୟରୁ ଓଡ଼ିଶା ଅନ୍ୟତମ। ଇତି ମଧ୍ୟରେ ରାଜ୍ୟର ଶତ ପ୍ରତିଶତ ଗ୍ରାମକୁ ବିଦ୍ୟୁତ୍‌ ସଂଯୋଗ କରାଯାଇଛି। ଗ୍ରାମୀଣ ରାସ୍ତା, ଆବାସ, କୃଷକ ସଶକ୍ତୀକରଣ, ମହିଳା ସଶକ୍ତୀକରଣ ଏବଂ କୌଶଳ ବିକାଶ ଆଦି କ୍ଷେତ୍ରରେ ଓଡ଼ିଶା ଏକ ଆଗୁଆ ରାଜ୍ୟ। କୋଭିଡ୍‌ ପରବର୍ତ୍ତୀ ସ୍ଥିତିରେ ଗ୍ରାମାଞ୍ଚଳରେ ନୂତନ ରୋଜଗାର ସୁବିଧା ସୃଷ୍ଟି, ବ୍ୟବସାୟଭିତ୍ତିକ କୃଷି, ସାମାଜିକ ଭିତ୍ତିଭୂମି, କୃଷି-ବ୍ୟବସାୟ, ଜଳସେଚନ, ଖାଦ୍ୟ ପ୍ରକ୍ରିୟାକରଣ, ଗମନାଗମନ ବିକାଶ ଆଦି କ୍ଷେତ୍ରରେ ଅଧିକ ପୁଞ୍ଜି ନିବେଶର ଆବଶ୍ୟକତା ରହିଛି। ଏଥିପାଇଁ ନାବାର୍ଡ ସହାୟତା ଓ ଋଣ ବଢ଼ାଇବା ଉପରେ ମୁଖ୍ୟ ଶାସନ ସଚିବ ଗୁରୁତ୍ୱାରୋପ କରିଛନ୍ତି। ସେ ଆହୁରି କହିଛନ୍ତି, ନାବାର୍ଡର ଗ୍ରାମୀଣ ଭିତ୍ତିଭୂମି ପାଣ୍ଠି, ଦୀର୍ଘ ମିଆଦୀ ଜଳସେଚନ ପାଣ୍ଠି, ଗ୍ରାମାଞ୍ଚଳ ଭିତ୍ତିଭୂମି ନିମନ୍ତେ ରାଜ୍ୟକୁ ସହଯୋଗ ଆଦି ପାଣ୍ଠିରେ ପ୍ରାୟ ୧୦,୦୦୦ କୋଟି ଟଙ୍କାର ପ୍ରକଳ୍ପ ତ୍ୱରିତ ଗତିରେ କାର୍ଯ୍ୟକାରୀ କରିବା ପାଇଁ ରାଜ୍ୟ ପୂର୍ଣ୍ଣ ପ୍ରସ୍ତୁତ ଅଛି। ନାବାର୍ଡ ଋଣ ସହାୟତା ୧୦ ହଜାର କୋଟିକୁ ବୃଦ୍ଧି କରିବା ପାଇଁ ରାଜ୍ୟ ସରକାରଙ୍କ ତରଫରୁ ନାବାର୍ଡ ଅଧ୍ୟକ୍ଷଙ୍କୁ ଅନୁରୋଧ କରାଯାଇଥିଲା। ଏନେଇ ନାବାର୍ଡ ଅଧ୍ୟକ୍ଷ ଚିନ୍ତାଲା କହିଛନ୍ତି, ରାଜ୍ୟରେ ପ୍ରକଳ୍ପ କାର୍ଯ୍ୟାନ୍ବୟନ ନିମନ୍ତେ ଏକ ଦକ୍ଷ ପ୍ରଶାସନିକ ବ୍ୟବସ୍ଥା ଥିବାରୁ ନାବାର୍ଡ ନିଜ ତରଫରୁ ସମସ୍ତ ପ୍ରକାର ସହଯୋଗ କରିବ। ରାଜ୍ୟକୁ ଅଧିକ ଋଣ ସହାୟତା ଯୋଗାଣ ଦିଗରେ ଉଚିତ ପଦକ୍ଷେପ ନିଆଯିବ ବୋଲି ସେ କହିଛନ୍ତି। ଉନ୍ନୟନ କମିଶନର ପ୍ରଦୀପ କୁମାର ଜେନା ଯୋଗଦେଇ କହିଛନ୍ତି, ବିଗତ ବର୍ଷଗୁଡିକରେ ରାଜ୍ୟ ନାବାର୍ଡ ଋଣପ୍ରାପ୍ତ ଗ୍ରାମୀଣ ଭିତ୍ତିଭୂମି ଉନ୍ନୟନ ପାଣ୍ଠି ଏବଂ ଜଳବାୟୁ ପରିବର୍ତ୍ତନ ମୁକାବିଲା କାର୍ଯ୍ୟ ଯୋଜନା ଅନ୍ତର୍ଗତ ପ୍ରକଳ୍ପଗୁଡିକୁ ସଫଳତାର ସହ କାର୍ଯ୍ୟକାରୀ କରିଛି। ଭୌଗୋଳିକ ସ୍ଥିତି ଦୃଷ୍ଟିରୁ ଓଡ଼ିଶା ଏକ ପ୍ରାକୃତିକ ବିପର୍ଯ୍ୟୟ ପ୍ରବଣ ରାଜ୍ୟ। ଏଥିପାଇଁ ବିପର୍ଯ୍ୟୟ ନିରୋଧ ଭିତ୍ତିଭୂମି ରାଜ୍ୟର ଏକ ଜରୁରୀ ଆବଶ୍ୟକତା। ବନ୍ୟା ଓ ସମୁଦ୍ର ଜୁଆର ଆଦି ପ୍ରାକୃତିକ ବିପର୍ଯ୍ୟୟକୁ ରୋକିପାରିଲେ ରାଜ୍ୟର କୃଷି ଓ ଆନୁଷଙ୍ଗିକ କ୍ଷେତ୍ରରେ ପ୍ରଭୂତ ବିକାଶ ହେବ ବୋଲି ସେ କହିଛନ୍ତି। ଅର୍ଥ ବିଭାଗ ପ୍ରମୁଖ ଶାସନ ସଚିବ ବିଶାଳ କୁମାର ଦେବ ରାଜ୍ୟରେ ବ୍ୟାଙ୍କ୍‌ଗୁଡିକର କମ୍‌ ଋଣ ଯୋଗାଣ ହାର, ସମସ୍ତ ପଞ୍ଚାୟତରେ ବ୍ୟାଙ୍କ ଶାଖା ବା ବ୍ୟାଙ୍କ ପ୍ରତିନିଧି ନିୟୋଜନ ଆଦି ଉପରେ ଗୁରୁତ୍ୱାରୋପ କରି ନାବାର୍ଡ ଆର୍ଥିକ-ସମ୍ପୃକ୍ତୀକରଣ ପାଣ୍ଠି ବିନିଯୋଗ ବଢାଇବା ପାଇଁ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନିଜର ଚମତ୍କାରୀ ବ୍ୟାଟ୍‌କୁ ଉପହାରରେ ଦେବେ ବୈଭବ, ଜାଣନ୍ତୁ କାହାକୁ ମିଳିବ ଏହି ଖାସ୍‌…

ନୂଆଦିଲ୍ଲୀ,୯।୪:  ଆଇପିଏଲ୍ ୨୦୨୬ର ସବୁଠାରୁ କନିଷ୍ଠ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ କ୍ରିକେଟ ଦୁନିଆରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ନିକଟରେ ରାଜସ୍ଥାନ ରୟାଲ୍ସ ଦ୍ୱାରା…

୩ ମାସ ତଳେ ଚୋରି ହୋଇଥିଲା ସ୍କୁଟି, ଗୋଟିଏ ଟ୍ରାଫିକ ଚାଲାଣ ଯୋଗୁ ଫସିଗଲା ଚୋର, ମାଲିକ…

ହାଇଦ୍ରାବାଦ: ଏଠାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଏବେ ସୋସିଆଲ ମିଡିଆରେ ବେଶ ଭାଇରାଲ ହେବାରେ ଲାଗିଛି। ଜଣେ ବ୍ୟକ୍ତିଙ୍କର ଚୋରି ହୋଇଥିବା ସ୍କୁଟିର…

ବନ୍ଦ ହେଲା ଆଉ ଏକ ଯୁଦ୍ଧ? ଲେବାନନ ସହିତ ସିଧାସଳଖ ଆଲୋଚନା ପାଇଁ ଇସ୍ରାଏଲ ପ୍ରସ୍ତୁତ

ଜେରୁଜେଲମ,୯।୪: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଉତ୍ତେଜନା ମଧ୍ୟରେ, ଲେବାନନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ କୂଟନୈତିକ ପଦକ୍ଷେପ ଉଭା ହୋଇଛି। ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଯଥାଶୀଘ୍ର…

ଅପେକ୍ଷାର ଅନ୍ତ! ରୟାଲ ଏନ୍‌ଫିଲ୍ଡ ଲଞ୍ଚ କଲା ପ୍ରଥମ ଇଲେକ୍ଟ୍ରିକ୍‌ ବାଇକ୍‌, ଜବରଦସ୍ତ ଫିଚର ସହ ମୂଲ୍ୟ…

ନୂଆଦିଲ୍ଲୀ,୯।୪: ଅପେକ୍ଷାର ଅନ୍ତ ଘଟିଛି। ଭାରତୀୟ ବଜାରରେ ରୟାଲ ଏନଫିଲ୍ଡ (Royal Enfield) ନିଜର ପ୍ରଥମ ଇଲେକ୍ଟ୍ରିକ ମୋଟରସାଇକେଲ ’ଫ୍ଲାଇଙ୍ଗ ଫ୍ଲି ସି୬’ (Flying Flea C୬)କୁ…

ଇସଲାମାବାଦରେ ଇରାନ-ଆମେରିକା ଆଲୋଚନା ଉପରେ ଆତଙ୍କବାଦୀ ଆକ୍ରମଣ ପାଇଁ ଷଡଯନ୍ତ୍ର!

ଇସଲାମାବାଦ,୯।୪: ଶୁକ୍ରବାର (୧୦ ଏପ୍ରିଲ, ୨୦୨୬) ପାକିସ୍ତାନରେ ଆମେରିକା ଏବଂ ଇରାନ ମଧ୍ୟରେ ଆଲୋଚନା ଆରମ୍ଭ ହେବାକୁ ଥିବା ଆଲୋଚନା ପୂର୍ବରୁ, ଆମେରିକୀୟ ଗୁପ୍ତ ସେବାର ୨୩…

ଦଳର ଘୋଷଣା ପତ୍ର ପୂର୍ବରୁ ମୋଦିଙ୍କ ମାଷ୍ଟରଷ୍ଟ୍ରୋକ୍‌

କୋଲକାତା,୯।୪: ଶୁକ୍ରବାର ପଶ୍ଚିମବଙ୍ଗ ପାଇଁ ଭାଜପା ଏହାର ଇସ୍ତାହାର ଘୋଷଣା କରିବାକୁ ଯାଉଛି। ଏହି ଘୋଷଣା ପୂର୍ବରୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପଶ୍ଚିମବଙ୍ଗର ଲୋକଙ୍କ ପାଇଁ ଛଅଟି…

ଅବସରପ୍ରାପ୍ତ କର୍ମଚାରୀଙ୍କୁ ପୁନଃ ନିଯୁକ୍ତି ନିଷ୍ପତ୍ତିକୁ ବିଜେଡିର ବିରୋଧ,ପ୍ରତ୍ୟାହର ନ କଲେ ଆନ୍ଦୋଳନ: ବିଧାୟକ

ଭବାନୀପାଟଣା/ଧର୍ମଗଡ଼,୯।୪(ଉତ୍ତମ କୁମାର ଦାଶ/ଘାସିରାମ ଜଗତ)-ରାଜ୍ୟ ସରକାରଙ୍କ ଅବସର ପ୍ରାପ୍ତ କର୍ମଚାରୀ ଙ୍କୁ ପୁନଃ ନିଯୁକ୍ତି ନିଷ୍ପତ୍ତିକୁ ବିଜେଡିର ବିରୋଧ କରିଛନ୍ତି ଜୁନାଗଡ ବିଧାୟକ କ୍ୟାପଟେନ ଦିବ୍ୟଶଙ୍କର ମିଶ୍ର।ରାଜ୍ୟ…

କାଲିଠୁ ଏହି ୫ ରାଶିର ଫିଟିବ ଭାଗ୍ୟ, ଧନ ବର୍ଷା କରିବେ ଶୁକ୍ର-ଶନି; ଆପଣଙ୍କ ରାଶି…

ଆସନ୍ତାକାଲି ଅର୍ଥାତ ୨୦୨୬ ଏପ୍ରିଲ ୧୦ ତାରିଖ ସକାଳ ୪ଟା ୩୯ ମିନିଟ୍‌ରେ ମହାକାଶରେ ଏକ ବିରଳ ଜ୍ୟୋତିଷୀୟ ଘଟଣା ଘଟିବାକୁ ଯାଉଛି। ଶୁକ୍ର ଏବଂ ଶନି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri