Posted inଜାତୀୟ

ଦାରିଦ୍ର୍ୟତା ସବୁଠାରୁ ବୃହତ ଜାତି, ଏମପିଙ୍କୁ ମୋଦିଙ୍କ ୫ ମନ୍ତ୍ର..

ନୂଆଦିଲ୍ଲୀ,୫।୮ : ଲୋକସଭା ନିର୍ବାଚନ ୨୦୨୪ ପାଖେଇ ଆସୁଛି। ବିରୋଧୀ ଦଳ ଏକ ମହାମେଣ୍ଟ ଇଣ୍ଡିଆ ଗଠନ କରିଛନ୍ତି। ଯାହା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବିଜୟ ରଥକୁ ଅଟକାଇବା ଉଦ୍ଦେଶ୍ୟରେ ପ୍ରସ୍ତୁତ କରାଯାଇଛି। ଭାଜପା ନେତୃତ୍ୱାଧୀନ ଏନଡିଏ ମଧ୍ୟ ନୀରବ ଭାବରେ ବସିନାହିଁ। ପ୍ରଧାନମନ୍ତ୍ରୀ ମୋଦି ଏନଡିଏ ସହ ଜଡିତ ୩୮ ଟି ରାଜନୈତିକ ଦଳର ନେତାଙ୍କୁ ସମ୍ବୋଧିତ କରିସାରିଛନ୍ତି। ଯେଉଁଥିରେ ଆସନ୍ତା ବର୍ଷ ଲୋକସଭା ନିର୍ବାଚନରେ ପ୍ରଧାନମନ୍ତ୍ରୀ ଏକ ବଡ଼ ବିଜୟ ପାଇଁ ନିବେଦନ କରିଛନ୍ତି।

ଏହା ସହିତ ଏନଡିଏ ଏମପିଙ୍କୁ ମୋଦି ୫ଟି ମନ୍ତ୍ର ଦେଇଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି କେବଳ ରାମ ମନ୍ଦିର ଯୋଗୁ ଆପଣଙ୍କୁ ଭୋଟ ମିଳିବ ନାହିଁ। ତେଣୁ ଏହା ସହିତ ଧାରା ୩୭୦ ଉଚ୍ଛେଦ ସମ୍ପର୍କରେ ମଧ୍ୟ ଭୋଟରଙ୍କୁ ଅବଗତ କରାଇବା ଜରୁରୀ। ପ୍ରଧାନମନ୍ତ୍ରୀ ମୋଦି ଏମପିମାନଙ୍କୁ ଗରିବଙ୍କ ପାଇଁ କାମ କରିବାକୁ ଏବଂ କେନ୍ଦ୍ର ଆଣିଥିବା ଗରିବ-ପ୍ରୋତ୍ସାହନ ଯୋଜନା ବିଷୟରେ କହିଥିଲେ।

ସେ ସାଂସଦମାନଙ୍କୁ କହିଛନ୍ତି ଦାରିଦ୍ର୍ୟତା ହେଉଛି ସବୁଠାରୁ ବଡ ଜାତି। ଉତ୍ତରପ୍ରଦେଶ ଏବଂ ବିହାରରେ ଜାତି ସମ୍ବେଦନଶୀଳତା ବିଷୟରେ ପ୍ରଧାନମନ୍ତ୍ରୀ ଅବଗତ କରାଇଛନ୍ତି। ୟୁପିରେ ପ୍ରଧାନମନ୍ତ୍ରୀ ମୋଦି ସାଂସଦମାନଙ୍କୁ ଜାତି ଭେଦଭାବରୁ ଉପରକୁ ଉଠିବାକୁ କହିଥିଲେ।
ବିରୋଧୀ ଦଳର ଫାଇଦା ପାଇଁ ଇଣ୍ଡିଆ ଶବ୍ଦର ବ୍ୟବହାର କରିବା ଆବଶ୍ୟକତା ନାହିଁ। ଏହି ଶବ୍ଦକୁ ଆଇଏନଢିଆଇଏ ଭାବେ କହିବାକୁ ସେ କହିଛନ୍ତି।

ନିଜ ଶବ୍ଦ ଉପରେ ନିୟନ୍ତ୍ରଣ କରିବା ଉପରେ ସେ ଗୁରୁତ୍ୱାରୋପ କରିଛନ୍ତି। ମାଇକ ସମ୍ମୁଖରେ ବିବାଦୀୟ ପ୍ରସଙ୍ଗରୁ ଦୂରେଇ ରହିବାକୁ ସେ ପରାମର୍ଶ ଦେଇଛନ୍ତି।
ଏହା ସହିତ କଲ ସେଣ୍ଟର ଏବଂ ସୋସିଆଲ ମିଡିଆ ଉପରେ ଗୁରୁତ୍ୱାରୋପ କରିଛନ୍ତି। ସେ ସୋସିଆଲ ମିଡିଆରେ ଅଧିକ ସକ୍ରିୟ ହେବାକୁ ଏମପିମାନଙ୍କୁ କହିଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବଡ଼ ଘୋଷଣା, ଓଡ଼ିଶାକୁ ୧୦,୫୯୯ କୋଟିର…

ନୂଆଦିଲ୍ଲୀ,୨୭।୩: ଓଡ଼ିଶାର ରେଳ ଭିତ୍ତିଭୂମି ବିକାଶ କ୍ଷେତ୍ରରେ କେନ୍ଦ୍ର ସରକାର ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ଆର୍ଥିକ ବର୍ଷ ୨୦୨୫-୨୬ ପାଇଁ ଓଡ଼ିଶାକୁ ରେଳବାଇ କ୍ଷେତ୍ରରେ…

ପଶ୍ଚିମ ଏସିଆ ସଂଘର୍ଷ: ମୁଖ୍ୟମନ୍ତ୍ରୀମାନଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ; ସାମିଲ ହେଲେ ନାହିଁ ଏସବୁ ରାଜ୍ୟର CM

ନୂଆଦିଲ୍ଲୀ,୨୭।୩: ପଶ୍ଚିମ ଏସିଆରେ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ବିଶ୍ୱସ୍ତରୀୟ ପ୍ରଭାବକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଭିଡିଓ କନଫରେନ୍ସିଂ ମାଧ୍ୟମରେ…

ରାସ୍ତାକଡ଼ ବୁଦା ଭିତରୁ ମିଳିଲା ପୁଳାପୁଳା ସରକାରୀ ଔଷଧ, ଏକ୍ସପାଏରୀ ଡେଟ୍‌ ଥିଲେ ସୁଦ୍ଧା କିଏ ଫିଙ୍ଗିଲା ସେ ନେଇ…

ସୁନ୍ଦରଗଡ଼, ୨୭।୩(ଜୟ ନାରାୟଣ ମେଣ୍ଡୁଳି): ସରକାର ଗରିବ ଲୋକଙ୍କୁ ମାଗଣାରେ ସ୍ବାସ୍ଥ୍ୟସେବା ଓ ଔଷଧ ଯୋଗାଇବା ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ, ସୁନ୍ଦରଗଡ଼ରେ…

ଓଡିଶାର ଶ୍ରେଷ୍ଠ ପୋଲିସ ଥାନା ଘୋଷଣା: ବାଜିମାରିଲା ଏହି ଥାନା

ଛତ୍ରପୁର, ୨୭/୩ (ଦିଲ୍ଲୀପ ସାମଲ): ଭାରତ ସରକାରଙ୍କ ଗୃହ ମନ୍ତ୍ରଣାଳୟ ଦ୍ୱାରା ଗଞ୍ଜାମ ପୋଲିସ ଜିଲାର ବଡ଼ଗଡ଼ ପୋଲିସ ଥାନା ୨୦୨୫ ବର୍ଷ ପାଇଁ ଓଡ଼ିଶାର ଶ୍ରେଷ୍ଠ…

ବୁଢ଼ୀ ଠାକୁରାଣୀ ଯାତ୍ରା ପାଇଁ ପାଟପୁର ଗାଁ ଉତ୍ସବମୁଖର: ଅସ୍ଥାୟୀ ପୀଠରେ ପୂଜା ପାଇଲେ ଦେବୀ

ଦିଗପହଣ୍ଡି,୨୭୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ପାଟପୁର ଗାଁର ଗ୍ରାମ ଦେବତୀ ମା’ ବୁଢ଼ୀ ଠାକୁରାଣୀଙ୍କ ଯାତ୍ରା ଦୁଇବର୍ଷ ବ୍ୟବଧାନରେ ଚୈତ୍ର ଶୁକ୍ଳ ନବମୀ ତିଥି…

ଯୁଦ୍ଧ ଭିତରେ ମିସାଇଲ କିଣିଲା ଭାରତ, ଥରିଲା ପାକିସ୍ତାନ!

ନୂଆଦିଲ୍ଲୀ,୨୭।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଭାରତ ରୁଷିଆଠାରୁ ‘ଟୁଙ୍ଗୁସ୍କା’ ଆଣ୍ଟି-ଏୟାରକ୍ରାଫ୍ଟ ଏବଂ ମିସାଇଲ ସିଷ୍ଟମ ହାସଲ କରିବାକୁ ଯୋଜନା କରିଛି। ଏଥିପାଇଁ, ଭାରତ ରୁଷିଆର ରୋସୋବୋରୋନେକ୍ସପୋର୍ଟ…

ନୂଆ ପ୍ରଧାନମନ୍ତ୍ରୀଙ୍କୁ ଶୁଭେଚ୍ଛା ଜଣାଇଲେ ମୋଦି, କହିଲେ ଗୁରୁତ୍ୱପୂର୍ଣ୍ଣ କଥା

ନୂଆଦିଲ୍ଲୀ/କାଠମାଣ୍ଡୁ,୨୭।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ନେପାଳର ନୂଆ ପ୍ରଧାନମନ୍ତ୍ରୀ ବଲେନ୍ଦ୍ର ‘ବାଲେନ’ ଶାହଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ସେ କହିଛନ୍ତି ଯେ ଉଭୟ ଦେଶର ପାରସ୍ପରିକ ଲାଭକୁ…

ଯୁଦ୍ଧ ମଧ୍ୟରେ ଏମିତି ପଦକ୍ଷେପ ନେବାକୁ ଯାଉଛି ଭାରତ: ଚାହଁ ରହିଯିବେ ଚାଇନା-ପାକିସ୍ତାନ

ନୂଆଦିଲ୍ଲୀ,୨୭।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ଏବଂ ହର୍ମୁଜ ଷ୍ଟ୍ରେଟ୍‌ ବନ୍ଦ ହେବା ବିଶ୍ୱ ଶକ୍ତି ବଜାରରେ ଅସ୍ଥିରତା ସୃଷ୍ଟି କରିଛି। ବିଶ୍ୱର ପ୍ରାୟ ୨୦% ତୈଳ ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri