ଦାରିଦ୍ର୍ୟ ହାର: ମାଲକାନଗିରିରେ ସର୍ବାଧିକ, ପୁରୀରେ ସର୍ବନିମ୍ନ

ଭୁବନେଶ୍ୱର,୨୮ା୩ (ସୁଚିସ୍ମିତା ସାହୁ): ରାଜ୍ୟରେ ମାଲକାନଗିରି ଜିଲାରେ ଦାରିଦ୍ର୍ୟ ହାର ସର୍ବାଧିକ ରହିଛି। ବିଜେଡି ବିଧାୟକ ସନାତନ ମହାକୁଡଙ୍କ ପ୍ରଶ୍ନର ଉତ୍ତରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୃହରେ ରଖିଥିବା ତଥ୍ୟ ଅନୁଯାୟୀ, ମାଲକାନଗିରିରେ ସର୍ବାଧିକ ଦାରିଦ୍ର୍ୟ ହାର ୪୫.୦୧ ପ୍ରତିଶତ ରହିଥିବାବେଳେ ରାୟଗଡାରେ ୩୪.୦୩, ନବରଙ୍ଗପୁରରେ ୩୩.୪୫ ଓ କୋରାପୁଟରେ ୩୩.୫୪ ପ୍ରତିଶତ ରହିଛି। ତେବେ ପୁରୀରେ ସର୍ବନିମ୍ନ ଦାରିଦ୍ର୍ୟ ହାର ହାର ୩.୨୯ ଓ ଖୋର୍ଦ୍ଧା ଜିଲାରେ ୩.୯୫ ପ୍ରତିଶତ ରହିଥିବା ମୁଖ୍ୟମନ୍ତ୍ରୀଙ୍କ ତଥ୍ୟରୁ ଜଣାଯାଇଛି।

ସେହିପରି ମୟୂରଭଞ୍ଜରେ ଦାରିଦ୍ର୍ୟ ହାର ୩୦.୫୭ ପ୍ରତିଶତ ଥିବାବେଳେ ଗଜପତି ୨୮.୧୪, କେନ୍ଦୁଝର ୨୬.୭୬, କନ୍ଧମାଳ ୨୫.୩୦, କଳାହାଣ୍ଡି ୧୯.୪୭, ନୂଆପଡା ୨୦.୧୯, ଭଦ୍ରକ ୧୬.୬୦, ଦେବଗଡ ୧୬.୫୬, ବୌଦ୍ଧ ୧୬.୨୭, ଢେଙ୍କାନାଳ ୧୫.୯୮, ଯାଜପୁର ୧୪.୧୦, ସୁନ୍ଦରଗଡ ୧୪.୭୭, ଅନୁଗୋଳ ୧୩.୮୭, ବାଲେଶ୍ବର ୧୪.୨୧, ବରଗଡ ୧୧.୫ ଓ ସମ୍ବଲପୁରରେ ୧୦.०४ ପ୍ରତିଶତ ରହିଛି। ବଲାଙ୍ଗୀର, ଗଞ୍ଜାମ, ଜଗତ୍‌ସିଂହପୁର, ଝାରସୁଗୁଡା, କେନ୍ଦ୍ରାପଡା, ନୟାଗଡ ଓ ସୁବର୍ଣ୍ଣପୁରରେ ଏହା ୧୦ ପ୍ରତିଶତରୁ କମ୍ ରହିଥିବା ତଥ୍ୟରୁ ଜଣାପଡ଼ିଛି।

ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଲେ, ଦାରିଦ୍ର୍ୟ ଦୂରୀକରଣ ପାଇଁ ମଧୁବାବୁ ପେନ୍‌ସନ ଯୋଜନା ଓ ଜାତୀୟ ସାମାଜିକ ସୁରକ୍ଷା କାର୍ଯ୍ୟକ୍ରମ ମାଧ୍ୟମରେ ବୟସ୍କ ତଥା ବୃଦ୍ଧ ବ୍ୟକ୍ତିଙ୍କୁ ମାସିକ ଭତ୍ତା ପ୍ରଦାନ କରାଯାଉଛି। ଜାତୀୟ ଖାଦ୍ୟ ସୁରକ୍ଷା ଆଇନ ଓ ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନା ମାଧ୍ୟମରେ ରାଜ୍ୟର ଯୋଗ୍ୟ ହିତାକାରୀଙ୍କ ପାଇଁ ଖାଦ୍ୟ ନିରାପତ୍ତା ପତ୍ତା ଯୋଗାଇ ଦିଆଯାଉଛି। ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଅଧିନିୟମରେ ପ୍ରତ୍ୟେକ ଗ୍ରାମୀଣ ପରିବାରକୁ ବର୍ଷକୁ ଅତି କମ୍‌ରେ ଶହେଦିନର ନିଶ୍ଚିତ କର୍ମ ନିଯୁକ୍ତି ଦିଆଯାଇପାରୁଛି। ୩୦ଟି ପ୍ରଭାବିତ ବ୍ଲକରେ ଦାଦନ ଶ୍ରମିକଙ୍କୁ ରୋକିବା ପାଇଁ ଏମ୍‌ଜିଏନ୍‌ଆର୍‌ଇଜିଏସ୍ ଅତି ଅତିରିକ୍ତ ୯ ଅଧୀନରେ ଶହେ ଦିନର ଶ୍ରମ ଦିବସ ଯୋଗାଇ ଦିଆଯାଉଛି।

ଅନୁସୂଚିତ ଜାତି ମଧ୍ୟରେ ଦାରିଦ୍ର୍ୟ ହ୍ରାସ କରିବାପାଇଁ ପ୍ରଧାନମନ୍ତ୍ରୀ ଅନୁସୂଚିତ ଜାତି ଅଦ୍ଭୁଦୟ ଯୋଜନା କାର୍ଯ୍ୟକାରୀ ହେଉଛି। ଆୟୁଷ୍ମାନ ଭାରତ-ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା ଓ ରାଜ୍ୟର ନିଜସ୍ବ ଯୋଜନା ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ସଂଯୋଜନରେ ଯୋଗ୍ୟ ପରିବାରଙ୍କୁ ନଗଦ ବିହୀନ ସ୍ବାସ୍ଥ୍ୟସେବା ପ୍ରଦାନର ବ୍ୟବସ୍ଥା କରାଯାଉଛି। ଦକ୍ଷତା ବିକାଶ ଓ ଆୟ ସୃଷ୍ଟିକାରୀ ଯୋଜନା ମାଧ୍ୟମରେ ଉନ୍ନ‌ତ ଜୀବିକା ଅର୍ଜନ ପାଇଁ ସୁଯୋଗ ସୃଷ୍ଟି କରିବାକୁ ରାଜ୍ୟ ସରକାର ଚେଷ୍ଟିତ ଅଛନ୍ତି ।

୧୮ ରୁ ୩୫ ବର୍ଷ ବୟସର ଗ୍ରାମୀଣ ଯୁବକଙ୍କ ପାଇଁ ଦକ୍ଷତା ଓ ନିଯୁକ୍ତିର ସୁଯୋଗ ଲାଗି ଦୀନ ଦୟାଲ ଉପାଧ୍ୟାୟ ଗ୍ରାମୀଣ କୌଶଳ ଯୋଜନା କାର୍ଯ୍ୟକାରୀ ହେଉଛି। ରାଜ୍ୟରେ ଦାରିଦ୍ର୍ୟ ଦୂର କରି ଅଧିକ ନିଯୁକ୍ତି ସୃଷ୍ଟି କରିବା ପାଇଁ ସରକାର ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ କ୍ଷେତ୍ର ଉପରେ ଗୁରୁତ୍ୱାରୋପ କରୁଛନ୍ତି। ମହିଳାମାନଙ୍କୁ ଆର୍ଥିକ ସ୍ବାବଲମ୍ବୀ କରିବା ନିମନ୍ତେ ରାଜ୍ୟ ସରକାର ‘ସୁଭଦ୍ରା’ ଯୋଜନା ପ୍ରଚଳନ କରିଛନ୍ତି। ଏହାବାଦ୍ କୃଷି ଓ ଅନ୍ୟାନ୍ୟ କ୍ଷେତ୍ରରେ ସରକାରଙ୍କ ପକ୍ଷରୁ ଅନେକ ଯୋଜନା କାର୍ଯ୍ୟକାରୀ କରାଯାଉଥିବା ମୁଖ୍ୟମନ୍ତ୍ରୀ କହିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ରାହୁଲଙ୍କ ନାକରୁ ବାହାରିଲା ରକ୍ତ: ଅଟକରୁ ମୁକ୍ତ ହେବା ପରେ ପିଏମ ମୋଦିଙ୍କୁ ଏମିତି ମେସେଜ୍‌ ଦେଲେ ରାହୁଲ

ନୂଆଦିଲ୍ଲୀ,୨୨।୭: ପ୍ରଧାନମନ୍ତ୍ରୀ ବାସବଭନ ବାହାରେ ଛାତ୍ରୀଛାତ୍ରଙ୍କ ବିଭିନ୍ନ ପ୍ରସଙ୍ଗକୁ ନେଇ ହୋଇଥିବା ପ୍ରତିବାଦ ପ୍ରଦର୍ଶନ ପରେ ହାଜତକୁ ନିଆଯାଇଥିବା ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ…

ଉପକୂଳରେ ଘୂର୍ଣ୍ଣିବଳୟ, ଦୁଇଟି ଟ୍ରଫ୍‌: ଆସନ୍ତା ୫ ଦିନ ଯାଏ ଏସବୁ ଜିଲାରେ ପ୍ରବଳ ବର୍ଷା, ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୧ା୭ (ବନ୍ଦନା ସେଠୀ)- ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହା ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏଥିସହ ଦୁଇଟି ଟ୍ରଫ୍‌…

ଦକ୍ଷିଣମୋଡ଼ ହେଲା ଦର୍ପଦଳନ, ଅଧାରେ ଅଟକିଲା ତାଳଧ୍ୱଜ: ନନ୍ଦିଘୋଷ… 

ପୁରୀ,୨୧ା୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ରଥାରୂଢ଼ ହୋଇ ଆସି ଶ୍ରୀଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି। ରଥଯାତ୍ରାର…

ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଆଧାର ନିଷ୍କ୍ରିୟ; ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ…

ମୋହନା,୨୧।୭(ମନ୍ମଥ ମିଶ୍ର): ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଏଭଳି ଏକ ଆଶ୍ଚର୍ଯ୍ୟଜନକ ଘଟଣା ଗଜପତି ଜିଲା ଆର୍. ଉଦୟଗିରି ବ୍ଲକ ରଣାଲଇ ଗ୍ରାମରେ ଦେଖିବାକୁ…

ରାଜ୍ୟ ରାଜନୀତିରେ ଚହଳ: ଧର୍ମେନ୍ଦ୍ରଙ୍କ ଇସ୍ତଫା ଦାବି କଲେ ନବୀନ

ନୂଆଦିଲ୍ଲୀ/ ଭୁବନେଶ୍ୱର:୨୧।୭: ଓଡ଼ିଶା ତଥା ଜାତୀୟ ରାଜନୀତିରେ ଏକ ବଡ଼ ଧରଣର ହଟଚମଟ ସୃଷ୍ଟି ହୋଇଛି। ପୂର୍ବତନ ମୁଖ୍ୟମନ୍ତ୍ରୀ, ଓଡ଼ିଶା ବିଧାନସଭାର ବିରୋଧୀ ଦଳ ନେତା ନବୀନ…

ପୁଣି ଆନ୍ଦୋଳନ ଡାକରା ଦେଲା CJP! ଆଜି ରାତି ୮ଟାରେ ଦିଲ୍ଲୀରେ ହେବ…

ନୂଆଦିଲ୍ଲୀ,୨୧।୭: ନିଟ୍ (NEET) ପେପର ଲିକ୍, କୃଷକଙ୍କ ଆନ୍ଦୋଳନ ଏବଂ ପୋଲିସର ବଳପ୍ରୟୋଗ ବିରୋଧରେ ଦିଲ୍ଲୀରେ ରାଜନୈତିକ ସରଗରମ ବୃଦ୍ଧି ପାଇବାରେ ଲାଗିଛି। ଏହି କ୍ରମରେ କକରୋଚ…

ଜୀରାନଦୀ ଜଳ ହେବ ସ୍ବଚ୍ଛ: ୧୭୮.୫୦ କୋଟି ଟଙ୍କାର ଏସଟିପି ପ୍ରକଳ୍ପ ପାଇଁ ମିଳିଲା ରାଜ୍ୟ ସରକାରଙ୍କ ମଞ୍ଜୁରୀ

ବରଗଡ଼,୨୧।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସହର ମଧ୍ୟ ଦେଇ ପ୍ରବାହିତ ଜୀରାନଦୀକୁ ପ୍ରଦୂଷଣମୁକ୍ତ କରିବା ଏବଂ ସହରର ବ୍ୟବହୃତ ଜଳ ପରିଚାଳନା ବ୍ୟବସ୍ଥାକୁ ସୁଦୃଢ଼ କରିବା ପାଇଁ ରାଜ୍ୟ…

ମୋଦିଙ୍କ ଘର ଆଗରେ ଶୋଇଗଲେ ରାହୁଲ; ଉଠାଇ ନେଲା ପୋଲିସ, ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୨୧।୭: ନିଟ୍ (NEET) ପେପର ଲିକ୍ ଏବଂ ଛାତ୍ରଛାତ୍ରୀଙ୍କ ଉପରେ ଦିଲ୍ଲୀ ପୋଲିସର ବଳପ୍ରୟୋଗ ବିରୋଧରେ ମଙ୍ଗଳବାର ଦିନ ପ୍ରଧାନମନ୍ତ୍ରୀଙ୍କ ବାସଭବନ ଆଗରେ କଂଗ୍ରେସ ପକ୍ଷରୁ ଧାରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri