ଦିନତମାମ କଟୁଛି

କାଳିଆପାଣି,୧୨ା୬(ଡି.ଏନ.ଏ.): ଚଳିତବର୍ଷ ଗ୍ରୀଷ୍ମ ପ୍ରବାହ ବଢ଼ିଥିବାବେଳେ ବିଦ୍ୟୁତ୍‌ର ଲୁଚକାଳି ଖେଳ ଜନଜୀବନକୁ ଅସ୍ତବ୍ୟସ୍ତ କରି ପକାଉଛି। ଯାଜପୁର ଜିଲା କାଳିଆପାଣି ଖଣି ଅଞ୍ଚଳରେ ୮ଦିନ ହେବ ଦିନତମାମ ବିଦ୍ୟୁତ୍‌ ଉଭାନ ହୋଇଯାଉଛି। ବିଭାଗ ଉପଭୋକ୍ତାଙ୍କ ଉପରେ ଏକ ପ୍ରକାର ଜୁଲମ କରୁଥିବା ଅଭିଯୋଗ ହୋଇଛି।
ସୂଚନା ଅନୁଯାୟୀ, ଡୁବୁରି ବିଦ୍ୟୁତ୍‌ ସେକ୍ସନରୁ ସୁକିନ୍ଦାଠାରୁ ରାଁସୋଳ ପାଞ୍ଚାୟତର କଲରଙ୍ଗୀ ଗ୍ରାମ ପର୍ଯ୍ୟନ୍ତ ବିଦ୍ୟୁତ୍‌ ସଂଯୋଗ କରାଯାଇଛି। ୨୦୦୨ରେ ସମ୍ପୃକ୍ତ ଅଞ୍ଚଳକୁ ବିଦ୍ୟୁତ୍‌ ସଂଯୋଗ ହୋଇଥିବାବେଳେ ଅନେକ ସ୍ଥାନରେ ଏବେ ବି ବିଦ୍ୟୁତ୍‌ ଖୁଣ୍ଟ ଅଧା ଢଳି ରହିଛି। ଟାଟା ପାୱାର ଆନୁଷଙ୍ଗିକ ମରାମତି କରିବା ବଦଳରେ ଉପଭୋକ୍ତାଙ୍କଠାରୁ ବକେୟା ଆଦାୟରେ ଜୁଲୁମ କରୁଥିବା ଲୋକେ ଅଭିଯୋଗ କରିଛନ୍ତି। ଅନ୍ୟପଟେ ବିଭାଗ ପକ୍ଷରୁ ଉପଭୋଗଙ୍କୁ ସେବା ଯୋଗାଣରେ ବ୍ୟତୀକ୍ରମ କରାଯାଉଛି। ୮ ଦିନ ଧରି ବିଦ୍ୟୁତ୍‌ କାଟ୍‌ ଏହାର ଉଦାହରଣ ହୋଇଛି। ବିଭାଗ ୮ ଦିନ ହେବ ରାତିରୁ ସକାଳ ୮ଟା ପର୍ଯ୍ୟନ୍ତ ବିଦ୍ୟୁତ୍‌ ସଂଯୋଗ ଦେଉଥିବାବେଳେ ଦିନତମାମ କାଟି ଦେଉଛି। କୂଅପୋଖରୀରେ ଜଳ ନ ଥିବାରୁ ସମସ୍ତେ ଡହଳବିକଳ ହେଉଛନ୍ତି। ସେହିପରି ଲୋକେ ଘରରେ ରହି ନ ପାରି ଗଛମୂଳରେ ମୁଣ୍ଡ ଗୁଞ୍ଜୁଥିବା ଦେଖିବାକୁ ମିଳିଛି। ଲାଇନ୍‌ କଟିବା ନେଇ ବିଭାଗର କର୍ମଚାରୀଙ୍କୁ ପଚାରିଲେ ମେନଲାଇନ କଟିଥିବା ବାହାନା କରୁଛନ୍ତି। ତେବେ ୮ଦିନ ଲଗାତର ସମାନ ସମୟରେ ବିଦ୍ୟୁତ୍‌କାଟକୁ ଉପଭୋକ୍ତା ସହଜରେ ଗ୍ରହଣ କରି ପାରୁନାହାନ୍ତି। ଏହାକୁ ନେଇ ଅଞ୍ଚଳରେ ଅସନ୍ତୋଷ ପ୍ରକାଶ ପାଇଛି। ତେଣୁ ଏହାର ସମାଧାନ ନ ହେଲେ ଆଗାମୀଦିନରେ ବିଦ୍ୟୁତ୍‌ ବିଭାଗ ଅଫିସ ଘେରାଉ କରାଯିବ ବୋଲି ସାମାଜିକ କର୍ମୀ ଦିଲୀପ ପାତ୍ର, ରବୀନ୍ଦ୍ର ଭଞ୍ଜ, ଦିଲୀପ ମହାନ୍ତ ଓ ମିତାଲି ମୁଣ୍ଡା ପ୍ରମୁଖ ଚେତାବନୀ ଦେଇଛନ୍ତି। ଏ ସମ୍ପର୍କରେ ପ୍ରତିକ୍ରିୟା ପାଇଁ ସୁକିନ୍ଦା ବିଦ୍ୟୁତ୍‌ ବିଭାଗର ଏସଡିଓ ବିଭୁଦତ୍ତ ସାହୁଙ୍କୁ ଫୋନ୍‌ ଦ୍ୱାରା ଯୋଗଯୋଗ କରାଯାଇଥିଲେ ମଧ୍ୟ କୌଣସି ଉତ୍ତର ମିଳି ପାରିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼, ବୈଠକ ସାରି ବାହାରିଲା ବେଳେ …

ଭୁବନେଶ୍ବର,୪।୧୦: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼ ହୋଇଛି । ବୈଠକ ସାରି ଫେରୁଥିବା ବେଳେ କିଛି ବ୍ୟକ୍ତି ତାଙ୍କ ଗାଡି ଉପରକୁ ଟେକା ଫିଙ୍ଗିଥିବା…

ବୀରେନ୍ଦ୍ର ସେହୱାଗଙ୍କ ପୁଅଙ୍କୁ ମିଳିଲା ବଡ଼ ଦାୟିତ୍ବ, ଏହି ଦଳର ହେବେ ଅଧିନାୟକ

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବତନ ଓପନର୍‌ ବୀରେନ୍ଦ୍ର ସେହୱାଗଙ୍କ ୧୮ ବର୍ଷୀୟ ପୁଅ ଆର୍ଯ୍ୟବୀର ସେହୱାଗଙ୍କୁ ଘରୋଇ କ୍ରିକେଟ୍‌ରେ ବଡ଼ ଦାୟିତ୍ୱ ମିଳିଛି । ଆଗାମୀ…

FSSAI ର ବଡ଼ କାର୍ଯ୍ୟାନୁଷ୍ଠାନ: ‘କ୍ରିଏଟିଭ୍ ବେକର୍ସ’ର ଲାଇସେନ୍ସ ନିଲମ୍ବିତ, ‘ଏଭରେଷ୍ଟ ଜିରା ପାଉଡର’ ବଜାରରୁ ପ୍ରତ୍ୟାହାର ନିର୍ଦ୍ଦେଶ

ନୂଆଦିଲ୍ଲୀ,୪।୧୦: ଖାଦ୍ୟ ସୁରକ୍ଷା ନିୟମର କଡ଼ା ଉଲ୍ଲଂଘନ ଅଭିଯୋଗରେ ଫୁଡ୍ ସେଫ୍ଟି ଆଣ୍ଡ ଷ୍ଟାଣ୍ଡାର୍ଡସ ଅଥରିଟି ଅଫ୍ ଇଣ୍ଡିଆ (FSSAI) ଦୁଇଟି ପ୍ରମୁଖ ଖାଦ୍ୟ ପ୍ରସ୍ତୁତକାରୀ କମ୍ପାନୀ…

ମିଳିଲାନି ଷ୍ଟ୍ରେଚର, ଦିବ୍ୟାଙ୍ଗ ଭାଇଙ୍କୁ ପିଠିରେ ବୋହି ୱାର୍ଡକୁ ନେଲେ ଭଉଣୀ, ଭିଡିଓ ଦେଖିଲେ ଥରିଉଠିବ….

ଭୋପାଳ,୪ା୧୦: ସରକାରୀ ହସ୍ପିଟାଲରେ ରୋଗୀଙ୍କୁ ମିଳୁଥିବା ସୁବିଧାକୁ ନେଇ ପୁଣି ପ୍ରଶ୍ନ ଉଠିଛି । ମଧ୍ୟପ୍ରଦେଶର ଗୁନା ଜିଲାରୁ ଏଭଳି ଏକ ଭିଡିଓ ସାମ୍ନାକୁ ଆସିଛି, ଯାହା…

ନୟାପଲ୍ଲୀ ବଳାତ୍କାର ମାମଲା: ମୁଖ୍ୟ ଅଭିଯୁକ୍ତଙ୍କ ୨ ସହଯୋଗୀଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୪ା୧୦: ରାଜଧାନୀରେ ଚର୍ଚ୍ଚାର ବିଷୟ ପାଲଟିଥିବା ନୟାପଲ୍ଲୀ ବଳାତ୍କାର ମାମଲାରେ ପୋଲିସକୁ ମିଳିଛି ଆଉ ଏକ ବଡ଼ ସଫଳତା। ବଳାତ୍କାର ମାମଲାର ମୁଖ୍ୟ ଅଭିଯୁକ୍ତ ଶ୍ରୀଧର ପଣ୍ଡାର…

ଦିବ୍ୟାଙ୍ଗ ନାବାଳକଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପାଣ୍ଠିରୁ ମିଳିଲା ସହାୟତା

ଗଞ୍ଜାମ,୪ା୧୦(ବିଦ୍ୟାଧର ସାହୁ): ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଜସ୍ବ ପାଣ୍ଠିରୁ ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ଲକ୍ଷ୍ମୀପୁର ଗ୍ରାମର ଦିବ୍ୟାଙ୍ଗ ନାବାଳକ ଏନ ନୀଳାଞ୍ଚଳ…

ଆଦିତ୍ୟଙ୍କ ସହ ମୁମ୍ବାଇ ଛାଡ଼ିଲେ ୟାମି ଗୌତମ? କାହିଁକି ଏତେ ବଡ଼ ନିଷ୍ପତ୍ତି ନେଲେ ଏହି ଦମ୍ପତ୍ତି? ଜାଣନ୍ତୁ…

ମୁମ୍ବାଇ: ଆଦିତ୍ୟ ଧର ହେଉଛନ୍ତି ବଲିଉଡର ଜଣେ ପ୍ରତିଷ୍ଠିତ ନିର୍ଦ୍ଦେଶକ, ଯିଏ ‘ଉରି: ଦ ସର୍ଜିକାଲ ଷ୍ଟ୍ରାଇକ’ (Uri: The Surgical Strike) ଭଳି ଲୋକପ୍ରିୟ ଚଳଚ୍ଚିତ୍ର…

ଦୁର୍ଘଟଣାରେ ଆହତ ବ୍ୟକ୍ତିଙ୍କୁ ତୁରନ୍ତ ମେଡିକାଲରେ ପହଞ୍ଚାଇ ଚର୍ଚ୍ଚାରେ ୨ ହୋମ୍‌ଗାର୍ଡ, ସାହସିକତାକୁ ଚାରିଆଡୁ ପ୍ରଶଂସା

ମୋହନା,୪ା୧୦(ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତର୍ଗତ ଅନ୍ତରବା ଛକ ନିକଟରେ ପିକଅପ୍‌ ଓ ଦୁଇଟି ବାଇକ୍‌ ମଧ୍ୟରେ ଦୁର୍ଘଟଣା ଘଟି ୩ ଗୁରୁତର ଥିବାବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?