ଝାରସୁଗୁଡ଼ାରେ ଅଘୋଷିତ ବିଦ୍ୟୁତ୍‌ କାଟ୍‌, ତେଜିଲା ଅସନ୍ତୁଷ୍ଟ

ଝାରସୁଗୁଡ଼ା, ୮ା୬(ଆଶିଷ ରଞ୍ଜନ ଦାଶ)- ଝାରସୁଗୁଡ଼ା ଜିଲାରେ ପ୍ରବଳ ଗ୍ରୀଷ୍ମପ୍ରବାହ ଓ ଅସହ୍ୟ ଗୁଳୁଗୁଳି ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି। ଏଭଳି ସ୍ଥିତିରେ ଅଘୋଷିତ ବିଦ୍ୟୁତ୍‌ କାଟ୍‌ ଏବଂ ଲୋ ଭୋଲ୍‌ଟେଜ୍‌ ସମସ୍ୟା ବୋଝ ଉପରେ ନଳିତା ବିଡ଼ା ସଦୃଶ ହୋଇଛି।

ବିଦ୍ୟୁତ୍‌ ସମସ୍ୟାକୁ ନେଇ ଉପଭୋକ୍ତାଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ତୁରନ୍ତ ସମସ୍ୟାର ସମାଧାନ ଦାବିରେ ଝାରସୁଗୁଡ଼ାର ପୂର୍ବତନ ବିଧାୟିକା ଦୀପାଳି ଦାସଙ୍କ ନେତୃତ୍ୱରେ ବିଜେଡି ନେତୃବୃନ୍ଦ ଓ ଶତାଧିକ କର୍ମୀ ସୋମବାର ବେହେରାମାଲସ୍ଥିତ ଡିଆର୍‌ଡିଏ କାର୍ଯ୍ୟାଳୟଠାରୁ ଶୋଭାଯାତ୍ରାରେ ବାହାରି ଟିପିଡବ୍ଲ୍ୟୁଓଡିଏଲ୍‌ କାର୍ଯ୍ୟାଳୟରେ ପହଞ୍ଚି ନିର୍ବାହୀଯନ୍ତ୍ରୀଙ୍କୁ ଦାବିପତ୍ର ପ୍ରଦାନ କରିଥିଲେ।

ଦୀପାଳି ଦାବିପତ୍ରରେ ଉଲ୍ଲେଖ କରିଛନ୍ତି, ପୂର୍ବ ସରକାର ସମୟରେ ଲୋ-ଭୋଲ୍‌ଟେଜ୍‌ ସମସ୍ୟାର ସମାଧାନ ତଥା ନୂତନ ଟ୍ରାନ୍ସଫର୍ମର ସ୍ଥାପନ ପାଇଁ ବଜେଟ୍‌ରେ ଅର୍ଥ ବ୍ୟବସ୍ଥା କରାଯାଇଥିଲା। ଟିପିଡବ୍ଲ୍ୟୁଓଡିଏଲ୍‌ କର୍ତ୍ତୃପକ୍ଷ ଉକ୍ତ ପାଣ୍ଠିର ଠିକ୍‌ ଉପଯୋଗ କରି ପ୍ରଭାବିତ ଅଞ୍ଚଳରେ ଆବଶ୍ୟକ ଟ୍ରାନ୍ସଫର୍ମର ତୁରନ୍ତ ସ୍ଥାପନ କରନ୍ତୁ, ଯଦ୍ଦ୍ବାରା ବିଦ୍ୟୁତ୍‌ ସରବରାହ ସ୍ବାଭାବିକ ହୋଇପାରିବ। ଉପଭୋକ୍ତାମାନେ ନିୟମିତ ବିଦ୍ୟୁତ୍‌ ବିଲ୍‌ ପଇଠ କରୁଥିବା ବେଳେ କମ୍ପାନୀ ପକ୍ଷରୁ ନିକୃଷ୍ଟ ସେବା ପ୍ରଦାନ କରାଯିବା ଗ୍ରହଣଯୋଗ୍ୟ ନୁହେଁ।

ଅପରପକ୍ଷେ କେତେକ ଆର୍ଥିକ ଅନଗ୍ରସର ଓ ଗରିବ ଶ୍ରେଣୀର ଲୋକଙ୍କ ବିଦ୍ୟୁତ୍‌ ବିଲ୍‌ ବାକି ରହିଛି। ଏଭଳି ଗ୍ରୀଷ୍ମପ୍ରବାହ ସମୟରେ ସେମାନଙ୍କ ବିଦ୍ୟୁତ୍‌ କାଟ୍‌ ନ କରିବାକୁ ଦୀପାଳି ଅନୁରୋଧ କରିଛନ୍ତି। ଝାରସୁଗୁଡ଼ା ଜିଲାବାସୀଙ୍କ ସୁବିଧା ପାଇଁ ଟିପିଡବ୍ଲ୍ୟୁଓଡିଏଲ୍‌ କର୍ତ୍ତୃପକ୍ଷ ଏଦିଗରେ ପଦକ୍ଷେପ ଗ୍ରହଣ କରିବେ ବୋଲି ଦୀପାଳି ଆଶା ପ୍ରକଟ କରିଛନ୍ତି। ଏହି ଶୋଭାଯାତ୍ରାରେ ବିଜେଡି ଜିଲା ସଭାପତି ହରିଶ ଗଣତ୍ରା, ଜୟନ୍ତୀ ବାହୁକ, ବିଜେଡି ସାଧାରଣ ସମ୍ପାଦକ ପିଣ୍ଟୁ ପାଢ଼ୀ, ଅଶୋକ ଦାସ, ପୱନ ସିଂ ଯାଦବ, ସନ୍ଦୀପ ଅବସ୍ତି, ଶଶୀ ଭୂଷଣ ତିୱାରୀ, ଦାମୋଦର ନାଥ, ଜିଲା ଯୁବ ବିଜେଡି ସଭାପତି ରୁବିନ ପାଣ୍ଡେ, ରୋଜାଲିନ ପଟେଲଙ୍କ ସମେତ ଶତାଧିକ କର୍ମୀ ଉପସ୍ଥିତ ରହି ଦାବିକୁ ସମର୍ଥନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଏସିଆନ ଗେମ୍ସର ଓପନିଂ ମ୍ୟାଚ୍‌ରେ ଭାରତର ବଡ଼ ବିଜୟ

କାକାମିଗାହାରା,୨୦ା୯: ଏସିଆନ ଗେମ୍ସ ପୁରୁଷ ହକି ପୁଲ୍‌ ‘ଏ’ର ଓପନିଂ ମ୍ୟାଚରେ ଭାରତ ୧୩-୧ ଗୋଲ୍‌ରେ ଇଣ୍ଡୋନେସିଆକୁ ହରାଇ ଦେଇଛି। ଷ୍ଟ୍ରାଇକର ଦିଲ୍‌ପ୍ରୀତ ସିଂ ଏକାକି ୪ଟି…

ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ, ଆନ୍ଦୋଳନର ସମସ୍ତ ମାମଲା ପ୍ରତ୍ୟାହାର….

କୋଲକାତା,୨୦ା୯: ପଶ୍ଚିମବଙ୍ଗରେ କୁର୍ମି ସମୁଦାୟକୁ ନେଇ ବଡ଼ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀ। ପୂର୍ବ ସରକାରଙ୍କ ସମୟରେ କୁର୍ମି ଆନ୍ଦୋଳନ ସହ ଜଡ଼ିତ ଯେଉଁ ସବୁ…

ଟି୨୦ କ୍ରିକେଟରେ ଇତିହାସ ରଚିଲେ ମନ୍ଧାନା

ନିଶିନ,୨୦ା୯: ଭାରତୀୟ ଓପନର ସ୍ମୃତି ମନ୍ଧାନା ରବିବାର ନିଜ କ୍ୟାରିୟରରେ ଆଉ ଏକ ରେକର୍ଡର ଅଧିକାରୀ ହୋଇଛନ୍ତି। ବାଂଲାଦେଶ ବିପକ୍ଷ ଏସିଆନ ଗେମ୍ସ ସେମିଫାଇନାଲ ମ୍ୟାଚ୍‌ରେ ୩୭…

‘ଛାତ୍ରୋଁ କୀ ଗୁଞ୍ଜ୍‌’ କାର୍ଯ୍ୟକ୍ରମରେ ହାସ୍ୟାଭିନେତାଙ୍କ ଦ୍ୱାରା ମୋଦିଙ୍କୁ ନକଲ, ଦେଶରେ ହଇଚଇ!

ନୂଆଦିଲ୍ଲୀ,୨୦ା୯: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ନେଇ ରାଜନୈତିକ ବିବାଦ ଜୋର ଧରିଛି । ମଧ୍ୟପ୍ରଦେଶର ଇନ୍ଦୋରରେ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ‘ଛାତ୍ରୋଁ କୀ ଗୁଞ୍ଜ୍‌’…

ଶେଫାଳିଙ୍କ ଦମ୍‌ଦାର ଶତକ: ଫାଇନାଲରେ ଭାରତ

ନିଶିନ,୨୦ା୯: ଶେଫାଳି ବର୍ମାଙ୍କ ଶତକ ବଳରେ ଖେଳାଯାଇଥିବା ସେମିଫାଇନାଲ ମ୍ୟାଚ୍‌ରେ ଭାରତ ୧୧୪ ରନ୍‌ରେ ବାଂଲାଦେଶକୁ ହରାଇ ମହିଳା କ୍ରିକେଟ ଟି୨୦ ଇଭେଣ୍ଟ ଫାଇନାଲରେ ପ୍ରବେଶ କରିଛି।…

ଖଣ୍ଡୁଆଳମାଳି ବକ୍ସାଇଟ୍ ଖଣି ଖନନକୁ ବିରୋଧ, ଅମଠାଗୁଡ଼ାରେ ୨୦ ଗାଁର ଶତାଧିକ ଆନ୍ଦୋଳନକାରୀ….

ଥୁଆମୂଳ ରାମପୁର,୨୦।୯(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍ କର୍ଲାପାଟ୍ ଅଞ୍ଚଳର ଖଣ୍ଡୁଆଳମାଳିରୁ ବକ୍ସାଇଟ୍ ଖନନକୁ ନେଇ ସ୍ଥାନୀୟ ଅଞ୍ଚଳବାସୀଙ୍କ ବିରୋଧ ତୀବ୍ର ହେବାରେ ଲାଗିଛି…

ବିଦ୍ୟାଳୟରୁ ଚାଉଳ-ଖେଳଣା ଚୋରି, ୩ ଅଭିଯୁକ୍ତଙ୍କୁ ବାନ୍ଧିଲା ଦିଗପହଣ୍ଡି ପୋଲିସ

ଦିଗପହଣ୍ଡି,୨୦।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ପଞ୍ଚାୟତ ବୀରପଦ୍ମନାଭପୁର ଗ୍ରାମ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଷ୍ଟୋର ରୁମରୁ ୩୦ ପ୍ୟାକେଟ ଚାଉଳ ଏବଂ…

ବରିଷ୍ଠ କିରାଣି ଜୟନ୍ତ ପ୍ରଧାନଙ୍କୁ ନିଲମ୍ବନ କଲେ କେନ୍ଦ୍ରାପଡ଼ା DEO

ଡେରାବିଶ, ୨୦।୯(ବେବର୍ତା ଅଜୟ ଦାସ): ଡେରାବିଶ ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟରେ କାର୍ଯ୍ୟରତ ଥିବା ବରିଷ୍ଠ କିରାଣୀ ଜୟନ୍ତ କୁମାର ପ୍ରଧାନଙ୍କୁ ନିଲମ୍ବିତ କରାଯାଇଛି । ନିଜ କାର୍ଯ୍ୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?