ଗ୍ରୀଷ୍ମ ଯନ୍ତ୍ରଣା ବଢ଼ାଉଛି ବିଦ୍ୟୁତ୍‌ କାଟ

ଅନୁଗୋଳ ଅଫିସ, ୧୭।୫: ଅସହ୍ୟ ଗ୍ରୀଷ୍ମ ପ୍ରବାହ ବେଳେ ଘନ ଘନ ହେଉଛି ବିଦ୍ୟୁତ୍‌ କାଟ। ଘଣ୍ଟା ଘଣ୍ଟା ଧରି ଅପେକ୍ଷା ସତ୍ତ୍ୱେ ଆସୁନି କରେଣ୍ଟ। ଫଳରେ ଗରମ ଓ ଗୁଳୁଗୁଳିରେ ଅଥୟ ହୋଇପଡ଼ୁଛି ଜନଜୀବନ। ଗ୍ରାମାଞ୍ଚଳ ତ ଦୂରର କଥା ଅନୁଗୋଳ ସହରରେ ଦୀର୍ଘ ସମୟ ଧରି ବିଦ୍ୟୁତ୍‌ ଗାଏବ ହୋଇଯିବା ସହରବାସୀଙ୍କ ଚିନ୍ତାର କାରଣ ହୋଇଛି। ଯେଉଁ ସମୟରେ ୨୪ ଘଣ୍ଟିଆ ବିଦ୍ୟୁତ୍‌ ଯୋଗାଣ କରାଯିବା କଥା, ସେହି ସମୟରେ ଅଘୋଷିତ ବିଦ୍ୟୁତ୍‌ କାଟ୍‌ ଗ୍ରୀଷ୍ମ ଯନ୍ତ୍ରଣାକୁ ଅଧିକ ବଢ଼ାଇ ଦେଉଛି।
ଅନୁଗୋଳରେ ଗତ ୩ ଦିନ ହେବ ତାପମାତ୍ରା ଅଧିକ ରହୁଛି। ଆକାଶରୁ ଅଗ୍ନିବର୍ଷା ହେଲା ଭଳି ଲୋକଙ୍କୁ ଅନୁଭବ ହେଉଛି। ମଙ୍ଗଳବାର ଅନୁଗୋଳର ତାପମାତ୍ରା ୪୨.୭ ଡିଗ୍ରୀ ରହିଥିଲା। ମଧ୍ୟାହ୍ନ ୧୨ଟା ବେଳକୁ ସହର ତତଲା କଡ଼େଇ ପାଲଟିଯାଇଥିଲା। ରାସ୍ତାରେ ଯାତାୟାତ କରିବା ମୁସ୍କିଲ ହୋଇ ପଡ଼ିଥିଲା। ଫଳରେ ଅଧିକାଂଶ ରାସ୍ତା ଖଁା ଖଁା ରହିଥିଲା। ଏପରି ସମୟରେ ବିଦ୍ୟୁତ୍‌ କଟିଯିବା ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇ ପଡ଼ିଥିଲା। ସହରବାସୀଙ୍କ କହିବା ଅନୁଯାୟୀ, ଅସହ୍ୟ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ ୟୋଲୋ ଓ୍ବାର୍ନିଂ ଜାରି କରାଯାଇଛି। ଏପରି ସମୟରେ ବିଦ୍ୟୁତ୍‌ର ଆବଶ୍ୟକତା ଅଧିକ ବଢ଼ିଯାଉଛି। ହେଲେ ସହରରେ ବିଭିନ୍ନ ସମୟରେ ଅଘୋଷିତ ବିଦ୍ୟୁତ୍‌ କାଟ୍‌ ସାଙ୍ଗକୁ ଲୋ ଭୋଲଟେଜ୍‌ ଗ୍ରୀଷ୍ମ ଯନ୍ତ୍ରଣାକୁ ବହୁଗୁଣିତ କରିଦେଉଛି। ପୂର୍ବରୁ କୌଣସି ସୂଚନା ପ୍ରଦାନ କରା ନ ଯାଇ ଘଣ୍ଟା ଘଣ୍ଟା ବିଦ୍ୟୁତ୍‌ କାଟ କରାଯାଉଛି। ସୋମବାର ରାତିରେ ବିଜୁଳି ଲୁଚକାଳି ଖେଳିଥିବାବେଳେ ମଙ୍ଗଳବାର ଭୋର ସମୟରୁ ସନ୍ଧ୍ୟା ପର୍ଯ୍ୟନ୍ତ ବିଦ୍ୟୁତ୍‌ କାଟ ହୋଇଥିଲା। ଯଦିଓ ମଝିରେ ୨ ଘଣ୍ଟା ପାଇଁ ଆସିଥିଲା, ତା’ପରେ ସନ୍ଧ୍ୟା ପର୍ଯ୍ୟନ୍ତ ଆଉ ଆସି ନ ଥିଲା। କେବଳ ଅନୁଗୋଳ ନୁହେଁ ଛେଣ୍ଡିପଦା, ବଅଁରପାଳ, ପାଲଲହଡ଼ା, ଖମାର ଆଦି ଅଞ୍ଚଳରେ ମଧ୍ୟ ସମାନ ଅବସ୍ଥା। ଲୋକମାନେ ଅଭିଯୋଗ କରିବାକୁ ଫୋନ୍‌ କଲେ ବିଦ୍ୟୁତ୍‌ କାର୍ଯ୍ୟାଳୟରେ କେହି ଫୋନ୍‌ ଉଠାଉ ନାହାନ୍ତି। ଥରେ ବିଜୁଳି ଗଲେ କେତେବେଳେ ଆସିବ, ତାହା ଲୋକେ ଜାଣିପାରୁନାହାନ୍ତି। ବିଦ୍ୟୁତ୍‌ ବିଭାଗର ଏପରି ମନମୁଖୀ କାର୍ଯ୍ୟ ଯୋଗୁ ଗରମ ଓ ଗୁଳୁଗୁଳିରେ ସୁସ୍ଥ ଲୋକମାନେ ମଧ୍ୟ ଅସୁସ୍ଥ ହୋଇପଡ଼ୁଛନ୍ତି। ଏହାକୁ ନେଇ ଉପଭୋକ୍ତାମାନଙ୍କ ମଧ୍ୟରେ ଅସନ୍ତୋଷ ବଢ଼ୁଥିବା ଦେଖିବାକୁ ମିଳିଛି। ଏ ସମ୍ପର୍କରେ ବିଦ୍ୟୁତ୍‌ ବିଭାଗ ପକ୍ଷରୁ କୁହାଯାଇଛି, ଡିଆଇସି ଛକ ଅଞ୍ଚଳରେ ବିଦ୍ୟୁତ୍‌ ତାର ଲୋଡ୍‌ ନେଲା ନାହିଁ। ନୂଆ କେବୁଲ ଟଣାଯାଇ ପୁନଃ ସଂଯୋଗ ଦିଆଯାଇଥିଲେ ମଧ୍ୟ ତାହା ଲୋଡ୍‌ ନେଇ ନ ଥିଲା। ଫଳରେ ସନ୍ଧ୍ୟା ପର୍ଯ୍ୟନ୍ତ ବିଦ୍ୟୁତ୍‌ କଟିଥିବା ବିଭାଗର ଜଣେ ବରିଷ୍ଠ ଅଧିକାରୀ ସଫେଇ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୋର୍ଟଙ୍କ ବଡ଼ ରାୟ: ହତ୍ୟାକାରୀଙ୍କୁ ଆଜୀବନ ଜେଲ

ଭବାନୀପାଟଣା,୩୦ା୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ୍‌. ରାମପୁର ଥାନା ଅନ୍ତର୍ଗତ କୁଟ୍ରୁପଲା ଗାଁରେ ୨୦୧୪ରେ ହୋଇଥିବା ଏକ ହତ୍ୟା ମାମଲାର ରାୟ ଗୁରୁବାର ପ୍ରକାଶ ପାଇଛି।…

ପ୍ରେମିକଙ୍କ ଘର ବାରଣ୍ଡାରେ ଧାରଣାରେ ବସିଲେ ପ୍ରେମିକା

ମାଲକାନଗିର,୩୦।୭ (ଦୁର୍ଯ୍ୟୋଧନ ପାତ୍ର): ଜଣେ ବିବାହିତ ଯୁବକ ବିବାହର ପ୍ରତିଶ୍ରୁତି ଦେଇ ସମ୍ପର୍କ ଓ ପରେ ପ୍ରତାରଣା ବିରୋଧରେ ବିବାହିତ ପ୍ରେମିକା ଗତ ତିନି ଦିନ ଧରି…

ଖେଳ ପଡ଼ିଆରେ ଟ୍ରାକ୍ଟର ଚଳାଇ ଧାନ ତଳି ପକାଇଲେ, ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ-ଉତ୍ତେଜନା

ହାଟଡିହୀ, ୩୦।୭(ଶୁଭକାନ୍ତ ନାୟକ): ସରକାର ଖେଳ ଏବଂ ଶାରୀରିକ ବିକାଶ ପାଇଁ କୋଟି କୋଟି ଟଙ୍କା ବ୍ୟୟ କରୁଥିବାବେଳେ କେନ୍ଦୁଝର ଜିଲା ହାଟଡିହୀ ତହସିଲ ଅଧୀନସ୍ଥ ବଡ଼ରମ୍ପାସ…

କ୍ଷେତପୋଖରୀ ଦୁର୍ନୀତିକୁ ନେଇ ସରପଞ୍ଚ-ସମିତିସଭ୍ୟ ମୁହାଁମୁହିଁ: ହଟ୍ଟଗୋଳ ଯୋଗୁ ଉଠି ଚାଲିଗଲେ…

ଦିଗପହଣ୍ଡି,୩୦|୭(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ମିଶନ ଶକ୍ତି ସମ୍ମିଳନୀ କକ୍ଷରେ ଗୁରୁବାର ଦିଗପହଣ୍ଡି ବ୍ଲକସ୍ତରୀୟ ଏମଜିଏନଆରଇଜିଏ ଯୋଜନାର ସାମାଜିକ ସମୀକ୍ଷା ଜନଶୁଣାଣି…

କୋରାପୁଟରେ ୬୫୪. ୫ ମି.ମି. ରେକର୍ଡ ବର୍ଷା, ଭାଙ୍ଗିଲା ୮ ଘର

କୋରାପୁଟ,୩୦ା୭(ଅମିତାଭ ବେହେରା): ଗତ ୨୪ ଘଣ୍ଟା ମଧ୍ୟରେ କୋରାପୁଟ ଜିଲାର ୧୪ ବ୍ଲକରେ ମୋଟ ୬୫୪.୫ ମି.ମି. ବର୍ଷା ରେକର୍ଡ ହୋଇଛି। ହାରାହାରି ବର୍ଷାର ପରିମାଣ ୪୬.୭୫…

ପିସ୍ତଲ ଦେଖାଇ ହତ୍ୟା ଧମକ ଦେଇଥିଲେ, ଯୁବକଙ୍କୁ ବାନ୍ଧିଲା…

ଦେବଗଡ଼,୩୦ା୭(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଥାନା ଅନ୍ତର୍ଗତ ସୁନାମୁଣ୍ଡା ଗ୍ରାମରେ ପିସ୍ତଲ ମୁନରେ ଭୟଭୀତ କରି ହତ୍ୟା ଧମକ ଦେଇଥିବା ଜଣେ ଯୁବକକୁ ପୋଲିସ ଗିରଫ କରିଛି।…

ଆମେରିକାର ବଡ଼ ଆକ୍ରମଣ, ଧ୍ୱଂସ ହେଲା ଇରାନର ସାମରିକ ଘାଟି

ବାଗଦାଦ୍‌,୩୦।୭: ଆମେରିକୀୟ ସେନା ଉପରେ ଇରାନର କ୍ଷେପଣାସ୍ତ୍ର ଆକ୍ରମଣର ବଡ଼ ଜବାବ ଦେଇଛି ଆମେରିକା। ଆମେରିକୀୟ ସେନାର ସେଣ୍ଟ୍ରାଲ କମାଣ୍ଡ ଅନୁଯାୟୀ ଇରାନର ବିପ୍ଳବୀ ଗାର୍ଡ କୋର୍‌(ଆଇଆରଜିସି)ର…

ଦେଖାଳି ଗାଁରେ ସିରିଜ୍ ଚୋରି: ଦୋକାନରୁ ଟଙ୍କା-ଜୋତା ଲୁଟ୍, ଅଞ୍ଚଳରେ ଆତଙ୍କ; ରାତ୍ରିକାଳୀନ ପାଟ୍ରୋଲିଂ…

ଦିଗପହଣ୍ଡି,୩୦।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କେ. ନୂଆଗାଁ ଥାନା ଅନ୍ତର୍ଗତ ଦେଖାଳି ଗାଁ ଓ ମୁଖ୍ୟ ରାସ୍ତାକଡ଼ରେ ଥିବା ବିଭିନ୍ନ ଦୋକାନରୁ ବୁଧବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri