ସାମାନ୍ୟ ବର୍ଷାରେ ବିଦ୍ୟୁତ କାଟ୍‌: ବଢୁଛି ଅସନ୍ତୋଷ

ଦାରିଙ୍ଗବାଡି,୧୪।୫(ଅରୁଣ ସାହୁ): ହିତାଧିକାରୀଙ୍କୁ ନିୟମିତ ବିଦ୍ୟୁତ ଯୋଗାଇଦେବା ପାଇଁ ସରକାରଙ୍କ ନିର୍ଦ୍ଦେଶକ୍ରମେ କାଳବୈଶାଖୀ ପୂର୍ବରୁ ବାରମ୍ବାର ବିଭାଗ ପକ୍ଷରୁ ଘୋଷଣା କରାଯାଇଥିଲେ ସୁଦ୍ଧା ମରାମତି ଏବଂ ରକ୍ଷଣାବେକ୍ଷଣ ପାଇଁ ବିଦ୍ୟୁତ କାଟ କରାଯାଉଛି। ଏଥିପାଇଁ ଲକ୍ଷ ଲକ୍ଷ ଟଙ୍କା ବିଭାଗ ଖର୍ଚ୍ଚ କରୁଛି। କିନ୍ତୁ ତାହା କାଳବୈଶାଖୀ ସମୟରେ “ଯଥା ପୂର୍ବଂ ତଥା ପରଂ” ସ୍ଥିତି ହେଉଛି ସାମାନ୍ୟ ପବନ ବର୍ଷାରେ ବିଦ୍ୟୁତ ବିଭ୍ରାଟ ହେବା ସହ ପୂର୍ବରୁ ବିଦ୍ୟୁତ ତାର ଯାଇଥିବା ପାର୍ଶବର୍ତ୍ତୀ ଅଞ୍ଚଳରେ ତାରରେ ଲାଗୁଥିବା ଡାଳ କଟାଯାଉଥିବା କୁହାଯାଉଥିବାବେଳେ କାଳବୈଶାଖୀ ସମୟରେ ପୁଣି ସେ ଗଛ ଡାଳ ଲାଗି ଘଣ୍ଟା ଘଣ୍ଟା ବିଦ୍ୟୁତ କାଟ ହେଉଛି। ମଙ୍ଗଳବାର ପୂର୍ବାହ୍ନ ୧୦ଟାଠାରୁ ସିମନବାଡି ଫିଡ଼ରରେ ବିଦ୍ୟୁତ ବାରମ୍ବାର ଅଚଳ ହେବା ସହ ମଧ୍ୟାହ୍ନରୁ ବିଦ୍ୟୁତ ସେବା ସମ୍ପୂର୍ଣ୍ଣ ଅଚଳ ହୋଇ ୧୨ ଘଣ୍ଟା ଅର୍ଥାତ ଭୋର ପାଖାପାଖି ୨ଟା ସମୟରେ ବିଦ୍ୟୁତ ସେବା ସ୍ବାଭାବିକ ହୋଇଥିଲା। ଯଦି କାଳବୈଶାଖୀ ଆସିବା ସମୟ ପୂର୍ବରୁ ବିଭାଗ ବାରମ୍ବାର ବିଦ୍ୟୁତ ରକ୍ଷଣାବେକ୍ଷଣ କରୁଛି। ତେବେ ଏହି ସମୟରେ ସାମାନ୍ୟ ବର୍ଷାରେ କାହିଁକି ବିଦ୍ୟୁତ ଅଚଳ ହେଉଛି ସେନେଇ ଅସନ୍ତୋଷ ବୃଦ୍ଧି ପାଉଛି। ବିଦ୍ୟୁତ ଅଚଳ ଯୋଗୁ ସିମନବାଡି ଫିଡ଼ରର ଶ୍ରାନିକେତା ପଞ୍ଚାୟତ ସମେତ ସିମନବାଡି, କିରିକୁଟି, ତିଲୋରୀ, ବୁଡ଼ାଗୁଡା, ଗୁମିକିଆ, କୋଟଗଡ ବ୍ଲକ ପକାରୀ ଏବଂ ବାଲିଗୁଡା ବ୍ଲକ ଋତୁଙ୍ଗିଆ ପର୍ଯ୍ୟନ୍ତ ପ୍ରାୟ ହଜାର ହଜାର ହିତାଧିକାରୀ ଅନ୍ଧାରରେ ରହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଇରାନ ସହ ଯୁଦ୍ଧ ଭିତରେ ଟ୍ରମ୍ପ ନେଲେ ବଡ଼ ନିଷ୍ପତ୍ତି, ଖୁସି ହୋଇଗଲା ଚାଇନା!

ଓ୍ବାଶିଂଟନ,୧୬/୮: ମଧ୍ୟପ୍ରାଚ୍ୟରେ ଇରାନ ସହିତ ‘ମହାଯୁଦ୍ଧ’ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ସେ ପ୍ରଶାନ୍ତ ମହାସାଗରରେ ମୁତୟନ ଥିବା ନିଜର…

ନାଗ ପଞ୍ଚମୀରେ ଦୁର୍ଲଭ ଯୋଗ; ସୂର୍ଯ୍ୟ କରିବେ ଗୋଚର, ୩ ରାଶିଙ୍କ ଉପରେ ବର୍ଷିବ ଧନ ଦୌଲତ…

ଚଳିତବର୍ଷ, ପବିତ୍ର ନାଗ ପଞ୍ଚମୀ ତିଥି ଆସନ୍ତା ଅଗଷ୍ଟ ୧୭ ତାରିଖ ଅର୍ଥାତ୍ ସୋମବାରରେ ପାଳିତ ହେବାକୁ ଯାଉଛି । ଏହି ବର୍ଷ, ନାଗ ପଞ୍ଚମୀ ମଧ୍ୟ…

ଥୁଆମୂଳ ରାମପୁରରେ ସ୍ବାଧୀନତା ଦିବସ: କୋର୍ଟରେ ପତାକା ଉତ୍ତୋଳନ କଲେ ବିଚାରପତି

ଥୁଆମୂଳ ରାମପୁର,୧୫।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ବିଭିନ୍ନ ସରକାରୀ ଏବଂ ବେସରକାରୀ ଅନୁଷ୍ଠାନଗୁଡ଼ିକରେ ୮୦ତମ ସ୍ବାଧୀନତା ଦିବସ ଉତ୍ସାହ ଏବଂ ଆନନ୍ଦର ସହିତ…

କଲ୍ୟାଣସିଂହପୁର ଭିଡ଼ ହିଂସାରୁ ଯୁବତୀଙ୍କୁ ଉଦ୍ଧାର କରିଥିବା ୩ ସାହସୀ ଯୁବକଙ୍କୁ ଜିଲାସ୍ତରୀୟ ସମ୍ମାନ

​କଲ୍ୟାଣସିଂହପୁର, ୧୫/୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲାରେ ଉତ୍ସାହ ଓ ଦେଶଭକ୍ତିର ମାହୋଲ ମଧ୍ୟରେ ୮୦ତମ ସ୍ୱାଧୀନତା ଦିବସ ଅତ୍ୟନ୍ତ ଆଡ଼ମ୍ବରର ସହ ପାଳିତ ହୋଇଯାଇଛି। ସ୍ଥାନୀୟ…

ବିଧାୟକଙ୍କ ଦ୍ଵାରା ଖେମୁଣ୍ଡି ଫୁଟବଲ ଟୁର୍ନାମେଣ୍ଟ ଉଦଘାଟିତ: ୭ ଟିମ୍ ଖେଳିଲେ ମ୍ୟାଚ୍, ରବିବାର ହେବ…

ଦିଗପହଣ୍ଡି, ,୧୫।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି ସ୍ପୋର୍ଟିଂ କ୍ଲବ୍ ଏବଂ ଏନ୍ଏସି କାର୍ଯ୍ୟାଳୟର ମିଳିତ ଆନୁକୂଲ୍ୟରେ ପବିତ୍ର ସ୍ଵାଧୀନତା ଦିବସ ଅବସରରେ…

ମହାପୁରୁଷ ଶ୍ରୀଅରବିନ୍ଦଙ୍କ ୧୫୪ତମ ଜୟନ୍ତୀ ପାଳିତ: ମାନବ ଜୀବନର ଲକ୍ଷ୍ୟ କେବଳ…

ଭଞ୍ଜନଗର,୧୫। ୮(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ଶ୍ରୀଅରବିନ୍ଦ ଶକ୍ତିପୀଠରେ ଶନିବାର ମହାପୁରୁଷ ଶ୍ରୀଅରବିନ୍ଦଙ୍କ ୧୫୪ତମ ଜୟନ୍ତୀ ଅତ୍ୟନ୍ତ ଶ୍ରଦ୍ଧା ଓ ଭକ୍ତିର ସହ ପାଳିତ ହୋଇଯାଇଛି।…

ସ୍ବାଧୀନତା ଦିବସରେ ରକ୍ତଦାନ କଲେ ସ୍ବେଚ୍ଛାସେବୀ

ବରଗଡ଼,୧୫।୮(ପ୍ରେମାନନ୍ଦ ଖମାରୀ): ସ୍ବାଧୀନତା ଦିବସ ଅବସରରେ ବରଗଡ଼ର ସାମାଜିକ ଅନୁଷ୍ଠାନ ସଂକଳ୍ପ ପରିବାର ପକ୍ଷରୁ ଏକ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ଆୟୋଜିତ ହୋଇଥିଲା। ଜିଲାସ୍ତରୀୟ ସ୍ବାଧୀନତା ଦିବସ…

କଥା ଦେଇ କଥା ରଖିଲେ ଅକରୁଆ ସରପଞ୍ଚ: ପକ୍କା ହେଲା ବଡ଼ସାହି-କେନ୍ଦୁଗୁଡ଼ା ରାସ୍ତା , ଗ୍ରାମବାସୀଙ୍କ ମଧ୍ୟରେ ଖୁସିର…

ହାଟଡିହୀ/ଛେନାପଦୀ,୧୫।୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ଦିନେ ଯେଉଁ ରାସ୍ତାରେ ଆଣ୍ଠୁଏ କାଦୁଅ ଓ ପାଣି ଜମି ରହୁଥିବାରୁ ଯାତାୟାତ ଦୁର୍ବିସହ ହୋଇପଡ଼ୁଥିଲା, ଶେଷରେ ସେହି ରାସ୍ତା ପକ୍କା ରାସ୍ତାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri