ବିଦ୍ୟୁତ୍‌ ବିତରଣ ବ୍ୟବସାୟକୁ ପ୍ରାଧାନ୍ୟ

ଭୁବନେଶ୍ୱର, ୨୯।୯:ଟାଟା ପାୱାର ଓ ଓଡ଼ିଶା ସରକାରଙ୍କ ଯୌଥ ଉଦ୍ୟୋଗ ଟିପି ଓଡ଼ିଶା ଡିସ୍‌କମ୍‌ଗୁଡ଼ିକ ବିଭିନ୍ନ ବ୍ୟବସାୟିକ ଉଦ୍ୟମ ପାଇଁ ରାଜ୍ୟର ସମସ୍ତ ୩୦ ଜିଲାରେ ଥିବା ୭୦୦ରୁ ଅଧିକ କ୍ଷୁଦ୍ର ଓ ମଧ୍ୟମ ଧରଣର ବ୍ୟବସାୟିକ ସଂସ୍ଥା ସହ ସିଧାସଳଖ ବ୍ୟବସାୟକରି ୨୦୦୦ ସ୍ଥାନୀୟ ସଂସ୍ଥାକୁ ଉକ୍ତ କାର୍ଯ୍ୟରେ ନିୟୋଜିତ କରିବା ପାଇଁ ନିଷ୍ପତ୍ତିି ନିଆଯାଇଛି। ଉକ୍ତ ସଂସ୍ଥାଗୁଡ଼ିକ ଦ୍ୱାରା ଉତ୍ପାଦିତ ବିଭିନ୍ନ ବୈଷୟିକ ଉପକରଣ ୪ଗୋଟି ବିତରଣ କମ୍ପାନୀର ୨୦% ଚାହିଦାକୁ ମେଣ୍ଟାଇବ। ଏହି ନିଷ୍ପତ୍ତି ଦ୍ୱାରା ୪୦,୦୦୦ ରୁ ଅଧିକ ସ୍ଥାନୀୟ ଲୋକ ପ୍ରତ୍ୟକ୍ଷ ବା ପରୋକ୍ଷ ଜୀବିକା ଉପାର୍ଜନ କରିପାରିବେ। ବିଶେଷ କରି ଏହା ଓଡ଼ିଶା ସରକାରଙ୍କ ମେକ୍‌ ଇନ୍‌ ଓଡ଼ିଶା ନୀତି ଦ୍ୱାରା ପ୍ରେରିତ । ଏହି ନିଷ୍ପତ୍ତି ଦ୍ୱାରା ବିଦ୍ୟୁତ୍‌ ବଣ୍ଟନ ଟ୍ରାନ୍ସଫରମର, ବିଦ୍ୟୁତ୍‌ ତାର, ବିଦ୍ୟୁତ୍‌ ଖୁଣ୍ଟ, ଅନ୍ୟାନ୍ୟ ଉପରକଣ, ଲାପ୍‌ଟପ୍‌, ଡେସ୍କଟପ୍‌ କମ୍ପ୍ୟୁଟର ଭଳି ଉପକରଣରୁ ଆରମ୍ଭ କରି ମିଟର ସ୍ଥାପନ, ମାସିକ ବିଦ୍ୟୁତ୍‌ ପଇଠ ସଂଗ୍ରହ, ଗ୍ରାହକ ସେବା କେନ୍ଦ୍ର ପରିଚାଳନା, ମାସିକ ମିଟର ରିଡିଂ ଏବଂ କାର୍ଯ୍ୟାଳୟ ରକ୍ଷଣାବେକ୍ଷଣ ଓ ଦୈନିକ ଖାଦ୍ୟପେୟ ଯୋଗାଣ ଆଦି ଅନ୍ତର୍ଭୁକ୍ତ ରହିଛି।
ଏ ସମ୍ପର୍କରେ ଟାଟା ପାୱାରର ସଭାପତି (ଟି ଆଣ୍ଡ ଡି) ସଞ୍ଜୟ ବାଙ୍ଗା କହିଛନ୍ତି, ଓଡ଼ିଶା ଦ୍ରୁତଗତିରେ ଆଗକୁ ବଢୁଥିବାବେଳେ ଏକ ଅଭିବୃଦ୍ଧିଶୀଳ ରାଜ୍ୟ ଭାବେ ଓଡିଶା ନିଜକୁ ପ୍ରତିଷ୍ଠା କରିପାରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଅପେକ୍ଷାର ଅନ୍ତ! ରୟାଲ ଏନ୍‌ଫିଲ୍ଡ ଲଞ୍ଚ କଲା ପ୍ରଥମ ଇଲେକ୍ଟ୍ରିକ୍‌ ବାଇକ୍‌, ଜବରଦସ୍ତ ଫିଚର ସହ ମୂଲ୍ୟ…

ନୂଆଦିଲ୍ଲୀ,୯।୪: ଅପେକ୍ଷାର ଅନ୍ତ ଘଟିଛି। ଭାରତୀୟ ବଜାରରେ ରୟାଲ ଏନଫିଲ୍ଡ (Royal Enfield) ନିଜର ପ୍ରଥମ ଇଲେକ୍ଟ୍ରିକ ମୋଟରସାଇକେଲ ’ଫ୍ଲାଇଙ୍ଗ ଫ୍ଲି ସି୬’ (Flying Flea C୬)କୁ…

ସୁନା-ରୂପା ମୂଲ୍ୟରେ ବଡ଼ ହ୍ରାସ,୩୩୦୦ଟଙ୍କା କମିଲା ଦାମ୍

ନୂଆଦିଲ୍ଲୀ,୯।୪:  ଘରୋଇ ଫ୍ୟୁଚର୍ସ ବଜାରରେ ଗୁରୁବାର ସୁନା ଏବଂ ରୂପାର ମୂଲ୍ୟ ହ୍ରାସ ପାଇଛି । ବାଣିଜ୍ୟ ଆରମ୍ଭ ହେବା ସମୟରେ, ସୁନା ଏବଂ ରୂପା ଉଭୟର…

ବ୍ୟାଙ୍କରେ ଆକାଉଣ୍ଟ ନ ଥିଲେ ମଧ୍ୟ ନେଇପାରିବେ ଲୋନ୍‌, ଜାଣନ୍ତୁ ପୂରା ବିବରଣୀ

ପ୍ରତ୍ୟେକ ବ୍ୟକ୍ତି ନିଜର ଦୈନନ୍ଦିନ ଆବଶ୍ୟକତା ପୂରଣ କରିବା ପାଇଁ ଲୋନ୍‌ ବା ଋଣ ନିଅନ୍ତି। କେତେବେଳେ ଗାଡ଼ି ପାଇଁ ତ କେତେବେଳେ ଘର ପାଇଁ। ଆଉ…

ଉତ୍ପାଦର ଗୁଣବତ୍ତା ସହ ବୁଝାମଣା କରନ୍ତୁ ନାହିଁ: ଇଂ. ସମ୍ୱିତ ରଞ୍ଜନ ସାହୁ

ପ୍ର- ଅର୍ଗାନିକ୍‌ ମା’ ପ୍ରତିଷ୍ଠା ଚିନ୍ତାଧାରା କିପରି ମନକୁ ଆସିଥିଲା ଏବଂ ବର୍ତ୍ତମାନ ପର୍ଯ୍ୟନ୍ତ ଯାତ୍ରା କିପରି ରହିଛି? ଉ- ବ୍ୟକ୍ତି ଜୀବନର କିଛି ଘଟଣାକୁ ନେଇ…

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ଯୁଦ୍ଧବିରତି ଭିତରେ ବଦଳିଲା ଗ୍ୟାସ ସିଲିଣ୍ଡର ଦର, ଜାଣନ୍ତୁ ବଢିଲା ନା କମିଲା…

ନୂଆଦିଲ୍ଲୀ,୮।୪: ବିଶ୍ୱ ଉତ୍ତେଜନା ମଧ୍ୟରେ, ସାଧାରଣ ଲୋକଙ୍କ ପାଇଁ ଏକ ଆଶ୍ୱସ୍ତିକର ଖବର ଆସିଛି। ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଘୋଷଣା ପରେ, ଅନ୍ତର୍ଜାତୀୟ ବଜାରରେ…

ଆମେରିକା-ଇରାନ ଯୁଦ୍ଧବିରତି ଭିତରେ ଭାରତର ବଲ୍ଲେବଲ୍ଲେ, ମିଳିଲା ବଡ଼ ଅଫର୍‌

ନୂଆଦିଲ୍ଲୀ,୮।୪: ଗତ କିଛି ସପ୍ତାହ ଧରି, ଆମେରିକା ଏବଂ ଇରାନ ମଧ୍ୟରେ ବୃଦ୍ଧି ପାଉଥିବା ଉତ୍ତେଜନା ସମଗ୍ର ବିଶ୍ୱକୁ ଏବଂ ଭାରତୀୟ ବଜାରକୁ ନିଶ୍ୱାସ ନେବାରେ ବାଧ୍ୟ…

ଯୁଦ୍ଧବିରତି ଭିତରେ ହଠାତ୍‌ ଖସିଲା ତେଲଦର, ଜାଣନ୍ତୁ ନୂଆ ପେଟ୍ରୋଲ ରେଟ୍‌

ନୂଆଦିଲ୍ଲୀ,୮ା୪: ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ଘୋଷଣା ପରେ ବୁଧବାର (୮ ଏପ୍ରିଲ) ସେୟାର ମାର୍କେଟ୍‌ରେ ବଡ଼ ବୃଦ୍ଧି ଦେଖିବାକୁ ମିଳିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri