ରାଜ୍ୟରେ ବିଦ୍ୟୁତ୍‌ କାଟ୍‌ ନୁହେଁ, ଓଭରଲୋଡିଂ ପାଇଁ ପାଓ୍ବାର ଟ୍ରିପ୍‌ କରୁଛି: ଶକ୍ତିମନ୍ତ୍ରୀ

ଭୁବନେଶ୍ୱର,୨୫ା୪(ବ୍ୟୁରୋ): ରାଜ୍ୟରେ ବିଦ୍ୟୁତ୍‌ କାଟ ହେଉନି। ଓଭରଲୋଡିଂ ପାଇଁ ପାୱାର ଲାଇନ ଟ୍ରିପ୍‌ କରିଯାଉଛି। ରାଜ୍ୟରେ ବିଦ୍ୟୁତ୍‌ ଯୋଗାଣର ଅଭାବ ନାହିଁ ବୋଲି ଶକ୍ତିମନ୍ତ୍ରୀ ପ୍ରତାପ ଦେବ ସୋମବାର କହିଛନ୍ତି। ପିକ୍‌ ପିରିୟଡରେ ରାଜ୍ୟରେ ୫,୬୦୦ ମେଗାୱାଟ ବିଜୁଳିର ଆବଶ୍ୟକତା ରହୁଛି। ଗତ ବର୍ଷ ଏହା ୫,୫୦୦ ମେଗାୱାଟ ରହିଥିଲା। ଅନେକ ଜାଗାରେ ଓଭରଲୋଡିଂ ଦ୍ୱାରା ପାୱାର ଲାଇନ ଟ୍ରିପ୍‌ ହୋଇଯାଉଛି। ବିଶେଷକରି ଭୁବନେଶ୍ୱର ଅଞ୍ଚଳରେ ଗୋଟିଏ ଥର ଲାଇନ ଟ୍ରିପ୍‌ ସଜାଡ଼ିବା ପାଇଁ ୩ରୁ ୪ ଘଣ୍ଟା ଲାଗୁଛି। ଗାଁ ଗହଳିରେ ଏହି ସମୟ ଆଉ ଟିକିଏ ଅଧିକ ନେଉଛି। କେମିତି ନିରବଚ୍ଛିନ୍ନ ବିଜୁଳି ଯୋଗାଇ ଦିଆଯିବ ସେ ନେଇ ସରକାର ଅବିରତ ଉଦ୍ୟମ ଜାରି ରଖିଛନ୍ତି। ଯେଉଁଠି ଲାଇନ କଟିଯାଇଛି, ତା’ର ଛିଣ୍ଡି ଯାଇଛି କି ଟ୍ରାନ୍ସଫର୍ମର ପୋଡ଼ିଯାଇଛି ଯଦି ସେଠି ଲୋକେ କହିବା ପରେ ବି କେହି ଅଧିକାରୀ ଯାଉନାହାନ୍ତି ସେଥିପାଇଁ ୨ ଦିନ ତଳେ ସବୁ ଅଧିକାରୀଙ୍କୁ ଡାକି ତାଗିଦ କରିଛୁ ବୋଲି ମନ୍ତ୍ରୀ କହିଛନ୍ତି। ଲୋ ଭୋଲଟେଜ କାରଣ ବୈଷୟିକ ତ୍ରୁଟି। ଯେଉଁଠି ଲାଇନ ଦୂର ବାଟରେ ଅଛି, ଟ୍ରାନ୍ସଫର୍ମର କାପାସିଟି ଓଭରଲୋଡ ଅଛି, ସେଠି ଲୋ ଭୋଲ୍‌ଟେଜ ହେଉଛି। ଏହାର ପ୍ରତିକାର କରାଯାଉଛି ବୋଲି ମନ୍ତ୍ରୀ କହିଛନ୍ତି ବୋଲି ମନ୍ତ୍ରୀ ପ୍ରତାପ ଦେବ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବତନ ଆଇଏଏସ ଅଧିକାରୀ ରାଜକୁମାର ଗୋଏଲ ହେବେ ମୁଖ୍ୟ ସୂଚନା କମିଶନର, ସୋମବାର ନେବେ ଶପଥ

ନୂଆଦିଲ୍ଲୀ,୧୪।୧୨: ଅବସରପ୍ରାପ୍ତ IAS ଅଧିକାରୀ ରାଜ କୁମାର ଗୋଏଲ ଦେଶର ପରବର୍ତ୍ତୀ ମୁଖ୍ୟ ସୂଚନା କମିଶନର (CIC) ହେବେ। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସୋମବାର ତାଙ୍କୁ...

ଜାପାନରେ ରିଲିଜ ହେବ ‘ପୁଷ୍ପା ୨’

ହାଇଦ୍ରାବାଦ୍‌: ବ୍ଲକ୍‌ବଷ୍ଟର ଫିଲ୍ମ ‘ପୁଷ୍ପା ୨: ଦି ରୁଲ୍‌’ ଏବେ ଜାପାନରେ ରିଲିଜ ପାଇଁ ପ୍ରସ୍ତୁତ ହେଉଛି। ଆଉ ଏହି ରିଲିଜ ପୂର୍ବରୁ ଅଭିନେତା ଅଲ୍ଲୁ...

ସୁଶାସନରେ ସମସ୍ୟା

ଅନେକ ସମୟରେ ଶାସନରେ ସୁଫଳ ପାଇବା କଷ୍ଟକର ହେଲେ ବିଫଳତାକୁ ସ୍ବୀକାରକରିବା ପରିବର୍ତ୍ତେ ରାଜନୈତିକ କୌଶଳ ବା ଦୃଷ୍ଟିକୋଣ ଉପରେ ନିର୍ଭର କରାଯାଇପାରେ, ଯାହା ଏକ...

ହଷ୍ଟେଲ ଖାଦ୍ୟରେ ଝିଟିପିଟିି: ୫ ଛାତ୍ରୀ ଅସୁସ୍ଥ

ବନ୍ଧୁଗାଁ,୧୩ା୧୨(ବେଣୁଧର ଲାବାଲା)- କୋରାପୁଟ ଜିଲା ବନ୍ଧୁଗାଁ ବ୍ଲକ ସଦର ପଞ୍ଚାୟତ ବାଉଁଶପୁଟ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ହଷ୍ଟେଲରେ ଝିଟିପିଟି ପଡ଼ିଥିବା ଭାତ ଖାଇ ୫...

ମାଓବାଦୀ ବିରୋଧୀ ଅଭିଯାନ: ୯୨ କୋଟିର ସମ୍ପତ୍ତି ଜବତ

ନୂଆଦଲ୍ଲୀ,୧୩ା୧୨: ଦେଶରେ ମାଓବାଦୀ ବିରୋଧୀ ଅଭିଯାନ ବେଳେ ୯୨ କୋଟି ଟଙ୍କାର ସମ୍ପତ୍ତି ଜବତ ହୋଇଛି। ବିଭିନ୍ନ ସୁରକ୍ଷା ଏଜେନ୍ସି ମିଳିତ ଚଢ଼ାଉ ଫଳରେ ମାଓବାଦୀମାନଙ୍କ...

ମହାନଦୀ ସଙ୍କଟ: ସ୍ପଷ୍ଟୀକରଣ ମାଗିଲେ ପ୍ରସନ୍ନ ଆଚାର୍ଯ୍ୟ

ବରଗଡ଼,୧୩ା୧୨(ପ୍ରେମାନନ୍ଦ ଖମାରୀ): ମହାନଦୀ ଜଳ ବିବାଦ ତଥା ମହାନଦୀ ସଙ୍କଟକୁ ନେଇ ବିଜେଡ଼ି ପୁଣି ରାଜ୍ୟ, କେନ୍ଦ୍ର ସରକାରକୁ ଘେରିବା ଆରମ୍ଭ କରିଛି। ଓଡ଼ିଶା ଏବଂ...

ପୂର୍ବତନ ବାୟୁସେନା ଅଧିକାରୀ ଗିରଫ

ଗୁଆହାଟୀ,୧୩ା୧୨: ପାକିସ୍ତାନ ଗୁପ୍ତଚରଗିରି ନେଟ୍‌ଓ୍ବର୍କ ସହ ସମ୍ପୃକ୍ତି ଅଭିଯୋଗରେ ଭାରତୀୟ ବାୟୁସେନାର ଜଣେ ଅବସରପ୍ରାପ୍ତ ଅଫିସରଙ୍କୁ ଆସାମ ପୋଲିସ ଗିରଫ କରିଛି। ଅଭିଯୁକ୍ତ କୁଳେନ୍ଦ୍ର ଶର୍ମାଙ୍କ...

ବୃଦ୍ଧଙ୍କୁ ନଦୀପଠାରେ ହତ୍ୟା ଘଟଣା: ଜେଲ୍‌ ଗଲେ ମହିଳା ଅଭିଯୁକ୍ତ

ଦିଗପହଣ୍ଡି,୧୩ା୧୨(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ନୂଆପଡ଼ା ଗ୍ରାମ ନିକଟ ବାହୁଦା ନଦୀପଠାରେ ଗ୍ରାମର ବୃଦ୍ଧ ନାରାୟଣ ପ୍ରଧାନ(୬୧)ଙ୍କୁ ହତ୍ୟା ଘଟଣାରେ ତଦନ୍ତକାରୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri