ବିପଦ ଆଳ ଦେଖାଇ ସଂଯୋଗ କାଟିଲା ବିଦ୍ୟୁତ୍‌ ବିଭାଗ: ୩୫ ଏକର ଚାଷ ପ୍ରଭାବିତ

ଚମ୍ପୁଆ,୨୬।୭ (ଡି.ଏନ.ଏ.)-କେନ୍ଦୁଝର ଜିଲା ଚମ୍ପୁଆ ବ୍ଲକ ଅନ୍ତର୍ଗତ ରଜିଆ ପଞ୍ଚାୟତର ମହେଶ୍ୱରପୁରଠାରେ ଥିବା ଉଠା ଜଳସେଚନ ପଏଣ୍ଟର ବିଜୁଳି ସଂଯୋଗ ବିଦ୍ୟୁତ୍‌ ବିଭାଗ କାଟିଦେବାପରେ ଏକର ଏକର ପରିବା ଚାଷ କରିଥିବା ପରିବା ଚାଷୀମାନେ ଚମ୍ପୁଆ ଉପଜିଲାପାଳ ପ୍ରତାପ ପ୍ରୀତିମୟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ବିଦ୍ୟୁତ୍‌ ବିଭାଗର ଜଣେ ଯନ୍ତ୍ରୀ ବିପଜ୍ଜନକ ଅବସ୍ଥାରେ ତାର ଝୁଲୁଥିବା ତଥା ଉପରିସ୍ଥ ଅଧିକାରୀଙ୍କ ନିର୍ଦ୍ଦେଶ କ୍ରମେ ଏହି ସଂଯୋଗ କଟାଯାଇଛି ବୋଲି କହିଛନ୍ତି।
ସୂଚନା ଅନୁସାରେ ଚଳିତ ଖରିଫ ଋତୁରେ ଚାଷ ପାଇଁ ଆବଶ୍ୟକ ବର୍ଷାଜଳ ନ ରହିବାରୁ ପ୍ରାୟତଃ ସବୁ ପ୍ରକାର ଚାଷ ପ୍ରଭାବିତ ହୋଇଛି। ତେବେ କେତେକ ଅଞ୍ଚଳରେ ଯଦିଓ ଚାଷ କରାଯାଉଛି ତାହା ଉଠା ଜଲସେଚନ ପଏଣ୍ଟ ମାଧ୍ୟମରେ କରାଯାଉଥିବା ଦେଖିବାକୁ ମିଳିଛି। ମାତ୍ର ବର୍ଷା ନ ଥିବା ସମୟରେ ଏକର ଏକର ଜମିରେ ପରିବା ଚାଷ କରାଯାଇଥିବା ବେଳେ ବିଦ୍ୟୁତ୍‌ ସଂଯୋଗ କଟାଯିବାରୁ ୩୫ ଏକର ଜମିରେ ଚାଷ ପ୍ରଭାବିତ ହେବ ବୋଲି ଚାଷୀମାନେ ଅଭିଯୋଗ କରିଛନ୍ତି। ମହେଶ୍ୱରପୁର ଚାଷୀ ଯଦୁମଣି ମହାନ୍ତ, ପଦ୍ମଲୋଚନ ମହାନ୍ତ, ଧନେଶ୍ୱର ମହାନ୍ତ ପ୍ରମୁଖ ଏହି ବିଦ୍ୟୁତ୍‌ ସଂଯୋଗ କଟାଯିବା ବିରୋଧରେ ଉପଜିଲାପାଳଙ୍କ ଠାରେ ଲିଖିତ ଅଭିଯୋଗ କରିଛନ୍ତି। ଚାଷୀମାନେ ବିଜୁ କଲ୍ୟାଣ ଯୋଜନାରେ ଦୀର୍ଘ ୧୦ ବର୍ଷ ହେବ ଗଭୀର ନଳକୂପ ମାଧ୍ୟମରେ ବର୍ଷ ସାରା ପନିପରିବା ଚାଷ କରିଆସୁଛନ୍ତି। ଗତ ୨୧ରେ ବିଦ୍ୟୁତ୍‌ ବିଭାଗ ପକ୍ଷରୁ ଉକ୍ତ ଉଠାଜଳସେଚନ ପଏଣ୍ଟ ସଂଯୋଗ କାଟି ଦିଆଯାଇଛି। ଦୀର୍ଘ ୧୦ ବର୍ଷ ଧରି ବିଦ୍ୟୁତ୍‌ ବିଭାଗ ଏହି ବିପଦସଙ୍କୁଳ ଅବସ୍ଥାରେ ଏଠାରେ କିପରି ତାର ଟଣାଯାଇଥିବା ଜାଣିପାରି ନ ଥିଲା। ତେବେ ଏହାର ସମାଧାନ ନ କରି ବର୍ଷା ନ ଥିବା ସମୟରେ ଏହି ସଂଯୋଗ କାଟିବା କେତେଦୂର ଯଥାର୍ଥ ବୋଲି ପ୍ରଶ୍ନବାଚୀ ସୃଷ୍ଟି କରିଛି। ଏ ସମ୍ପର୍କରେ ଚମ୍ପୁଆ ଉପଜିଲାପାଳ ପ୍ରତାପ ପ୍ରୀତିମୟଙ୍କୁ ପଚାରିବାରୁ ଉଠା ଜଳସେଚନ ଯନ୍ତ୍ରୀଙ୍କୁ ଏ ସମ୍ବନ୍ଧରେ ସୂଚନା ଦିଆଯିବା ସହିତ ଚମ୍ପୁଆ ତହସିଲଦାରଙ୍କୁ ଏହାର ଦାୟିତ୍ୱ ଦିଆଯାଇଛି। ସୁରକ୍ଷାକୁ ଆଖି ଆଗରେ ରଖି ଚାଷୀଙ୍କୁ ତୁରନ୍ତ ଆବଶ୍ୟକ ସୁବିଧା ଯୋଗାଇ ଦିଆଯିବ ବୋଲି ସେ ତାଙ୍କ ପ୍ରତିକ୍ରିୟାରେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୋଦି କ୍ୟାବିନେଟରେ ବଡ଼ ନିଷ୍ପତ୍ତି, କୃଷକଙ୍କ ପାଇଁ କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୩୦।୯: ଆଜି ପ୍ରଧାନମନ୍ତ୍ରୀ ମୋଦିଙ୍କ ଅଧ୍ୟକ୍ଷତାରେ କ୍ୟାବିନେଟ ବୈଠକ ଏବଂ ଅର୍ଥନୈତିକ ବ୍ୟାପାର ସମ୍ୱନ୍ଧୀୟ କ୍ୟାବିନେଟ କମିଟି (CCEA)ରେ ଅନେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। କ୍ୟାବିନେଟ ‘ପିଏମ…

ଘଣ୍ଟାରେ ୧୦ଟା ବାଜିବା କ୍ଷଣି ମନେ ପଡ଼ିବେ ଭଗବାନ, ସ୍ମୃତି ଅନୁଭୂତି ବଖାଣି ବିଦ୍ୟାଳୟ କର୍ମଚାରୀ କହିଲେ…

ପାଟଣା,୩୦ା୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ତୁରୁମୁଙ୍ଗାସ୍ଥିତ ଦଧିବାମନ ଉଚ୍ଚମାଧ୍ୟମିକ ବିଦ୍ୟାଳୟର ଚତୁର୍ଥ ଶ୍ରେଣୀ କର୍ମଚାରୀ ଭଗବାନ ମହାନ୍ତ ବୁଧବାର ସରକାରୀ ଚାକିରିରୁ ଅବସର ଗ୍ରହଣ…

ମଝି ଆକାଶରେ ଝଗଡ଼ା ଲାଗିଲେ ୨ ପାଇଲଟ୍‌, ବିମାନ ଜରୁରୀ ଅବତରଣ କରିବା ପରେ…

ଦୁବାଇ,୩୦ା୯: ବୁଧବାର ଦୁବାଇରୁ ତେଲ ଅଭିଭ୍‌ ଯାଉଥିବା ଫ୍ଲାଇଦୁବାଇ ବିମାନ ଏଫ୍‌ ଜେଡ୍‌ ୧୦୭୩କୁ ସାଉଦି ଆରବର ତାବୁକ ବିମାନବନ୍ଦରରେ ଜରୁରୀ ଅବତରଣ କରାଯାଇଛି। ବିମାନଟି ଜରୁରୀକାଳିନ…

ଶୌଚ ହେବାକୁ ଯାଇଥିଲେ ଗୋବର୍ଦ୍ଧନ, ଅତର୍କିତ ଆକ୍ରମଣ କଲା ଭାଲୁ, ଆଉ ତା’ ପରେ…

ପାଟଣା,୩୦ା୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ ପୋଇପାଣି ଗ୍ରାମ ନିକଟରେ ବୁଧବାର ଭୋର୍‌ରୁ ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତି ଗୁରୁତର ଆହତ ହୋଇଛନ୍ତି। ଆହତ…

ସ୍ବାର୍ଥ ଯୋଗୁ ଦ୍ୱନ୍ଦ୍ୱ

ଅପରେଶନ ସିନ୍ଦୂର ବେଳେ ନିଜେ ହସ୍ତକ୍ଷେପ କରିବାରୁ ଭାରତ ଓ ପାକିସ୍ତାନ ମଧ୍ୟରେ ଯୁଦ୍ଧ ବନ୍ଦ ହୋଇଥିଲା ବୋଲି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ବାରମ୍ବାର କହିଆସୁଛନ୍ତି।…

ଆଜି ୧୨ଘଣ୍ଟିଆ ଓଡ଼ିଶା ବନ୍ଦ: ଜାଣନ୍ତୁ କ’ଣ ପଡ଼ିବ ପ୍ରଭାବ

ଭୁବନେଶ୍ୱର, ୩୦ା୯(ବନ୍ଦନା ସେଠୀ):ତ୍ରୁଟିପୂର୍ଣ୍ଣ ପାଠ୍ୟ ପୁସ୍ତକକୁ ନେଇ ନବ ନିର୍ମାଣ ଯୁବ ଛାତ୍ର ସଂଗଠନ (ଏନ୍‌ଓ୍ବାଇସିଏସ୍‌) ପକ୍ଷରୁ ବୁଧବାର ଓଡ଼ିଶା ବନ୍ଦ ଡାକରା ଦିଆଯାଇଛି। ସକାଳ ୬ଟାରୁ…

ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ: ବିଜୁଳି-ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା

ଭୁବନେଶ୍ୱର,୩୦ା୯(ବନ୍ଦନା ସେଠୀ):ଉତ୍ତର-ପଶ୍ଚିମ ଏବଂ ସଂଲଗ୍ନ ପଶ୍ଚିମ- କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ବାୟୁମଣ୍ଡଳୀୟ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହା ସମୁଦ୍ର ପତ୍ତନଠାରୁ ୩.୧ରୁ ୪.୫ କିଲୋମିଟର ଉଚ୍ଚତା ପର୍ଯ୍ୟନ୍ତ…

ଟ୍ରାଫିକ ଚାଲାଣ ବାକିଥିଲେ କଟିବ ଘର ଲାଇନ୍‌! ସୁପ୍ରିମକୋର୍ଟ କହିଲେ ବଡ଼କଥା

ନୂଆଦିଲ୍ଲୀ,୨୯।୯: ଗାଡ଼ି ଚଳାଉଛନ୍ତି କି? ତେବେ ଆପଣଙ୍କ ପାଇଁ ଆସିଛି ଗୁରୁତ୍ୱପୂର୍ଣ୍ଣ ଖବର। ଟ୍ରାଫିକ୍‌ ନିୟମ ଉଲ୍ଲଂଘନ କରି ଇ-ଚାଲାଣ କଟିବା ପରେ ଦୀର୍ଘଦିନ ଧରି ଜରିମାନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?