ରାଷ୍ଟ୍ରପତିଙ୍କ ଭାଷଣ ବେଳେ ବିଦ୍ୟୁତ୍‌ ବିଭ୍ରାଟ

ବାରିପଦା ଅଫିସ,୬।୫: ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ବବିଦ୍ୟାଳୟର ଦ୍ବାଦଶ ସମାବର୍ତ୍ତନ ଉତ୍ସବରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଅଭିଭାଷଣ ବେଳେ ଦେଖାଦେଲା ବିଦ୍ୟୁତ୍‌ ବିଭ୍ରାଟ। ପାୱାର ଟ୍ରିପ୍‌ ଯୋଗୁ ବିଦ୍ୟୁତ୍‌ ବିଚ୍ଛିନ୍ନ ହୋଇଥିବା କୁହାଯାଉଛି। ଶନିବାର ପୂର୍ବାହ୍ନ ୧୧ଟା ୫୬ରୁ ୧୨ଟା ୫ ମିନିଟ ପର୍ଯ୍ୟନ୍ତ ଅର୍ଥାତ୍‌ ୯ ମିନିଟ୍‌ ବିଦ୍ୟୁତ୍‌ ସରବରାହ ବନ୍ଦ ରହିଥିଲା। ବିଦ୍ୟୁତ୍‌ ନ ଥିବାରୁ ଅଡିଟୋରିୟମ ଅନ୍ଧାର ହୋଇଯାଇଥିବା ଦେଖିବାକୁ ମିଳିଥିଲା। ଏହି ଅନ୍ଧାର ସମୟରେ ବି ରାଷ୍ଟ୍ରପତି ଜାରି ରଖିଥିଲେ ଦୀକ୍ଷାନ୍ତ ଭାଷଣ।

ଲାଇନ୍‌ ନ ଥିବା ସତ୍ତ୍ୱେ ସମ୍ପୂର୍ଣ୍ଣ ଅନ୍ଧାରରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଛାତ୍ରୀଛାତ୍ରଙ୍କୁ ଉଦ୍‌ବୋଧନ ଦେଇଥିଲେ। ଏପରିକି ମନରେ କୌଣସି ବିରକ୍ତିଭାବ ପରିଲକ୍ଷିତ ହୋଇ ନ ଥିଲା। ବରଂ ସେ କହିଥିଲେ, ଆଲୋକ ଓ ଅନ୍ଧକାରକୁ ସମାନ ଭାବରେ ଗ୍ରହଣ କରିବା ଉଚିତ। ‘ଅନ୍ଧାର ଯେତିକି ଆଲୁଅ ସେତିକି ଏହି ଯେ ଗହନ ବନ, ଚାଲିବି ଚାଲିବି ପଡିବି ଥକି’।

ଏହା ଅବଶ୍ୟ ଭିନ୍ନ କଥା ଯେ, ଏଭଳି ଅନିଚ୍ଛାକୃତ ତ୍ରୁଟି ପାଇଁ ଶକ୍ତି ବିଭାଗ ଦୁଃଖ ପ୍ରକାଶ କରିଛି। ସୂଚନା ଓ ଲୋକସମ୍ପର୍କ ବିଭାଗ ମଧ୍ୟ ନିଜ ଦୋଷ ସ୍ବୀକାର କରିଛି। ତେବେ ଏଭଳି ବିଦ୍ୟୁତ୍‌ ବିଭ୍ରାଟକୁ କେହି ସହଜରେ ଗ୍ରହଣ କରିପାରୁ ନାହାନ୍ତି। ଉତ୍ସବରେ ରାଜ୍ୟପାଳ ତଥା ବିଶ୍ବବିଦ୍ୟାଳୟ କୁଳାଧିପତି ପ୍ରଫେସର ଗଣେଶୀ ଲାଲ, ମନ୍ତ୍ରୀ ପ୍ରଦୀପ କୁମାର ଅମାତ ଓ କୁଳପତି ପ୍ରଫେସର ଡ. ସନ୍ତୋଷ କୁମାର ତ୍ରିପାଠୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଖୁସି ଖବର! ହର୍ମୁଜ ପାର୍ ହୋଇ ଭାରତ ଆସୁଛି ତେଲ-ଗ୍ୟାସ ଜାହାଜ, କମିଯିବକି ଦର?

ନୂଆଦିଲ୍ଲୀ,୪।୪: ଇରାନ-ଇସ୍ରାଏଲ ବିବାଦ ମଧ୍ୟରେ, ଭାରତ ପାଇଁ ଏକ ଆଶ୍ବସ୍ତିକର ଖବର ଅଛି । ଭାରତୀୟ ପତାକା ଲାଗିଥିବା ଜାହାଜ ସହିତ, ଅନ୍ୟ ତିନୋଟି ଜାହାଜ ସଫଳତାର…

ଛାତିଥରା ଦୁର୍ଘଟଣା; ଭାରସାମ୍ୟ ହରାଇ କୂଅରେ ପଡିଗଲା କାର୍, ଗୋଟିଏ ପରିବାରର ୯ ମୃତ

ମୁମ୍ବାଇ,୪ା୪: ମହାରାଷ୍ଟ୍ରର ନାଶିକରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି । ଏକ କାର ନିୟନ୍ତ୍ରଣ ହରାଇ ରାସ୍ତା ପାର୍ଶ୍ୱରେ ଥିବା ଏକ ପାଣି ଭର୍ତ୍ତି କୂଅରେ…

ବିପଦପୂର୍ଣ୍ଣ ଅବସ୍ଥାରେ ଟ୍ରାନ୍ସଫର୍ମର: ଅଭିଯୋଗ ପରେ ବି ଶୁଣୁନାହାନ୍ତି ବିଭାଗୀୟ ଅଧିକାରୀ

ଗଞ୍ଜାମ,୪।୪(ଅନାଥ ତରାଇ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ସୂର୍ଯ୍ୟନାରାୟଣପୁର ଓଡ଼ିଆର୍ପି କଲୋନୀରେ ବିପଦପୂର୍ଣ୍ଣ ଅବସ୍ଥାରେ ରହିଛି ଟ୍ରାନ୍ସଫର୍ମର। ଇଲେକ୍ଟ୍ରି ଟ୍ରାନ୍ସଫର୍ମର ସ୍ଥାନୀୟ ବାସିନ୍ଦା ସୁଦର୍ଶନ ପ୍ରଧାନଙ୍କ…

ସାଙ୍ଗମାନଙ୍କ ସହ ମିଶି ଗାଧୋଇବାକୁ ଯାଇଥିଲେ ନାବାଳକ, ଖସିଗଲା ଗୋଡ, ଖୋଜାଖୋଜି ପରେ ମିଳିଲା…

ଆନନ୍ଦପୁର/ହାଟଡିହି,୪l୪ (ସୁଶାନ୍ତ କୁମାର ସାହୁ/ଶୁଭକାନ୍ତ ନାଏକ ): ବୈତରଣୀ ନଦୀରେ ବୁଡ଼ିଯାଇ କେନ୍ଦୁଝର ଜିଲା ରାମଚନ୍ଦପୁରୁ ଥାନା ଅନ୍ତର୍ଗତ ଅଞ୍ଜିରା ଗ୍ରାମର ଜଣେ ଅଷ୍ଟମ ଶ୍ରେଣୀ ଛାତ୍ରଙ୍କ…

ରେଳ ଷ୍ଟେଶନରୁ ୪୦ ଲକ୍ଷ ଜବତ: ଯୁବକଙ୍କୁ ଅଟକ ରଖିଲା ପୋଲିସ

କେସିଙ୍ଗା,୪।୪(ତୁମେଶ୍ୱର ସାହୁ): ସମ୍ବଲପୁର ରେଲୱେ ଡିଭିଜନ ଅନ୍ତର୍ଗତ କେସିଙ୍ଗା ରେଲୱେ ଷ୍ଟେଶନରେ ଜଣେ ଯୁବକଙ୍କଠାରୁ ଟିଟିଲାଗଡ ରେଲୱେ ପୋଲିସ ୪୦ ଲକ୍ଷ ଟଙ୍କା ଜବତ ଜଣେ ଆସାମୀକୁ…

ଜାଲ୍‌ ଶିକ୍ଷକ ନିଯୁକ୍ତି କରି ଟଙ୍କା ଆତ୍ମସାତ୍‌ ଅଭିଯୋଗ: ନ୍ୟାୟ ପାଇଁ ଥାନାର ଦ୍ୱାରସ୍ଥ ଶିକ୍ଷକ

ନୂଆପଡ଼ା,୪ା୪ (ମକାରୁ ବେମାଲ):ନୂଆପଡ଼ା ଜିଲା ସିନାପାଲି କଲେଜରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜାଲ୍‌ ଶିକ୍ଷକ ନିଯୁକ୍ତି କରି ଦରମା ଟଙ୍କା ଆତ୍ମସାତ୍‌ କରିଥିବା ସିନାପାଲି…

ରାତି ହେଲେ ଅବକାରୀ ଥାନା ବନ୍ଦ: ଡିସ୍‌ପ୍ଲେ ବୋର୍ଡ ଜଳୁଛି, କାର୍ଯ୍ୟାଳୟରେ ତାଲା ଝୁଲୁଛି

ଲୋଇସିଂହା,୪।୪(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ଅବକାରୀ ଥାନାରେ ରାତି ସମୟରେ କେହି ଷ୍ଟାଫ ରହୁ ନ ଥିବା ଅଭିଯୋଗ ହେଉଛି ା ବୁଧବାର ସନ୍ଧ୍ୟାରେ କାର୍ଯ୍ୟାଳୟର ଡିସପ୍ଲେ…

ଜବରଦଖଲରେ ସରକାରୀ ଜମି: ୯ ଏପ୍ରିଲରେ ଡିମାର୍କେଶନ ନିର୍ଦ୍ଧାରିତ

ବଞ୍ଚୋ,୪।୪(ପ୍ରଦୋଷ କୁମାର ବିଶ୍ୱାଳ ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଚୋରଗାଡ଼ିଆ ଗ୍ରାମରେ ସରକାରୀ ଜମି ଜବରଦଖଲ ନେଇ ସମସ୍ୟା ଗୁରୁତର ରୂପ ନେଇଥିଲା । ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri