ରାଷ୍ଟ୍ରପତିଙ୍କ ଭାଷଣ ବେଳେ ବିଦ୍ୟୁତ୍‌ ବିଭ୍ରାଟ: ସରକାରଙ୍କ ତଦନ୍ତ ନିର୍ଦ୍ଦେଶ

ବାରିପଦା ଅଫିସ,୬।୫: ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ବବିଦ୍ୟାଳୟର ଦ୍ବାଦଶ ସମାବର୍ତ୍ତନ ଉତ୍ସବରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଅଭିଭାଷଣ ବେଳେ ବିଦ୍ୟୁତ୍‌ ବିଭ୍ରାଟକୁ ନେଇ ଜିଲାପାଳ ବିନୀତ ଭରଦ୍ବାଜ ମୁଖ୍ୟ ଶାସନ ସଚିବଙ୍କୁ ଜଣାଇ ଦେଇଛନ୍ତି। ଏନେଇ ସରକାର ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଉଚ୍ଚସ୍ତରୀୟ ଅଧିକାରୀଙ୍କ ଦ୍ବାରା ଘଟଣାର ତଦନ୍ତ କରାଯିବ ବୋଲି କେନ୍ଦ୍ରାଞ୍ଚଳ ଆର୍‌ଡିସି ଡ. ସୁରେଶ ଚନ୍ଦ୍ର ଦଳେଇ ସୂଚନା ଦେଇଛନ୍ତି। ଏନେଇ ବିଦ୍ୟୁତ୍‌ କାଟ ଅଭିଯୋଗରେ କୁଳାଧିପତି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି। ବିଭାଗୀୟ ଜଣେ କର୍ମଚାରୀଙ୍କୁ ନିଲମ୍ବନ କରିଛନ୍ତି। ସମ୍ପୃକ୍ତ ବିଦ୍ୟୁତ୍‌ କର୍ମଚାରୀ ହେଲେ ଜୟନ୍ତ କୁମାର ତ୍ରିପାଠୀ।

ଏ ସଂକ୍ରାନ୍ତରେ ଅଧ୍ୟକ୍ଷ, ରେଜିଷ୍ଟ୍ରାର, ଡେଭଲପମେଣ୍ଟ ଅଫିସରଙ୍କୁ ନେଇ କୁଳପତି ଏକ ୩ ଜଣିଆ ଇଣ୍ଟରନାଲ ତଦନ୍ତ କମିଟି ଗଠନ କରିଛନ୍ତି। କମିଟି ୧୨ ତାରିଖ ମଧ୍ୟରେ ତଦନ୍ତ ରିପୋର୍ଟ ପ୍ରଦାନ କରିବା ପରେ ଏକ୍ସପର୍ଟଙ୍କ ଦ୍ବାରା ଘଟଣାର ତର୍ଜମା କରାଯାଇ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି କୁଳପତି କହିଛନ୍ତି। ଏନେଇ କୁଳପତିଙ୍କୁ ପଚାରିବାରୁ ମୁଁ ଅପମାନିତ ବୋଲି ସେ କହିଛନ୍ତି। ଆବଶ୍ୟକ ପଡ଼ିଲେ ଚାକିରିରୁ ରିଜାଇନ ଦେବାକୁ ପ୍ରସ୍ତୁତ ବୋଲି ସେ କହିଛନ୍ତି। ଇଡ୍‌କୋର ୮ଜଣ କର୍ମଚାରୀ ଅଡିଟୋରିୟମରେ ଉପସ୍ଥିତ ଥିଲେ। ଏବେ ସେମାନଙ୍କୁ ମିଟିଂ ପାଇଁ ଡକାଇଥିଲେ। ମୋବାଇଲ ସୁଇଚ୍‌ ଅଫ୍‌ ଥିବାରୁ ଯୋଗାଯୋଗ ହୋଇପାରି ନ ଥିବା କୁଳପତି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବେଚ୍ଛାଚାରୀ ଶାସକ ଭାବେ ପରିଚିତ ହିଟଲର୍‌ଙ୍କୁ ବି ହୋଇଥିଲା ପ୍ରେମ: ଜାଣନ୍ତୁ ତାଙ୍କ ରୋଚକ ପ୍ରେମକାହାଣୀ

ସତରେ ! ପ୍ରେମ କାହାକୁ ବି ହୋଇପାରେ, ସେଇଥିପାଇଁ ବୋଧେ ସମଗ୍ର ବିଶ୍ୱରେ କ୍ରୁର ଓ ସ୍ବେଚ୍ଛାଚାରୀ ଶାସକଭାବେ ପରିଚିତ ହିଟଲର୍‌ ବି ଏଥିରୁ ବାଦ୍‌ ଯାଇ…

ପୁଣି ଖସିଲା ପାରଦ, ଶିମିଳିପାଳରେ ତାପମାତ୍ରା ୧ ଡିଗ୍ରୀ ରେକର୍ଡ

ବାରିପଦା,୮।୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶିମିଳିପାଳ ଜାତୀୟ ଉଦ୍ୟାନରେ ପାରଦ ନିମ୍ନଗାମୀ ହୋଇଛି । ଉପରବାରହାକାମୁଡାରେ ତାପାମାତ୍ରା ୧ ଡିଗ୍ରୀ ରେକର୍ଡ ହୋଇଥିବା ବେଳେ ନେଇ…

ତାଙ୍କ ହସ ମିଠା, କଥା ମିଠା, ନାଁ ମିଠି: ହେଲେ ଟିକେ ଟିକେ କଥାରେ ଚିଡିଯାନ୍ତି…

ତାଙ୍କ ହସ ମିଠା, କଥା ମିଠା। ମିଠା ମିଠା ଥିଲା ତାଙ୍କ ଅଭିନୟ ଓ ନୃତ୍ୟର ଯାଦୁ। ସେଇଥିପାଇଁ ତ ଓଡ଼ିଶାର ଦର୍ଶକଙ୍କ ହୃଦୟରେ ସେ ଏବେ…

ଇମ୍ରାନ ଖାନ-ବୁଶରା ବିବିଙ୍କୁ ୧୭ ବର୍ଷ ଜେଲଦଣ୍ଡ, ଲାଗିଛି କୋଟି କୋଟି ଟଙ୍କାର ଜରିମାନା

ଇସଲାମାବାଦ,୮।୨: ତୋଶାଖାନା-୨ ଦୁର୍ନୀତି ମାମଲାରେ ପୂର୍ବତନ ପାକିସ୍ତାନୀ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ ଏବଂ ତାଙ୍କ ପତ୍ନୀ ବୁଶରା ବିବିଙ୍କୁ ଦୋଷୀ ସାବ୍ୟସ୍ତ କରାଯାଇ ୧୭ ବର୍ଷ ଜେଲଦଣ୍ଡ…

ଏମାନେ ଧନୀ ନୁହନ୍ତି, କୋଟି କୋଟି ଟଙ୍କା ଖର୍ଚ୍ଚ ବି କରିନାହାନ୍ତି: ତଥାପି ବିବାହ ଭାଇରାଲ

ପ୍ରେମ ଦୁଇଟି ମନର ମିଳନ। ଏହା ପବିତ୍ର, ଏହା ଶାଶ୍ୱତ। ପ୍ରେମ ମାନେ ନୁହେଁ ଜଣକୁ ପାଇ ଖୁସି ହୋଇଯିବା, ବରଂ ପ୍ରେମ ହେଉଛି ତାହା ଯାହାକୁ…

ଉପ ମୁଖ୍ୟମନ୍ତ୍ରୀସ୍‌ଙ୍କ ଗସ୍ତକୁ ନେଇ ପ୍ରସ୍ତୁତି ଜୋରଦାର 

କେସିଙ୍ଗା,୮।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକକୁ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା  ସୋମବାର  ଗସ୍ତରେ ଆସିବେ। ଏ ନେଇ ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ଜୋରଦାର…

ଭାରତ ସହ T20 World Cupରେ ଖେଳିବାକୁ ରାଜି ହେଲା ପାକିସ୍ତାନ! କେମିତି ୨୪ ଘଣ୍ଟାରେ ବଦଳିଲା ମନୋଭାବ? ଜାଣନ୍ତୁ…

ନୂଆଦିଲ୍ଲୀ,୮।୨: ପାକିସ୍ତାନ କ୍ରିକେଟ ବୋର୍ଡ (PCB) ଫେବୃଆରୀ ୧୫ରେ ଭାରତ ବିପକ୍ଷରେ ହେବାକୁ ଥିବା T20 ବିଶ୍ୱକପ ମ୍ୟାଚ ବର୍ଜନ କରିବା ପାଇଁ ଆଲୋଚନା ଆରମ୍ଭ କରିବାକୁ…

ରିଜର୍ଭ ବ୍ୟାଙ୍କରେ ବମ୍ପର ନିଯୁକ୍ତି ସୁଯୋଗ, ଏହି ଦିନ ରହିଛି ଆବେଦନର ଶେଷ ତାରିଖ

ନୂଆଦିଲ୍ଲୀ,୮|୨: ଭାରତୀୟ ରିଜର୍ଭ ବ୍ୟାଙ୍କ ଆଇନ ଅଧିକାରୀ, ପରିଚାଳକ ଏବଂ ସହାୟକ ପରିଚାଳକ ସମେତ ଅନେକ ପଦବୀ ପାଇଁ ନିଯୁକ୍ତି ଘୋଷଣା କରିଛି। ଆଗ୍ରହୀ ଶିକ୍ଷାର୍ଥୀମାନେ ଫେବୃଆରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri