ଦର୍ଲିପାଲିରେ ବିଦ୍ୟୁତ୍‌ ଉତ୍ପାଦନ ବାଧା: ଆଜି ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ଜରୁରୀ ବୈଠକ

ଭୁବନେଶ୍ୱର,୨୫ା୪(ବ୍ୟୁରୋ): ସୁନ୍ଦରଗଡ଼ ଜିଲା ଦର୍ଲିପାଲିସ୍ଥିତ ଏନ୍‌ଟିପିସିର ପାଓ୍ବାର ଷ୍ଟେଶନରେ ସମସ୍ୟା ଦେଖାଦେବାରୁ ବିଦ୍ୟୁତ୍‌ ଉତ୍ପାଦନ ବାଧାପ୍ରାପ୍ତ ହୋଇଛି। ଫଳରେ ବିଦ୍ୟୁତ୍‌ ଯୋଗାଣରେ ମଧ୍ୟ ଅସୁବିଧା ହେଉଛି। ଏହି ପାଓ୍ବାର ଷ୍ଟେଶନରେ ୨ଟି ୟୁନିଟ୍‌ ମଧ୍ୟରୁ ଗୋଟିଏ କାର୍ଯ୍ୟକ୍ଷମ ଥିବାବେଳେ ୮ ଶହ ମେଗାଓ୍ବାଟ ବିଦ୍ୟୁତ୍‌ ଉତ୍ପାଦନ ହୋଇଥାଏ। ଏଥିରୁ ଓଡ଼ିଶାକୁ ୪ ଶହ ମେଗାଓ୍ବାଟ୍‌ ବିଦ୍ୟୁତ୍‌ ମିଳିଥାଏ। ହେଲେ ପାଓ୍ବାର ଷ୍ଟେଶନରେ ହଠାତ୍‌ ସମସ୍ୟା ସୃଷ୍ଟି ହେବା ଯୋଗୁ ଆବଶ୍ୟକ ବିଜୁଳି ଉପଲବ୍ଧ ହେଉନାହିଁ। ତେବେ କୋଇଲା ଅଭାବରୁ ଏଭଳି ହୋଇ ନ ଥିବା କୁହାଯାଉଛି। ଶନିବାର ଟର୍ବାଇନ ଅଚଳ ହୋଇଯାଇଥିବା ନେଇ ରାଜ୍ୟ ଶକ୍ତି ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି।

ବର୍ତ୍ତମାନ ସମୟରେ ଖାଉଟିଙ୍କ ଅସୁବିଧାକୁ କମାଇବା ଲାଗି ପଦକ୍ଷେପ ନିଆଯାଉଛି। ତୁରନ୍ତ ଏହାର ମରାମତି କରିବା ଲାଗି ଉଦ୍ୟମ ଆରମ୍ଭ ହୋଇଥିବା ଜଣାପଡିଛି। ଅନ୍ୟପଟେ ରାଜ୍ୟ ସରକାର ଏନେଇ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ସୋମବାର କରିବେ ବୋଲି ସୂଚନା ମିଳିଛି।
ମିଳିଥିବା ସୂଚନା ମୁତାବକ, ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ୧୧ଟା ସମୟରେ ଲୋକସେବା ଭବନରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହେବ। ବୈଠକରେ ଶକ୍ତି ସଚିବ ନିକୁଞ୍ଜ ଧଳ, ଗ୍ରୀଡ୍‌କୋ ଓ ଓପିଟିସିଏଲର ଅଧିକାରୀମାନେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି। ରାଜ୍ୟରେ ବର୍ତ୍ତମାନ ଖରା ଆରମ୍ଭ ହୋଇଯାଇଛି। ଖରାର ମାତ୍ରା ଏତେ ବଢିଯାଇଛି ଯେ, ଲୋକେ ଏବେ ଯିବା ଆସିବା କରିବାକୁ ଡରିଲେଣି। ଏଭଳି ସ୍ଥିତିରେ ରାଜ୍ୟର ବିଭିନ୍ନ ଅଞ୍ଚଳରେ ବିଦ୍ୟୁତ୍‌ କାଟ ଜନିତ ସମସ୍ୟା ସୃଷ୍ଟି ହୋଇଛି। ତେଣୁ ରାଜ୍ୟରେ ଏହି ଖରାଦିନ ସମୟରେ ଯେପରି ବିଦ୍ୟୁତ୍‌ କାଟ ନ ହେବ ସେଥିପ୍ରତି ଧ୍ୟାନ ଦେବାକୁ ମୁଖ୍ୟ ଶାସନ ସଚିବ କହିପାରନ୍ତି। ଅନ୍ୟପଟେ ବିଦ୍ୟୁତ୍‌ ସମସ୍ୟା ନେଇ ରହିଥିବା ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ମଧ୍ୟ ଆଲୋଚନା ହୋଇପାରେ। ରାଜଧାନୀର ବିଭିନ୍ନ ଅଞ୍ଚଳରେ ଏବେ ବିଦ୍ୟୁତ୍‌ ବିଲ୍‌ରେ ସମସ୍ୟା ସୃଷ୍ଟି ହେଉଥିବା ଶୁଣିବାକୁ ମିଳୁଛି। ତେଣୁ ଏହା ଉପରେ ମଧ୍ୟ ମୁଖ୍ୟ ଶାସନ ସଚିବ ଗୁରୁତ୍ୱ ଦେଇପାରନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟ ସଭାରେ ମୋଦି ସରକାରଙ୍କୁ ଘେରିଲେ ଓଡ଼ିଶା ଏମ୍‌ପି: କେନ୍ଦ୍ରୀକରଣ ବଢ଼ିଲେ ସମନ୍ବୟ ନୁହେଁ, ବଢ଼ିବ ସଂଘର୍ଷ

ପଦ୍ମପୁର, ୩୧।୩(ପ୍ରଦୀପ୍ତ ଦାଶ): ରାଜ୍ୟ ସଭା ଏମ୍‌ପି ନିରଞ୍ଜନ ବିଶି କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ (ସାଧାରଣ ପ୍ରଶାସନ) ବିଧେୟକ, ୨୦୨୬ ଉପରେ ଚର୍ଚ୍ଚା କରି ବିଲ୍‌ରେ…

ଟ୍ରମ୍ପଙ୍କ ୟୁ-ଟର୍ଣ୍ଣ! ପ୍ରଥମେ ଇରାନ ବିନାଶର ପ୍ରତିଶ୍ରୁତି, ଏବେ ହର୍ମୁଜକୁ ନେଇ କହିଲେ ବଡ଼ କଥା, ଯୁଦ୍ଧର ହେବ ‘THE END’?

ଓ୍ବାଶିଂଟନ,୩୧।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ସହିତ ଚାଲିଥିବା ସଂଘର୍ଷକୁ ଦୀର୍ଘ କରିବା ମନୋଭାବରେ ଥିବା ପରି ମନେ ହେଉନାହିଁ। ଟ୍ରମ୍ପ ତାଙ୍କ ସହଯୋଗୀମାନଙ୍କୁ ଜଣାଇ…

ରୋହିତ 2.0: ପ୍ରାୟ ୧୦ ମାସ ପରେ ଟି-୨୦ କ୍ରିକେଟକୁ ଫେରିଲେ ‘ହିଟମ୍ୟାନ’

ନୂଆଦିଲ୍ଲୀ,୩୧।୩: ଯଦିଓ ରୋହିତ ଶର୍ମା ଟି-୨୦ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ନେଇସାରିଛନ୍ତି, ରବିବାର ରାତିରେ ମୁମ୍ବାଇର ୱାଙ୍ଖେଡେ ଷ୍ଟାଡିୟମରେ କୋଲକାତା ନାଇଟ ରାଇଡର୍ସ ବିପକ୍ଷରେ ଖେଳାଯାଇଥିବା ଆଇପିଏଲ…

ଗୋରୁ ଗାଡ଼ି ଅଟକାଇବା ହେଲା କାଳ, ଚାଲିଗଲା ଜଣଙ୍କର ଜୀବନ

ବାହାନଗା, ୩୧। ୩(ଅରୂପ କୁମାର ଦାସ)ଛ ବାହାନଗା ବ୍ଲକ ସୋର ଥାନା ୧୬ ନମ୍ବର ଜାତୀୟ ରାଜପଥ ବାରିକପୁର ନିକଟରେ ଦୁର୍ଘଟଣା । ଗୋରୁ ଗାଡି ଅଟକାଉଥିବା…

ପ୍ରଭାବଶାଳୀଙ୍କ ମାଲିକାନାରେ ଗୋବରୀ ନଦୀ : ଜବରଦଖଲ ଉଚ୍ଛେଦ ପ୍ରକ୍ରିୟା ପ୍ରହସନ

ପଟ୍ଟାମୁଣ୍ଡାଇ,୩୧ା୩(କଳ୍ପତରୁ ନାୟକ):ରାଜ୍ୟ ସରକାରୀ ଜମି ଜବରଦଖଲ ଉଚ୍ଛେଦ ନେଇ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ଗତବର୍ଷ ଡିସେମ୍ବରରେ କଡ଼ା ଚେତାବନୀ ଦେଇଥିଲେ। ଜବରଦଖଲକାରୀମାନେ ସରକାରୀ ଜମି ଫେରାନ୍ତୁ…

ଶୌଚ ହେବାକୁ ଯାଇଥିଲେ ମଥୁରୀ: ୪ ଦିନ ପରେ ଘଟିଲା…

ମହାକାଳପଡ଼ା, ୩୧ ା ୩ (ପ୍ରତାପ ଚନ୍ଦ୍ର ସ୍ବାଇଁ ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ଥାନା ଅନ୍ତର୍ଗତ ବାହାରସୋବଳା ମୌଜାର ଅକ୍ଷୟ ରାଉତଙ୍କ ସ୍ତ୍ରୀ ମଥୁରୀ ରାଉତ ଶୁକ୍ରବାର…

US Israel Iran War: ଯୁଦ୍ଧ ବନ୍ଦ ହେବା ନେଇ କାହା ସହ କଥା ହେଉଛନ୍ତି ଟ୍ରମ୍ପ, ନିଜେ ଉଠାଇଲେ ରହସ୍ୟ ଉପରୁ ପରଦା, ସଭିଏଁ ଚକିତ!

ଓ୍ବାଶିଂଟନ,୩୧।୩: ଇରାନ ସହିତ ଚାଲିଥିବା ବିବାଦ ମଧ୍ୟରେ, ୱାଶିଂଟନ ତେହରାନ ସହିତ ଆଲୋଚନା କରିବା ବିଷୟରେ ସପ୍ତାହେ ଧରି କଥାବାର୍ତ୍ତା କରିଆସୁଛି; କିନ୍ତୁ, ଏହି ଆଲୋଚନା ହେଉଥିବା…

ତୀବ୍ର ହେଉଛି ସଂଘର୍ଷ, କୁଏତ୍‌ର ଏକ ତେଲ ଟ୍ୟାଙ୍କରକୁ ଟାର୍ଗେଟ କଲା ଇରାନ!

ଆବୁଧାବି,୩୧।୩: ପଶ୍ଚିମ ଏସିଆରେ ସଂଘର୍ଷ ନିରନ୍ତର ଜାରି ରହିଛି, ଉଭୟ ପକ୍ଷରୁ ଆକ୍ରମଣ କରାଯାଉଛି । ଇରାନ ମଧ୍ୟ ପ୍ରତିଶୋଧମୂଳକ କାର୍ଯ୍ୟରେ ନିୟୋଜିତ ଅଛି, ଆକ୍ରମଣର ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri