ଦର୍ଲିପାଲିରେ ବିଦ୍ୟୁତ୍‌ ଉତ୍ପାଦନ ବାଧା: ଆଜି ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ଜରୁରୀ ବୈଠକ

ଭୁବନେଶ୍ୱର,୨୫ା୪(ବ୍ୟୁରୋ): ସୁନ୍ଦରଗଡ଼ ଜିଲା ଦର୍ଲିପାଲିସ୍ଥିତ ଏନ୍‌ଟିପିସିର ପାଓ୍ବାର ଷ୍ଟେଶନରେ ସମସ୍ୟା ଦେଖାଦେବାରୁ ବିଦ୍ୟୁତ୍‌ ଉତ୍ପାଦନ ବାଧାପ୍ରାପ୍ତ ହୋଇଛି। ଫଳରେ ବିଦ୍ୟୁତ୍‌ ଯୋଗାଣରେ ମଧ୍ୟ ଅସୁବିଧା ହେଉଛି। ଏହି ପାଓ୍ବାର ଷ୍ଟେଶନରେ ୨ଟି ୟୁନିଟ୍‌ ମଧ୍ୟରୁ ଗୋଟିଏ କାର୍ଯ୍ୟକ୍ଷମ ଥିବାବେଳେ ୮ ଶହ ମେଗାଓ୍ବାଟ ବିଦ୍ୟୁତ୍‌ ଉତ୍ପାଦନ ହୋଇଥାଏ। ଏଥିରୁ ଓଡ଼ିଶାକୁ ୪ ଶହ ମେଗାଓ୍ବାଟ୍‌ ବିଦ୍ୟୁତ୍‌ ମିଳିଥାଏ। ହେଲେ ପାଓ୍ବାର ଷ୍ଟେଶନରେ ହଠାତ୍‌ ସମସ୍ୟା ସୃଷ୍ଟି ହେବା ଯୋଗୁ ଆବଶ୍ୟକ ବିଜୁଳି ଉପଲବ୍ଧ ହେଉନାହିଁ। ତେବେ କୋଇଲା ଅଭାବରୁ ଏଭଳି ହୋଇ ନ ଥିବା କୁହାଯାଉଛି। ଶନିବାର ଟର୍ବାଇନ ଅଚଳ ହୋଇଯାଇଥିବା ନେଇ ରାଜ୍ୟ ଶକ୍ତି ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି।

ବର୍ତ୍ତମାନ ସମୟରେ ଖାଉଟିଙ୍କ ଅସୁବିଧାକୁ କମାଇବା ଲାଗି ପଦକ୍ଷେପ ନିଆଯାଉଛି। ତୁରନ୍ତ ଏହାର ମରାମତି କରିବା ଲାଗି ଉଦ୍ୟମ ଆରମ୍ଭ ହୋଇଥିବା ଜଣାପଡିଛି। ଅନ୍ୟପଟେ ରାଜ୍ୟ ସରକାର ଏନେଇ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ସୋମବାର କରିବେ ବୋଲି ସୂଚନା ମିଳିଛି।
ମିଳିଥିବା ସୂଚନା ମୁତାବକ, ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ୧୧ଟା ସମୟରେ ଲୋକସେବା ଭବନରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହେବ। ବୈଠକରେ ଶକ୍ତି ସଚିବ ନିକୁଞ୍ଜ ଧଳ, ଗ୍ରୀଡ୍‌କୋ ଓ ଓପିଟିସିଏଲର ଅଧିକାରୀମାନେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି। ରାଜ୍ୟରେ ବର୍ତ୍ତମାନ ଖରା ଆରମ୍ଭ ହୋଇଯାଇଛି। ଖରାର ମାତ୍ରା ଏତେ ବଢିଯାଇଛି ଯେ, ଲୋକେ ଏବେ ଯିବା ଆସିବା କରିବାକୁ ଡରିଲେଣି। ଏଭଳି ସ୍ଥିତିରେ ରାଜ୍ୟର ବିଭିନ୍ନ ଅଞ୍ଚଳରେ ବିଦ୍ୟୁତ୍‌ କାଟ ଜନିତ ସମସ୍ୟା ସୃଷ୍ଟି ହୋଇଛି। ତେଣୁ ରାଜ୍ୟରେ ଏହି ଖରାଦିନ ସମୟରେ ଯେପରି ବିଦ୍ୟୁତ୍‌ କାଟ ନ ହେବ ସେଥିପ୍ରତି ଧ୍ୟାନ ଦେବାକୁ ମୁଖ୍ୟ ଶାସନ ସଚିବ କହିପାରନ୍ତି। ଅନ୍ୟପଟେ ବିଦ୍ୟୁତ୍‌ ସମସ୍ୟା ନେଇ ରହିଥିବା ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ମଧ୍ୟ ଆଲୋଚନା ହୋଇପାରେ। ରାଜଧାନୀର ବିଭିନ୍ନ ଅଞ୍ଚଳରେ ଏବେ ବିଦ୍ୟୁତ୍‌ ବିଲ୍‌ରେ ସମସ୍ୟା ସୃଷ୍ଟି ହେଉଥିବା ଶୁଣିବାକୁ ମିଳୁଛି। ତେଣୁ ଏହା ଉପରେ ମଧ୍ୟ ମୁଖ୍ୟ ଶାସନ ସଚିବ ଗୁରୁତ୍ୱ ଦେଇପାରନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲର୍‌ଙ୍କ ଘର ବାହାରେ ବ୍ଲାଙ୍କ ଫାୟାରିଂ ଅଭିଯୋଗ

ଖଲ୍ଲିକୋଟ,୨୬।୪(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲରଙ୍କ ଘରେ ପଶି ମାର୍‌ପିଟ ସହ ବ୍ଲାଙ୍କ ଫାୟାରିଂ କରାଯାଇଥିବା ଅଭିଯୋଗ ହୋଇଛି। ଖବର ପାଇ...

ଓଏଚ୍‌ଆର୍‌ସିରେ କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣ ମାମଲା: ଏନ୍‌ଏଚ୍‌ଏଆଇକୁ ରିପୋର୍ଟ ତଲବ

କଟକ,୨୬ା୪ (କାର୍ତ୍ତିକ ସାହୁ)- କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣରେ ଅହେତୁକ ବିଳମ୍ବ ହେତୁ ଦୁର୍ଘଟଣା ବଢ଼ିଚାଲିଛି। ଏହି ରାଜପଥର ନିର୍ମାଣ କାର୍ଯ୍ୟ ଦୀର୍ଘ ୧୨ ବର୍ଷ...

ଆସନ୍ତା ଶିକ୍ଷାବର୍ଷରୁ ୨ଥର ହୋଇପାରେ ବୋର୍ଡ ପରୀକ୍ଷା

ଭୁବନେଶ୍ୱର, ୨୬।୪(ଅସମାପିକା ସାହୁ) – ସେଣ୍ଟ୍ରାଲ ବୋର୍ଡ ଅଫ୍‌ ସେକେଣ୍ଡାରୀ ଏଜୁକେଶନ(ସିବିଏସ୍‌ଇ) ପକ୍ଷରୁ ପରିଚାଳିତ ବୋର୍ଡ ପରୀକ୍ଷା ବର୍ଷକୁ ଦୁଇଥର ଅନୁଷ୍ଠିତ ହେବ। ଆସନ୍ତା ୨୦୨୫-୨୬...

କଂଗ୍ରେସରେ ମିଶିଲେ ବିଜେଡିର ପୁରୁଖା ନେତ୍ରୀ

ଭୁବନେଶ୍ୱର,୨୬।୪: ବିଜେଡିର ପୁରୁଖା ନେତ୍ରୀ ବୈଜୟନ୍ତୀମାଳା ମହାନ୍ତି ଆଜି ହାତ ଧରିଛନ୍ତି। ସେ ଶୁକ୍ରବାର ବିଧିବଦ୍ଧ ଭାବେ କଂଗ୍ରେସରେ ସାମିଲ ହୋଇଛନ୍ତି । ନୟାଗଡ ଜିଲା...

ଭଦ୍ରକ-ଯାଜପୁର ଜେଲ୍‌ରେ କ୍ଷମତାଠାରୁ ଅଧିକ କଏଦୀ: ଭିଡ ହଟାଇବାକୁ ପଦକ୍ଷେପ ନେଇ ଜଣାଇବାକୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ

କଟକ,୨୬ା୪ (କାର୍ତ୍ତିକ ସାହୁ)- ଭଦ୍ରକ ଓ ଯାଜପୁର ଜିଲା ଜେଲରୁ ଭିଡ଼ ହଟାଇବାକୁ କି ପଦକ୍ଷେପ ନେଇଛ ଜଣାଅ ବୋଲି ରାଜ୍ୟ ସରକାରଙ୍କୁ ହାଇକୋର୍ଟ ଶୁକ୍ରବାର...

ପୁଣି ପ୍ରାର୍ଥୀ ବଦଳାଇବ ଭାଜପା, ପର୍ଶୁରାମ ଧଡାଙ୍କ ଘର ବାହୁଡା ପରେ ଜୋର ଧରିଲା ଚର୍ଚ୍ଚା

ଭୁବନେଶ୍ୱର,୨୬।୪: ପୁଣିଥରେ ପ୍ରାର୍ଥୀ ବଦଳାଇପାରେ ଭାରତୀୟ ଜନତା ପାର୍ଟି । ସୋର ବିଧାୟକ ପର୍ଶୁରାମ ଧଡା ଭାଜପାରେ ସାମିଲ ହେବା ପରେ ପ୍ରାର୍ଥୀ ପରିବର୍ତନ ନେଇ...

ଜାତୀୟ ରାଜପଥ କଡ଼ରେ କୁଆଁ କୁଆଁ ଶବ୍ଦ: ନବଜାତ ଶିଶୁପୁତ୍ରକୁ ଛାଡ଼ି ମା’ ଫେରାର

ଛତ୍ରପୁର,୨୬।୪(ଦିଲ୍ଲୀପ ସାମଲ): ରାସ୍ତାକଡ଼ରେ ନବଜାତକକୁ ଛାଡ଼ି ମା’ ଫେରାର। ଛତ୍ରପୁରରୁ ଏଭଳି ଏକ ଖବର ସାମ୍ନାକୁ ଆସିଛି। ଶୁକ୍ରବାର ରାତିରେ ଜାତୀୟ ରାଜପଥ କଡ଼ରେ ଶିଶୁପୁତ୍ରଟିଏ...

ଆନ୍ଦୋଳନ ପରେ ପରୀକ୍ଷା ଘୁଞ୍ଚିଲା

ଭୁବନେଶ୍ୱର, ୨୬।୪(ଅସମାପିକା ସାହୁ)- ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟର ଚତୁର୍ଥ ସେମିଷ୍ଟର ପରୀକ୍ଷା ଘୁଞ୍ଚାଇବା ଦାବିରେ ଛାତ୍ରୀମାନେ ଆନ୍ଦୋଳନ କରିବା ପରେ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ ପୂର୍ବ ନିଷ୍ପତ୍ତିରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri