Posted inଜାତୀୟ

ମୁମ୍ବାଇରେ ବିଦ୍ୟୁତ୍‌ ସେବା ଠପ୍‌: ଅଟକିଲା ଲୋକାଲ ଟ୍ରେନ୍‌, ମେଟ୍ରୋ; ଶାନ୍ତି ବଜାୟ ରଖିବାକୁ ସମସ୍ତଙ୍କୁ ନିବେଦନ କଲେ ବିଗ୍‌ ବି

ମୁମ୍ବାଇ,୧୨।୧୦: ଗୋଟିଏ ପଟେ ଗତ କିଛି ମାସରୁ କରୋନା ଭାଇରସ୍‌ ମୁମ୍ବାଇରେ ଆତଙ୍କ ଖେଳାଇଥିବା ବେଳେ ଏବେ ଏଠାରେ ବିଦ୍ୟୁତ୍‌ ସରବରାହ ମୁଣ୍ଡବ୍ୟଥାର କାରଣ ପାଲଟିଛି। ସୋମବାର ସକାଳେ ଗ୍ରୀଡ୍‌ ଫେଲ୍‌ ହୋଇଯିବାରୁ ମୁମ୍ବାଇର ଅନେକ ଅଞ୍ଚଳରେ ବିଦ୍ୟୁତ ସରବରାହ ଠପ୍‌ ହୋଇଯାଇଛି। ଫଳରେ ଜନସାଧାରଣ ଏକପ୍ରକାର ହନ୍ତସନ୍ତ ହେଉଥିବା ବେଳେ ଲୋକାଲ ଟ୍ରେନ ଓ ମେଟ୍ରୋ ସେବା ବାଧାପ୍ରାପ୍ତ ହୋଇଛି। ଏଥିଯୋଗୁଁ ଯାତ୍ରୀମାନେ ବହୁ ଅସୁବିଧାର ସମ୍ମୁଖୀନ ହେବା ସହ ରେଲଓ୍ବେ ଟ୍ରାକ୍‌ରେ ଚାଲି ଚାଲି ଯାଉଥିବା ଦେଖିବାକୁ ମିଳିଛି। ଏହାର ପ୍ରଭାବ ମୁମ୍ବାଇର ଟ୍ରାଫିକ୍‌ରେ ମଧ୍ୟ ନଜର ଆସିଛି।

ସୂଚନାଯୋଗ୍ୟ, ମୁମ୍ବାଇ ଟାଉନସିପରେ ଥିବା ବିଦ୍ୟୁତ ଯୋଗାଣ କମ୍ପାନୀ ବେଷ୍ଟର କହିବା ଅନୁସାରେ ଟାଟା ପାଓ୍ବାରର ବିଦ୍ୟୁତ୍‌ ଯୋଗାଣରେ ବାଧା ଉପୁଜିବାରୁ ଏଭଳି ସମସ୍ୟା ଦେଖାଦେଇଛି। ମୁମ୍ବାଇର ପୂର୍ବ, ପଶ୍ଚିମ, ଉପାନ୍ତ ତଥା ଠାଣେର କିଛି ଅଂଶରେ ବିଦ୍ୟୁତ୍‌ ସେବା ବାଧାପ୍ରାପ୍ତ ହୋଇଛି। ବିଦ୍ୟୁତ୍‌ ସେବାକୁ ପୁନଃ ଆରମ୍ଭ କରିବାକୁ ଉଦ୍ୟମ କରାଯାଉଛି ବୋଲି ବିଦ୍ୟୁତ୍‌ ଯୋଗାଣ ଅଧିକାରୀ ସୂଚନା ଦେଇଛନ୍ତି। ଅନ୍ୟପଟେ ମୁମ୍ବାଇରେ ଗ୍ରୀଡ୍‌ ଫେଲ୍‌ ହେବାକୁ ନେଇ ସୋସିଆଲ ମିଡିଆରେ ମଜାଳିଆ ମିମ୍ସ ସହ ଲୋକଙ୍କ ଆକ୍ରୋଶ ଦେଖିବାକୁ ମିଳିଛି। ଏହାକୁ ନେଇ ବଲିଉଡ୍‌ ମହାନାୟକ ଅମିତାଭ ବଚ୍ଚନ ଲୋକଙ୍କୁ ଶାନ୍ତି ଓ ଧୈର୍ଯ୍ୟ ବଜାୟ ରଖିବାକୁ ଟୁଇଟରରେ ଅପିଲ କରିଛନ୍ତି। ସେହିପରି ଅଭିନେତ୍ରୀ କଙ୍ଗନା ରନାଓ୍ବତ ମଧ୍ୟ ବିଦ୍ୟୁତ୍‌ ସେବା ବାଧାପ୍ରାପ୍ତକୁ ନେଇ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେଙ୍କୁ ଟାର୍ଗେଟ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପଡିକଲଙ୍କ କ୍ରମାଗତ ଦ୍ୱିତୀୟ ଶତକ, ଭାରତ ୩୦୦/୫

କଲମ୍ବୋ, ୨୩ା୮- ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ରବିବାରଠାରୁ ଦ୍ୱିତୀୟ ଟେଷ୍ଟ କ୍ରିକେଟ ମ୍ୟାଚ୍‌ ଆରମ୍ଭ ହୋଇଯାଇଛି। ଦେବଦତ୍ତ ପଡିକଲଙ୍କ ଶତକ ବଳରେ ଭାରତ ପ୍ରଥମ ଦିନ…

ସମବାୟ ସମିତିରୁ ରାତିରେ ସାର ଚାଲାଣ ଅଭିଯୋଗ, ବଢ଼ିଲା ଚାଷୀ ଅସନ୍ତୋଷ

ହାଟଡିହୀ/ଛେନାପଦୀ,୨୩।୮(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ସମଣା ସେବା ସମବାୟ ସମିତିରେ ଚାଷୀଙ୍କ ପାଇଁ ମହଜୁଦ ଥିବା ସାରକୁ ବିକ୍ରି ଉଦ୍ଦେଶ୍ୟରେ ରାତିରେ ଅନ୍ୟତ୍ର…

କୋକସରାରେ ବର୍ଷା ବିତ୍ପାତ, ଘରେ ପଶିଲା ପାଣି

କୋକସରା,୨୩।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଶନିବାରଠାରୁ ଲାଗି ରହିଥିବା ଲଗାଣ ବର୍ଷା ଯୋଗୁ କଳାହାଣ୍ଡି ଜିଲା କୋକସରା ଅଞ୍ଚଳରେ ବେହାଳ ପରିସ୍ଥିତି ସୃଷ୍ଟି ହୋଇଛି। ପ୍ରାୟ ୩୦ ଘଣ୍ଟାରୁ…

ଇମ୍ରାନ୍ ଖାନଙ୍କ ପାଇଁ ଆଗକୁ ଆସିଲେ ଗାଭାସ୍କର-କପିଲ ଦେବ, ପ୍ରଧାନମନ୍ତ୍ରୀଙ୍କୁ ଲେଖିଲେ ଚିଠି

ଇସଲାମବାଦ,୨୩।୮: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତା ପ୍ରକାଶ କରିଛନ୍ତି ଆନ୍ତର୍ଜାତୀୟ କ୍ରିକେଟର ୨୨ ଜଣ ପୂର୍ବତନ ଅଧିନାୟକ। ଇମ୍ରାନ ଖାନଙ୍କୁ ଉନ୍ନତ ଚିକିତ୍ସା ସୁବିଧା…

ଲୋକଙ୍କୁ ବିକୁଥିଲେ ନକଲି ବ୍ରାଣ୍ଡ୍‌ ଘଣ୍ଟା, ୪ଜଣଙ୍କୁ ବାନ୍ଧିଲା ପୋଲିସ

ରାଉରକେଲା,୨୩।୮(ସଙ୍ଗୀତା ଜେନା): ନକଲି ବ୍ରାଣ୍ଡ୍‌ ଘଣ୍ଟା ବିକ୍ରି ଅଭିଯୋଗରେ ପ୍ଲାଣ୍ଟସାଇଟ୍‌ ଥାନା ପୋଲିସ ୪ ଜଣଙ୍କୁ ରବିବାର ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ବିଶ୍ରା ଜିନତ…

ବସ୍‌ଷ୍ଟାଣ୍ଡରେ ବିକୁଥିଲେ କଫ୍‌ସିରପ୍‌, ମାଡ଼ି ବସିଲା ପୋଲିସ

ବରଗଡ଼,୨୩।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ପୋଲିସ ଶନିବାର ରାତିରେ ବେଆଇନ ଭାବେ ଚାଲିଥିବା କଫସିରପ୍‌ କାରବାରକୁ ଠାବ କରିଛି। ପୋଲିସ ଏହି କାରବାରରେ ୨ଜଣ…

ଅନଲାଇନ ପେମେଣ୍ଟ କଲେ ଦିଗପହଣ୍ଡି ଚାଷୀଙ୍କୁ ମିଳୁଛି ସାର, ହନ୍ତସନ୍ତ ହେଉଛନ୍ତି….

ଦିଗପହଣ୍ଡି,୨୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିରେ ଚଳିତବର୍ଷ ଅନଲାଇନ୍ ଜରିଆରେ ଚାଷୀଙ୍କୁ ସାର ବିକ୍ରୀ ବ୍ୟବସ୍ଥାକୁ ନେଇ…

ଅବ୍ୟବସ୍ଥାରେ ବଡ଼ଛତ୍ରଙ୍ଗ ହାଇସ୍କୁଲ, ଛାତରୁ ଝରୁଛି ପାଣି, ନାହାନ୍ତି ଶିକ୍ଷକ

ଥୁଆମୂଳ ରାମପୁର,୨୩।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଐତିହାସିକ ସରକାରୀ ଉଚ୍ଚ ବିଦ୍ୟାଳୟ ବଡ଼ଛତ୍ରଙ୍ଗରେ ଶିକ୍ଷାବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି। ୧୯୬୬ରୁ ସ୍ଥାପିତ ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri