Posted inଜାତୀୟ

ବିଦ୍ୟୁତ୍‌ ପ୍ଲାଣ୍ଟରେ ନିଆଁ: ୯ ମୃତ

ହାଇଦ୍ରାବାଦ, ୨୨।୮: ତେଲଙ୍ଗାନାର ଶ୍ରୀଶୈଳମ୍‌ଠାରେ ଥିବା ଏକ ଜଳବିଦ୍ୟୁତ୍‌ ପ୍ଲାଣ୍ଟରେ ଅଗ୍ନିକାଣ୍ଡ ଘଟି ୯ ଜଣଙ୍କ ମୃତ୍ୟୁ ଘଟିଛି। ଗୁରୁବାର ରାତିରେ ଏହି ଅଗ୍ନିକାଣ୍ଡ ଘଟିଛି। ମୃତକଙ୍କ ମଧ୍ୟରେ ୩ ଜଣ ଆସିଷ୍ଟାଣ୍ଟ ଇଞ୍ଜିନିୟର ଅଛନ୍ତି। ସେମାନେ ହେଲେ ସନ୍ଦର ନାଏକ, ମୋହନ କୁମାର ଏବଂ ଫଥିମା। କେଉଁ କାରଣରୁ ଅଗ୍ନିକାଣ୍ଡ ଘଟିଲା ତାହାର ସିଆଇଡି ତଦନ୍ତ ଲାଗି ତେଲଙ୍ଗାନା ମୁଖ୍ୟମନ୍ତ୍ରୀ କେ. ଚନ୍ଦ୍ରଶେଖର ରାଓ ନିର୍ଦ୍ଦେଶ ଦେଇଛନ୍ତି। ସିଆଇଡିର ଅତିରିକ୍ତ ପୋଲିସ ନିର୍ଦ୍ଦେଶକ ଗୋବିନ୍ଦ ସିଂଙ୍କୁ ତଦନ୍ତକାରୀ ଅଫିସର ନିଯୁକ୍ତ କରାଯାଇଛି। ବିଦ୍ୟୁତ୍‌ ପ୍ଲାଣ୍ଟ ଅଗ୍ନି ଦୁର୍ଘଟଣାରେ ମୃତକଙ୍କ ଲାଗି ମୁଖ୍ୟମନ୍ତ୍ରୀ ଦୁଃଖ ପ୍ରକାଶ କରିଛନ୍ତି।
ପ୍ଲାଣ୍ଟରେ ଫସିରହିଥିବା ଇଞ୍ଜିନିୟରମାନଙ୍କୁ ଉଦ୍ଧାର କରିବା ପାଇଁ ସମସ୍ତ ଉଦ୍ୟମ ବ୍ୟର୍ଥ ହୋଇଥିଲା। ଘଟଣାସ୍ଥଳରେ ରାଜ୍ୟ ଶକ୍ତିମନ୍ତ୍ରୀ ଜି. ଜଗଦୀଶ୍ୱର ରେଡ୍ଡୀ ଏବଂ ଟିଏସ୍‌ଗେନ୍‌କୋର ଉଚ୍ଚ ପଦାଧିକାରୀମାନେ ପହଞ୍ଚତ୍ଛନ୍ତି। ବିଦ୍ୟୁତ୍‌ ଶର୍ଟ ସର୍କିଟରୁ ପାଓ୍ବାର ହାଉସ୍‌ର ଇଲେକ୍ଟ୍ରିକ୍‌ ପ୍ୟାନେଲରେ ନିଆଁ ଲାଗି ଅନ୍ୟ ଭାଗକୁ ବ୍ୟାପିଯାଇଥିଲା ବୋଲି ବିଶ୍ୱାସ କରାଯାଉଛି। ସେତେବେଳେ ପାଓ୍ବାର ହାଉସରେ ଟିଏସ୍‌ଗେନ୍‌କୋର ୩୦ ଜଣ କର୍ମଚାରୀ ଥିଲେ। ୬ ଜଣଙ୍କୁ ଟନେଲ ଦେଇ ବାହାରକୁ ଅଣାଯାଇଥିଲାବେଳେ ଅନ୍ୟ ୧୫ ଜଣ ପ୍ରକଳ୍ପର ଜରୁରୀ ପ୍ରସ୍ଥାନ ପଥ ଦେଇ ବାହାରି ଆସିବାକୁ ସକ୍ଷମ ହୋଇଥିଲେ। ତେବେ ଟନେଲ ଭିତରେ ପ୍ରବଳ ଧୂଆଁରେ ଅନ୍ୟ ୯ ଜଣ ଫସି ରହିଯାଇଥିଲେ। ସେମାନଙ୍କୁ ଉଦ୍ଧାର କରିବା ସମ୍ଭବ ହୋଇ ନ ଥିଲା। ଉପକାର୍ଯ୍ୟନିର୍ବାହୀ ଯନ୍ତ୍ରୀ ପଓ୍ବନ କୁମାର, ପ୍ଲାଣ୍ଟର ଜୁନିୟର ଆସିଷ୍ଟାଣ୍ଟ ରାମକ୍ରିଷ୍ଣ, କନିଷ୍ଠ ଯନ୍ତ୍ରୀ ମାଥରୁ, କ୍ରିଷ୍ଣା ରେଡ୍ଡୀ ଏବଂ ଭେଙ୍କଟେଶ ଓ ଡ୍ରାଇଭର ପାଲାଙ୍କିଆଙ୍କୁ ଉଦ୍ଧାର କରାଯାଇ ଟିଏସ୍‌ଗେନ୍‌କୋ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

ଭୂକମ୍ପ ଝଟ୍‌କାରେ ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ, ଭୟରେ ଘରୁ ବାହାରକୁ ଦୌଡ଼ିଲେ ଲୋକେ…

ନୂଆଦିଲ୍ଲୀ,୩।୪: ଭାରତର ରାଜଧାନୀ ଦିଲ୍ଲୀ-ଏନ୍‌ସିଆର (Delhi-NCR), ଜମ୍ମୁ-କାଶ୍ମୀର ଏବଂ ଚଣ୍ଡିଗଡ଼ ସମେତ ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଜମ୍ମୁ-କାଶ୍ମୀରରେ ପରସ୍ପର…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

ଆଦେଶ ପାଳନ କଲେ ଜିଲାପାଳ, ପିଛିଲା ତାରିଖ ପକାଇ ୨୧ ଦିନ ପରେ ଅର୍ଡର ପ୍ରେରଣ

କେନ୍ଦୁଝର/ହାଟଡିହୀ,୩l୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ):ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଧାର୍ଯ୍ୟ ସମୟରେ ପାଳନ ନ କରିବା ଫଳରେ ଅଦାଲତ ଅବମାନନା ମାମଲା ଦାୟର ହେବା ଏବଂ ଏ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri