ରାସ୍ତାରୁ ହଟୁନି ବିଦ୍ୟୁତ୍‌ ଖୁଣ୍ଟ, ଚାଲିଛି ନିର୍ମାଣ କାର୍ଯ୍ୟ

ନାଉଗଁା,୨୦ା୧(ସ୍ବ.ପ୍ର.):ନାଉଗଁା ବ୍ଲକ ଅନ୍ତର୍ଗତ ତେଲସରା-କୋକିଡିହ ପୂର୍ତ୍ତ ବିଭାଗ ରାସ୍ତାର ପୁନଃ ନିର୍ମାଣ କାର୍ଯ୍ୟ ଚାଲୁ ରହିଛି। ଉକ୍ତ ୧୧ କିମି ରାସ୍ତାର ନିର୍ମାଣ ଓ ସମ୍ପ୍ରସାରଣ ପାଇଁ ବିଭାଗ ପକ୍ଷରୁ ୯ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ବ୍ୟୟ ବରାଦ କରାଯାଇଛି। ମାତ୍ର ଏ ପର୍ଯ୍ୟନ୍ତ ରାସ୍ତା ନିର୍ମାଣ ଲାଗି କୌଣସି ସୂଚନାଫଳକ ଲଗାଯାଇନାହିଁ। ଏ ନେଇ କାର୍ଯ୍ୟର ସ୍ବଚ୍ଛତା ଉପରେ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ସେହିପରି ରାସ୍ତା ସମ୍ପ୍ରସାରଣ କରାଯାଉଥିଲେ ମଧ୍ୟ ରାସ୍ତା ମଧ୍ୟରେ ବିଦ୍ୟୁତ୍‌ ଖୁଣ୍ଟ ରହିଥିବା ଜଣାପଡ଼ିଛି। ଏହାଦ୍ୱାରା ଯାନବାହନ ଯାତାୟାତ ସମୟରେ ଅସୁବିଧା ହୋଇ ଦୁର୍ଘଟଣା ଘଟିବାର ଆଶଙ୍କା ରହିଛି। ନିୟମାନୁସାରେ ରାସ୍ତା ନିର୍ମାଣ ପୂର୍ବରୁ ଉକ୍ତ ବିଦ୍ୟୁତ୍‌ ଖୁଣ୍ଟ ହଟାଯାଇ ରାସ୍ତା ନିର୍ମାଣ କରାଯିବା କଥା। କିନ୍ତୁ ବିଦ୍ୟୁତ୍‌ ଓ ପୂର୍ତ୍ତ ବିଭାଗ ମଧ୍ୟରେ ସମନ୍ବୟ ଅଭାବରୁ ଏ ପର୍ଯ୍ୟନ୍ତ ଖୁଣ୍ଟ ହଟାଯିବା ନେଇ କୌଣସି ବ୍ୟବସ୍ଥା କରାଯାଇନାହିଁ।
ସରକାରୀ ନିୟମ ଅନୁଯାୟୀ, ରାସ୍ତା ନିର୍ମାଣ ପୂର୍ବରୁ ପୂର୍ତ୍ତ ବିଭାଗ ପକ୍ଷରୁ ବିଦ୍ୟୁତ ବିଭାଗକୁ ରାସ୍ତାରୁ ଖୁଣ୍ଟ ହଟାଇବା ପାଇଁ ଚିଠି କରାଯିବ। ଏହି ଚିଠି ଅନୁସାରେ ବିଦ୍ୟୁତ୍‌ ବିଭାଗ ପକ୍ଷରୁ ଖୁଣ୍ଟ ହଟାଇବା ପାଇଁ କେତେ ଅର୍ଥ ବ୍ୟୟ କରାଯିବ ସେଥିପାଇଁ ବ୍ୟୟ ଆକଳନ କରାଯାଇ ପୂର୍ତ୍ତ ବିଭାଗକୁ ପଠାଯିବ। ଏହି ଅନୁସାରେ ପୂର୍ତ୍ତ ବିଭାଗ ପକ୍ଷରୁ ଉକ୍ତ ଅର୍ଥ ବିଦ୍ୟୁତ୍‌ ବିଭାଗକୁ ପୈଠ କରାଯିବ। ପରେ ବିଦ୍ୟୁତ୍‌ ବିଭାଗ ପକ୍ଷରୁ ଖୁଣ୍ଟ ହଟାଇବା ପାଇଁ ବିଧିବଦ୍ଧ ବ୍ୟବସ୍ଥା ହେବ। କିନ୍ତୁ ଏ ନେଇ କୌଣସି ପଦକ୍ଷେପ ନିଆ ନ ଯାଇ ୩ ସ୍ଥାନରେ ବିଦ୍ୟୁତ୍‌ ଖୁଣ୍ଡ ଥାଇ ରାସ୍ତା ନିର୍ମାଣ କରାଯାଇଛି। ଏଥିପ୍ରତି ବିଭାଗ ଦୃଷ୍ଟି ଦେବାକୁ ସାଧାରଣରେ ଦାବି ହୋଇଛି।
ଏ ସମ୍ପର୍କରେ ପୂର୍ତ୍ତ ବିଭାଗର ଯନ୍ତ୍ରୀ ବଳରାମ ସ୍ବାଇଁ କହିଛନ୍ତି, ଖୁଣ୍ଟ ଉଠାଇବା ପାଇଁ ବିଦ୍ୟୁତ୍‌ ବିଭାଗକୁ ବ୍ୟୟ ଆକଳନ ପାଇଁ ଚିଠି କରାଯାଇଛି। ଏହା ଆସିବା ପରେ ପରବର୍ତ୍ତୀ ବ୍ୟବସ୍ଥା କରାଯିବ। ସେହିପରି ଟାଟା ପାଓ୍ବାରର ନାଉଗଁା ଶାଖା ଲିଡ ମ୍ୟାନେଜର ଦୀପକ ଭୂୟଁା କହିଛନ୍ତି, ଦୁଇଦିନ ହେବ ପୂତ୍ତର୍ର୍ ବିଭାଗର ଚିଠି ହସ୍ତଗତ ହୋଇଛି। ଖୁବ୍‌ଶୀଘ୍ର ବ୍ୟୟ ଆକଳନ କରାଯାଇ ବିଭାଗକୁ ପଠାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟ ସରକାରଙ୍କ ବଡ଼ କାର୍ଯ୍ୟାନୁଷ୍ଠାନ: ଚାନ୍ଦବାଲି ବିଡିଓଙ୍କୁ ସସ୍‌ପେଣ୍ଡ କରି…

ଚାନ୍ଦବାଲି,୧ା୧୦(ଅଶୋକ ପଣ୍ଡା): ଭଦ୍ରକ ଜିଲା ଚାନ୍ଦବାଲି ବିଡିଓ ସଞ୍ଜୀବ ମହାପାତ୍ରଙ୍କ ବିରୋଧରେ ରାଜ୍ୟ ସରକାର ନେଇଛନ୍ତି କଠୋର କାର୍ଯ୍ୟାନୁଷ୍ଠାନ। କାର୍ଯ୍ୟରେ ଅବହେଳା ଓ ଶୃଙ୍ଖଳାଗତ ନିୟମ ଭଙ୍ଗ…

ବଡ଼ ଡେଙ୍ଗନେଲି ନିକଟରେ ଭୁଶୁଡ଼ିଲା କଲଭର୍ଟ, ନିୟମଗିରି ଅଞ୍ଚଳକୁ ବନ୍ଦ ହୋଇଗଲା ଯାତାୟାତ

କଲ୍ୟାଣସିଂହପୁର,୧ା୧୦(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ପାର୍ସାଲି ପଞ୍ଚାୟତରେ ଗ୍ରାମ୍ୟ ଉନ୍ନୟନ (ଆର୍‌ଡି) ବିଭାଗ ପକ୍ଷରୁ ନିର୍ମିତ ମୁଖ୍ୟ ରାସ୍ତା ଏବେ ସମ୍ପୂର୍ଣ୍ଣ…

ନବରଙ୍ଗପୁରରେ ଲଜ୍ଜା; ୮୦ ବର୍ଷୀୟା ବୃଦ୍ଧାଙ୍କୁ ଜଙ୍ଗଲକୁ ଟାଣିନେଇ ବଳାତ୍କାର ଅଭିଯୋଗ, ଚିତ୍କାର ଶୁଣି ଦୌଡ଼ି ଆସିଲେ ଗ୍ରାମବାସୀ

ନବରଙ୍ଗପୁର,୧।୧୦(ସଦାଶିବ ପ୍ରହରାଜ ): ମାନବିକତାକୁ ଲଜ୍ଜିତ କଲା ଅମାନବୀୟ ଘଟଣା । ୮୦ ବର୍ଷୀୟା ବୃଦ୍ଧାଙ୍କୁ ଜଙ୍ଗଲରେ ବଳାତ୍କାର କରାଯାଇଥିବା ନେଇ ଅଭିଯୋଗ ହୋଇଛି । ଜଙ୍ଗଲରୁ…

ସଫେଇ ଅଭିଯାନରେ ସାମିଲ ହେଲେ ଅଧିକ୍ଷକ: କର୍ମଚାରୀଙ୍କୁ ଦେଲେ ସ୍ବଚ୍ଛତା ବାର୍ତ୍ତା

କେସିଙ୍ଗା, ୧।୧୦ (ତୁମେଶ୍ୱର ସାହୁ): ଆଗାମୀ ଗାନ୍ଧୀ ଜୟନ୍ତୀ ଏବଂ ଅକ୍ଟୋବର ୧ ତାରିଖର ସ୍ବତନ୍ତ୍ର ସ୍ବଚ୍ଛତା ଶ୍ରମଦାନ ଅବସରରେ କଳାହାଣ୍ଡି ଜିଲାର କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟ…

ବାଲେଶ୍ବରରେ ପୁଣି ଅଗ୍ନିକାଣ୍ଡ; ବିଦ୍ୟୁତ ତାରରୁ ସର୍ଟ ସର୍କିଟ ହୋଇ ଜଳିଗଲା…

ବାଲେଶ୍ୱର,୧।୧୦(ମୃତ୍ୟୁଞ୍ଜୟ ପଟ୍ଟନାୟକ): ବାଲେଶ୍ୱର ସହରରେ ପୁଣି ଅଗ୍ନିକାଣ୍ଡ ଘଟିଛି । ଗୁରୁବାର ପୂର୍ବାହ୍ନରେ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ପ୍ରଚଣ୍ଡ ଶବ୍ଦରେ ବିସ୍ଫୋରଣ ଘଟି ନିଆଁ ଲାଗିଯାଇଥିଲା ।…

ସେତୁ ଆପ୍ରୋଚ ରାସ୍ତା ନ କରି ଖୋଲିଦେଲେ: ସ୍କୁଲ କଲେଜ ଯିବା ପାଇଁ ଦୁର୍ଦ୍ଦଶା ଭୋଗୁଛନ୍ତି ଛାତ୍ରୀଛାତ୍ର

ରାଜନଗର, ୧ା୧୦(ଭାସ୍କର ରାଉତରାୟ): ମୁଖ୍ୟମନ୍ତ୍ରୀ ସଡ଼କ ଯୋଜନାରେ ରାସ୍ତା ଓ ସେତୁ ନିର୍ମାଣ କରାଯାଉଛି। ସେତୁ ତିଆରି ଓ ସେତୁ ଆପ୍ରୋଜ ରୋଡ କାମ ନ ସାରି…

ବନ୍ଦ ହେଲା ହୀରାକୁଦ ଜଳଭଣ୍ଡାରର ୧୩ ଗେଟ୍‌, ୨ ଗେଟ୍‌ରେ ବନ୍ୟାଜଳ ନିଷ୍କାସନ

ସମ୍ବଲପୁର,୧।୧୦(ପ୍ରମୋଦ ବହିଦାର): ସମ୍ପ୍ରତ୍ତି ମହାନଦୀର ଉପରମୁଣ୍ଡରୁ ବନ୍ୟାଜଳ ପ୍ରବାହ ହ୍ରାସ ପାଇବାରୁ ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ ମଧ୍ୟ କ୍ରମଶଃ ହ୍ରାସ ପାଇଛି। ତେଣୁ ହୀରାକୁଦ…

ଭୁଶୁଡ଼ିଲା ବାଘୁଆମେଦୀ ମୁଖ୍ୟ ରାସ୍ତା: ଗାଁକୁ ଯାଇପାରୁନି ଆମ୍ବୁଲାନ୍ସ

ମହାକାଳପଡ଼ା,୧ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବଉଳକଣୀ ପଞ୍ଚାୟତ ଆଦିବାସୀ ଅଧ୍ୟୁଷିତ ବାଘୁଆ ମେଦୀ ମୁଖ୍ୟ ରାସ୍ତା ଲଘୁଚାପ ଜନିତ ବର୍ଷାରେ ଭୁଶୁଡି ପଡିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?