କଳା ଅନ୍ଧାରକରି ମାଡ଼ିଆସିଲା କାଳବୈଶାଖୀ : ବିଦ୍ୟୁତ୍ ସେବା ପ୍ରଭାବିତ, ବିଜୁ ପଟ୍ଟନାୟକ ପାର୍କ ୨ ଦିନ ବନ୍ଦ

ଭଞ୍ଜନଗର, ୩୧।୫ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଭଞ୍ଜନଗର ଅଞ୍ଚଳରେ ରବିବାର ସନ୍ଧ୍ୟାରେ କାଳବୈଶାଖୀ ପ୍ରଭାବରେ ବ୍ୟାପକ କ୍ଷୟକ୍ଷତି ଘଟିଛି। ଏହା ଫଳରେ ବିଭିନ୍ନ ବିଭାଗରେ କ୍ଷତି ସୃଷ୍ଟି ହୋଇଛି।

ଭଞ୍ଜନଗରର ବିଜୁ ପଟ୍ଟନାୟକ ଶିଶୁ ଉଦ୍ୟାନରେ ମଧ୍ୟ ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ ହୋଇଛି। ବଡ଼ ବଡ଼ ଗଛ ଉପୁଡ଼ି ପଡ଼ି ବିଭିନ୍ନ ଖେଳନା ଉପକରଣ ଉପରେ ପଡ଼ି ତାହାକୁ କ୍ଷତିଗ୍ରସ୍ତ କରିଛି।ଏହି କାରଣରୁ ମରାମତି କାମ ପାଇଁ ରବିବାର ପାର୍କ ବନ୍ଦ ରହିଛି। ସୋମବାର ମଧ୍ୟ ପାର୍କ ବନ୍ଦ ରହିବ। ପରିସ୍ଥିତି ସ୍ୱାଭାବିକ ହେଲେ ମଙ୍ଗଳବାର ପାର୍କ ଖୋଲିବା ସମ୍ଭାବନା ରହିଛି।

ପାର୍କ ଭିତରେ ଥିବା ୱାଟର ପାର୍କରେ ମଧ୍ୟ ଗଛ ଭାଙ୍ଗି ପଡ଼ିଥିବାରୁ ଏହା ଦୁଇ ଦିନ ପାଇଁ ବନ୍ଦ ରହିବ।ଏହା ସହିତ ବିଭିନ୍ନ ରାସ୍ତାରେ ଏବେ ମଧ୍ୟ ଛୋଟ ବଡ଼ ଗଛ ପଡ଼ି ରହିଛି। କେତେକ ସ୍ଥାନରେ ସ୍ଥାନୀୟ ଲୋକେ ଗଛ କାଟି ରାସ୍ତା ସଫା କରୁଛନ୍ତି, ଯେତେବେଳେ ଅନ୍ୟ କେତେକ ସ୍ଥାନରେ ଦମକଳ ବାହିନୀ ଦ୍ୱାରା ଗଛ କାଟି ସଫା କାମ କରାଯାଉଛି।

ବିଦ୍ୟୁତ୍ ସେବା ମଧ୍ୟ ଗୁରୁତର ଭାବରେ ପ୍ରଭାବିତ ହୋଇଛି। ଭଞ୍ଜନଗର ସହରରେ ବିଳମ୍ବିତ ରାତିରେ ବିଦ୍ୟୁତ୍ ସେବା ସ୍ୱାଭାବିକ ହୋଇଥିବା ବେଳେ ଗ୍ରାମାଞ୍ଚଳରେ ରବିବାର ସକାଳ ପର୍ଯ୍ୟନ୍ତ ମଧ୍ୟ ସେବା ସ୍ୱାଭାବିକ ହୋଇନାହିଁ। ଏହା ଫଳରେ ଲୋକମାନେ ବହୁତ ଅସୁବିଧାର ସମ୍ମୁଖୀନ ହୋଇଛନ୍ତି।କେତେକ ସ୍ଥାନରେ ଗଛ ପଡ଼ି ଛୋଟ ବଡ଼ ଘରମାନଙ୍କୁ ମଧ୍ୟ କ୍ଷତିଗ୍ରସ୍ତ କରିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

Video: ବୈଭବ ସୂର୍ଯ୍ୟବଂଶୀଙ୍କ ଜଣେ ଭଲ ପ୍ରଶଂସକ ହୋଇଯାଇଛନ୍ତି ସଚିନ ତେନ୍ଦୁଲକର , ତାଙ୍କ ପ୍ରଶଂସାରେ କହିଲେ…

ନୂଆଦିଲ୍ଲୀ,୩୧।୫: ‘ବେବି ବସ’ ଭାବରେ ଶୀଘ୍ର ପ୍ରସିଦ୍ଧି ଲାଭ କରୁଥିବା ବୈଭବ ସୂର୍ଯ୍ୟବଂଶୀ ତାଙ୍କର ବିସ୍ଫୋରକ ଖେଳ ଶୈଳୀ ସହିତ ଏକ ଚାଞ୍ଚଲ୍ୟକର ଘଟଣା ସୃଷ୍ଟି କରିଛନ୍ତି।…

ରାଜ୍ୟରେ ଆଇନ ଶୃଙ୍ଖଳା ବିପର୍ଯ୍ୟସ୍ତ ନେଇ ବର୍ଷିଲେ ଅତନୁ, କହିଲେ ଭାଜପା ସରକାର କେବଳ…

ମହାକାଳପଡ଼ା,୩୧ା୫(ପ୍ରତାପ ଚନ୍ଦ୍ର ସ୍ବାଇଁ): ରାଜ୍ୟରେ ୨ ବର୍ଷ ଭାଜପା ସରକାରଙ୍କ ଶାସନ କଳଙ୍କିତ ଇତିହାସ। ମହିଳାମାନଙ୍କ ହକ୍‌ ପାଇଁ ବିଜେଡ଼ିର ପଥପ୍ରାନ୍ତ ସଭାରେ ଯୋଗଦେଇ ପୂର୍ବତନ ମନ୍ତ୍ରୀ…

ଅପେରା ନାୟିକା କରାଇବାକୁ କହି ଯୁବତୀଙ୍କୁ ହୋଟେଲ୍‌ ଡାକି ବଳାତ୍କାର: ଭିଡିଓ କରି ବ୍ଲାକମେଲିଂ, ଯାତ୍ରାପାର୍ଟି ମ୍ୟାନେଜର ଗିରଫ

ପଟ୍ଟାମୁଣ୍ଡାଇ, ୩୧ା୫(କଳ୍ପତରୁ ନାୟକ): କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ଆଦର୍ଶ ଥାନା ଅଞ୍ଚଳର ଜଣେ ଯୁବତୀଙ୍କୁ ଯାତ୍ରା ପାଟି ନାୟିକା କରାଇ ଦେବାକୁ ପ୍ରଲୋଭନ ଦେଖାଇ ତାଙ୍କଠାରୁ ଅର୍ଥ…

ଅଭିଷେକ ବାନାର୍ଜୀଙ୍କ ଉପରେ ଆକ୍ରମଣ ଘଟଣାରେ ବଙ୍ଗଳା ପୋଲିସର ବଡ଼ କାର୍ଯ୍ୟାନୁଷ୍ଠାନ; ୫ ଅଭିଯୁକ୍ତ ଗିରଫ

ସୋନାରପୁର,୩୧।୫: ତୃଣମୂଳ କଂଗ୍ରେସ (ଟିଏମସି)ର ଜାତୀୟ ସାଧାରଣ ସମ୍ପାଦକ ଏବଂ ଏମପି ଅଭିଷେକ ବାନାର୍ଜୀଙ୍କ ଉପରେ ହୋଇଥିବା ଆକ୍ରମଣ ଘଟଣାରେ ପୋଲିସ ପାଞ୍ଚ ଜଣଙ୍କୁ ଗିରଫ କରିଛି।…

କେନ୍ଦ୍ରାପଡ଼ା ସହରରେ ଫୁଟିଲା ଗୁଳି

କେନ୍ଦ୍ରାପଡା, ୩୧ା୫ (ଜଗନ୍ନାଥ ଧଳ):କେନ୍ଦ୍ରାପଡ଼ା ଟାଉନ ଥାନା ଅନ୍ତର୍ଗତ ସହରସ୍ଥ ରଣପଡା ନିକଟ ଟାଉନ ହାଇସ୍କୁଲ ପଡ଼ିଆ ପାଖରେ ଶନିବାର ସନ୍ଧ୍ୟାରେ ଗୁଳି ଫୁଟିଛି। ଏଥିରେ କାହାରି…

ଖୁସି ଖବର, ପେଟ୍ରୋଲ-ଡିଜେଲ ଉପରେ ଟିକସ ହ୍ରାସ କଲେ ସରକାର: ସାଧାରଣ ଲୋକଙ୍କ ଉପରେ କ’ଣ ପଡ଼ିବ ପ୍ରଭାବ? ଜାଣନ୍ତୁ…

ନୂଆଦିଲ୍ଲୀ,୩୧।୫: କେନ୍ଦ୍ର ସରକାର ପେଟ୍ରୋଲ, ଡିଜେଲ ଏବଂ ATF ରପ୍ତାନି ସମ୍ପର୍କରେ ଗୁରୁତ୍ୱପୂର୍ଣ୍ଣ ଆଶ୍ୱସ୍ତି ପ୍ରଦାନ କରିଛନ୍ତି। ଶନିବାର, ୩୦ ମଇରେ ଜାରି ଏକ ବିବୃତ୍ତି ଅନୁଯାୟୀ,…

ଏଇ ଭାରତରେ

ନାଗପୁର ନିବାସୀ ଅଶୋକ ତେଭାନି ଅଦରକାରୀ ଓ୍ବେଡିଂ କାର୍ଡରୁ ଘରଚଟିଆଙ୍କ ପାଇଁ ବସା ତିଆରି କରୁଛନ୍ତି। ତାଙ୍କୁ ବୟସ ଏବେ ୭୪। ସେ ବ୍ୟାଙ୍କ ଚାକିରିରୁ ଅବସର…

୯ କିଲୋମିଟରର ଅକୁହା କାହାଣୀ

ଖର ରୌଦ୍ରତାପ। ପାଦ ପୋଡ଼ିଯାଉଛି, ଓଠ ଶୁଖିଯାଉଛି। ତା’ରି ଭିତରେ ଜଣେ ମହିଳା ନିଜର ୯୦ ବର୍ଷୀୟା ବୃଦ୍ଧା ଶାଶୁଙ୍କୁ ପିଠିରେ ବୋହି ପାହାଡ଼ିଆ ରାସ୍ତା, ପଥୁରିଆ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri