Posted inଜାତୀୟ

ବିହାରରେ କ୍ଷମତା ବଣ୍ଟନ ଚୂଡ଼ାନ୍ତ: ୧୯ କିମ୍ବା ୨୦ରେ ନୂଆ ସରକାର ଶପଥ

ପାଟନା,୧୬ା୧୧: ବିହାର ବିଧାନସଭା ନିର୍ବାଚନରେ ଏନ୍‌ଡିଏ ୨୦୨ ଆସନରେ ବିଜୟୀ ହୋଇ ରେକର୍ଡ ସୃଷ୍ଟି କରିଥିବାବେଳେ ଆସନ୍ତା ୧୯ କିମ୍ବା ୨୦ରେ ନୂଆ ସରକାର ଶପଥ ଗ୍ରହଣ କରିବ ବୋଲି ଆଶା କରାଯାଉଛି। ଏଥିପାଇଁ ପାଟନାର ଗାନ୍ଧୀ ମଇଦାନରେ ପ୍ରସ୍ତୁତି ଜୋର୍‌ଦାର ଚାଲିଛି। ମେଣ୍ଟ ସହଯୋଗୀଙ୍କ ମଧ୍ୟରେ କ୍ଷମତା ବଣ୍ଟନ ଚୂଡ଼ାନ୍ତ ହୋଇଥିବା ଏକ ସୂତ୍ରରୁ ଜଣାପଡ଼ିଛି।

ଜେଡିୟୁ ନେତା ନୀତୀଶ କୁମାର ମୁଖ୍ୟମନ୍ତ୍ରୀ ପଦ ବଜାୟ ରଖିବାକୁ ଥିବାବେଳେ ଭାଜପାକୁ ଅଧିକ ମନ୍ତ୍ରୀପଦ ମିଳିପାରେ। ଭାଜପା ନେତା ତଥା ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହାଙ୍କ ଅଧ୍ୟକ୍ଷତାରେ ଏନ୍‌ଡିଏ ବୈଠକରେ ଚୂଡ଼ାନ୍ତ ହୋଇଥିବା ବ୍ୟବସ୍ଥା ଅନୁଯାୟୀ, ଭାଜପାକୁ ୧୫ରୁ ୧୬ ମନ୍ତ୍ରୀ ପଦ ମିଳିପାରେ। ଅନ୍ୟପକ୍ଷରେ ଜେଡିୟୁରୁ ୧୪ ଜଣ ମନ୍ତ୍ରୀ ହୋଇପାରନ୍ତି। ନିର୍ବାଚନରେ ଭାଜପା ୮୯ ଆସନ ଜିତିଥିବାବେଳେ ଜେଡିୟୁ ୮୫ ଆସନରେ ବିଜୟୀ ହୋଇଥିଲା।

୧୯ ଆସନ ହାସଲ କରିଥିବା ଚିରାଗ ପାଶ୍ୱାନଙ୍କ ଲୋକ ଜନଶକ୍ତି (ରାମବିଳାସ)କୁ ୩ ମନ୍ତ୍ରୀ ପଦ ମିଳିପାରେ। ସେହିପରି ଜିତନରାମ ମାନ୍‌ଝିଙ୍କ ହିନ୍ଦୁସ୍ତାନ ଆଓ୍ବାମ ମୋର୍ଚ୍ଚା (ଧର୍ମନିରପେକ୍ଷ) ୫ ଆସନ ଏବଂ ଉପେନ୍ଦ୍ର କୁଶ୍‌ଓ୍ବାହାଙ୍କ ରାଷ୍ଟ୍ରୀୟ ଲୋକ ମୋର୍ଚ୍ଚା ଯଥାକ୍ରମେ ୫ ଓ ୪ ଆସନ ଜିତିଥିବାବେଳେ ଉଭୟ ଦଳରୁ ଜଣେ ଲେଖାଏ ମନ୍ତ୍ରିମଣ୍ଡଳରେ ସ୍ଥାନ ପାଇପାରନ୍ତି। ପ୍ରତି ୬ ବିଧାୟକରେ ଜଣକୁ ମନ୍ତ୍ରୀ କରିବା ପାଇଁ ସୂତ୍ର ସ୍ଥିର ହୋଇଥିବା ସୂଚନା ମିଳିଛି।

Dharitri – Odisha’s No.1 Odia Daily


Enter your email to get our daily news in your inbox.

All Right Reserved By Dharitri.Com

ପେନଶନଭୋଗୀଙ୍କ ପାଇଁ ବଡ଼ ଖବର, UPI ରେ ଟଙ୍କା ଖର୍ଚ୍ଚ କରୁଥିଲେ…

ନୂଆଦିଲ୍‌ଲୀ,୨୦।୯: ପେନଶନ ଫଣ୍ଡ ନିୟାମକ ଏବଂ ବିକାଶ ପ୍ରାଧିକରଣ (PFRDA) କହିଛି ଯେ, ଇ-ଶ୍ରମ (e-Shram) ଡାଟାବେସରେ ପଞ୍ଜୀକୃତ ହୋଇଥିବା ଅସଂଗଠିତ କ୍ଷେତ୍ରର କର୍ମଚାରୀମାନେ ଖୁବ ଶୀଘ୍ର…

ରେଙ୍ଗାଲିରେ ଏନକାଉଣ୍ଟର: କୋଡିନ୍‌ କଫ୍‌ସିରପ୍‌ ଚାଲାଣକାରୀଙ୍କୁ….

ସମ୍ବଲପୁର, ୨୦।୯ (ପ୍ରମୋଦ ବହିଦାର): ସମ୍ବଲପୁର ଜିଲାରେ ନିଶା କାରବାର ବିରୋଧରେ ପୋଲିସର ବଡ଼ଧରଣର କାର୍ଯ୍ୟାନୁଷ୍ଠାନ ଦେଖିବାକୁ ମିଳିଛି। ‘ନିଶାମୁକ୍ତ ଓଡ଼ିଶା ଅଭିଯାନ’ ଅନ୍ତର୍ଗତ ରେଙ୍ଗାଲି ଥାନା…

ଏହି ୭ ପ୍ରକାରର UPI ପେମେଣ୍ଟ୍‌ ଉପରେ କୌଣସି ଚାର୍ଜ ଲାଗିବ ନାହିଁ; ଜାଣନ୍ତୁ କ’ଣ?

ନୂଆଦିଲ୍ଲୀ,୨୦ା୯: UPI ବ୍ୟବହାର କରୁଥିବା ଲୋକଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ଖବର। ୧୫ ଅକ୍ଟୋବର, ୨୦୨୬ ଠାରୁ, ଏକ ନୂତନ ବାଣିଜ୍ୟ ରିହାତି ହାର (MDR) ଢାଞ୍ଚା କିଛି…

ସିମନବାଡ଼ି ସବ୍‌ଷ୍ଟେସନ କାର୍ଯ୍ୟ ଶେଷକୁ ବିତିଲା ଦୀର୍ଘଦିନ : ଲୋକଙ୍କୁ ମିଳୁନି ସେବା, ବିଭାଗର ଅହେତୁକ ବିଳମ୍ବକୁ ନେଇ ବଢ଼ୁଛି ଅସନ୍ତୋଷ

ଦାରିଙ୍ଗବାଡ଼ି, ୨୦/୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ିଠାରେ ଦୀର୍ଘଦିନ ହେଲା ୩୩/୧୧ କେଭି ବିଦ୍ୟୁତ ସବ୍‌ଷ୍ଟେସନ ସ୍ଥାପନ କାର୍ଯ୍ୟ ଶେଷ ହୋଇସାରିଛି। ହେଲେ…

ଭାରତରେ ପ୍ରବେଶ କରିବ ଆପଲ ପେ’

ନୂଆଦିଲ୍ଲୀ,୨୦ା୯: ଭାରତରେ ସର୍ୱାଧିକ ପ୍ରଚଳିତ ୟୁପିଆଇ ପେମେଣ୍ଟ ବ୍ୟବସ୍ଥା ଫୋନ୍‌ ପେ’ ଭଳି ଆମେରିକାରେ ଆପଲ ପେ’ ମଧ୍ୟ ଗ୍ରାହକ ମହଲରେ ବେଶ୍‌ ପରିଚିତ। ତେବେ ଆମେରିକାରେ…

ପେଟ୍ରୋଲିୟମ ମନ୍ତ୍ରଣାଳୟର ବଡ଼ ଘୋଷଣା, ଅକ୍ଟୋବର ୧ରୁ ଏମାନଙ୍କୁ ମିଳିବନି LPG ସିଲିଣ୍ଡର

ନୂଆଦିଲ୍ଲୀ,୨୦ା୯: ନିୟନ୍ତ୍ରିତ ଖୁଚୁରା ବିକ୍ରୟ ମୂଲ୍ୟରେ ଉପଯୁକ୍ତ ସବ୍‌ସିଡି ସହ ସିଲିଣ୍ଡର ରିଫିଲ ପାଇବାକୁ ଚାହୁଁଥିବା ଘରୋଇ ଏଲ୍‌ପିଜି ଗ୍ରାହକମାନଙ୍କ ପାଇଁ ଆସନ୍ତା ଅକ୍ଟୋବର ୧ରୁ ବାୟୋମେଟ୍ରିକ୍‌…

ବୁଧ-ଗୁରୁଙ୍କ ଯୁତିରେ ୪ ରାଶିଙ୍କ ଫିଟିବ ଭାଗ୍ୟ, ଟଙ୍କାରେ ଭରିଯିବ ସିନ୍ଦୁକ, ଚାକିରିରେ ବଡ଼ ପଦବୀ…

ବୈଦିକ ଜ୍ୟୋତିଷରେ ବୁଧ ଏବଂ ବୃହସ୍ପତି (ଗୁରୁ) ଉଭୟ ଅତ୍ୟନ୍ତ ଶୁଭ ଗ୍ରହ, କାରଣ ଶୁକ୍ରଙ୍କ ତୁଳନାରେ ଏମାନଙ୍କ ମଧ୍ୟରେ ଦେବତ୍ୱ ରହିଛି। ଯେତେବେଳେ ବୁଧ-ଗୁରୁଙ୍କ ଯୁତି,…

ବିଫଳତାର ସ୍ମାରକୀ

ଚଳିତ ମାସରୁ ୱାଶିଂଟନ ଡିସିରେ ଡୋନାଲ୍ଡ ଟ୍ରମ୍ପ୍‌ ଏକ ତୋରଣାକୃତି ବିଜୟ ସ୍ମାରକୀ କାମ ଆରମ୍ଭ କରିବାକୁ ଯାଉଛନ୍ତି। ପ୍ୟାରିସ୍‌ର ‘ଆର୍କ ଡି ଟ୍ରାୟୋମ୍ଫ’ ଢାଞ୍ଚାରେ ଏହାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?