Posted inଜାତୀୟ

ବିହାର ଏନ୍‌ଡିଏରେ କ୍ଷମତା ବଣ୍ଟନ ଚୂଡ଼ାନ୍ତ

ନୂଆଦିଲ୍ଲୀ,୧୭ା୧୧: ବିହାର ବିଧାନସଭା ନିର୍ବାଚନରେ ଏନ୍‌ଡିଏ ୨୦୨ ଆସନରେ ବିଜୟୀ ହୋଇଥିବାବେଳେ ଆସନ୍ତା ୧୯ କିମ୍ବା ୨୦ରେ ନୂଆ ସରକାର ଶପଥ ଗ୍ରହଣ କରିବା ଆଶା କରାଯାଉଛି। ଏଥିପାଇଁ ପାଟନାର ଗାନ୍ଧୀ ମଇଦାନରେ ପ୍ରସ୍ତୁତି ଜୋର୍‌ଦାର ଚାଲିଛି। ମେଣ୍ଟ ସହଯୋଗୀଙ୍କ ମଧ୍ୟରେ କ୍ଷମତା ବଣ୍ଟନ ଚୂଡ଼ାନ୍ତ ହୋଇଥିବାୁ ଜଣାପଡ଼ିଛି। ଜେଡିୟୁ ନେତା ନୀତୀଶ କୁମାର ମୁଖ୍ୟମନ୍ତ୍ରୀ ପଦ ବଜାୟ ରଖିବାକୁ ଥିବାବେଳେ ଭାଜପାକୁ ଅଧିକ ମନ୍ତ୍ରୀପଦ ମିଳିପାରେ। ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହାଙ୍କ ଅଧ୍ୟକ୍ଷତାରେ ଏନ୍‌ଡିଏ ବୈଠକରେ ହୋଇଥିବା ନିଷ୍ପତ୍ତି ଅନୁଯାୟୀ, ଭାଜପାକୁ ୧୫ରୁ ୧୬ ଏବଂ ଜେଡିୟୁରୁ ୧୪ ଜଣଙ୍କୁ ମନ୍ତ୍ରୀପଦ ମିଳିପାରେ। ଭାଜପା ୮୯ ଆସନ ଜିତିଥିବାବେଳେ ଜେଡିୟୁ ୮୫ ଆସନରେ ବିଜୟୀ ହୋଇଥିଲା। ୧୯ ଆସନ ହାସଲ କରିଥିବା ଚିରାଗ ପାଶ୍ୱାନଙ୍କ ଲୋକ ଜନଶକ୍ତି (ରାମବିଳାସ)କୁ ୩ ମନ୍ତ୍ରୀ ପଦ ମିଳିପାରେ। ସେହିପରି ଜିତନରାମ ମାନ୍‌ଝିଙ୍କ ହିନ୍ଦୁସ୍ଥାନ ଆଓ୍ବାମ ମୋର୍ଚ୍ଚା (ଧର୍ମନିରପେକ୍ଷ) ୫ ଆସନ ଏବଂ ଉପେନ୍ଦ୍ର କୁଶ୍‌ଓ୍ବାହାଙ୍କ ରାଷ୍ଟ୍ରୀୟ ଲୋକ ମୋର୍ଚ୍ଚା ଯଥାକ୍ରମେ ୫ ଓ ୪ ଆସନ ଜିତିଥିବାବେଳେ ଉଭୟ ଦଳରୁ ଜଣେ ଲେଖାଏ ମନ୍ତ୍ରିମଣ୍ଡଳରେ ସ୍ଥାନ ପାଇପାରନ୍ତି। ପ୍ରତି ୬ ବିଧାୟକରେ ଜଣକୁ ମନ୍ତ୍ରୀ କରିବା ପାଇଁ ସ୍ଥିର ହୋଇଛି।

 

Dharitri – The Largest & Most Trusted Odia Daily


Enter your email to get our daily news in your inbox.

All Right Reserved By Dharitri.Com

ଛକା ଚୌକା ବର୍ଷା କରି ସଭିଙ୍କୁ ପୁଣି ଚକିତ କଲେ ବୈଭବ ସୂର୍ଯ୍ୟବଂଶୀ, କଲେ ବିଶ୍ୱ ରେକର୍ଡ

ନୂଆଦିଲ୍ଲୀ,୨୧।୬: ବୈଭବ ସୂର୍ଯ୍ୟବଂଶୀ ଲିଷ୍ଟ ଏ କ୍ରିକେଟର ଇତିହାସରେ ଦ୍ରୁତତମ ଅର୍ଦ୍ଧଶତକ ହାସଲ କରିଛନ୍ତି। ତ୍ରି-ସିରିଜ ଫାଇନାଲରେ ସେ ଶ୍ରୀଲଙ୍କା ଏ ବିପକ୍ଷରେ ମାତ୍ର ୧୧ ବଲରେ…

ଯୁବ ବିଜେଡି ଜିଲା ସଭାପତିଙ୍କ ଘରକୁ ଗୁଳି

ସୋନପୁର/ବିନିକା,୨୧।୬ (ମୃତ୍ୟୁଞ୍ଜୟ ଶତପଥୀ/ରାମଗୋପାଳ ବାଘ): ସୁବର୍ଣ୍ଣପୁର ଯୁବ ବିଜେଡି ଜିଲା ସଭାପତି ତଥା ବିନିକା ବ୍ଲକର ପୂର୍ବତନ ଅଧ୍ୟକ୍ଷ ଅଶୋକ କୁମାର ନନ୍ଦଙ୍କ ଘର ଓ କାରକୁ…

NDAରେ ସାମିଲ ହେବ DMK? ଶେଷ ପ୍ରତିବନ୍ଧକ ଦୂର, ମୋଦି ସରକାର ଖୁବ ଶୀଘ୍ର ଲୋକ ସଭାରେ ୩୬୦ ଆସନ ହାସଲ କରିବାକୁ ଯାଉଛି

ନୂଆଦିଲ୍ଲୀ,୨୧।୬: ତାମିଲନାଡୁ ରାଜନୀତିରେ ଏକ ଗୁରୁତ୍ୱପୂର୍ଣ୍ଣ ଘଟଣା ଘଟିଛି। ଦ୍ରାବିଡ଼ ମୁନ୍ନେତ୍ର କାଝଗମ (DMK)ର ଦୀର୍ଘକାଳୀନ ସହଯୋଗୀ ଇଣ୍ଡିଆନ ୟୁନିଅନ ମୁସଲିମ ଲିଗ (IUML) ଆନୁଷ୍ଠାନିକ ଭାବରେ…

‘୫୦ ବର୍ଷରେ ୩୦ ବର୍ଷ ଭଳି ଉର୍ଜାଶୀଳ ରୁହନ୍ତୁ’, ଅନ୍ତର୍ଜାତୀୟ ଯୋଗ ପ୍ରଧାନମନ୍ତ୍ରୀ ମୋଦିଙ୍କ ବାର୍ତ୍ତା

କୋଲକାତା,୨୧।୬: ଆଜି ସାରା ବିଶ୍ୱରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ କରାଯାଉଛି। ଏହି ଅବସରରେ କୋଲକାତାରେ ଏକ ଯୋଗ ଦିବସ କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା, ଯେଉଁଥିରେ ପ୍ରଧାନମନ୍ତ୍ରୀ…

ହଷ୍ଟେଲରେ ଝୁଲୁଛି ଛାତ୍ରୀଙ୍କ ମୃତଦେହ: ବଢ଼ୁଛି ସନ୍ଦେହ

ଗୋପାଳପୁର,୨୧।୬(ନବୀନ ରାଜ ଆଚାରି): ଗଞ୍ଜାମ ଜିଲା ଗୋଳନ୍ଥରା ଥାନା ଅଞ୍ଚଳର ଏକ ଘରୋଇ କଲେଜର ହଷ୍ଟେଲରେ ରହୁଥିବା ଜନୈକା ଛାତ୍ରୀଙ୍କ ମୃତଦେହ ଶନିବାର ପୋଲିସ ଜବତ କରିଛି।…

ଇସ୍ତଫା ଦେବେକି ବ୍ରିଟେନ ପ୍ରଧାନମନ୍ତ୍ରୀ? ୧୦୦ ରୁ ଅଧିକ ଏମପିଙ୍କ ଚାପ….

ଲଣ୍ଡନ,୨୧।୬: ବ୍ରିଟେନ ପ୍ରଧାନମନ୍ତ୍ରୀ କାଇର ଷ୍ଟାରମରଙ୍କ ଇସ୍ତଫା ସମ୍ପର୍କରେ କଳ୍ପନାଜଳ୍ପନା ତୀବ୍ର ହୋଇଛି । ବ୍ରିଟେନ ଖବରକାଗଜର ଏକ ରିପୋର୍ଟରେ ଦାବି କରାଯାଇଛି ଯେ ଷ୍ଟାରମର ସୋମବାର…

ଭାରତୀୟ ଯୋଗ ସଂସ୍ଥାନ ପକ୍ଷରୁ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଛତ୍ରପୁର, ୨୧।୬ (ଦିଲ୍ଲୀପ ସାମଲ): ଆଜି ହେଉଛି ଅନ୍ତର୍ଜାତୀୟ ଯୋଗ ଦିବସ।ଭାରତୀୟ ଯୋଗ ସଂସ୍ଥାନ, ଏହି ଉପଲକ୍ଷେ ନୂଆଦିଲ୍ଲୀ ଛତ୍ରପୁର ଶାଖା ପକ୍ଷରୁ ସ୍ଥାନୀୟ ଷ୍ଟାଡିଅମ ପରିସରସ୍ଥ…

ବିପଦସଙ୍କୁଳ ବାଉଁଶ ଚାରା ଭରସାରେ ହଜାର ହଜାର ଲୋକ; ଧାମନଗରଦଶରଥପୁର ବୈତରଣୀ ସେତୁ ଏବେ ବି ଅଧପନ୍ତରିଆ

ତିହିଡ଼ି,୨୧।୬(କାଳନ୍ଦି ବେହେରା): ଭଦ୍ରକ ଜିଲାର ଧାମନଗର ବ୍ଲକ ଓ ଯାଜପୁର ଜିଲାର ଦଶରଥପୁର ବ୍ଲକର ସମେତ ପଡୋଶୀ ତିହିଡି ବ୍ଲକର ସାଧାରଣ ଲୋକଙ୍କ ଦୀର୍ଘଦିନର ସ୍ବପ୍ନ ଥିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri